Posted inଜାତୀୟ

ଗିରଫ ହେଲେ ପୂର୍ବତନ ଆଇପିଏସ୍ ଅମିତାଭ ଠାକୁର

ଲକ୍ଷ୍ନୌ,୨୭ ।୮: ପୂର୍ବତନ ଆଇପିଏସ୍ ଅମିତାଭ ଠାକୁରଙ୍କୁ ହଜରତଗଞ୍ଜ ପୋଲିସ ଗିରଫ କରିଛି । ତାଙ୍କ ବିରୋଧରେ ହଜରତଗଞ୍ଜ ଥାନାରେ ଶୁକ୍ରବାର ଏକ ମାମଲା ରୁଜୁ କରାଯାଇଛି । ଅଭିଯୋଗ ରହିଛି କି ସେ ବଳାତ୍କର ପୀଡ଼ିତାଙ୍କୁ ଆତ୍ମହତ୍ୟା କରିବାକୁ ଉସକାଉ ଥିଲେ । ଏସ୍‌ଏସ୍‌ଆଇ ଦୟାଶଙ୍କର ଦ୍ୱିବେଦୀଙ୍କ ଅଭିଯୋଗ ଉପରେ ଏହି ମାମଲା ରୁଜୁ ହାଇଛି । ଗିରଫ ହୋଇଥିବା ଖବର ନିଜେ ଅମିତାଭ ଠାକୁର ଟୁଇଟ୍ କରି ସୂଚନା ଦେଇଛନ୍ତି । ସୂଚନାଯୋଗ୍ୟ, ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ବିପକ୍ଷରେ ନିର୍ବାଚନ ଲଢିବାକୁ ଘୋଷଣା କରିବା ପରେ ଅମିତାଭଙ୍କୁ ୨୧ ଅଗଷ୍ଟରୁ ହାଉସ ଆରେଷ୍ଟ ବା ଗୃହବନ୍ଦୀ କରି ରଖାଯାଇଥିଲା । ୨୧ ଅଗଷ୍ଟରେ ସେ ଗୋରଖପୁର ଓ ଅଯୋଧ୍ୟା ଯିବାର କାର୍ଯ୍ୟକ୍ରମ ଥିଲା । ଶୁକ୍ରବାର ତାଙ୍‌କ ନାଁରେ ହଜରତଗଞ୍ଜ ଥାନାରେ ମାମଲା ରୁଜୁ କରାଯାଇଥିଲା । ଏହାପରେ ତାଙ୍କୁ ଗିରଫ କରାଯାଇଛି । ଅମିତାଭ ଠାକୁରଙ୍କ ଉପରେ ବଳାତ୍କାର ଅଭିଯୁକ୍ତ ବହୁଜନ ସମାଜ ପାର୍ଟି ନେତା ଅତୁଲ ରାୟଙ୍କୁ ସହଯୋଗ କରିବାର ଅଭିଯୋଗ ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ସଫେଇ କଲେ ଧର୍ମେନ୍ଦ୍ର: ସମ୍ବଲପୁର ସହରକୁ ପରିଷ୍କାର ରଖିବା ଲକ୍ଷ୍ୟ

ସମ୍ବଲପୁର,୧୦।୧୦ (ପ୍ରମୋଦ ବହିଦାର):ସ୍ବଚ୍ଛତା ହିଁ ସେବା ଏବଂ ଏହା ସମାଜର ମୂଳମନ୍ତ୍ର ହେବା ଉଚିତ। ସୁସ୍ଥ ଜୀବନ ପାଇଁ ସ୍ବଚ୍ଛତା ଅପରିହାର୍ଯ୍ୟ ବୋଲି କହିଛନ୍ତି ସମ୍ବଲପୁର ଏମ୍‌ପି…

ଘୂର୍ଣ୍ଣିବଳୟ ସକ୍ରିୟ: ଏହିସବୁ ଜିଲାରେ ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୧୦ା୧୦(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଇତିମଧ୍ୟରେ ଥାଇଲାଣ୍ଡ ଉପସାଗର ଓ ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ସକ୍ରିୟ ରହିଛି।…

ରାଜମିସ୍ତ୍ରୀ କାମ କରୁଥିଲେ ସୌରଭ, ହଠାତ୍‌ ଲାଗିଲା କରେଣ୍ଟ: ଆଉ ତା’ପରେ…

ଦିଗପହଣ୍ଡି/ଚିକିଟି, ୧୦।୧୦(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ କାର୍ଯ୍ୟାଳୟ ନିକଟସ୍ଥ ମା’ ରତନେଇ ଠାକୁରାଣୀ ମନ୍ଦିର ପାଖରେ କୋଠା ନିର୍ମାଣ କାମ…

ପ୍ରସିଦ୍ଧ ୟୁଟ୍ୟୁବର୍‌ ଧ୍ରୁବ ରାଠୀ ଅଟକ: ଜନ୍ତରମନ୍ତରରେ CJPର ପ୍ରତିବାଦ ଆରମ୍ଭ

ନୂଆଦିଲ୍ଲୀ,୧୦।୧୦: SIR ଏବଂ ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଆଜି ଦିଲ୍ଲୀର ଜନ୍ତରମନ୍ତରଠାରେ କକରୋଚ ଜନତା ପାର୍ଟି (CJP) ପକ୍ଷରୁ ପ୍ରତିବାଦ…

ମହିଳା ସୁପରଭାଇଜରଙ୍କ ଅବହେଳା ଅଭିଯୋଗ: ଅଙ୍ଗନବାଡ଼ି କେନ୍ଦ୍ରରେ ବଢ଼ୁଛି ସମସ୍ୟା

କେସିଙ୍ଗା, ୧୦।୧୦ (ତୁମେଶ୍ୱର ସାହୁ):କଳାହାଣ୍ଡି ଜିଲା କେସିଙ୍ଗା ସମନ୍ବିତ ଶିଶୁ ବିକାଶ ଯୋଜନା ଅଧୀନରେ ଥିବା ତୁଣ୍ଡଳା ସେକ୍ଟରର ଅଙ୍ଗନବାଡ଼ି କେନ୍ଦ୍ରଗୁଡ଼ିକର ପରିଚାଳନାକୁ ନେଇ ଅସନ୍ତୋଷ ପ୍ରକାଶ…

ପ୍ରକାଶ ପାଇଲା ପ୍ରାର୍ଥୀ ତାଲିକା: ମୌଳିକ ସୁବିଧା ଅଭାବକୁ ନେଇ ଅସନ୍ତୋଷ

ଥୁଆମୂଳ ରାମପୁର, ୧୦।୧୦ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଥୁଆମୂଳ ରାମପୁର ସରକାରୀ ସ୍ନାତକ ମହାବିଦ୍ୟାଳୟରେ ୨୦୨୬-୨୭ ଶିକ୍ଷାବର୍ଷ ପାଇଁ ଛାତ୍ର ସଂସଦ ଓ ବିଭିନ୍ନ ସଂସଦର…

ଛାତ୍ର ସଂସଦ ନିର୍ବାଚନ, କଲେଜ କ୍ୟାମ୍ପସ୍‌ ସରଗରମ: ନାମାଙ୍କନ ନାକଚ୍‌, ଆଶାୟୀ ଅସନ୍ତୋଷ

ବରଗଡ଼,10।୧୦(ପ୍ରେମାନନ୍ଦ ଖମାରୀ):ଆସନ୍ତା ୧୫ତାରିଖ ଛାତ୍ର ସଂସଦ ନିର୍ବାଚନ। ଏହି ନିର୍ବାଚନ ଯେତିକି ପାଖେଇ ଆସୁଛି, କଲେଜ କ୍ୟାମ୍ପସ୍‌ ଗୁଡ଼ିକରେ ନିର୍ବାଚନୀ ବାତାବରଣ ସେତିକି ସରଗରମ ହୋଇ ପଡୁଛି।…

ହାରିବା ସତ୍ତ୍ୱେ ୩ ବଡ଼ ରେକର୍ଡ ଭାଙ୍ଗିଲା ଟିମ୍‌ ଇଣ୍ଡିଆ: ୩ ବ୍ୟାଟ୍‌ରଙ୍କ ବିସ୍ଫୋରକ ଇନିଂସ

ରାଞ୍ଚି,୧୦।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଟି-୨୦ ମ୍ୟାଚ୍‌ରେ ଟିମ ଇଣ୍ଡିଆ ଦମ୍‌ଦାର ବ୍ୟାଟିଂ କରିଥିଲେ ମଧ୍ୟ ପରାଜୟବରଣ କରିଛି। ଭାରତୀୟ ବ୍ୟାଟରମାନେ ଚୌକା ଓ ଛକା ବର୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?