Posted inଖେଳ

ଅମିତ ସ୍ବର୍ଣ୍ଣ, ଜଗନ୍ନାଥଙ୍କୁ ବ୍ରୋଞ୍ଜ ପଦକ

ଭୁବନେଶ୍ୱର, ୯।୯ (ତପନ ସ୍ବାଇଁ): ନେପାଳର କାଠମାଣ୍ଡୁରେ ୫୫ତମ ଏସୀୟ ସିନିୟର ସୁନ୍ଦରସ୍ବାସ୍ଥ୍ୟ ଏବଂ ଫିଜିକ୍ସ ସ୍ପୋଟର୍‌ସ ଚାମ୍ପିୟନଶିପ୍‌ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଓଡ଼ିଶା ପ୍ରତିଯୋଗୀ ଗୋଟିଏ ଲେଖାଏ ସ୍ବର୍ଣ୍ଣ ଓ ବ୍ରୋଞ୍ଜ ପଦକ ପାଇଛନ୍ତି। ରାଜ୍ୟ ସୁନ୍ଦର ସ୍ବାସ୍ଥ୍ୟ ସଂଘର ସଭାପତି ତଥା ଅନ୍ତର୍ଜାତୀୟ ବିଚାରକ ସୁମିତ୍ରା ତ୍ରୀପାଠୀଙ୍କ ନେତୃତ୍ୱରେ ଓଡ଼ିଶାର ୪ ପ୍ରତିଯୋଗୀ ଉକ୍ତ ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିଲେ। ୭୦ କେଜି ଓଜନ ବର୍ଗରେ ବଲାଲ ଖାଁ ଓ ଅମିତ କୁମାର ଭୂୟାଁ, ୭୫ କେଜିରେ ଜଗନ୍ନାଥ ଖୁଣ୍ଟିଆ ଏବଂ ମେନ୍ସ ଫିଜିକ୍‌ ସ୍ପୋଟର୍‌ସରେ ପୁପୁନ ସ୍ବାଇଁ ଅଂଶଗ୍ରହଣ କରିଥିଲେ। ଏମାନଙ୍କ ମଧ୍ୟରୁ ଅମିତ ସ୍ବର୍ଣ୍ଣ ଏବଂ ଜଗନ୍ନାଥ ବ୍ରୋଞ୍ଜ ପଦକ ପାଇଛନ୍ତି। ଏସୀୟ ସୁନ୍ଦରସ୍ବାସ୍ଥ୍ୟ ପ୍ରତିଯୋଗିତାରେ ସ୍ବର୍ଣ୍ଣ ପଦକ ଲାଭ କରିବାରେ ଅମିତ ହେଉଛନ୍ତି ଓଡ଼ିଶାର ପ୍ରଥମ। ଶୁକ୍ରବାର ପ୍ରତ୍ୟାବର୍ତ୍ତନ କରିଥିବା ଓଡ଼ିଶା ପ୍ରତିଯୋଗିମାନଙ୍କୁ ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରେ ରାଜ୍ୟ ସଂଘର ସାଧାରଣ ସମ୍ପାଦକ ପ୍ରସନ୍ନ ମହାସୁଆର, କାର୍ଯ୍ୟକାରୀ ଉପସଭାପତି ବାବୁଲି ସ୍ବାଇଁ, ଉପଦେଷ୍ଟା କମିଟି ଅଧ୍ୟକ୍ଷ ମାନସ ରଞ୍ଜନ ମହାପାତ୍ର ଏବଂ ଅନ୍ୟ କର୍ମକର୍ତ୍ତାମାନେ ସମ୍ବର୍ଦ୍ଧିତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗାଙ୍ଗୁଲିଙ୍କ ଜୀବନ ପ୍ରତି ବିପଦ!

ନୂଆଦିଲ୍ଲୀ,୧୧।୮: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ସୌରଭ ଗାଙ୍ଗୁଲି ଏବଂ ତାଙ୍କ ପତ୍ନୀ ଡୋନା ଗାଙ୍ଗୁଲିଙ୍କୁ ହତ୍ୟା ଧମକ ମିଳିଛି। ବର୍ତ୍ତମାନ କ୍ରିକେଟ ଆସୋସିଏସନ ଅଫ…

ବର୍ଷାରେ ଭାଙ୍ଗିଗଲା କୋଟିଏ ଟଙ୍କାର ଶେଡ୍, ଯାତ୍ରୀ ସୁରକ୍ଷା ବ୍ୟବସ୍ଥାକୁ ନେଇ ପ୍ରଶ୍ନବାଚୀ

ରାଉରକେଲା,୧୧।୮(ସଙ୍ଗୀତା ଜେନା): ରାଉରକେଲା ରେଲଓ୍ବେ ଷ୍ଟେଶନର ମୁଖ୍ୟ ପ୍ରବେଶ ଦ୍ୱାରରେ ନିର୍ମାଣାଧୀନ ଶେଡ୍‌ ସୋମବାର ହୋଇଥିବା ପ୍ରବଳ ବର୍ଷାରେ ଭାଙ୍ଗିଯାଇଛି। ଫଳରେ ଶେଡ୍‌ ତଳେ ଥିବା ଏକ…

ଓଟିପି, ପାସୱାର୍ଡ ଦେଉଥିଲେ ସାବଧାନ: ସାଇବର ଠକେଇରୁ ସତର୍କ ରହିବାକୁ ଛାତ୍ରୀଛାତ୍ରଙ୍କୁ…

ବଞ୍ଚୋ, ୧୦।୮8(ପ୍ରଦୋଷ ବିଶ୍ୱାଳ ): ଦିନକୁ ଦିନ ସାଇବର ଅପରାଧ ଓ ଅନଲାଇନ ଠକେଇ ବଢ଼ିଚାଲିଥିବା ବେଳେ ଏନେଇ ସାଧାରଣ ଲୋକଙ୍କୁ ସଚେତନ କରିବା ପାଇଁ ଆନନ୍ଦପୁର…

୩ ନାବାଳିକାଙ୍କୁ ଆନ୍ଧ୍ରପ୍ରଦେଶ ନେଉଥିଲେ ଦଲାଲ: ମାଡ଼ିବସିଲା ଶିଶୁ ସୁରକ୍ଷା ବିଭାଗ

ଛତ୍ରପୁର,୧୦।୮(ଦିଲ୍ଲୀପସାମଲ/ଦ୍ୱାରିକା ପଟ୍ଟନାୟକ): ଆନ୍ଧ୍ରପ୍ରଦେଶର ଗୁଡ଼ିୱାଡା ଅଞ୍ଚଳର ଏକ ଚିଙ୍ଗୁଡ଼ି ଫ୍ୟାକ୍ଟ୍ରିରେ କାମ କରିବା ପାଇଁ ଚାଲାଣ ହେଉଥିବା ୩ ଜଣ ନାବାଳିକାଙ୍କୁ ଛତ୍ରପୁର ରେଳ ଷ୍ଟେଶନରୁ ଉଦ୍ଧାର…

ସର୍ପ ଦଂଶନରେ ୨ ମାସର ଶିଶୁ ପୁତ୍ର ମୃତ, ବାପା ଅସୁସ୍ଥ: ଚିକିତ୍ସା ନ କରାଇ ଶିଶୁକୁ ପୋତିଦେଲେ…

ଦେବଗଡ,୧୦ା୮(ଶଶାଙ୍କ ଶେଖର ଝାଙ୍କର): ସର୍ପ ଦଂଶନରେ ୨ ମାସର ଶିଶୁପୁତ୍ର ମୃତ, ବାପା ଅସୁସ୍ଥ । ଏଭଳି ଏକ ଦୁଃଖଦ ଘଟଣା ଦେଖିବାକୁ ମିଳିିଛି ଦେବଗଡ ଜିଲାର…

ନକଲି ଆଇଏଏସ୍‌ ଅଫିସର ଗିରଫ

ନୂଆଦିଲ୍ଲୀ, ୧୦ା୮: ଜାତୀୟ ସୁରକ୍ଷା ପରାମର୍ଶଦାତା (ଏନ୍‌ଏସ୍‌ଏ) ଅଜିତ ଡୋଭାଲଙ୍କ ଗୁପ୍ତ ଏଜେଣ୍ଟ ବୋଲି ପରିଚୟ ଦେଉଥିବା ଜଣେ ନକଲି ଆଇଏଏସ୍‌ ଅଫିସରଙ୍କୁ ପୋଲିସ ସୋମବାର ଗିରଫ…

ଶକ୍ତିଶାଳୀ ଭୂକମ୍ପ ଅନୁଭୂତ: ଭୟରେ ଘର ଛାଡ଼ି ପଳାଇଲେ ଲୋକେ

ବୋଗୋଟା, ୧୦।୮: ପଶ୍ଚିମ କୋଲମ୍ବିଆରେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ଏହା ୭.୬ ତୀବ୍ରତାର ଏହି ଭୂକମ୍ପ ଯୋଗୁ ଆମେରିକୀୟ ଦେଶ କୋଲମ୍ବିଆ ଏବଂ ଏହାର…

ରାଜ୍ୟଗୋଷ୍ଠୀ ଫେନ୍‌ସିଂରେ ଭାରତ ଜିତିଲା ୧୭ ପଦକ

ନୂଆଦିଲ୍ଲୀ,୧୦ା୮: ନାଇଜେରିଆର ଲାଗୋସରେ ଚାଲିଥିବା ୨୩ ବର୍ଷରୁ କମ୍‌ ରାଜ୍ୟଗୋଷ୍ଠୀ ଫେନ୍‌ସିଂ ଚାମ୍ପିୟନଶିପ୍‌ରେ ଭାରତ ଉଭୟ ପୁରୁଷ ଓ ମହିଳା ବିଭାଗରେ ଆଧିପତ୍ୟ ବିସ୍ତାର କରିଛି। ଇଭେଣ୍ଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri