Posted inଜାତୀୟ

ଜ୍ୟାକଲିନଙ୍କୁ ଦେଖାଇବା ପାଇଁ ଅମିତ ଶାହାଙ୍କ ଅଫିସକୁ ଫୋନ କରିଥିଲେ

ନୂଆଦିଲ୍ଲୀ,୧୪।୧୨: ବଲିଉଡ୍‌ ଅଭିନେତ୍ରୀ ଜ୍ୟାକଲିନ ଫର୍ନାଣ୍ଡିଜଙ୍କ ସହ ବନ୍ଧୁତା କରିବା ପାଇଁ ଅଭିଯୁକ୍ତ ଠକ ସୁକେଶ ଚନ୍ଦ୍ରଶେଖର କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଅଫିସ ନମ୍ବରକୁ କଲ କରିବାର ନକଲ କରିଥିଲେ। କେବଳ ଏତିକି ନୁହେଁ, ନିଜକୁ ତାମିଲନାଡୁର ପୂର୍ବତନ ମୁଖ୍ୟମନ୍ତ୍ରୀ ଜେ ଜୟଲଲିଥାଙ୍କ ରାଜନୈତିକ ପରିବାରର ସଦସ୍ୟ ବୋଲି ପରିଚୟ ଦେଇଥିଲେ। ବେଆଇନ ଟଙ୍କା ନେଣଦେଣ ମାମଲାରେ ଇଡି ଦାଖଲ କରିଥିବା ଚାର୍ଜଶିଟ୍‌ରେ ଏହା ଦର୍ଶାଇଛି।

କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥା ୩୬ ବର୍ଷୀୟ ଅଭିନେତ୍ରୀଙ୍କୁ ଚଳିତ ବର୍ଷ ଦୁଇ ଥର ପଚରାଉଚରା କରିଥିଲା। ତାଙ୍କ ଅନୁଯାୟୀ, ଚନ୍ଦ୍ରଶେଖର ନିଜକୁ ‘ଶେଖର ରତ୍ନ ଭେଲା’ ବୋଲି ପରିଚୟ ଦେଇଥିଲେ।

ଏହି ଚାର୍ଜଶିଟ୍‌ ଚଳିତ ମାସ ଆରମ୍ଭରୁ କୋର୍ଟରେ ଦାଖଲ କରିଥିଲା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ। ଏଥିରେ ଇଡି ଚନ୍ଦ୍ରଶେଖର, ତାଙ୍କ ପତ୍ନୀ ଲୀନା ମାରିଆ ପଲଙ୍କ ସହ ଅନ୍ୟ ୬ ଜଣଙ୍କ ନାମ ଉଲ୍ଲେଖ କରିଛି।

”ଚନ୍ଦ୍ରଶେଖର ୨୦୨୦ ଡିସେମ୍ବରରୁ ଲଗାତାର ଫର୍ନାଣ୍ଡିଜଙ୍କ ସହ ଯୋଗାଯୋଗ ପାଇଁ ଅନେକ କଲ ଓ ମେସେଜ କରିଥିଲେ। ହେଲେ ତାଙ୍କୁ ଜାଣି ନ ଥିବାରୁ କୌଣସି କଲ କିମ୍ବା ମେସେଜର ଉତ୍ତର ଦେଇ ନ ଥିଲେ ଜ୍ୟାକଲିନ। ଶେଷରେ ତାଙ୍କ ମେକଅପ୍‌ ଆର୍ଟିଷ୍ଟ ଶାନ ମୁଥାଥିଲଙ୍କୁ ଜଣେ ସରକାରୀ ଅଧିକାରୀ ଯୋଗାଯୋଗ କରି ନିଜକୁ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କ କାର୍ଯ୍ୟଳୟରୁ ଫୋନ କରିଥିବା କହିଥିଲେ। ଶେଖରଙ୍କୁ ଜଣେ ଗୁରୁତ୍ୱପୂର୍ଣ୍ଣ ଅଧିକାରୀ ଏବଂ ଜ୍ୟାକଲିନ ତାଙ୍କ କଣ୍ଟାକ୍ଟରେ ରହିବା ଉଚିତ ବୋଲି କହିଥିଲେ ଉକ୍ତ ଅଧିକାରୀ। ପରେ ଅଭିନେତ୍ରୀଙ୍କ ନିକଟରେ ନିଜକୁ ସନ ଟିଭିର ମାଲିକ ଏବଂ ଜୟଲଲିଥାଙ୍କ ରାଜନୈତିକ ପରିବାର ସଦସ୍ୟ ବୋଲି ପରିଚୟ ଦେଇଥିଲେ ସୁକେଶ“ ବୋଲି ଚାର୍ଜଶିଟ୍‌ରେ ଉଲ୍ଲେଖ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହର୍ମୁଜରେ ୟୁଏଇର ୨ ଟ୍ୟାଙ୍କର ଉପରେ ଆକ୍ରମଣ

ଦୁବାଇ, ୧୫।୮: ହର୍ମୁଜ ପ୍ରଣାଳୀ ଦେଇ ଯାଉଥିବା ୟୁଏଇର ଦୁଇଟି ତେଲ ଟ୍ୟାଙ୍କର ଉପରେ ଡ୍ରୋନ ଆକ୍ରମଣ ହୋଇଛି। ଏହି ଆକ୍ରମଣ ପାଇଁ ସଂଯୁକ୍ତ ଆରବ ଏମିରେଟ୍ସ…

ଲାଲକିଲ୍ଲାରେ ସମ୍ବୋଧନ ପରେ ପିଲାମାନଙ୍କ ଗହଣରେ ନିଜକୁ ହଜାଇ ଦେଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୫।୮: ଦେଶ ଆଜି ତା’ର 80ତମ ସ୍ବାଧୀନତା ଦିବସ ପାଳନ କରୁଛି। ପ୍ରଧାନମନ୍ତ୍ରୀ ମୋଦି ଲାଲକିଲ୍ଲାରୁ ଲଗାତାର 13ତମ ଥର ପାଇଁ ତ୍ରିରଙ୍ଗା ଉତ୍ତୋଳନ କରିଛନ୍ତି। ଲାଲକିଲ୍ଲାର…

ସେମିକଣ୍ଡକ୍ଟର, ପରମାଣୁ ଶକ୍ତି, ଭୋକାଲ ଫର୍‌ ଲୋକାଲ… ପ୍ରଧାନମନ୍ତ୍ରୀ ମୋଦିଙ୍କ ଅଭିଭାଷଣର ୧୦ଟି ବଡ଼ କଥା

ନୂଆଦିଲ୍ଲୀ,୧୫।୮: ଆଜି ଦେଶ ସ୍ବାଧୀନତାର ୮୦ ବର୍ଷ ପୂରଣ କରୁଛି। ଅଗଷ୍ଟ ୧୫ ଅବସରରେ, ପ୍ରଧାନମନ୍ତ୍ରୀ ମୋଦି ଲଗାତାର 13 ଥର ପାଇଁ ତ୍ରିରଙ୍ଗା ଉତ୍ତୋଳନ କରିଥିଲେ…

Video: ଇଣ୍ଡୋନେସିଆରେ ଭୂକମ୍ପର ଶକ୍ତ ଝଟକା, ସୁନାମି ଆଲର୍ଟ

ଜାକର୍ତ୍ତା,୧୫।୮: ଶନିବାର ସକାଳେ ଇଣ୍ଡୋନେସିଆର ପୂର୍ବ ଭାଗରେ ଏକ ଶକ୍ତିଶାଳୀ ଭୂମିକମ୍ପ ହୋଇଥିଲା। ଫ୍ଲୋରେସ ଦ୍ୱୀପ ନିକଟରେ ୭.୭ ତୀବ୍ରତାର ଭୂମିକମ୍ପ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି…

ସରକାରୀ ପୋଲ ପୋତି ଦେବାରୁ ରାସ୍ତାରେ ଜମୁଛି ପାଣି: ବିପଦ ଆଶଙ୍କା

କେସିଙ୍ଗା, ୧୫/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ବ୍ଲକ ତାଲଭଅଁରା ସାହାଜପାଟି ଗ୍ରାମ ନିକଟ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କରେ ଥିବା ସରକାରୀ ପୋଲକୁ ମାଟି ପକାଇ…

ପତାକା ଉତ୍ତୋଳନ ପାଇଁ ଲୁହା ପାଇପ୍‌ ଆଣୁଥିଲେ ଶିକ୍ଷକ, ବାଜିଲା ବିଦ୍ୟୁତ ତାର: ଆଉ ତା’ପରେ ଘଟିଲା…

ସିମୁଳିଆ, ୧୫।୮(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ ମଇତାପୁର ଅଞ୍ଚଳରେ ପ୍ରତିଷ୍ଠିତ ରୟାଲ ହାଇସ୍କୁଲ ଓ ରୟାଲ ପବ୍ଲିକ ସ୍କୁଲ ନାମକ ଏକ ଘରୋଇ…

Gen Zଙ୍କ ସହ Gen Alphaଙ୍କ ପାଇଁ ବଡ଼ ଘୋଷଣା କଲେ ମୋଦି, ମାଗଣାରେ ମିଳିବ…

ନୂଆଦିଲ୍ଲୀ,୧୫।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲାଲକିଲ୍ଲାର ପ୍ରାଚୀରରୁ Gen Z ଏବଂ Gen Alphaଙ୍କ ପାଇଁ ଏକ ବଡ଼ ଉପହାର ଘୋଷଣା କରିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି ଯେ…

ମୌଳିକ ସୁବିଧାରୁ ବଞ୍ଚିତ ୩ ଗାଁ: ଦୀପ ତଳ ଅନ୍ଧାର

ଦାରିଙ୍ଗବାଡି,୧୫।୮(ଅରୁଣ ସାହୁ): ରାଜ୍ୟ ଓ କେନ୍ଦ୍ର ସରକାର ସମସ୍ତ ଗାଁଠାରୁ ସହରକୁ ଯୋଡିବା ପାଇଁ କଚ୍ଚା ରାସ୍ତାକୁ ପକ୍କା ରାସ୍ତା ନିର୍ମାଣ କରୁଛନ୍ତି। କିନ୍ତୁ ଏଭଳି ୩ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri