ରକ୍ତହୀନତା ଦୂର ପାଇଁ ‘ଅମ୍ଳାନ’

ଭୁବନେଶ୍ୱର,୨୪।୧୧(ବ୍ୟୁରୋ): ରକ୍ତହୀନତା ରୋଗରୁ ରାଜ୍ୟ ମୁକ୍ତ ହେବ। ରାଜ୍ୟରେ କେହି ରକ୍ତହୀନତା ରୋଗୀ ରହିବେ ନାହିଁ। ଏଥିପାଇଁ ବୁଧବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭର୍ଚୁଆଲ ଜରିଆରେ ରକ୍ତହୀନତା ମୁକ୍ତ ଲକ୍ଷ୍ୟ ଅଭିଯାନ ‘ଅମ୍ଳାନ’ ଶୁଭାରମ୍ଭ କରିଛନ୍ତି। ବିଶେଷ କରି ମହିଳା, ବାଳିକା, ଶିଶୁ, ଗର୍ଭବତୀ ମହିଳା, ସ୍ତନ୍ୟପାନ କରାଉଥିବା ମା’ ଫୋକସ୍‌ରେ ରହିବେ। ଏଥିରେ ୧.୩୭ କୋଟି ଲୋକ ଲାଭବାନ ହେବେ। ରାଜ୍ୟର ୫୫ ହଜାର ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ସ୍କୁଲ ଏବଂ ୭୪ ହଜାର ଅଙ୍ଗନଓ୍ବାଡି କେନ୍ଦ୍ରରେ ଏହି ଅଭିଯାନ କାର୍ଯ୍ୟକାରୀ ହେବ। ଏହି କାର୍ଯ୍ୟକ୍ରମରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ, ସ୍କୁଲ ଓ ଗଣଶିକ୍ଷା ବିଭାଗ, ମହିଳା ଓ ଶିଶୁ ବିକାଶ ବିଭାଗ, ମିଶନଶକ୍ତି ବିଭାଗ ଏବଂ ଏସ୍‌ସି,ଏସ୍‌ଟି ଉନ୍ନୟନ ବିଭାଗ ସାମିଲ ହେବେ। ଏହା ରାଜ୍ୟର ନିଜସ୍ବ କାର୍ଯ୍ୟକ୍ରମ। ଏଥିରେ ମହିଳା ଓ ଶିଶୁମାନଙ୍କୁ ରକ୍ତହୀନତା ରୋଗରୁ ମୁକ୍ତ କରିବା ମୂଳ ଲକ୍ଷ୍ୟ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏହି କାର୍ଯ୍ୟକ୍ରମରେ ଆଇରନ ଓ ଫୋଲିକ ବଟିବା ଯୋଗାଇବା ସହ ହିମୋଗ୍ଲୋବିନ ପରୀକ୍ଷା, ରକ୍ତହୀନତା ରୋଗୀଙ୍କୁ ଚିକିତ୍ସା କରାଯିବ। ରାଜ୍ୟରେ ରକ୍ତହୀନତା ରୋଗକୁ ଦୂର କରିବା ଦିଗରେ ଏହା ବଳିଷ୍ଠ କାର୍ଯ୍ୟକ୍ରମ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଅମ୍ଳାନ ପାଇଁ ଗାଇଡ୍‌ଲାଇନର ମଧ୍ୟ ଶୁଭାରମ୍ଭ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର କହିଛନ୍ତି ଯେ ସମସ୍ତ ବିଭାଗର ସହଯୋଗରେ ଏହି କାର୍ଯ୍ୟକ୍ରମ ନିଶ୍ଚିତ ଭାବେ ସଫଳ ହେବ। କୋଭିଡ୍‌-୧୯ ମୁକାବିଲା କ୍ଷେତ୍ରରେ ଏହା ପ୍ରମାଣିତ ହୋଇଛି। ଏହି କାର୍ଯ୍ୟକ୍ରମକୁ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ ପରିଚାଳନା କରିଥିବା ବେଳେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସଚିବ ଶାଳିନୀ ପଣ୍ଡିତ ସ୍ବାଗତ ଭାଷଣ ଦେଇଥିଲେ। ବିଭାଗୀୟ ନିର୍ଦ୍ଦେଶକ ଧନ୍ୟବାଦ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଗଛ, ଉଡ଼ିଲା ଆଜ୍‌ବେଷ୍ଟସ୍‌

କୋରାପୁଟ,୩।୪(ଅମିତାଭ ବେହେରା): କୋରାପୁଟ ସହରରେ ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ପ୍ରଭାବରେ ଅଞ୍ଚଳର ବିଭିନ୍ନ ସ୍ଥାନରେ ଝଡ଼ତୋଫାନ ହୋଇଛି। ଝଡ଼ତୋଫାନରେ କୋରାପୁଟ-ରାୟଗଡ଼ା ସଂଯୋଗ କରୁଥିବା…

ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍‌ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା  ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…

ମାମୁଁ ଘରକୁ ଆସି ଗତକାଲିଠୁ ଥିଲେ ନିଖୋଜ: ଆଜି କେନାଲରୁ ମିଳିଲା ମୃତଦେହ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ପଟ୍ଟାମୁଣ୍ଡାଇ ୩।୪(କଳ୍ପତରୁ ନାୟକ) କେନ୍ଦ୍ରାପଡା ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗୁରୁବାର ପୂର୍ବାହ୍ନରୁ ନିଖୋଜ ଥିବା ଜଣେ ୭ ବର୍ଷୀୟ ନାବାଳିକା ସ୍କୁଲ…

୮ ତାରିଖ ଯାଏ ଛେଚିବ: ଆସନ୍ତାକାଲି ପାଇଁ ଏହି ୧୨ ଜିଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା! ୱାର୍ନିଂ ଜାରି କଲା…

ଭୁବନେଶ୍ୱର,୩।୪: ରାଜ୍ୟରେ ୮ ତାରିଖ ଯାଏ ବର୍ଷା ନେଇ ପାଣିପାଗ ବିଭାଗ ଚେତାବନୀ ଜାରି କରିଛି। ବିଜୁଳି, ଘଡ଼ଘଡ଼ି ସହ ବର୍ଷା ନେଇ ଆସନ୍ତାକାଲି ପାଇଁ ୧୨…

ଗାଁ ରେ ମା ’ ବୁଢ଼ୀ ଠାକୁରାଣୀ ଯାତ୍ରା: ଏପଟେ ତାଲାଭାଙ୍ଗି ନେଇଗଲେ ସୁନା,ରୁପା ଅଳଙ୍କାର

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଜଗନ୍ନାଥ ମନ୍ଦିର ସାହିରେ ରହୁଥିବା ରାଜମିସ୍ତ୍ରୀ ପିଣ୍ଟୁ ସାହୁଙ୍କ ଘର ତାଲା ଭାଙ୍ଗି ଦୁର୍ବୃତ୍ତମାନେ କଳାକନା…

ବାଣ ତିଆରି ବେଳେ ଭୟଙ୍କର ବିସ୍ଫୋରଣ: ୬ ଗୁରୁତର

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ସାହୁ): ନୟାଗଡ଼ ଜିଲା ନୂଆଗାଁ ଥାନା ଅଞ୍ଚଳରେ ବାଣ ତିଆରି କରୁଥିବା ବେଳେ ଶୁକ୍ରବାର ଏକ ଭୟଙ୍କର ବିସ୍ଫୋରଣ ଘଟିଛି। ବିସ୍ଫୋରଣ ଜଣ ୬…

ଦବିଲା ପୋଲ, କାର୍ଯ୍ୟାନୁଷ୍ଠାନ ଦାବି କରି ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ସଭାପତି କହିଲେ…

ମୋରଡ଼ା,୩ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚିତ୍ରଡ଼ା-ମୋରଡ଼ା ମୁଖ୍ୟ ରାସ୍ତାର ଶିଳଦା ନିକଟରେ ଥିବା ଜମ୍ଭୀରା ପୋଲ ନିକଟରେ ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ଜିଲା ସଭାପତି…

ନକଲି CID ଅଧିକାରୀ ଗିରଫ: ଶିକ୍ଷାନୁଷ୍ଠାନ, ବ୍ୟବସାୟୀଙ୍କୁ କରୁଥିଲେ ଟାର୍ଗେଟ

ଭୁବନେଶ୍ୱର,୩।୪: ରାଜଧାନୀର ଚନ୍ଦ୍ରଶେଖରପୁର ଥାନା ପୋଲିସକୁ ଶୁକ୍ରବାର ଏକ ସଫଳତା ମିଳିଛି। ଚନ୍ଦ୍ରଶେଖରପୁର ଥାନା ପୋଲିସ ଟିମ୍‌ ୮ଜଣ ନକଲି CID ଅଧିକାରୀଙ୍କୁ ଧରି ପଚରାଉଚରା କରୁଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri