Posted inଜାତୀୟ

ପୋଷ୍ଟର ବିବାଦ: ଅମିତ ଶାହାଙ୍କ ଫଟୋ ଉପରେ, ରବୀନ୍ଦ୍ରନାଥ ଟାଗୋରଙ୍କ ଫଟୋ ତଳେ

କୋଲକତା,୨୦।୧୨: କେନ୍ଦ୍ର ସ୍ବରାଷ୍ଟ୍ର ଅମିତ ଶାହାଙ୍କ ଶାନ୍ତି ନିକେତନ ଗସ୍ତ ମଧ୍ୟରେ ତୃଣମୂଳ କଂଗ୍ରେସ(ଟିଏମ୍‌ସି) ବିଶ୍ୱ ଭାରତୀ ବିଶ୍ୱବିଦ୍ୟାଳୟ ପରିସରରେ ପୋଷ୍ଟର ପ୍ରସଙ୍ଗ ଉଠାଇଛି। ଟିଏମସି କହିଛି ଯେ, ବିଶ୍ୱବିଦ୍ୟାଳୟ ପରିସରରେ ଭାଜପା ଲଗାଇଥିବା ପୋଷ୍ଟର ମଧ୍ୟରେ ଅମିତ ଶାହାଙ୍କ ଫଟୋ ଗୁରୁଦେବ ରବୀନ୍ଦ୍ରନାଥ ଟାଗୋରଙ୍କ ଫଟୋ ଉପରେ ରହିଛି। ପଶ୍ଚିମବଙ୍ଗ ସରକାରରେ ମନ୍ତ୍ରୀ ତଥା ଟିଏମସି ନେତା ସୁବ୍ରତ ମୁଖାର୍ଜୀ କହିଛନ୍ତି ଯେ, ଗୁରୁଦେବ ରବୀନ୍ଦ୍ରନାଥ ଟାଗୋରଙ୍କୁ ଭାଜପା ଏବଂ ଅମିତ ଶାହା ଅପମାନ କରିଛନ୍ତି। ସୂଚନାଯୋଗ୍ୟ, ରବିବାର ଅମିତ ଶାହାଙ୍କ ପଶ୍ଚିମବଙ୍ଗ ଗସ୍ତର ଦ୍ୱିତୀୟ ଦିନ। ଅମିତ ଶାହା ରବିବାର ଗୁରୁଦେବ ରବୀନ୍ଦ୍ରନାଥ ଟାଗୋରଙ୍କ ଜନ୍ମସ୍ଥାନ ବୀରଭୂମରେ ଅଛନ୍ତି। ବୀରଭୂମରେ ଅମିତ ଶାହା ଶାନ୍ତି ନିକେତନର ବିଶ୍ୱ ଭାରତୀ ବିଶ୍ୱବିଦ୍ୟାଳୟରେ ଅନେକ କାର୍ଯ୍ୟକ୍ରମରେ ଭାଗ ନେଇଥିଲେ। ଶାହାଙ୍କୁ ସ୍ବାଗତ କରିବା ପାଇଁ ଭାଜପାକର୍ମୀମାନେ ଅମିତ ଶାହାଙ୍କ ପୋଷ୍ଟର ବିଶ୍ୱବିଦ୍ୟାଳୟ ପରିସରରେ ରଖିଥିଲେ। ଏହି ପୋଷ୍ଟର ଗୁଡ଼ିକରେ ଅମିତ ଶାହା ଶୀର୍ଷରେ ନଜର ଆସିଥିଲେ। ତାଙ୍କ ତଳେ ଗୁରୁଦେବ ରବୀନ୍ଦ୍ରନାଥ ଟାଗୋରଙ୍କର ଏକ ସ୍କେଚ ଥିଲା। ସୁବ୍ରତ ମୁଖାର୍ଜୀ କହିଛନ୍ତି ଯେ, ଭାଜପା ପଶ୍ଚିମବଙ୍ଗ ସଂସ୍କୃତି ଜାଣି ନାହିଁ। ଗୁରୁଦେବଙ୍କ ଛବି ତଳେ ରଖି ଭାଜପା ଏବଂ ଅମିତ ଶାହା ଗୁରୁଦେବ ଟାଗୋରଙ୍କୁ ଅପମାନିତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…

ଜବରଦସ୍ତ Family Pack, କରିବାକୁ ପଡିବନି ଅଲଗା ଅଲଗା ରିଚାର୍ଜ! ଗୋଟିଏ ପ୍ଲାନରେ ସବୁ ଫ୍ରି….

ଆପଣ କ’ଣ ଆପଣଙ୍କ ପରିବାରର ଚାରି ଜଣ ସଦସ୍ୟଙ୍କ ପାଇଁ ପୃଥକ ପୃଥକ ରିଚାର୍ଜ କରୁଛନ୍ତି? ପ୍ରତି ମାସରେ ୧୫୦୦ରୁ ୨୦୦୦ ଟଙ୍କା ଖର୍ଚ୍ଚ କରୁଛନ୍ତି? ପ୍ରତ୍ୟେକ…

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

ଭାଜପାର ମହାଅଭିଯାନ: ନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri