ଅମିତାଭ ବଚ୍ଚନଙ୍କ ଗୋଟିଏ ଟୁଇଟ୍‌ ଯୋଗୁ ରାତାରାତି ଷ୍ଟାର ପାଲଟିଲେ ଏହି ଯୁବତୀ

ନିକଟରେ ଅମିତାଭ ବଚ୍ଚନ ଏକ ଯୁବତୀଙ୍କ ଭିଡିଓ ନିଜ ଟୁଇଟରରେ ଶେୟାର କରିଥିଲେ ଟୁଇଟ କରି ଯୁବତୀଙ୍କୁ ପ୍ରଶଂସା କରି କହିଥିଲେ ଯେ ସେ ଜଣେ ବିଶେଷ ପ୍ରତିଭା। ବିଗ୍‌ ବିଙ୍କ ଠାରୁ ଏମିତି ପ୍ରଶଂସା ପାଇବା ପରେ ଆର୍ଯ୍ୟା ନାମକ ଏହି ଯୁବତୀ ରାତାରାତି ଷ୍ଟାର ପଲଟିଯାଇଛନ୍ତି। ବର୍ତ୍ତମାନ ଆର୍ଯ୍ୟ ବିଗ୍‌ ବିଙ୍କୁ କୃତଜ୍ଞତା ଜଣାଇ ଏକ ପୋଷ୍ଟ ମଧ୍ୟ କରିଛନ୍ତି। ସେ ଲେଖିଛନ୍ତି- ‘ଅମିତାଭ ବଚ୍ଚନ ସାର୍‌ ମୋର ଗୀତ ଶେୟାର କରିଛନ୍ତି। ବହୁତ ଭଲ ଦେଖାଯାଉଛି। ମୁଁ ସ୍ବପ୍ନରେ କେବେ ବି ଭାବି ନ ଥିଲେ ଯେ ସେ ମୋ ଗୀତ ଶୁଣିବେ।

ଆର୍ଯ୍ୟ ଧାୟଲ ନାମକ ଏହି ଯୁବତୀ ତାଙ୍କ ଗୀତ ହେତୁ ସୋସିଆଲ ମିଡିଆରେ ବହୁତ ଲୋକପ୍ରିୟ। ଇନଷ୍ଟାଗ୍ରାମରେ ତାଙ୍କର ହଜାର ହଜାର ଫଲୋଅର୍ସ ଅଛନ୍ତି। ଦକ୍ଷିଣ ଭାରତୀୟ ଭାଷା ଏବଂ ପାଶ୍ଚାତ୍ୟ ସଙ୍ଗୀତର ସର୍ବୋତ୍ତମ ମିଶ୍ରଣ ତାଙ୍କ ଭିଡିଓରେ ଦେଖିବାକୁ ମିଳେ। ଆର୍ଯ୍ୟଙ୍କ ଏପରି ଏକ ଭିଡିଓ ମଧ୍ୟ ଅମିତାଭ ବଚ୍ଚନଙ୍କ ଦୃଷ୍ଟି ଆକର୍ଷଣ କରିଥିଲା। ଭିଡିଓ ଶେୟାର କରିବାବେଳେ ବିଗ ବି ଲେଖିଥିଲେ – ‘ମୋର ସଙ୍ଗୀତ ସାଥୀ ଏବଂ ପ୍ରିୟ ବନ୍ଧୁ ମୋତେ ଏହା ପଠାଇଛନ୍ତି। ମୁଁ ଜାଣେ ନାହିଁ ତୁମେ କିଏ। କିନ୍ତୁ ମୁଁ ଏହା କହିପାରେ, ତୁମେ ଜଣେ ବିଶେଷ ପ୍ରତିଭା, ଭଗବାନ ତୁମକୁ ଆଶୀର୍ବାଦ କରନ୍ତୁ। ଏହିପରି ଭଲ କାମ ଜାରି ରଖ … ହସ୍ପିଟାଲରେ ଏହି ଗୀତ ଶୁଣି ଦିନ କଟିଯାଇଛି, ଯାହା ପୂର୍ବରୁ କେବେ ହୋଇ ନଥିଲା ବୋଲି ବିଗ୍‌ ବି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଆକ୍ରମଣ – ପ୍ରତି ଆକ୍ରମଣ ଘଟଣା: ଉଭୟ ପକ୍ଷର ୨ ଅଭିଯୁକ୍ତ ସୂର୍ଯ୍ୟ, ରଘୁନାଥଙ୍କୁ …

ଦିଗପହଣ୍ଡି,୭।୮(ଅଶେଷ ନାଥ ମିଶ୍ର) : ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଆକ୍ରମଣ – ପ୍ରତି ଆକ୍ରମଣ ଘଟଣାରେ ସମ୍ପୃକ୍ତ ସାନଖେମୁଣ୍ଡି ବ୍ଳକ ପଳାସପୁର ନିକଟ ରତ୍ନମଣିପୁର ଗ୍ରାମର…

କୋର୍ଟ ସମ୍ମୁଖରେ ଓକିଲ ସଂଘ ସଭାପତିଙ୍କୁ ଆକ୍ରମଣ: ୩ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ବରଗଡ଼,୭।୮(ପ୍ରେମାନନ୍ଦ ଖମାର):ବରଗଡ଼ କୋର୍ଟ ସମ୍ମୁଖରେ ଗୁରୁବାର ଜିଲା ଓକିଲ ସଂଘ ସଭାପତି ଭୀଷ୍ମଦେବ ସରାଫଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି। ମୁଣ୍ଡରେ ଗଭୀର ଆଘାତ ଲାଗିଥିବାରୁ ସହରାଞ୍ଚଳ ଗୋଷ୍ଠୀ…

ବୃଦ୍ଧଙ୍କୁ ୭ ମାସ ହେଲା ମିଳିନି ଭତ୍ତା; ଥାନାରେ ଦେଲେ ଏତଲା, ତା’ପରେ…

ଦିଗପହଣ୍ଡି,୮।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମର କନ୍ତାରୁ ବକ୍ସି(୮୩) ନାମକ ଜଣେ ବୃଦ୍ଧଙ୍କୁ ଗତ ୭ ମାସ ହେଲା ଭତ୍ତା ଟଙ୍କା…

ପ୍ରଦୂଷଣର ହେଉନି ସ୍ଥାୟୀ ପ୍ରତିକାର: ୭ଦିନରେ ୯ହୋଟେଲକୁ ନୋଟିସ

ବରଗଡ଼,୭।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ପ୍ରଦୂଷଣ ବଢ଼ି ଚାଲିଛି। ସହର ରାସ୍ତାକଡ଼ଠାରୁ ଆରମ୍ଭ କରି ନାଳ ନର୍ଦ୍ଦମା, କେନାଲ ଯେଉଁଆଡ଼େ ଦେଖିଲେ ପଡ଼ି ରହିଛି କୁଢ଼କୁଢ଼ ମଇଳା ଆବର୍ଜନା।…

ବିପଦପୂର୍ଣ୍ଣ ରାସ୍ତା, ଲୋକେ ହଟହଟା: ବୁର୍ଡ଼ା-ଅର୍ଜୁନପୁର ପିଡବ୍ଲ୍ୟୁଡି ରାସ୍ତା କଲଭର୍ଟ ଭୁଶୁଡ଼ି ଗର୍ତ୍ତ

ଲୋଇସିଂହା,୭।୮(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଥାନା ବୁର୍ଡା ଛକରୁ ଅର୍ଜୁନପୁର ପିଡବ୍ଲୁଡି ରାସ୍ତାର କୁମୁଣ୍ଡେ ଶୁଳିଆ ଛକ ନିକଟ କଲଭର୍ଟ ଭାଙ୍ଗି ଗର୍ତ୍ତ ସୃଷ୍ଟି ହୋଇଛି। ଏହାର…

କେନ୍ଦୁପତ୍ର ତୋଳାଳିଙ୍କ ପାଇଁ ୨୫ ପ୍ରତିଶତ ବୋନସ: ମୁଖ୍ୟମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା କଲେ ଏମ୍‌ପି

ବରଗଡ଼,୭।୮(ପ୍ରେମାନନ୍ଦ ଖମାରୀ):ଓଡ଼ିଶାରେ କେନ୍ଦୁପତ୍ର ସଂସ୍ଥାରେ କାର୍ଯ୍ୟରତ ୧୨ଲକ୍ଷ କେନ୍ଦୁପତ୍ର ଶ୍ରମିକ କେନ୍ଦୁପତ୍ର ତୋଳାଳି, ସିଜିନାଲ କର୍ମଚାରୀ,ବନ୍ଧେଇ ଶ୍ରମିକମାନଙ୍କ ପାଇଁ ରାଜ୍ୟ ସରକାର ଯଥାକ୍ରମେ କେନ୍ଦୁପତ୍ର ତୋଳାଳିଙ୍କ ପାଇଁ…

ଆଜିର ରାଶିଫଳ: ସିଂହ ରାଶିରେ ବୁଧଙ୍କ ଗୋଚର, ଅଚାନକ ଏହି ୫ ରାଶିକୁ ମିଳିବ…

ବୈଦିକ ଜ୍ୟୋତିଷ ଅନୁସାରେ ବୁଧ କେବଳ ଏକ ଅତ୍ୟନ୍ତ ଶୁଭ ଗ୍ରହ ନୁହେଁ, ବରଂ ବୁଦ୍ଧି, ବାଣୀ, ତର୍କ, ବ୍ୟାପାର, ସଂଯୋଗ ଓ କୌଶଳର କାରକ ଏବଂ…

ଅଗ୍ନି-୪ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର, ୭ା୮(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ଚାନ୍ଦିପୁରସ୍ଥିତ ଆଇଟିଆରରେ ଗୁରୁବାର ଅଗ୍ନି -୪ ମଧ୍ୟମ ଦୂରଗାମୀ ବାଲିଷ୍ଟିକ୍‌ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ ହୋଇଛି। ଏହି ପରୀକ୍ଷଣ ଷ୍ଟ୍ରାଟେଜିକ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri