ବରଫକଳରୁ ଲିକ୍‌ ହେଲା ଆମୋନିଆ ଗ୍ୟାସ୍‌

ବାଲେଶ୍ୱର ଅଫିସ, ୨୬।୨: ବାଲେଶ୍ୱର ଟାଉନ ଥାନା ଅଧୀନ ମଠସାହି ଅଞ୍ଚଳର ତାରିଣୀ ଛକରେ ଥିବା ମାଗ୍ନସ ଫୁଡ୍‌ ବରଫକଳରୁ ଶୁକ୍ରବାର ଆମୋନିଆ ଗ୍ୟାସ୍‌ ଲିକ୍‌ ହୋଇଛି। ଗ୍ୟାସ୍‌ ଲିକ୍‌ ହେବାରୁ ଅଞ୍ଚଳରେ ପ୍ରବଳ ଗନ୍ଧ ହେବା ସହ ଲୋକଙ୍କ ଆଖି ପୋଡିବା ଓ ଛିଙ୍କ ହେବାରୁ ଲୋକେ ଘରୁ ବାହାରକୁ ପଳାଇଆସିଥିଲେ। ଖବରପାଇ ଅଗ୍ନିଶମ ବିିଭାଗ ପହଞ୍ଚତ୍ ତଦନ୍ତ ଆରମ୍ଭ କରିଥିଲେ। ଏପରିକି ଗ୍ୟାସ୍‌ ଲିକ୍‌ ଯୋଗୁ ନୟନାକୁମାରୀ ହାଇସ୍କୁଲର ଛାତ୍ରୀଛାତ୍ରମାନଙ୍କୁ ଘରକୁ ପଠାଇ ଦିଆଯାଇଥିଲା। ଜଣେ ୧୦ ବର୍ଷୀୟ ନାବାଳକ କୌଣସି କାରଣରୁ ସେଠାକୁ ଆସିଥିବା ବେଳେ ମୁଣ୍ଡ ବୁଲାଇ ବାନ୍ତି ହୋଇଥିଲା। ପ୍ରଶାସନ ପକ୍ଷରୁ ତାଙ୍କୁ ଉଦ୍ଧାର କରି ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଏନେଇ ସ୍ଥାନୀୟ ଅଞ୍ଚଳରେ ଭୟର ବାତାବରଣ ଖେଳିଯାଇଛି।
ଉକ୍ତ ବରଫକଳ ଦୀର୍ଘ ବର୍ଷ ଧରି ଜନଗହଳିପୂର୍ଣ୍ଣ ଅଞ୍ଚଳରେ ଚାଲିଆସୁଛି। ପୂର୍ବରୁ ଏହିଭଳି ୩ରୁ ୪ଥର ଗ୍ୟାସ୍‌ ଲିକ୍‌ ହୋଇଥିବା ସ୍ଥାନୀୟ ଲୋକଙ୍କ ଅଭିଯୋଗ କରିଛନ୍ତି। ଅଭିଯୋଗକୁ ଭିତ୍ତି କରି ଜିଲା ଅଗ୍ନିଶମ ବିଭାଗ ଅଧିକାରୀ ପୁରନ ସୋରେନ ଘଟଣାର ତଦନ୍ତ କରି ଉକ୍ତ ବରଫକଳକୁ ବନ୍ଦ କରିବା ପାଇଁ ଫ୍ୟାକ୍ଟ୍ରି ଆଣ୍ଡ ବଏଲର୍‌ ଅଧିକାରୀ, ଜିଲାପ୍ରଶାସନକୁ ଲିଖିତ ଭାବେ ଜଣାଇଥିଲେ। ଏନେଇ ୩ରୁ ୪ ଦିନ ବରଫକଳ ବନ୍ଦ ରହିଥିଲା। ହେଲେ ପୁଣି ପୂର୍ବପରି ବରଫ କଳ ଚାଲୁ ରହିଥିଲା। ଶୁକ୍ରବାର ଏପରି ଘଟଣା ଘଟିବା ପରେ ଜିଲା ଅଗ୍ନିଶମ ବିଭାଗ ଅଧିକାରୀ ସୋରେନ, ଟାଉନ୍‌ ଥାନା ଆଇଆଇସି ଶୁଭ୍ରାଂଶୁ ଶେଖର ନାୟକ, ସଦର ତହସିଲଦାର ଅନାମିକା ସିଂ ପହଞ୍ଚତ୍ ରାସ୍ତାକୁ ସିଲ୍‌ କରିବା ସହ ବିଦ୍ୟାଳୟକୁ ବନ୍ଦ କରିଥିଲେ। ସ୍ଥାନୀୟ ଲୋକଙ୍କୁ ଘରୁ ବାହାରକୁ ନ ବାହାରିବା ପାଇଁ ପରାମର୍ଶ ଦେଇଥିଲେ। ଦୀର୍ଘ ୪ଘଣ୍ଟା ପରେ ଅଗ୍ନିଶମ ବିଭାଗର କର୍ମଚାରୀମାନେ ଫ୍ୟାକ୍ଟ୍ରି ମଧ୍ୟରେ ଲିକ୍‌ ଗ୍ୟାସ୍‌କୁ ଠାବ କରି ବନ୍ଦ କରିବା ପରେ ପରିସ୍ଥିତି ସ୍ବାଭାବିକ ହୋଇଥିଲା। ଏ ଦିଗରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବାକୁ ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସଞ୍ଜୁ ସାମସନଙ୍କୁ ଭୁରି ଭୁରି ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ମୋଦି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୩।୪: ଟିମ ଇଣ୍ଡିଆ ନିକଟରେ ICC ଟି୨୦ ବିଶ୍ୱକପ ୨୦୨୬ ଜିତି ଇତିହାସ ରଚିଛି। ଷ୍ଟାର ଭାରତୀୟ ଉଇକେଟ୍‌କିପର-ବ୍ୟାଟ୍ସମ୍ୟାନ ସଞ୍ଜୁ ସାମସନ ଏହି ଟାଇଟଲ ବିଜୟର ହିରୋ…

ମାମୁଁ ଘରକୁ ଆସିଥିଲେ: କେନାଲରୁ ମିଳିଲା ନାବାଳିକାଙ୍କ ମୃତଦେହ

ରାଜନଗର,୩।୪: କେନ୍ଦ୍ରପଡ଼ା ଜିଲା ରାଜନଗର ଥାନା ଚାନ୍ଦିବାଉଁଶମୂଳ ପଞ୍ଚାୟତ ଅଞ୍ଚଳରୁ ଶୁକ୍ରବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏକ କେନାଲରୁ ଜଣେ ନାବାଳିକାଙ୍କ ମୃତଦେହ ଉଦ୍ଧାର…

୮ ତାରିଖ ଯାଏ ଛେଚିବ: ଆସନ୍ତାକାଲି ପାଇଁ ଏହି ୧୨ ଜିଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା! ୱାର୍ନିଂ ଜାରି କଲା…

ଭୁବନେଶ୍ୱର,୩।୪: ରାଜ୍ୟରେ ୮ ତାରିଖ ଯାଏ ବର୍ଷା ନେଇ ପାଣିପାଗ ବିଭାଗ ଚେତାବନୀ ଜାରି କରିଛି। ବିଜୁଳି, ଘଡ଼ଘଡ଼ି ସହ ବର୍ଷା ନେଇ ଆସନ୍ତାକାଲି ପାଇଁ ୧୨…

‘ଟ୍ରମ୍ପଙ୍କ ଦ୍ୱାରା ହୋଇପାରୁନି, ନିଜେ ଶେଷ କର ଯୁଦ୍ଧ’, କିଏ ସେହି ଜରିଫ ଯିଏ ସାରା ବିଶ୍ୱର ହିତରେ ଇରାନକୁ ଦେଲେ ବଡ଼ ଉପଦେଶ!

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ କମିବାର କୌଣସି ଲକ୍ଷଣ ଦେଖାଯାଉନାହିଁ। ଗୋଟିଏ ପଟେ ଇରାନ ଏବଂ ଅନ୍ୟ ପଟେ ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଏହି ଗତିରୋଧରେ,…

IPL ନିଲାମରେ ମୁହଁମୋଡ଼ି ଦେଇଥିଲେ ସବୁ ଦଳ: ବଦଳ ଭାବେ ଆସି ଚମତ୍କାର କଲେ ଏହି କ୍ରିକେଟର୍‌

କୋଲକାତା,୩।୪: IPL 2026ର ଷଷ୍ଠ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦ ଇଡେନ ଗାର୍ଡେନରେ ଏକ ଧମାକାଦାର ବ୍ୟାଟିଂ ପ୍ରଦର୍ଶନ କରି ୨୦ ଓଭରରେ ୨୨୬ ରନର ବିଶାଳ ସ୍କୋର…

ସାଙ୍ଗମାନଙ୍କ ସହ ନଦୀକୁ ଯାଇଥିଲେ ଗାଧୋଇବାକୁ, ଖସିଗଲା ଗୋଡ, ଘଟଣାସ୍ଥଳରେ…

ଧର୍ମଶାଳା,୩।୪(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ମିର୍ଜାପୁର ନିକଟରେ କେଲୁଅ ନଦୀରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ଅନୁସାରେ କୁଆଖିଆ…

ବାଣ ତିଆରି ବେଳେ ଭୟଙ୍କର ବିସ୍ଫୋରଣ: ୬ ଗୁରୁତର

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ସାହୁ): ନୟାଗଡ଼ ଜିଲା ନୂଆଗାଁ ଥାନା ଅଞ୍ଚଳରେ ବାଣ ତିଆରି କରୁଥିବା ବେଳେ ଶୁକ୍ରବାର ଏକ ଭୟଙ୍କର ବିସ୍ଫୋରଣ ଘଟିଛି। ବିସ୍ଫୋରଣ ଜଣ ୬…

‘ସକାରାତ୍ମକ ଚିନ୍ତାଧାରା ପ୍ରତି ସମସ୍ତେ ଗୁରୁତ୍ୱ ଦେବା ଆବଶ୍ୟକ’

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମସ୍ଥିତ ବିଶ୍ୱାସ ରାୟ ବିଜ୍ଞାନ କଲେଜ ପ୍ରାଣୀ ବିଜ୍ଞାନ ବିଭାଗ ପକ୍ଷରୁ ସ୍ବାସ୍ଥ୍ୟ ଜନିତ ବିପଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri