Posted inଜାତୀୟ

ପ୍ରତି ମାସରେ ପଶ୍ଚିମବଙ୍ଗ ଗସ୍ତ କରିବେ ଶାହା!

ନୂଆଦିଲ୍ଲୀ,୨୨ ।୧୨: ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ପୁଣିଥରେ ଆସନ୍ତା ଜାନୁୟାରୀରେ ପଶ୍ଚିମବଙ୍ଗ ଗସ୍ତ କରିବେ ବୋଲି ଜଣାପଡିଛି । ପଶ୍ଚିମବଙ୍ଗ ଭାରତୀୟ ଜନତା ପାର୍ଟି(ଭାଜପା) ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ଜାନୁୟାରୀରେ ସ୍ୱାମୀ ବିବକୋନନ୍ଦଙ୍କ ଜନ୍ମଜୟନ୍ତି ଅବସରରେ ୧୨ ଜାନୁୟାରୀକୁ ଶାହା ପଶ୍ଚିମବଙ୍ଗ ଗସ୍ତ କରିପାରନ୍ତି । ଏଥିପାଇଁ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗ ଦେବା ସହ ହାୱଡା ନିକଟରେ ଥିବା ଏକ ଷ୍ଟାଡିୟମରେ ଆୟୋଜିତ ସଭାରେ ଯୋଗଦେବେ । ଉକ୍ତ ସଭାବେ ପଶ୍ଚିମବଙ୍ଗ ବିଧାନସଭା ପାଇଁ ହେବାକୁ ଥିବା ନିର୍ବାଚନ ସମ୍ପର୍କରେ ବିସ୍ତ୍ରୁତ କାର୍ଯ୍ୟସୂଚିର ଘୋଷଣା ମଧ୍ୟ କରିପାରନ୍ତି । ଯଦିଓ ଏହା ଔପଚାରିକ ଭାବେ ଘୋଷଣା କରାଯାଇ ନାହିଁ ତଥାପି ପଶ୍ଚିମବଙ୍ଗ ଭାଜପା ପକ୍ଷରୁ ଏହି ସୂଚନା ମିଳିଥିବା କୁହାଯାଇଛି । ତେବେ ଉକ୍ତ ସୂଚନା ଅନୁଯାୟୀ, ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପର୍ଯ୍ୟନ୍ତ ଶାହା ପ୍ରତି ମାସରେ ସେଠାକୁ ଗସ୍ତ କରିପାରନ୍ତି । ସୂଚନାଯୋଗ୍ୟ, ଶାହା ଗତ ଶୁକ୍ରବାର ରାତିରେ ଦୁଇ ଦିନିଆ ପଶ୍ଚିମବଙ୍ଗ ଗସ୍ତ କରିଥିଲେ । ତାଙ୍କ ଗସ୍ତ ସମୟରେ ଶାସକ ତ୍ରୁରମୂଳ କଂଗ୍ରେସ ଛାଡି ଭାଜପାର ହାତ ଧରିଥିବା କେତେଜଣ ନେତା ଭାଜପାରେ ସାମିଲ ହୋଇଥିଲେ । ଏହାସହ ଶାହା ଏକ ରୋଡ ଶୋ’ରେ ଯୋଗ ଦେଇ କହିଥିଲେ ଜୀବନରେ ଏମିତି ରୋଡ ଶୋ’ ସେ ଦେଖି ନ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ପଡିକଲଙ୍କ କ୍ରମାଗତ ଦ୍ୱିତୀୟ ଶତକ, ଭାରତ ୩୦୦/୫

କଲମ୍ବୋ, ୨୩ା୮- ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ରବିବାରଠାରୁ ଦ୍ୱିତୀୟ ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଆରମ୍ଭ ହୋଇଯାଇଛି। ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ ପ୍ରଥମ ଦିନ…

ସମବାୟ ସମିତିରୁ ରାତିରେ ସାର ଚାଲାଣ ଅଭିଯୋଗ, ବଢ଼ିଲା ଚାଷୀ ଅସନ୍ତୋଷ

ହାଟଡିହୀ/ଛେନାପଦୀ,୨୩।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସମଣା ସେବା ସମବାୟ ସମିତିରେ ଚାଷୀଙ୍କ ପାଇଁ ମହଜୁଦ ଥିବା ସାରକୁ ବିକ୍ରି ଉଦ୍ଦେଶ୍ୟରେ ରାତିରେ ଅନ୍ୟତ୍ର…

କୋକସରାରେ ବର୍ଷା ବିତ୍ପାତ, ଘରେ ପଶିଲା ପାଣି

କୋକସରା,୨୩।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାରଠାରୁ ଲାଗି ରହିଥିବା ଲଗାଣ ବର୍ଷା ଯୋଗୁ କଳାହାଣ୍ଡି ଜିଲା କୋକସରା ଅଞ୍ଚଳରେ ବେହାଳ ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରାୟ ୩୦ ଘଣ୍ଟାରୁ…

ଇମ୍ରାନ୍ ଖାନଙ୍କ ପାଇଁ ଆଗକୁ ଆସିଲେ ଗାଭାସ୍କର-କପିଲ ଦେବ, ପ୍ରଧାନମନ୍ତ୍ରୀଙ୍କୁ ଲେଖିଲେ ଚିଠି

ଇସଲାମବାଦ,୨୩।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତା ପ୍ରକାଶ କରିଛନ୍ତି ଆନ୍ତର୍ଜାତୀୟ କ୍ରିକେଟର ୨୨ ଜଣ ପୂର୍ବତନ ଅଧିନାୟକ। ଇମ୍ରାନ ଖାନଙ୍କୁ ଉନ୍ନତ ଚିକିତ୍ସା ସୁବିଧା…

ଲୋକଙ୍କୁ ବିକୁଥିଲେ ନକଲି ବ୍ରାଣ୍ଡ୍‌ ଘଣ୍ଟା, ୪ଜଣଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୨୩।୮(ସଙ୍ଗୀତା ଜେନା): ନକଲି ବ୍ରାଣ୍ଡ୍‌ ଘଣ୍ଟା ବିକ୍ରି ଅଭିଯୋଗରେ ପ୍ଲାଣ୍ଟସାଇଟ୍‌ ଥାନା ପୋଲିସ ୪ ଜଣଙ୍କୁ ରବିବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବିଶ୍ରା ଜିନତ…

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri