ସର୍ବାଧିକ ଆୟକର ଦେଇ ଅକ୍ଷୟ ଓ ସଲମାନଙ୍କୁ ପଛରେ ପକାଇଲେ ଅମିତାଭ

ମୁମ୍ବାଇ,୧୯।୪: ବଲିଉଡ୍‌ର ସୁପରଷ୍ଟାର ତଥା ବିଗ୍‌ ବି ଅମିତାଭ ବଚ୍ଚନ ୨୦୧୮-୧୯ ଆର୍ଥିକ ବର୍ଷରେ ସିନେ ତାରକାଙ୍କ ମଧ୍ୟରେ ସର୍ବାଧିକ ଆୟକର ଭରିଥିବା ଜଣାପଡ଼ିଛି। ଚଳିତ ଆର୍ଥିକ ବର୍ଷରେ ଅମିତାଭ ବଚ୍ଚନ ୭୦ କୋଟି ଟଙ୍କା ଆୟକର ଦେଇଛନ୍ତି। ଏନେଇ ସୂଚନା ଦେଇଛନ୍ତି ଅମିତାଭଙ୍କ ମୁଖପାତ୍ର। ଏହା ପୂର୍ବରୁ ସଲମାନ ଖାନ୍‌ ଓ ଅକ୍ଷୟ କୁମାର ସିନେ ଜଗତରେ ସର୍ବାଧିକ ଆୟକର ଦେଉଥିବା ଅଭିନେତା ରହିଥିଲେ। ୨୦୧୭-୧୮ ଆର୍ଥିକ ବର୍ଷରେ ସଲମାନ ୪୪.୫ କୋଟି ଟଙ୍କା ଆଗୁଆ ଆୟକର ଜମା କରିଥିଲେ। ସେହିପରି ୨୦୧୬-୧୭ ଆର୍ଥିକ ବର୍ଷରେ ଅଭିନେତା ଅକ୍ଷୟ କୁମାର ସର୍ବାଧିକ ୨୯.୫ କୋଟି ଟଙ୍କା ଆୟକର ଦେଇଥିବା ସୂଚନା ରହିଛି। ଅମିତାଭ ୨୦୧୮-୧୯ ଆର୍ଥିକ ବର୍ଷରେ ୭୦ କୋଟି ଟଙ୍କା ଆୟକର ଦେବା ସହ ବିହାର ମୁଜାଫରନଗରର ୨୦୮୪ ଜଣ କୃଷକଙ୍କ କୃଷି ଋଣ ମଧ୍ୟ ଶୁଝିଛନ୍ତି। ଏହା ପୂର୍ବରୁ ପୁଲୱାମା ଆତଙ୍କବାଦୀ ଆକ୍ରମଣରେ ଶହୀଦ ହୋଇଥିବା ପ୍ରତି ଯବାନଙ୍କ ପରିବାରକୁ ୧୦ ଲକ୍ଷ ଲେଖାଏଁ ଟଙ୍କା ସହାୟତା କରିଥିଲେ। ନିକଟରେ ମୁକ୍ତିଲାଭ କରିଥିବା ସୁଜୋୟ ଘୋଷଙ୍କ ନିର୍ଦ୍ଦେଶିତ ଫିଲ୍ମ ‘ବଦଲା’ରେ ଅମିତାଭ ଅଭିନୟ କରିଥିବା ବେଳେ ଏହା ବକ୍ସ ଅଫିସରେ ଭଲ ପ୍ରଦର୍ଶନ କରିଥିଲା। ବର୍ତ୍ତମାନ ବିଗ୍‌ ବି ରଣବୀର କପୁର ଓ ଆଲିଆ ଭଟ୍ଟଙ୍କ ସହ ‘ବ୍ରହ୍ମାସ୍ତ୍ର’ ଫିଲ୍ମର ଶୁଟିଂରେ ବ୍ୟସ୍ତ ଅଛନ୍ତି। ଆଗାମୀ ଖ୍ରୀଷ୍ଟମାସରେ ‘ବ୍ରହ୍ମାସ୍ତ୍ର’ ପରଦାକୁ ଆସିବ ବୋଲି ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ମାସରେ ୩୦ ଦିନରୁ ୧୪ ଦିନ ବ୍ୟାଙ୍କ୍ ସେବା ବନ୍ଦ; ଜାଣି ନିଅନ୍ତୁ କେମିତି କରିବେ ଟଙ୍କା ଜମା..

ନୂଆଦିଲ୍ଲୀ,୩୧।୩: ଯଦି ଆପଣଙ୍କର ବ୍ୟାଙ୍କ କାମ ବାକି ଅଛି ଏବଂ ଆପଣ ଏହାକୁ ଆସନ୍ତା ମାସରେ ସମାପ୍ତ କରିବାକୁ ଚିନ୍ତା କରୁଛନ୍ତି, ତେବେ ଅପେକ୍ଷା କରନ୍ତୁନାହିଁ! ଏପ୍ରିଲ…

୧ ଏପ୍ରିଲରୁ ATM ରୁ ଟଙ୍କା ଉଠାଇବା ହେବ ମହଙ୍ଗା! HDFC ରୁ PNB ପର୍ଯ୍ୟନ୍ତ…

ନୂଆଦିଲ୍ଲୀ,୩୧।୩: ୧ ଏପ୍ରିଲ, ୨୦୨୬ ଠାରୁ, HDFC ବ୍ୟାଙ୍କ, ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ ଏବଂ ବନ୍ଧନ ବ୍ୟାଙ୍କ ସେମାନଙ୍କର ATM ନିୟମରେ ପରିବର୍ତ୍ତନ କରିବେ। ଏଥିରେ ମାଗଣା…

ଆଜି ରାତି ୧୨ଟା ସୁଦ୍ଧା ଶେଷ କରନ୍ତୁ ଏହି ୩ କାମ, ନଚେତ୍‌ ଆସନ୍ତାକାଲିଠୁ ବନ୍ଦ ହୋଇଯିବ ଆପଣଙ୍କର…

ନୂଆଦିଲ୍ଲୀ,୩୧।୩: ଆଜି ମାର୍ଚ୍ଚ ୩୧, ୨୦୨୬ ଆର୍ଥିକ ବର୍ଷର ଶେଷ ଦିନ। ଯଦି ଆପଣଙ୍କର ଏକ ବ୍ୟାଙ୍କ ଆକାଉଣ୍ଟ ଅଛି କିମ୍ବା ଆପଣ ଷ୍ଟକ ବଜାରରେ ନିବେଶ…

ଯୁଦ୍ଧ ମଧ୍ୟରେ ବଡ଼ ନିଷ୍ପତ୍ତି ନେଲେ ଶାହରୁଖ ଖାନ୍‌: ସିନେ ଇଣ୍ଡଷ୍ଟ୍ରିରେ ପଡ଼ିଗଲା ଚହଳ

ମଧ୍ୟପ୍ରାଚରେ ଚାଲିଥିବା ଯୁଦ୍ଧ ସାରା ବିଶ୍ୱରେ ପ୍ରଭାବ ପକାଇଛି। କେବଳ ଘରୋଇ ବଜାରରେ ନୁହେଁ ବରଂ ସିନେ ଇଣ୍ଡଷ୍ଟ୍ରିରେ ମଧ୍ୟ ଏହାର ପ୍ରଭାବ ଦେଖିବାକୁ ମିଳିଛି। ବଲିଉଡ…

ହର୍ମୁଜ ଶକ୍ତି ସଙ୍କଟ ମଧ୍ୟରେ ବଡ଼ ନିଷ୍ପତ୍ତି ନେଲେ ସରକାର: ଏବେ ଗହମ-ଚାଉଳ ସହିତ ମିଳିବ…

ନୂଆଦିଲ୍ଲୀ,୩୦।୩: ଇରାନ ଉପରେ ଆମେରିକା ଏବଂ ଇସ୍ରାଏଲର ଆକ୍ରମଣ ପରେ, ଇରାନ ହର୍ମୁଜ ପ୍ରଣାଳୀକୁ ବନ୍ଦ କରିଦେଇଛି। ଏହା ଭାରତ ସମେତ ବିଶ୍ୱକୁ ଶକ୍ତି ଯୋଗାଣକୁ ପ୍ରଭାବିତ…

୨୫ ବର୍ଷ ମଧ୍ୟରେ ଯାହା ହୋଇନଥିଲା ତାହା ଏବେ ଘଟୁଛି… କାହିଁକି ଦ୍ରୁତ ଗତିରେ ସୁନା ବିକ୍ରି କରୁଛି ରୁଷିଆ? ଜାଣିଲେ…

ନୂଆଦିଲ୍ଲୀ,୩୦।୩: ରୁଷିଆ ୨୫ ବର୍ଷ ମଧ୍ୟରେ ପ୍ରଥମଥର ପାଇଁ ଏହାର କେନ୍ଦ୍ରୀୟ ବ୍ୟାଙ୍କ ଭଣ୍ଡାରରୁ ସୁନା ବିକ୍ରୟ ଆରମ୍ଭ କରିଛି। ବର୍ଲିନ ସ୍ଥିତ ଏକ ଖବର ସଂସ୍ଥାର…

କାରବାର ଆରମ୍ଭ ହେବା ମାତ୍ରେ ଖସିଲା ଶେୟାର ମାର୍କେଟ୍‌, ସେନ୍‌ସେକ୍ସ ହ୍ରାସ ପାଇ…

ନୂଆଦିଲ୍ଲୀ,୩୦ା୩: ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ ସୋମବାର ଭାରତୀୟ ଷ୍ଟକ୍‌ ବଜାର ହ୍ରାସ ପାଇଛି। ବିଏସ୍‌ଇର ୩୦-ଶେୟାର ସୂଚକାଙ୍କ, ସେନସେକ୍ସ ୧୦୧୮…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri