ଶ୍ୱେତାଙ୍କୁ ବହୁମୂଲ୍ୟ ଉପହାର ଦେଲେ ମହାନାୟକ, ‘ପ୍ରତିକ୍ଷା’କୁ ଝିଅ ନାଁରେ କଲେ ଅମିତାଭ

ମୁମ୍ବାଇ: ଶତାବ୍ଦୀର ମହାନାୟକ ଅମିତାଭ ବଚ୍ଚନ ନିଜର ଦମଦାର ଅଭିନୟ ସହିତ ସର୍ବଦା ପ୍ରଶଂସକଙ୍କ ମନ ଜିତିଥାଆନ୍ତି। ତାଙ୍କ କ୍ୟାରିୟରରେ ଏବେପର୍ଯ୍ୟନ୍ତ ବଲିଉଡର ଏହି ଶେହନସାହା ଅନେକ ବ୍ଲକବଷ୍ଟର ମୁଭି ଭେଟି ଦେଇଛନ୍ତି ଏବଂ ଦର୍ଶକଙ୍କ ହୃଦୟରେ ସ୍ଥାନ ପାଇଛନ୍ତ, ତା ସହ ଏହି ଧାରା ଆଜି ପର୍ଯ୍ୟନ୍ତ ଜାରି ରହିଛି। ଅମିତାଭ କେବଳ ଜଣେ ଭଲ ଅଭିନେତା ନୁହଁନ୍ତି ବରଂ ସେ ଜଣେ ଭଲ ପରିବାରରୁ ଆସିଛନ୍ତି। ବିଗ ବି ତାଙ୍କ ପୁଅ ଅଭିଷେକ ବଚ୍ଚନ ଏବଂ ଶ୍ୱେତା ବଚ୍ଚନଙ୍କୁ ବହୁତ ଭଲ ପାଆନ୍ତି । ଅଭିନେତା ବର୍ତ୍ତମାନ ତାଙ୍କ ଝିଇ ଶ୍ୱେତା ବଚ୍ଚନଙ୍କୁ ଏକ ବହୁମୂଲ୍ୟ ଉପହାର ଦେଇଛନ୍ତି।
ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ତାଙ୍କ ପତ୍ନୀ ଜୟା ବଚ୍ଚନଙ୍କ ସହମତି ପରେ ସେ ନଭେମ୍ବର ୮, ୨୦୨୩ରେ ବିଠ୍ଠାଲ ନାଗର କୋଅପରେଟିଭ ହାଉସିଂ ସୋସାଇଟି ଲିମିଟେଡରେ ନିର୍ମିତ ତାଙ୍କ ଜୁହୁ ବଙ୍ଗଳା ‘ପ୍ରତୀକ୍ଷା’କୁ ସେ ଝିଅ ଶ୍ୱେତା ବଚ୍ଚନଙ୍କୁ ଉପହାର ଭାବେ ଦେଇଛନ୍ତି। ସୂଚନାଯୋଗ୍ୟ, ପ୍ରତିକ୍ଷା ବଙ୍ଗଳା ୨ଟି ଜମିରେ ନିର୍ମାଣ ହୋଇଛି, ସେଥିମଧ୍ୟରୁ ୯ ହଜାର ୫୮୫ ବର୍ଗଫୁଟ ଉପରେ ବିସ୍ତାର ହୋଇଛି ଏବଂ ଏହା ଜୟା ବଚ୍ଚନ ଏବଂ ଅମିତାଭ ବଚ୍ଚନଙ୍କ ମିଳିତ ମାଲିକାନାରେ ରହିଛି। କେବଳ ଅମିତାଭଙ୍କର ୭ହଜାର ୨୫୫ ବର୍ଗଫୁଟର ପ୍ଲଟର ମାଲିକାନା ଅଧିକାର ଅଛି।
ଅମିତାଭ-ଜୟା, ଶ୍ୱେତା ବଚ୍ଚନଙ୍କୁ ଦେଇଥିବା ଗୃହର ଦସ୍ତଖତରେ ଦସ୍ତଖତ କରାଯାଇଛି ଯେଉଁଥିରେ ପଞ୍ଜୀକରଣ ଏବଂ ଷ୍ଟାମ୍ପ ଡ୍ୟୁଟି ଫି ୫୦.୬୫ଲକ୍ଷ ଟଙ୍କା ପ୍ରଦାନ କରାଯାଇଛି। ବଙ୍ଗଳାର ବଜାର ମୂଲ୍ୟ ବିଷୟରେ କହିବାକୁ ଗଲେ ଏହାର ମୂଲ୍ୟ ୫୦.୬୩ କୋଟି ଟଙ୍କା ବୋଲି କୁହାଯାଉଛି। ଯଦିଓ ଏହି ମୂଲ୍ୟ ନିଶ୍ଚିତ ହୋଇନାହିଁ । ହେଲେ ବଚ୍ଚନ ପରିବାର ଏପର୍ଯ୍ୟନ୍ତ ଆନୁଷ୍ଠାନିକ ଭାବେ କିଛି ଘୋଷଣା କରିନାହାଁନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରିଜ୍‌ ଉପରେ ହଠାତ୍‌ ଫାଟିଲା ପାନୀଳ ଜଳ ପାଇପ୍‌, ଆଉ ତା’ ପରେ…

ଗୁଣପୁର,୨୬ା୩(ସଂକେତ ପାତ୍ର): ସ୍ଥାନୀୟ ଗୁଣପୁର-ବିକ୍ରମପୁରକୁ ସଂଯୋଗ କରୁଥିବା ବ୍ରିଜ୍‌ ଉପରେ ଥିବା ପାନୀୟଜଳ ପାଇପ୍‌ ଫାଟିଯାଇ ଅଧିକ ସମୟ ଧରି ପାଣି ବହୁଥିବା ଦେଖାଯାଇଛି। ସୂଚନାନୁସାରେ, କେନ୍ଦ୍ର…

ଯୁଦ୍ଧ ଭିତରେ ଚାଇନା ଯିବେ ଟ୍ରମ୍ପ, ତାରିଖ ଘୋଷଣା କଲା ହ୍ବାଇଟ ହାଉସ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମେ ୧୪ ରୁ ୧୫ ମଧ୍ୟରେ ଚାଇନା ଗସ୍ତ କରିବେ ଏବଂ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ସହ ସାକ୍ଷାତ…

ଇରାନକୁ ନୂଆ ଧମକ ଦେଲେ ଟ୍ରମ୍ପ, ଇରାନୀ କୋଠରୀ ଭିତରେ ନିବେଦନ କରନ୍ତି କିନ୍ତୁ…

ନୂଆଦିଲ୍ଲୀ,୨୬ା୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ ଅତ୍ୟନ୍ତ ଆକ୍ରମଣାତ୍ମକ ହୋଇଯାଇଛନ୍ତି। ତାଙ୍କ ପ୍ଲାଟଫର୍ମ, ଟ୍ରୁଥ୍ ସୋସିଆଲରେ, ସେ ଇରାନକୁ ଏକ ନୂତନ ଧମକ ଦେଇଛନ୍ତି। ସେ…

ହୋଟେଲ, ରେଷ୍ଟୁରାଣ୍ଟରେ ବଡ଼ ଧରଣର ଚଢ଼ାଉ

ନୂଆପଡ଼ା,୨୬ା୩ (ମକାରୁ ବେମାଲ): ନୂଆପଡ଼ା ଜିଲାରେ ଘରୋଇ ଏଲ୍‌ପିଜି ସିଲିଣ୍ଡରର କୃତ୍ରିମ ଅଭାବ ଦେଖାଦେଇଥିବା ବେଳେ ବିଭିନ୍ନ ହୋଟେଲ ଓ ରେଷ୍ଟୁରାଣ୍ଟରେ ଅବୈଧ ବ୍ୟବହାର କରାଯାଉଥିବା ଅଭିଯୋଗ…

ଚୌକା-ଛକାରେ ଝୁମି ଉଠୁଥିବା ଚିୟରଲିଡର୍ସଙ୍କୁ କେତେ ମିଳେ ଦରମା… ଗୋଟିଏ ମ୍ୟାଚର ପାରିଶ୍ରମିକ ସହ ବିଳାସପୂର୍ଣ୍ଣ ସୁବିଧା ପଛର କାହାଣୀ ଜାଣନ୍ତୁ…

ନୂଆଦିଲ୍ଲୀ,୨୬।୩: ଆଇପିଏଲର ୧୯ତମ ସିଜିନ ୨୮ ମାର୍ଚ୍ଚରୁ ଆରମ୍ଭ ହେଉଛି। ଫାଇନାଲ ମ୍ୟାଚ ୩୧ ମଇରେ ଖେଳାଯିବ। ପଡ଼ିଆରେ ଖେଳାଳିମାନେ ସେମାନଙ୍କ ବିଡ ଏବଂ ଦୌଡ଼ ପାଇଁ…

ଆସନ୍ତାକାଲି ଭକ୍ତଙ୍କୁ ଦର୍ଶନ ଦେବେ ନାହିଁ ମହାପ୍ରଭୁ, ୫ ଘଣ୍ଟା ବନ୍ଦ ରହିବ ଶ୍ରୀମନ୍ଦିର

ପୁରୀ,୨୬ା୩(ଅଜିତ କୁମାର ମହାନ୍ତି):  ଆସନ୍ତାକାଲି ଅର୍ଥାତ୍‌ ଶୁକ୍ରବାର ଭଗବାନ ଆଉ ଭକ୍ତଙ୍କ ମଧ୍ୟରେ ବଢ଼ିବ ଦୂରତା। ୫ ଘଣ୍ଟା ଭକ୍ତଙ୍କୁ ଦର୍ଶନ ଦେବେ ନାହିଁ ମହାପ୍ରଭୁ। ଚୈତ୍ର…

ହର୍ମୁଜ ବନ୍ଦ ହେଲେ LPG ପାଇଁ ଛଟପଟ ହେବ ସାରା ବିଶ୍ୱ, ଇରାନ ଏହି ରାସ୍ତା ବନ୍ଦ କଲେ କ’ଣ ହେବ? ଜାଣନ୍ତୁ…

ନୂଆଦିଲ୍ଲୀ/ତେହରାନ୍‌,୨୬।୩: ଯେତେବେଳେ ଇରାନ ଆମେରିକା ସହିତ ଚାଲିଥିବା ଯୁଦ୍ଧ ମଧ୍ୟରେ ହର୍ମୁଜ ପ୍ରଣାଳୀ ବନ୍ଦ କରିଦେଲା, ସମଗ୍ର ବିଶ୍ୱ ଚିନ୍ତାରେ ପଡ଼ିଗଲା। ପେଟ୍ରୋଲ ପମ୍ପରେ ଧାଡ଼ି ଲାଗିଲା…

ଦୁନିଆର ଏମିତି ଏକ ମନ୍ଦିର, ଯେଉଁଠି ରାଜା ରାମଙ୍କୁ ଗାର୍ଡ ଅଫ ଅନର ଦିଅନ୍ତି ପୋଲିସ, ରାଜକୀୟ ନିୟମ ଅନୁସାରେ…

ଭାରତରେ ଏମିତି ଏକ ସହର ଅଛି, ଦେବତାଙ୍କୁ ମନ୍ଦିରରେ ନୁହେଁ ବରଂ ରାଜକୀୟ ଆଡ଼ମ୍ବର ଏବଂ ମହିମା ସହିତ ଏକ ପ୍ରାସାଦରେ ପୂଜା କରାଯାଏ। ଏଠାରେ ପରମ୍ପରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri