ମିଛ କହିଲେ ଅମିତାଭ ବଚ୍ଚନ!

ବଲିଉଡ୍‌ ସୁପର୍‌ଷ୍ଟାର୍‌ ଅମିତାଭ ବଚ୍ଚନ ସୋସିଆଲ ମିଡିଆରେ ବହୁତ ସକ୍ରିୟ ଅଛନ୍ତି। ଜାନୁୟାରୀ ୬ରେ ବିଗ ବି ଏକ ଫଟୋ ଶେୟାର କରିଥିଲେ। ଏହି ଫଟୋରେ ଅମିତାଭ ମିଛ କହୁଛନ୍ତି ବୋଲି ପ୍ରଶଂସକ କହିଛନ୍ତି। ଅମିତାଭ ସୋସିଆଲ ମିଡିଆରେ ଏକ ଫଟୋ ଶେୟାର କରି କହିଥିଲେ ଯେ ନିକଟରେ ଏକ ସ୍ବଳ୍ପ ଯାତ୍ରା ସମୟରେ ସେ ଲଦାଖ ଯାଇଥିଲେ, ଯେଉଁଠାରେ ତାପମାତ୍ରା-୩୩ ଡିଗ୍ରୀ ଥିଲା। ଫଟୋରେ ସେ କ୍ୟାପ, ଗ୍ଲୋଭସ, ତୁଷାର ଗଗଲ ଏବଂ ଟ୍ରାକିଂ ଜ୍ୟାକେଟ ପିନ୍ଧିଥିବାର ନଜର ଆସିଥିଲେ ଏବଂ କହିଥିଲେ ଯେ ଏତେ ସବୁ ବ୍ୟବସ୍ଥା ମଧ୍ୟ ତାଙ୍କୁ ବଞ୍ଚାଇ ପାରିବ ନାହିଁ। କିନ୍ତୁ ଖବର ମୁତାବକ ସେ ସ୍ବଳ୍ପ ଯାତ୍ରା ସମୟରେ ଲଦାଖକୁ ଯାଇ ନ ଥିଲେ। ସେ ଥଟ୍ଟାରେ ଲୋକଙ୍କୁ ମିଛ କହିଛନ୍ତି। ଅମିତାଭଙ୍କ ମେକଅପ କଳାକାର ଦୀପକ ସାୱନ୍ତ କହିଛନ୍ତି ଯେ ଏହି ଫଟୋ ଏକ ବିଜ୍ଞାପନ ଚଳଚ୍ଚିତ୍ରର ଶୁଟିଂ ଭଳି ଦେଖାଯାଉଛି। ଏହି ଶୀତରୁ ରକ୍ଷା ପାଇବା ପାଇଁ ସେ ଏକ ଇଣ୍ଡିଆନ ଅଏଲ ବିଜ୍ଞାପନ ଅଭିଯାନର ଶୁଟିଂ କରିଛନ୍ତି। ଏହା ମୁମ୍ବାଇ ଫିଲ୍ମ ସିଟିରେ ଶୁଟିଂ କରାଯାଇଛି। ସେ ନିକଟରେ ଲଦାଖ ଯାଇ ନାହାଁନ୍ତି। ଆଜିକାଲି କୌନ ବନେଗା କରୋଡପତିରେ ହୋଷ୍ଟିଂ କରୁଛନ୍ତି। ଏହା ବ୍ୟତୀତ ସେ ରଣବୀର କପୁର ଏବଂ ଆଲିଆ ଭଟ୍ଟଙ୍କ ଫିଲ୍ମ ‘ବ୍ରହ୍ମାସ୍ତ୍ର’ରେ ମଧ୍ୟ ନଜର ଆସିବେ।


Enter your email to get our daily news in your inbox.

All Right Reserved By Dharitri.Com

୩ ମାସର ଶିଶୁ କନ୍ୟାଙ୍କୁ ତେଲ ମାଲିସ୍‌ବେଳେ ହେଲା ହାକୁଡ଼ି…ପରେ ଘଟିଲା ଅସ୍ବାଭାବିକ ଘଟଣା

ଦେବଗଡ,୨୧।୮(ଶଶାଙ୍କ ଶେଖର ଝାଙ୍କର): ରିଆମାଳ ବ୍ଲକ ତଥା କୁଣ୍ଢେଇଗୋଳା ଥାନା ଅଞ୍ଚଳର ରୁକୁମା ଗ୍ରାମର ଜଣେ ୩ ମାସର ଶିଶୁ କନ୍ୟାଙ୍କର ଅସ୍ବାଭାବିକ ମୃତ୍ୟୁ ଘଟିଛି। ସୂଚନା…

୬ ଘଣ୍ଟାରେ ଜେଲକୁ ଫେରିଲେ ଇମ୍ରାନ, ହସ୍ପିଟାଲରେ ହେଲା….

ଇସଲାମାବାଦ,୨୧।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ଙ୍କ ଅଡୁଆ କମିବାର ନାଁ ନେଉନାହିଁ । ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପରେ ତାଙ୍କୁ କଡ଼ା ସୁରକ୍ଷା ମଧ୍ୟରେ ଇସଲାମାବାଦର ଶିଫା…

ଯୁବତୀଙ୍କ ଉପରେ କାର ମାଡ଼ିଦେଲେ ସାଂସଦଙ୍କ ପୁଅ: ଆଉ ତା’ପରେ ଘଟିଲା…

ହାଇଦ୍ରାବାଦ,୨୧।୮:ହାଇଦ୍ରାବାଦରେ ଏକ ଆଷ୍ଟନ ମାର୍ଟିନ କାର ଧକ୍କା ଦେବାରୁ ଜଣେ ୨୬ ବର୍ଷୀୟା ଯୁବତୀଙ୍କ ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣା ରାଜ୍ୟ ସଭା ସାଂସଦ ଲିଙ୍ଗାମନେନି ରମେଶଙ୍କ…

ବାର୍‌ହା ଶିକାର ପାଇଁ ବାଣ ଭିଡୁଥିବାବେଳେ ଘରୁ ଶୁଭିଲା ଚିତ୍କାର: ଆଉ ତା’ପରେ ଘଟିଲା..

ଦେବଗଡ,୨୧୮(ଶଶାଙ୍କ ଶେଖର ଝାଙ୍କର): ବାରକୋଟ ଥାନାଞ୍ଚଳ ଗୁରୁସଙ୍ଗ ଗ୍ରାମରେ ବାର୍‌ହା ଶିକାର ପାଇଁ ବାଣ ଭିଡୁଥିବା ବେଳେ ବିସ୍ଫୋରଣ ଘଟି ୨ଜଣ ବ୍ୟକ୍ତି ଗୁରୁତର ଆହତ ହୋଇଥିବା…

ରୁଫ୍‌ଟପ୍ ସୋଲାର ସ୍ଥାପନରେ ଓଡ଼ିଶାର ବଡ଼ ସଫଳତା, ଦେଶରେ ୭ମ ସ୍ଥାନ

ଭୁବନେଶ୍ୱର, ୨୧।୮: ‘ପିଏମ୍‌ ସୂର୍ଯ୍ୟଘର ମୁଫ୍‌ତ ବିଜ୍‌ଲି’ ଯୋଜନା ଅଧୀନରେ ରୁଫ୍‌ଟପ୍‌ ସୋଲାର ସ୍ଥାପନ କ୍ଷେତ୍ରରେ ଓଡ଼ିଶା ଜାତୀୟସ୍ତରରେ ୧୩ତମ ସ୍ଥାନରୁ ୭ମ ସ୍ଥାନକୁ ଉନ୍ନୀତ ହୋଇଛି…

ଆର୍‌ଏସ୍‌ଏସ୍‌ ବିରୋଧରେ ପ୍ରତିବନ୍ଧକ ଲଗାଅ: ଆମେରିକୀୟ ସଂସ୍ଥା

ଓ୍ବାଶିଂଟନ,୨୧।୮(ପି.ଟି.): ଆମେରିକାର ଏକ ଧାର୍ମିକ ସ୍ବାଧୀନ ପରାମର୍ଶଦାତା ସଂସ୍ଥାର ଅଧିକାରୀମାନେ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌) ବିରୋଧରେ ପ୍ରତିବନ୍ଧକ ଲଗାଇବାକୁ ଦାବି କରିଛନ୍ତି । ଏଥିସହ ସେମାନେ…

ଖାଉଟିଙ୍କୁ ମହଙ୍ଗା ମାଡ଼: ହୁ ହୁ ହୋଇ ବଢୁଛି ଚିନି ଦର

ଭୁବନେଶ୍ୱର, ୨୧ା୮(ବନ୍ଦନା ସେଠୀ):ରାଜ୍ୟରେ ଗତ କିଛିଦିନ ଧରି ଅତ୍ୟାବଶ୍ୟକ ଖାଦ୍ୟ ସାମଗ୍ରୀ ଓ ପନିପରିବା ଦର ହୁ ହୁ ହୋଇ ବଢ଼ିଚାଲିଛି। ପିଆଜ, ରସୁଣ, ଅଦା ଓ…

ଇମ୍ରାନ ଖାନଙ୍କୁ ନେଇ ବଡ଼ ଖବର, ରାତିଅଧରେ ହସ୍ପିଟାଲରେ ଭର୍ତ୍ତି

ଇସଲାମାବାଦ,୨୧।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ଙ୍କୁ ଇସଲାମାବାଦସ୍ଥିତ ଶିଫା ଇଣ୍ଟରନ୍ୟାସନାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ରାତି ପ୍ରାୟ ୧ଟା ୫ ମିନିଟ୍‌ରେ ତାଙ୍କୁ ଅଦିଆଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri