Posted inଜାତୀୟ

ଗାନ୍ଧିନଗରରେ ଅମିତ ଶାହାଙ୍କ ଐତିହାସିକ ବିଜୟ

ଗାନ୍ଧିନଗର,୪।୬: ଗୁଜରାଟର ସବୁଠାରୁ ହାଇ ପ୍ରୋଫାଇଲ ଆସନରୁ ପୁଣି ଥରେ ଭାଜପା ଟିକେଟରେ ନିର୍ବାଚନ ଲଢ଼ିଥିବା କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ୭ ଲକ୍ଷରୁ ଅଧିକ ଭୋଟରେ ବିଜୟୀ ହୋଇଛନ୍ତି। ଏହା ଗୁଜରାଟ ଇତିହାସରେ ସବୁଠାରୁ ବୃହତ ବ୍ୟବଧାନରେ ବିଜୟ ବୋଲି କୁହାଯାଉଛି। ତାଙ୍କ ବିରୋଧରେ କଂଗ୍ରେସ ପ୍ରାର୍ଥୀ ସୋନଲ ପଟେଲ ପରାଜିତ ହୋଇଛନ୍ତି।

ଚଳିତ ନିର୍ବାଚନରେ ଏହି ଆସନରେ ମେ ୭ରେ ଭୋଟଗ୍ରହଣ କରାଯାଇଥିଲା। ଏଥିରେ ମୋଟ ୫୯.୧୯% ଭୋଟଗ୍ରହଣ ହୋଇଥିଲା। ୨୦୧୯ରେ ଏହି ଲୋକ ସଭା ଆସନରେ ୬୬.୦୮% ଭୋଟଗ୍ରହଣ ହୋଇଥିଲା। ସେତେବେଳେ ଶାହା ୮ ଲକ୍ଷ ୯୪ ହଜାର ଭୋଟ ପାଇ ଏକତରଫା ନିର୍ବାଚନ ଜିତିଥିଲେ। ଭାଜପାର ଏହି ଗଡ଼ରୁ ଅନେକ ଥର ଦଳର ସଂସ୍ଥାପକ ସଦସ୍ୟ ଲାଲକୃଷ୍ଣ ଆଡଭାଣୀ ଏତେ ବଡ଼ ବ୍ୟବଧାନରେ ବିଜେତା ହୋଇ ଲୋକ ସଭା ଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଏମ୍‌ସିର ଚେତାବନୀ, ଓମଫେଡ୍‌ ବୁଥରେ ଗୁଟ୍‌ଖା ବିକିଲେ…

ଭୁବନେଶ୍ୱର,୨୮ା୧: ଗୁଟ୍‌ଖାକୁ ନେଇ ପ୍ରଶାସନର ବଡ଼ ନିଷ୍ପତ୍ତି । ଜୋରଦାର ହେବ ଗୁଟ୍‌ଖା ଏନଫୋର୍ସମେଣ୍ଟ ଡ୍ରାଇଭ୍‌ । ଭେଣ୍ଡିଂ ଜୋନ୍, ଓମଫେଡ୍‌ ବୁଥରେ ଗୁଟ୍‌ଖା ବିକିଲେ ଆକ୍ସନ…

ରାୟଗଡ଼ାରେ ବନ୍ଦ ପ୍ରଭାବ ଶୂନ: ନେତାଙ୍କ ଦେଖା ମିଳିଲାନି, ଖୋଲା ରହିଲା…

ରାୟଗଡା,୨୮।୧(ଆଶିଷ ରଞ୍ଜନ ପଣ୍ଡା)- ନବ ନିର୍ମାଣ କୃଷକ ସଂଗଠନ ଦ୍ବାରା ଡକାଯାଇଥିବା ଓଡିଶା ବନ୍ଦ ଡାକରା ରାୟଗଡା ଜିଲାରେ  ପ୍ରଭାବହୀନ ହୋଇଥିବା ଦେଖିବାକୁ ମିଳିଛି । ରାୟଗଡା…

ସରକାରୀ ଚାକିରି ଆବେଦନରେ ତୃତୀୟ ଲିଙ୍ଗ ରହୁ, ସରକାରଙ୍କୁ OHRCଙ୍କ ସୁପାରିସ୍‌

ଭୁବନେଶ୍ୱର,୨୮ା୧: ସରକାରୀ ଚାକିରି ଆବେଦନରେ ତୃତୀୟ ଲିଙ୍ଗୀଙ୍କ ବିକଳ୍ପ ରଖିବା ପାଇଁ ରାଜ୍ୟ ସରକାରଙ୍କୁ ସୁପାରିସ କଲେ OHRC(ଓଡ଼ିଶା ମାନବ ଅଧିକାର ଆୟୋଗ) । ତୃତୀୟ ଲିଙ୍ଗ ବା…

ଅରିଜିତଙ୍କ ଅବସର ପରେ ଏମିତି କହିଲେ ଶ୍ରେୟା ଘୋଷାଲ, ସବୁଠି ଚର୍ଚ୍ଚା

ମୁମ୍ବାଇ: ଭାରତୀୟ ସଙ୍ଗୀତ ଜଗତର ଲୋକପ୍ରିୟ କଣ୍ଠଶିଳ୍ପୀ ଅରିଜିତ ସିଂହ ପ୍ଲେବ୍ୟାକ୍ ସିଙ୍ଗିଙ୍ଗରୁ ଅବସର ଘୋଷଣା କରିଛନ୍ତି। ଏହି ଶୁଣିବା ପରେ ତାଙ୍କ ପ୍ରଶଂସକ ଓ ସହକର୍ମୀମାନେ…

ରାୟଗଡା ସହରରେ ଜଣ୍ଡିସ ଆଶଙ୍କା, ସ୍ୱାସ୍ଥ୍ୟ ବିଭାଗର ତନାଘନା

ରାୟଗଡା,୨୮ା୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡା ସହର ଇନ୍ଦିରା ନଗର ଷଷ୍ଠ ଲେନ, କସ୍ତୁରୀ ନଗର ପ୍ରମଥ ଲେନ ଏବଂ କତୁରୁ ବସ୍ତିରେ ଜଣ୍ଡିସ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ…

ଅରିଜିତଙ୍କୁ ନେଇ ବଡ଼ ଖବର! ରାଜନୈତିକ ଦଳ କରିବାକୁ ଅବସର…ପଶ୍ଚିମବଙ୍ଗ ନିର୍ବାଚନ ପୂର୍ବରୁ… 

ମୁମ୍ବାଇ: ଆଜିକାଲି ଅଭିନୟ ଜୀବନ କମ୍‌ ବରଂ ବ୍ୟକ୍ତିଗତ ଜୀବନକୁ ନେଇ ଅଧିକ ଚର୍ଚ୍ଚାରେ ରହୁଛନ୍ତି ଖ୍ୟାତନାମା ଗାୟକ ଅରିଜିତ ସିଂ। ଦିନକ ପୂର୍ବେ ସେ ହଠାତ…

ସରକାରୀ ଜମି ଜବରଦଖଲକୁ ନେଇ ଉତ୍ତେଜନା, ଦିଗପହଣ୍ଡି ଥାନାରେ ହୋହଲ୍ଲା  

ଦିଗପହଣ୍ଡି,୨୮ା୧(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଆଙ୍କୋରଡ଼ା ଗ୍ରାମର ଏକାଧିକ ଏକର ସରକାରୀ ଜମି ଜବରଦଖଲକୁ କେନ୍ଦ୍ରକରି ଗତ ଦୁଇଦିନ ହେଲା ଗାଁରେ ଚାପା…

ପତ୍ନୀଙ୍କଠାରୁ ଅଲଗା ହେବେ ଗୌରବ ଖନ୍ନା! ପ୍ରଶଂସକଙ୍କ ବଢ଼ିଲା ଚିନ୍ତା 

ମୁମ୍ବାଇ: ପୁଣି ଚର୍ଚ୍ଚାରେ ଲୋକପ୍ରିୟ ରିଆଲିଟି ଶୋ’ ବିଗ୍‌ବସ୍‌ ବିଜେତା ତଥା ଅଭିନେତା ଗୌରବ ଖନ୍ନା। ଶୋ’ରେ ପତ୍ନୀଙ୍କ ପ୍ରତି ଥିବା ଭଲପାଇବାକୁ ନେଇ ସେ ଖବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri