Posted inଜାତୀୟ

ମମତାଙ୍କ ଉପରେ ବର୍ଷିଲେ ଶାହା

କୋଲକାତା,୬।୧୧: ଖୁବ୍‌ଶୀଘ୍ର ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ) ଲାଗୁ କରାଯିବ। ପଶ୍ଚିମବଙ୍ଗର ବିକାଶ ଲାଗି ଭାଜପା ବଦ୍ଧ ପରିକର ବୋଲି ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଶୁକ୍ରବାର କହିଛନ୍ତି। କେନ୍ଦ୍ର ସରକାର ଆଣିଥିବା ଆଇନ ତା ବାଟରେ ଯିବ, ଏହାକୁ କେହି ଅଟକାଇ ପାରିବେ ନାହିଁ ବୋଲି ଶାହା ଏକ ଖବରଦାତା ସମ୍ମିଳନୀରେ ପ୍ରକାଶ କରିଛନ୍ତି। ପଶ୍ଚିମବଙ୍ଗରେ ରାଜନୈତିକ ହତ୍ୟା କରାଯାଉଛି, ହେଲେ ଜାତୀୟ ଅପରାଧ ରେକର୍ଡ ବ୍ୟୁରୋକୁ ତଥ୍ୟ ଆସୁନି। ରାଜ୍ୟ ସରକାର ୨୦୧୮ରୁ ଏନେଇ ତଥ୍ୟ ଲୁଚାଉଛନ୍ତି। ଏନେଇ ମମତା ବାନାର୍ଜୀ ସରକାର ଶ୍ୱେତପତ୍ର ଜାରି କରନ୍ତୁ ବୋଲି ଶାହା ଦାବି କରିଛନ୍ତି। ରାଜ୍ୟପାଳ ଜଗଦୀପ ଧନ୍‌କାରଙ୍କୁ ରାଜ୍ୟ ସରକାରଙ୍କ ପକ୍ଷରୁ ଅଭଦ୍ରାମି କରାଯାଉଛି। ସେ ସାମ୍ବିଧାନିକ ଆଇନ ଭିତରେ ରହି କାର୍ଯ୍ୟ କରୁଛନ୍ତି। ମମତା ତାଙ୍କ ଭଣଜାକୁ ମୁଖ୍ୟମନ୍ତ୍ରୀ କରିବାକୁ ଚାହୁଁଛନ୍ତି। ଆମେ କିନ୍ତୁ ସଶକ୍ତ ବେଙ୍ଗଲ ଗଠନ କରିବା ଦିଗରେ ଅଗ୍ରସର ହେଉଛୁ। ରାଜ୍ୟରେ ଅରାଜକତା, ଅପରାଧ ଦୂର କରି ବିକାଶ ଦିଗକୁ ତ୍ୱରାନ୍ବିତ କରିବାକୁ ଚାହୁଁଛୁ। ସମୟ ପାଖେଇ ଆସିଲାଣି, ଭୋଟର ମଧ୍ୟ ସଚେତନ ହେଲେଣି ବୋଲି ଶାହା କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ତାମିଲନାଡୁ ବିଧାନସଭା ନିର୍ୱାଚନ: ଭାଜପା ପ୍ରାର୍ଥୀ ତାଲିକାରେ ଆନ୍ନାମଲାଇଙ୍କ ନାମ ନାହିଁ

ଚେନ୍ନାଇ,୩ା୪: ତାମିଲନାଡୁ ବିଧାନସଭା ନିର୍ୱାଚନ ପାଇଁ ଭାଜପା ଶୁକ୍ରବାର ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ହେଲେ ଦଳର ପୂର୍ୱତନ ରାଜ୍ୟ ସଭାପତି କେ. ଆନ୍ନାମଲାଇଙ୍କ ନାମ ଉକ୍ତ…

ରାଜ୍ୟ ସଭାର ଉପନେତା ପଦରୁ ହଟାଯିବା ପରେ କମିଯିବ କି ରାଘବ ଚଢାଙ୍କ ଦରମା? ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୩।୪: ରାଜ୍ୟ ସଭାରେ ଉପନେତା ପଦରୁ ରାଘବ ଚଢାଙ୍କୁ ହଟାଇବା ପରେ ରାଜନୈତିକ ବିତର୍କ ଆରମ୍ଭ ହୋଇଛି। ଅଶୋକ ମିତ୍ତଲ ଏବେ ଏହି ଭୂମିକା ଗ୍ରହଣ କରିବେ।…

କଂଗ୍ରେସରେ ଯୋଗ ଦେବେ ରାଘବ ଚଢା? ବଡ଼ ଦାବି କଲେ ଅଳକା ଲାମ୍ବା

ନୂଆଦିଲ୍ଲୀ,୩।୪: ଏଏପି ରାଜ୍ୟ ସଭା ଏମପି ରାଘବ ଚଢା ନିଜ ଦଳ ଭିତରେ ନେତାମାନଙ୍କ ଦ୍ୱାରା ସମାଲୋଚନାର ଶିକାର ହୋଇଛନ୍ତି। ରାଜନୈତିକ ମହଲରେ ତାଙ୍କ ସମ୍ପର୍କରେ ବିଭିନ୍ନ…

ସଞ୍ଜୁ ସାମସନଙ୍କୁ ଭୁରି ଭୁରି ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ମୋଦି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୩।୪: ଟିମ ଇଣ୍ଡିଆ ନିକଟରେ ICC ଟି୨୦ ବିଶ୍ୱକପ ୨୦୨୬ ଜିତି ଇତିହାସ ରଚିଛି। ଷ୍ଟାର ଭାରତୀୟ ଉଇକେଟ୍‌କିପର-ବ୍ୟାଟ୍ସମ୍ୟାନ ସଞ୍ଜୁ ସାମସନ ଏହି ଟାଇଟଲ ବିଜୟର ହିରୋ…

ଜନସାଧାରଣଙ୍କ ପାଇଁ ଖରାପ ଖବର: ସାବୁନ ଠାରୁ ତେଲ ପର୍ଯ୍ୟନ୍ତ ସବୁକିଛି ହେବ ମହଙ୍ଗା! ଜାଣନ୍ତୁ କେତେ ବୃଦ୍ଧି ପାଇବ…

ନୂଆଦିଲ୍ଲୀ,୩।୪: ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ଯୋଗୁ ଆର୍ଥିକ ଚାପ ବୃଦ୍ଧି ପାଇଛି ଏବଂ ମୁଦ୍ରାସ୍ଫୀତି ଏହାର ପ୍ରଭାବ ପକାଇବା ଆରମ୍ଭ…

ଶିକ୍ଷା କ୍ଷେତ୍ରରେ ବଡ଼ ପରିବର୍ତ୍ତନ: NCERTକୁ ଖୁବଶୀଘ୍ର ମିଳିପାରେ ‘ଡିମ୍ଡ ୟୁନିଭରସିଟି’ ମାନ୍ୟତା

ନୂଆଦିଲ୍ଲୀ,୩।୪: ଦେଶର ସ୍କୁଲ ଶିକ୍ଷା ବ୍ୟବସ୍ଥାରେ ଏକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନକୁ ଦୃଷ୍ଟିରେ ରଖି, କେନ୍ଦ୍ର ସରକାର ନିକଟ ଭବିଷ୍ୟତରେ ଜାତୀୟ ଶିକ୍ଷା ଗବେଷଣା ଏବଂ ତାଲିମ ପରିଷଦ…

ଏହି ଯୋଜନାରେ ୨ କୋଟି ଟଙ୍କା ପର୍ଯ୍ୟନ୍ତ ଋଣ ପ୍ରଦାନ କରୁଛନ୍ତି ସରକାର, ଏହି ଉପାୟରେ ଲାଭ ଉଠାଇପାରିବେ କୃଷକ

ନୂଆଦିଳ୍ଲୀ,୩।୪: ଦେଶର ଅଧାରୁ ଅଧିକ ଜନସଂଖ୍ୟା ଏବେ ବି ଚାଷ ଏବଂ କୃଷି ମାଧ୍ୟମରେ ଜୀବିକା ନିର୍ବାହ କରନ୍ତି, ଏବଂ ଏହି କାରଣରୁ ଭାରତର ପ୍ରଗତି ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri