ବିଗ୍ ବିଙ୍କ ଜନ୍ମଦିନ ପୂର୍ବରୁ ସୁରକ୍ଷା ବ୍ୟବସ୍ଥା କଡାକଡି

ମୁମ୍ବାଇ: ବଲିଉଡ୍ ମହାନାୟକ ଅମିତାଭ ବଚ୍ଚନ ଆଉ ୨ ଦିନ ପରେ ଅର୍ଥାତ୍ ଅକ୍ଟୋବର ୧୧ରେ ୭୮ ବର୍ଷରେ ପାଦ ଦେବେ । ହେଲେ ତା’ପୂର୍ବରୁ ମୁମ୍ବାଇ ସ୍ଥିତ ତାଙ୍କ ଘର ଆଗରେ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି । ଅମିତାଭଙ୍କ ଜନ୍ମଦିନରେ ତାଙ୍କ ଘର ‘ଜଲସା’ ଆଗରେ ତାଙ୍କର ହଜାର ହଜାର ପ୍ରଶଂସକ ପ୍ରତିବର୍ଷ ଏକାଠି ହୋଇଥାଆନ୍ତି । ସେହି ଦୃଷ୍ଟିରୁ ଏଥର ଆଗୁଆ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି । ମୁମ୍ବାଇରେ ଏକେ କରୋନା ମହାମାରୀର ପ୍ରକୋପ ଚାଲିଥିବା ବେଳେ ଲୋକଙ୍କ ମଧ୍ୟରେ ସାମଜିକ ଦୂରତା ବଜାୟ ରଖିବାକୁ ପୋଲିସ ପକ୍ଷରୁ ସବୁ ବ୍ୟବସ୍ଥା କରାଯାଇଛି । ଏହାସହ ନିକଟରେ କରୋନାରୁ ସୁସ୍ଥ ହୋଇ ଫେରିଥିବା ଅମିତାଭ ଏଥର ତଙ୍କ ଜନ୍ମଦିନକ୍‌ୁ ବିଶେଷ ଢଙ୍ଗରେ ପାଳନ କରିବେ ନାହିଁ ବୋଳି ଆଗରୁ କହିଛନ୍ତି । ସୁସ୍ଥ ହୋଇ ଫେରିବା ପରେ ଏବେ ବିଗ୍ ବି ତାଙ୍କ ରିୟଲିଟି ଶୋ’ କୌନ ବନେଗା କରୋଡପତି ପାଇଁ ବ୍ୟସ୍ତ ରହିଛନ୍ତି । ପ୍ରତିଦିନ ଏହାର ଶୁଟିଂ ଚାଲିଥିବା ବେଳେ ଏଥିପାଇଁ ସେ ୧୨ରୁ ୧୫ ଘଣ୍ଟା ସମୟ ଦେଉଛନ୍ତି ବୋଲି ପୂର୍ବରୁ କହିଥିଲେ । ତେଣୁ ଏଥର ସେ ତାଙ୍କ ଜନ୍ମଦିନକୁ ଧୁମଧାମରେ ପାଳନ କରିବେ ନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ଚାଲିଛି ଆଇପିଏଲ ସିଜନ୍‌: ଯୁବ ଗୋଷ୍ଠୀଙ୍କୁ ଲୋଭ ଦେଖାଇ ଆକୃଷ୍ଟ କରୁଛନ୍ତି ଦଲାଲ

ଗଞ୍ଜାମ,୪।୪(ବିଦ୍ୟାଧର ସାହୁ ): ବର୍ତ୍ତମାନ ଆରମ୍ଭ ହୋଇଯାଇଛି ଆଇପିଏଲ ସିଜନ l ପ୍ରତ୍ୟେକ ଦିନ ବିଭିନ୍ନ ଫ୍ରାଞ୍ଚାଇଜ ଦଳ ସହ ଅନୁଷ୍ଠିତ ହେଉଛି ୨୦-୨୦ ମ୍ୟାଚ ।…

ପୁରୀ ବିମାନବନ୍ଦର ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଲେ ଭକ୍ତ, କହିଲେ…

ଭୁବନେଶ୍ୱର,୪ା୪: ପୁରୀ ବିମାନବନ୍ଦର ପାଇଁ ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ। ପିସିସି ସଭାପତି ଭକ୍ତ ଶନିବାର ଗଣମାଧ୍ୟକୁ…

ନିଜ ପଢ଼ା ସମୟର କଥା କହିଲେ ଉପଜିଲାପାଳ: କେମିତି ପଢ଼ିଲେ…

ତୁମୁଡିବନ୍ଧ,୪।୪(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧସ୍ଥିତ ନେତାଜୀ ସୁଭାଷ ବୋଷ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନୂତନ ଭାବେ ନିର୍ମିତ ହୋଇଥିବା କୋଠା ଗୃହକୁ ବାଲିଗୁଡା ଉପଜିଲାପାଳ…

ସମ୍ପର୍କରେ ଲାଗିଲା କଳଙ୍କ: ଜ୍ୱାଇଁଙ୍କ ସହ ଶାଶୁ ଫେରାର, ମୋବାଇଲ ଲୋକେସନ ଖୋଲିଦେଲା ସବୁ ଗୁମର

ରାଞ୍ଚି,୪ା୪: ଝାଡ଼ଖଣ୍ଡର ଦୁମକା ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଶାଶୁ-ଜ୍ୱାଇଁଙ୍କ ପରି ପବିତ୍ର ସମ୍ପର୍କରେ କଳଙ୍କ ଲଗାଇଛି। ସରିଆହାଟ ଥାନା ଅଞ୍ଚଳର ମଥାକେସୋ…

ଭାରତ ପାଇଁ ହେବ ଦ୍ୱିତୀୟ ମଧ୍ୟପ୍ରାଚ୍ୟ! ପ୍ରଚୁର ପରିମାଣରେ ଆସିବ LPG ସହ ପେଟ୍ରୋଲ, ହର୍ମୁଜକୁ ନେଇ ଆଉ ରହିବ ନାହିଁ ଚିନ୍ତା

ଓ୍ବାଶିଂଟନ,୪।୪: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ‘ଷ୍ଟ୍ରେଟ ଅଫ ହର୍ମୁଜ’ ପ୍ରଭାବଶାଳୀ ଭାବରେ ଅବରୋଧିତ ରହିଛି। ଇରାନ ବନ୍ଧୁତ୍ୱପୂର୍ଣ୍ଣ ରାଷ୍ଟ୍ରଗୁଡ଼ିକୁ ଏହି ପ୍ରଣାଳୀ…

IPL 2026: ସିଜନ ମଧ୍ୟ ଭାଗରୁ ଘରକୁ ଫରିଲେ ଏହି ଖେଳାଳି, ବଢିଲା SRHର ଟେନସନ!

ନୂଆଦିଲ୍ଲୀ,୪।୪: IPL 2026 ଆରମ୍ଭ ହେବାର ମାତ୍ର କିଛି ଦିନ ହୋଇଛି। ଦଳଗୁଡ଼ିକ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଲୟ ପାଇ ନଥିବା ବେଳେ, ଗୋଟିଏ ଫ୍ରାଞ୍ଚାଇଜ ପୂର୍ବରୁ ଏକ…

ଏପ୍ରିଲରେ ୩ରାଶିର ଖୋଲିବ ଭାଗ୍ୟ, ମିଳିବ ମୂଲ୍ୟବାନ….

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହର ସେନାପତି ମଙ୍ଗଳଙ୍କ ଗୋଚରଙ୍କୁ ଗୁରୁତ୍ବପୂର୍ଣ୍ଣ ବୋଲି ବିବେଚନା କରାଯାଇଥାଏ ।ମଙ୍ଗଳ ଗ୍ରହକୁ ସାହାସ, ପରାକ୍ରମ ଏବଂ ବିଶ୍ବାସର ପ୍ରତିକ ରୂପେ ବିବେଚନା କରାଯାଇଥାଏ…

ଆମେରିକା-ଇରାନ ଯୁଦ୍ଧକୁ ନେଇ ବଡ଼ ଦାବି କଲାଣି ପାକିସ୍ତାନ, କହିଲା ‘ସବୁ କିଛି ଟ୍ରାକରେ…’

ଇସଲାମାବାଦ,୪।୪: ପାକିସ୍ତାନ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନାକୁ ସୁଗମ କରିବା ପାଇଁ ଏହାର ପ୍ରୟାସ ବନ୍ଦ ହୋଇଯାଇଥିବା ରିପୋର୍ଟକୁ ସମ୍ପୂର୍ଣ୍ଣ ଖାରଜ କରିଦେଇଛି। ପାକିସ୍ତାନର ବୈଦେଶିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri