ସିଦ୍ଧାନ୍ତଙ୍କୁ ଡେଟ୍‌ କରୁଛନ୍ତି ଅମିତାଭଙ୍କ ନାତୁଣୀ!

ମୁମ୍ବାଇ: ବିଗ୍‌ ବି ତଥା ଅମିତାଭଙ୍କ ନାତୁଣୀ ନଭ୍ୟା ନଭେଲି ସୋସିଆଲ ମିଡିଆରେ ବହୁତ ଆକ୍ଟିଭ୍‌। ନଭ୍ୟା ପ୍ରତ୍ୟେକ ଦିନ ତାଙ୍କ ପ୍ରଶଂସକଙ୍କ ସହ ନୂଆ ନୂଆ ଫଟୋ ଶେୟାର କରିଥାନ୍ତି। ନିକଟରେ ସେ ନିଜର ଏକ ଫଟୋ ଶେୟାର କରିଛନ୍ତି। ଫଟୋରେ ଦିଆଯାଇଥିବା କମେଣ୍ଟଗୁଡ଼ିକ ଏବେ ଅଧିକ ଭାଇରାଲ ହେବାରେ ଲାଗିଛି।

ନଭ୍ୟା ବୁଧବାର ତାଙ୍କ ଇନ୍‌ଷ୍ଟାଗ୍ରାମ ଆକାଉଣ୍ଟରେ ଏକ ଫଟୋ ଶେୟାର କରିଛନ୍ତି। ସେ ପ୍ରଥମ ଫଟୋରେ କ୍ୟାମେରାକୁ ଦେଖି ହସୁଛନ୍ତି ଏବଂ ଦ୍ୱିତୀୟରେ ସେ ଫ୍ରେମ୍‌ ବାହାରେ ଦେଖୁଛନ୍ତି।

ଅନେକ ୟୁଜର ଏହି ଫଟୋଗୁଡ଼ିକ ଉପରେ ମନ୍ତବ୍ୟ ଦେଇ ନଭ୍ୟାଙ୍କୁ ପ୍ରଶଂସା କରିଛନ୍ତି। ଜଣେ ୟୁଜର ଲେଖିଛନ୍ତି, ମୁଁ ଭାବୁଛି ନଭ୍ୟା ଏବଂ ସିଦ୍ଧାନ୍ତ ଚତୁର୍ବେଦୀ ପରସ୍ପରକୁ ଡେଟ୍‌ କରୁଛନ୍ତି। ଏହାର କାରଣ ହେଉଛି ଗୋଟିଏ ଦିନରେ ଉଭୟ ଫଟୋ ଏବଂ ଭିଡିଓ ଶେୟାର କରିଛନ୍ତି। ସିଦ୍ଧାନ୍ତ ଏବଂ ଦୀପିକା ମଧ୍ୟ ଏକାଠି ଫିଲ୍ମ କରୁଛନ୍ତି। ସେଥିପାଇଁ ଦୀପିକା ପାଦୁକୋନ ମଧ୍ୟ ଏହି ଫଟୋ ଉପରେ ମନ୍ତବ୍ୟ ଦେଇଛନ୍ତି। ସେ ଲେଖିଛନ୍ତି, ବିଉଟି। ଦୀପିକାଙ୍କ ସହ ସଞ୍ଜୟ କପୁରଙ୍କ ସ୍ତ୍ରୀ ମହୀପ ମଧ୍ୟ ଏକ ହାର୍ଟ ଇମୋଜି ପୋଷ୍ଟ କରିଛନ୍ତି।

ନଭ୍ୟା ଏକ ପ୍ରୋଜେକ୍ଟରେ କାମ କରୁଛନ୍ତି। ଯାହା ଏକ ଏନ୍‌ଜିଓ ଅଟେ। ଏହି ଏନ୍‌ଜିଓ ମହିଳାମାନଙ୍କୁ ପ୍ରାଧାନ୍ୟ ଦେଇଥାଏ। ସେମାନଙ୍କୁ ପୁରୁଷମାନଙ୍କ ସହିତ କାନ୍ଧରେ କାନ୍ଧ ଦେଇ ଚାଲିବାର ସୁଯୋଗ ଦେଇଥାଏ। ବଲିଉଡ୍‌ରେ ଏଣ୍ଟ୍ରି କରିବା ପୂର୍ବରୁ ନଭ୍ୟା ଏବେଠୁ ଚର୍ଚ୍ଚାରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହେନ୍ଦ୍ରଗିରିର ଶିବ ମହିମା

ମହେନ୍ଦ୍ରଗିରି ପର୍ୱତ, ଯେଉଁ ପର୍ୱତ ଦିନେ ଥିଲା ଶ୍ୱେତକମଣ୍ଡଳ ରାଜ୍ୟର ଅଂଶବିଶେଷ, ଯେଉଁ ପର୍ୱତକୁ ନିଜ କବିତାରେ ସ୍ଥାନ ଦେଇଛନ୍ତି ଗୋଦାବରୀଶ ମିଶ୍ର, ଗୋପବନ୍ଧୁ ଦାସ ଏବଂ…

ମହାଶିବରାତ୍ରୀରେ ଉପାସରେ କପିଳାସ ଠାକୁର, ଧାରଣାରେ ସେବାୟତ

ଢେଙ୍କାନାଳ,୧୫।୨(ରତନ ନାୟାର): ରାଜ୍ୟ ତଥା ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବପୀଠ କପିଳାସର ଠାକୁର ଶ୍ରୀ ଶ୍ରୀ ଚନ୍ଦ୍ରଶେଖର ଜୀଉ ମହାଦେବ ମହାଶିବରାତ୍ରୀ ପାଳନବେଳେ ଉପବାସରେ ରହିଛନ୍ତି l…

କୁଶପଲ୍ଲା ଜଙ୍ଗଲରୁ ହାତୀର ଗଳିତ ଶବ ଜବତ, ହାତୀକୁ ମାରି ଦାନ୍ତ ନେଇଗଲେ ଶିକାରି

ଖୋର୍ଦ୍ଧା,୧୫।୨(ପ୍ରଭାତ ପାଣିଗ୍ରାହୀ): ଖେର୍ଦ୍ଧା ବନଖଣ୍ଡ ଟାଙ୍ଗୀ ରେଜଂରେ କିଛି ଦିନ ହେଲା ଜଙ୍ଗଲୀ ହାତୀ ଓ ମଣିଷ ଲଢେଇ ଚାଲିଛି। କେତେବେଳେ ମଣିଷ ତ ଆଉ କେତବେଳେ…

ହ୍ୟାଣ୍ଡଶେକ୍‌ ପ୍ରସଙ୍ଗକୁ ଏଡ଼ାଇଲେ ଉଭୟ ଅଧିନାୟକ

କଲମ୍ୱୋ,୧୫ା୨(ପି.ଟି.): ଆମେ ହାତ ମିଳାଇବୁ କି ନାହିଁ, ତାହା ମ୍ୟାଚ୍‌ ପୂର୍ୱରୁ ଜଣାପଡ଼ିବ। କ୍ରିକେଟ ଉଚିତ ଭାବନା ସହ ଖେଳାଯିବା ଦରକାର। ହେଲେ ମୋ ବ୍ୟକ୍ତିଗତ ମତାମତ…

ମା’ ହେଲେ ନାବାଳିକା; ୮ ମାସ ହେଲା ମିଳୁଥିଲା ସରକାରୀ ସୁବିଧା, ଟିକା

ନୀଳଗିରି,୧୫ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ବରହମପୁର ଥାନା ଅଞ୍ଚଳର ଜଣେ ୧୬ ବର୍ଷୀୟା ନାବାଳିକା ଏକ କନ୍ୟା ସନ୍ତାନକୁ ଜନ୍ମଦେଇଛନ୍ତି। ଆଶାକର୍ମୀ ଦୀର୍ଘଦିନ…

ଚୋର ସନ୍ଦେହ: ଯୁବକଙ୍କୁ ପିଟି ହତ୍ୟା

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାର୍ଦ୍ଦୁଳ ଗ୍ରାମରେ ଶୁକ୍ରବାର ବିଳମ୍ୱିତ ରାତିରେ ଏକ ଅମାନବୀୟ ଘଟଣା ଘଟିଛି। ଚୋର ସନ୍ଦେହରେ ଗ୍ରାମର କେତେଜଣ ଲୋକ ଜଣେ…

ଦେଶଭକ୍ତି ଚିନ୍ତା

ଆମ ଦେଶରେ ଜାତୀୟତାବାଦର ଅତ୍ୟଧିକ ଚାହିଦା ରହିଛି, ହେଲେ ସବୁବେଳେ ଏଠାରେ ଏହାର ଅଭାବ ଥିବା ମନେହୁଏ। ମୋ ଜୀବନରେ ଅତିବାହିତ ସବୁ ଦଶନ୍ଧିରେ ‘ବନ୍ଦେ ମାତରମ୍‌’କୁ…

ଭାରତ-ପାକିସ୍ତାନ ମୁକାବିଲା ଆଜି

କଲମ୍ୱୋ, ୧୫।୨: ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ସବୁଠାରୁ ଚର୍ଚ୍ଚିତ ଭାରତ-ପାକିସ୍ତାନ ମୁକାବିଲା ରବିବାର ପ୍ରେମଦାସା ଷ୍ଟାଡିୟମରେ ଅନୁଷ୍ଠିତ ହେବ। ଟୁର୍ନାମେଣ୍ଟରୁ ବାଂଲାଦେଶକୁ ବାଦ୍‌ ଦିଆଯିବାକୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri