Posted inଜାତୀୟ

ନଡ୍ଡାଙ୍କ ଉପରେ ଆକ୍ରମଣ ଘଟଣାକୁ ନେଇ ବଢୁଛି ରାଜନୀତି: ପଶ୍ଚିମବଙ୍ଗ ଯିବେ ଶାହା

କୋଲକାତା, ୧୧ ।୧୨: ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନ ପୂର୍ବରୁ ରାଜନୀତି ହୋଇଛି ସରଗରମ । ଭାରତୀୟ ଜନତା ପାର୍ଟି(ଭାଜପା)ର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କ ରାଲି ଉପରେ ପଶ୍ଚିମବଙ୍ଗରେ ହୋଇଥିବା ଆକ୍ରମଣ ଘଟଣାକୁ ନେଇ ଏବେ ପୁଣିଥରେ ରାଜନୀତି ହେଲାଣି ସରଗରମ । ଶୁକ୍ରବାର ଏନେଇ ରାଜ୍ୟପାଳ ଜନଦୀପ ଧନଖଡ କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରଣାଳୟକୁ ରିପୋର୍ଟ ଦେଇଛନ୍ତି । ଅନ୍ୟପଟେ ନଡ୍ଡାଙ୍କ ଉପରେ ହୋଇଥିବା ଆକ୍ରମଣ ପରେ ଏବେ ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ପୁଣିଥରେ ପଶ୍ଚିମବଙ୍ଗ ଗସ୍ତ କରିବେ ବୋଲି ଜଣାପଡିଛି । ସେ ୧୯ ଓ ୨୦ ଡିସେମ୍ବରରେ ପଶ୍ଚିମବଙ୍ଗରେ ରହିବେ ବୋଲି ଜଣାପଡିଛି । ସୂଚନାଯୋଗ୍ୟ, ପଶ୍ଚିମବଙ୍ଗରେ ୨୦୨୧ରେ ବିଧାନସଭା ନିର୍ବାଚନ ହେବ । ଏହାକୁ ନେଇ ଶାସକ ତ୍ରୁଣମୂଳ କଂଗ୍ରେସ ଓ ଭାଜପା ଏବେଠାରୁ ଅଣ୍ଟା ଭିଡିଲେଣି । ଦୁଇ ଦଳ ମଧ୍ୟରେ ରାଜ୍ୟରେ ଅଧିକାଂଶ ସମୟରେ ତୁତୁମେମେ ଦେଖାଦେଇଛି । ନିକଟରେ ଶାହା ପଶ୍ଚିମବଙ୍ଗ ଗସ୍ତ କରିଥିଲେ ବି ନଡ୍ଡାଙ୍କ ଉପରେ ଆକ୍ରମଣ ପରେ ସେ ପୁଣିଥରେ ପଶ୍ଚିମବଙ୍ଗ ଯାତ୍ରା କାର୍ଯ୍ୟକ୍ରମ ରଖିଲେଣି । ସୂଚନାଯୋଗ୍ୟ, ଗୁରୁବାର ଜେପି ନଡ୍ଡା ଏକ ରାଲିରେ ଯାଉଥିବା ବେଳେ ତାଙ୍କ ଉପରକୁ ପଥରମାଡ ହୋଇଥିଲା । ଭାଜପା ଏହାକୁ ତ୍ରୁଣମୂଳର କାର୍ଯ୍ୟ ବୋଲି କହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

କିଡ୍‌ନୀ, ହାର୍ଟ ଦାନକରି ଅମର ହେଲେ ଶୁଭମ୍‌

ବଞ୍ଚୋ/ବଉଳା/ଛେନାପଦି,୨୦ା୨(ପ୍ରଦୋଷ କୁମାର ବିଶ୍ୱାଳ/ଦୁର୍ଗା ପ୍ରସାଦ ଆୟଚ/ ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଜମ୍ଭିରା ଗ୍ରାମର ଉପେନ୍ଦ୍ର ଆୟଚଙ୍କ ପୁତ୍ର ଶୁଭମ୍‌ ଆୟଚ(୧୨) ଦୁର୍ଘଟଣାରେ ମୃତ୍ୟୁ…

୨୧୮ ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା

ଦିଗପହଣ୍ଡି/ପାଟପୁର,୨୦ା୨(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସମଗ୍ର ଶିକ୍ଷା ଅଭିଯାନ ଓ ଜିଲା ଦୃଷ୍ଟି ବାଧିତ ନିୟନ୍ତ୍ରଣ କାର୍ଯ୍ୟାଳୟ ଆନୁକୂଲ୍ୟରେ ରାଜ୍ୟ ସରକାରଙ୍କ ସୁରେନ୍ଦ୍ର ସାଏ…

ଏଣିକି ନିଜ ଲଢ଼େଇ ନିଜର

ଦିଗପହଣ୍ଡି,୨୦ା୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜରେ ଛାତ୍ରୀ ଆତ୍ମ ସୁରକ୍ଷା ପ୍ରଶିକ୍ଷଣ ଶିବିର ଉଦଘାଟିତ ହୋଇଛି। ଅଧ୍ୟାପିକା ଅଞ୍ଜଳୀ ମଣ୍ଡଳଙ୍କ ସଂଯୋଜନାରେ ଅନୁଷ୍ଠିତ ଉଦଘାଟନୀ…

ମାଟି ଅତଡ଼ା ଖସି ଶ୍ରମିକଙ୍କ ମୃତ୍ୟୁ: ଜଳ ସିଞ୍ଚନ ପ୍ରକଳ୍ପ କାର୍ଯ୍ୟରେ ଅଘଟଣ

ଆନନ୍ଦପୁର,୨୦ା୨(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ବୁଢ଼ୀକୁଦ ଗଁା ନିକଟରେ ଚାଲିଥିବା ଜମିକୁ ଜଳ ସିଞ୍ଚନ ପ୍ରକଳ୍ପ କର୍ଯ୍ୟରେ ଶୁକ୍ରବାର ଅଘଟଣ ଘଟିଛି। ୧୫…

ସୁଭଦ୍ରା ଯୋଜନାକୁ ନେଇ ସରକାରଙ୍କ ବଡ଼ ଘୋଷଣା, ମହିଳାଙ୍କୁ ମିଳିବ…

ଭୁବନେଶ୍ୱର,୨୦।୨: ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ମାଝୀ ଚଳିତ ବର୍ଷ ପାଇଁ ୩ ଲକ୍ଷ ୧୦ ହଜାର କୋଟି ଟଙ୍କାର ବଜେଟ ଆଗତ କରିଛନ୍ତି । ଏହି…

ବାପା-ମାଆଙ୍କ ଅନୁମତି ବିନା ଆପଣ ବିବାହ କରିପାରିବେନି, ବିଧାନସଭାରେ ବଡ଼କଥା କହିଦେଲେ ସରକାର

ନୂଆଦିଲ୍ଲୀ,୨୦।୨: ଗୁଜୁରାଟ ବିଧାନସଭାରେ ବିବାହ ପଞ୍ଜିକରଣକୁ ନେଇ ଏକ ଐତିହାସିକ ପ୍ରସ୍ତାବ ଦିଆଯାଇଛି । ବାପା ମାଆଙ୍କ ଅନୁମତି ବିନା କେହି ବି ବିବାହ କରିପାରିବେ ନାହିଁ, ଅର୍ଥାତ୍ ବିବାହ…

ଫର୍ମଫିଲପରେ ତ୍ରୁଟି : ଓଡ଼ିଆ ବଦଳରେ ହିନ୍ଦୀ ଥିବାରୁ ଯୁକ୍ତ ୨ ପରୀକ୍ଷାରୁ ବଞ୍ଚିତ…

ନନ୍ଦପୁର,୨୦ା୨(ତୁଷାର କାନ୍ତ ମହାନ୍ତି): ଯୁକ୍ତଦୁଇ ପରୀକ୍ଷା ପାଇଁ ଫର୍ମଫିଲପ ବେଳେ ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ତ୍ରୁଟି ଯୋଗୁ କୋରାପୁଟ ଜିଲା ନନ୍ଦପୁର ବ୍ଲକ୍‌ ଅଧୀନ ପାଡୁଆ ରାଧାକୃଷ୍ଣ ଉଚ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri