ନୂଆ ସଂସଦ ଭବନର ପୌରାଣିକ ମହତ୍ୱ ଜାଣିବାକୁ ଚାହୁଁଛନ୍ତି ବିଗ ବି

ମୁମ୍ବାଇ,୨୮।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନୂଆ ସଂସଦ ଭବନର ଉଦଘାଟନ କରି ଦେଇଛନ୍ତି। ଏହାସହ ଏହାକୁ ନେଇ ରାଜନୀତି ବି ଆରମ୍ଭ ହୋଇ ଯାଇଛି। କଂଗ୍ରେସ ସମେତ ୧୯ ବିରୋଧୀ ଦଳ ଏହି ସମାରୋହକୁ ବହିଷ୍କାର କରିଛନ୍ତି। ଏପଟେ ସାଧାରଣରୁ ନେଇ ଅସାଧାରଣ ପର୍ଯ୍ୟନ୍ତ ସମସ୍ତେ ଏହି ନୂଆ ସଂସଦ ଭବନ ସମ୍ପର୍କରେ ଅଧିକ ଜାଣିବାକୁ ଉତ୍ସୁକ ଅଛନ୍ତି। ଏହି ତାଲିକାରେ ବଲିଉଡ ମହାନାୟକ ଅମିତାଭ ବଚ୍ଚନଙ୍କ ନାମ ବି ଯୋଡି ହୋଇ ଯାଇଛି।

ବିଗ ବି ତାଙ୍କ ବ୍ଲଗ ମାଧ୍ୟମରେ ପ୍ରଶଂସକଙ୍କ ସହିତ ନିଜର ଦିନଚର୍ଯ୍ୟା ଶେୟାର କରିଥାଆନ୍ତି। ସେହିଭଳି ସେ ଶୁକ୍ରବାର ବି ଏକ ବ୍ଲଗ ଲେଖିଛନ୍ତି। ଯେଉଁଥିରେ ସେ ନୂଆ ସଂସଦ ଭବନକୁ ନେଇ ଅନେକ ଉତ୍ସାହ ପ୍ରକାଶ କରିଥିବା ଦେଖାଯାଇଛି। ବିଗ ବି କେବଳ ଏହି ନୂଆ ସଂସଦ ଭବନ ପାଇଁ ଶୁଭକାମନା ଜଣାଇ ନ ଥିଲେ, ବରଂ ଏହାର ମହତ୍ୱ ବିଷୟରେ ଜାଣିବାକୁ ଉତ୍ସାହିତ ଥିବା କହିଥିଲେ।
ଶୁକ୍ରବାର ତାଙ୍କ ବ୍ଲଗରେ ବିଗ ବି ଲେଖିଛନ୍ତି, ‘ଦେଶର ନୂଆ ସଂସଦ ଭବନ ଖୋଲିବାକୁ ଯାଉଛି। ଜଣେ ପୂର୍ବତନ ଏମପି ହୋଇଥିବାରୁ ମୁଁ ଏହି ବିଶେଷ ଉତ୍ସବରେ ମୋର ଶୁଭେଚ୍ଛା ଜଣାଉଛି ମୁଁ ବର୍ତ୍ତମାନ ଏହି ନୂତନ ସଂସଦ ଭବନର ବୈଶିଷ୍ଟ୍ୟ ଏବଂ ଆକାର ବିଷୟରେ ଅଧିକ ଜାଣିବାକୁ ଚାହୁଁଛି। ଆହୁରି ମଧ୍ୟ, ମୁଁ ଜାଣିବାକୁ ଚାହେଁ ଏହି ନୂଆ ଭବନର ଧର୍ମଶାସ୍ତ୍ରିୟ, ପୌରାଣିକ, ଜ୍ୟୋତିଷୀୟ ଅର୍ଥ କ’ଣ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri