କ୍ୟାଟ୍ରିନା କୈଫ୍‌ଙ୍କ ବିବାହରେ ମନଭରି ସ୍ତ୍ରୀଙ୍କ ସହ ନୃତ୍ୟକଲେ ଅମିତାଭ ବଚ୍ଚନ

ମହାମାରୀ କରୋନା ଯୋଗୁ ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ସରକାର ମଧ୍ୟ ଲୋକଙ୍କ ସୁରକ୍ଷା ଉପରେ ବିଶେଷ ଧ୍ୟାନ ଦେଉଛନ୍ତି। ଏହାରି ମଧ୍ୟରେ ବଲିଉଡ୍‌ ଅଭିନେତ୍ରୀ କ୍ୟାଟ୍ରିନା କୈଫ୍‌ଙ୍କର ଏକ ଭିଡିଓ ଏବଂ ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଭିଡିଓଟି ହେଉଛି କ୍ୟାଟ୍‌ଙ୍କ ବିବାହ ସମୟର। ଏହି ଅବସରରେ ଅମିତାଭ ବଚ୍ଚନ ଖୁବ୍‌ ନାଚୁଥିବାର ଦେଖିବାକୁ ମିଳୁଛି। ସେହିପରି ପାଖରେ ଛିଡ଼ା ହୋଇଥିବା ଜୟା ବଚ୍ଚନ ବିଗ୍‌ ବିଙ୍କୁ ଏକ ଲୟରେ ଦେଖୁଥିବା ନଜର ଆସୁଛନ୍ତି।
ପ୍ରକୃତ ଘଟଣାଟା ହେଲା କ୍ୟାଟ୍‌, ବିଗ୍‌ ବି ଏବଂ ଜୟା ଏକ ଜୁଏଲାରି ବିଜ୍ଞାପନରେ କାମ କରିଛନ୍ତି। ଏହାର ଭିିଡିଓକୁ ବିଗ୍‌ ବି ନିଜ ଇନ୍‌ଷ୍ଟାଗ୍ରାମ୍‌ ଆକାଉଣ୍ଟରେ ଶେୟାର କରିଛନ୍ତି।
ଏହି ଭିଡିଓଟି ବହୁତ ଭାବପ୍ରବଣ। ଏଥିରେ ବିଗ୍‌ ବିଙ୍କୁ କ୍ୟାଟ୍ରିନା କୈଫ୍‌ଙ୍କ ବାପା ଚରିତ୍ରରେ ଦେଖିବାକୁ ମିଳୁଛି। ଭିଡିଓରେ ଅମିତାଭ ସାଉଥ୍‌ ଇଣ୍ଡିୟନ୍‌ ଷ୍ଟାଇଲରେ ନୃତ୍ୟ କରୁଛନ୍ତି। ତାଙ୍କ ସହ ଜୟା ଏବଂ କ୍ୟାଟ୍‌ ଅଛନ୍ତି। ଏହି ଭିଡିଓକୁ ଶେୟାରକରି ବିଗ୍‌ ବି ଲେଖିଛନ୍ତି, ନୂତନ ସମ୍ପର୍କର ବିଶେଷ ଆରମ୍ଭ। ଯାହାକି ପ୍ରେମ, ପରମ୍ପରା ଏବଂ ସଂଯୋଗ ମାଧ୍ୟମରେ ଗଢ଼ିଉଠିଛି। ଏହି ଶୁଭ ସମୟଗୁଡିକୁ ଏକାଠି ଆଣିବାକୁ ମୁହୂର୍ତ୍ତ କୁହାଯାଏ। ବିବାହ ସମୟରେ ଅଳଙ୍କାର ଭାରତୀୟ କନ୍ୟାଙ୍କ ମଧ୍ୟରେ ଖୁସି ବାଣ୍ଟିଥାଏ ବୋଲି ସେ ଲେଖିଛନ୍ତି।
କ୍ୟାଟ୍‌ ବୋହୂ ବେଶରେ ନଜର ଆସୁଥିବା ବେଳେ ଅମିତାଭ ସାଉଥ୍‌ ଇଣ୍ଡିଆନ୍‌ ପୋଷାକ ପିନ୍ଧିଥିବା ଦେଖିବାକୁ ମିଳୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷାରେ ବେହାଲ ବାଲେଶ୍ୱର, ଜଳାର୍ଣ୍ଣବ ଚାଷଜମି

ବାଲେଶ୍ୱର,୨୮।୭(ବାଞ୍ଛାନିଧି ଦେ ): ବାଲେଶ୍ୱର ଜିଲା ବସ୍ତା ବ୍ଲକ ଦେଇ ପ୍ରବାହିତ ଜଳକା ନଦୀର ଜଳସ୍ତର ମଙ୍ଗଳବାର ବିପଦ ସଂକେତ ଉପରେ ପ୍ରବାହିତ ହେଉଛି । ମଥାନୀ…

ରାହୁଲ ଗାନ୍ଧୀଙ୍କୁ ବିରୋଧୀ ଦଳ ନେତା ପଦରୁ ହଟାଇପାରିବେ କି ସରକାର? ଜାଣନ୍ତୁ କ’ଣ କହୁଛି ଆଇନ

ନୂଆଦିଲ୍ଲୀ, ୨୮।୭: ବିଜେପି ସାଂସଦ ନିଶିକାନ୍ତ ଦୁବେ ଲୋକ ସଭାରେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀଙ୍କୁ ପଦରୁ ହଟାଇବା ପାଇଁ ଏକ ପ୍ରସ୍ତାବ ଆଣିବା କଥା…

CJP ଆନ୍ଦୋଳନ ବେଳେ ପିଏମ୍‌ ମୋଦି କରିଥିବା ଭିଡିଓକୁ ଫେସବୁକ୍‌ କଲା ବ୍ୟାନ! ବିବାଦ ପରେ…

ନୂଆଦିଲ୍ଲୀ, ୨୮।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଏକ ଭିଡିଓକୁ ନେଇ ସୋସିଆଲ ମିଡିଆ କମ୍ପାନି ମେଟା ବିବାଦରେ ଫସିଛି। ଦିଲ୍ଲୀର ଜନ୍ତର-ମନ୍ତରରେ ଛାତ୍ରଛାତ୍ରୀଙ୍କ ପ୍ରଦର୍ଶନ ସମୟରେ ପ୍ରଧାନମନ୍ତ୍ରୀ…

ଲଗାଣ ବର୍ଷାରେ ରାସ୍ତା ବେହାଲ୍‌: ଭାଙ୍ଗିଲା ଝାଟିମାଟି ଘର

କେସିଙ୍ଗା,୨୮।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପଥ ର୍ଲା ଗ୍ରାମ ପଞ୍ଚାୟତ ଅଧୀନସ୍ଥ ମାଲପଡାର ଜିତେନ ଚଣ୍ଡୀଙ୍କ ଏକ ଝାଟିମାଟି ଘର ଲଗାଣ ବର୍ଷାରେ ଗତକାଲି…

ରେଳ ଯାତ୍ରୀଙ୍କ ପାଇଁ ବଡ଼ ଖବର, ଅଗଷ୍ଟ ୧ରୁ ବଦଳିବ ତତ୍କାଳ ଟିକେଟ୍ ବୁକିଂ ନିୟମ

ନୂଆଦିଲ୍ଲୀ,୨୮ା୭: ଆସନ୍ତା ଅଗଷ୍ଟ ୧ତାରିଖରୁ ବଦଳିବ ତତକାଳ ଟିକେଟ ବୁକିଂ ନିୟମ । ଭାରତୀୟ ରେଳବାଇ କାଉଣ୍ଟରରେ ତତକାଳ ଟିକେଟ୍ ବୁକ୍ କରିବା ପାଇଁ ଏକ ନୂତନ…

OSSTET-୨୦୨୬ ପରୀକ୍ଷା ତାରିଖ ଘୋଷଣା: ଏହିଦିନଠୁ ଆବେଦନ ପ୍ରକ୍ରିୟା ଆରମ୍ଭ!

କଟକ,୨୮।୭: ମାଧ୍ୟମିକ ଶିକ୍ଷା ବୋର୍ଡ (ବିଏସଇ), ଓଡ଼ିଶା ପକ୍ଷରୁ ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ ଶିକ୍ଷକ ଯୋଗ୍ୟତା ପରୀକ୍ଷା (ଓଏସଏସଟିଇଟି)-୨୦୨୬ର ତାରିଖ ଆନୁଷ୍ଠାନିକ ଭାବେ ଘୋଷଣା କରାଯାଇଛି। ବିଏସଇ…

ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ମ୍ୟାଚ ସିରିଜ ପାଇଁ ଭାରତୀୟ ଦଳ ଘୋଷଣା: ଜାଣନ୍ତୁ କିଏ ଗଲେ, କିଏ ଆସିଲେ…

ନୂଆଦିଲ୍ଲୀ, ୨୮।୭: ଅଗଷ୍ଟ ମାସରେ ଭାରତୀୟ ଦଳ ଶ୍ରୀଲଙ୍କା ଗସ୍ତରେ ଯାଇ ୨ଟି ଟେଷ୍ଟ ମ୍ୟାଚ ସିରିଜ ଖେଳିବ। ଏହି ସିରିଜ ପାଇଁ ବିସିସିଆଇ (BCCI) ମଙ୍ଗଳବାର…

ଅଗଷ୍ଟ ୧୩ରେ ଚାମେଲୀଙ୍କ ବିରୋଧରେ ଆସିବ ଅନାସ୍ଥା ପ୍ରସ୍ତାବ: ୨୨ ୱାର୍ଡସଭ୍ୟଙ୍କ ମଧ୍ୟରୁ ୨୧ ସଭ୍ୟାସଭ୍ୟ…

କେନ୍ଦ୍ରାପଡ଼ା/ମହାକାଳପଡ଼ା,୨୮ା୭ (ଜଗନ୍ନାଥ ଧଳ/ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ୍‌ ତିଖିରୀ ସରପଞ୍ଚ ଚାମେଲୀ ଓଝାଙ୍କ ବିରୋଧରେ ଆସନ୍ତା ଅଗଷ୍ଟ ୧୩ରେ ଅନାସ୍ଥା ପ୍ରସ୍ତାବ ଆସିବ। ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri