ଗୋଳାବାରୁଦ କାରଖାନାରେ ବିସ୍ଫୋରଣ: ନିଆଁକୁ ଆୟତ୍ତ କଲେ ଅଗ୍ନିଶମ କର୍ମଚାରୀ

ସଇଁତଳା, ୨୫ା୨ (ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁତଳା ବ୍ଲକ ବଡ଼ମାଳସ୍ଥିତ ଗୋଳାବାରୁଦ କାରଖାନାରେ ରବିବାର ସନ୍ଧ୍ୟା ସମୟରେ ବିସ୍ଫୋରଣ ଘଟିଛି। କାରଖାନା ଜନସମ୍ପର୍କ ଅଧିକାରୀଙ୍କ ସୂତ୍ରରୁ ମିଳିଥିବା ସୂଚନା ମୁତାବକ ସନ୍ଧ୍ୟା ପ୍ରାୟ ୬ଟା୩୦ରେ କାରଖାନା ୧୨ନମ୍ବର ୟୁନିଟର ମାଗାଜିନ ବିଲ୍‌ଡିଂରେ କୌଣସି କାରଣରୁ ଅଗ୍ନିକାଣ୍ଡ ଘଟି ବିସ୍ଫୋରଣ ଘଟିଥିଲା। ବିସ୍ଫୋରଣର ମାତ୍ରା ଏତେ ଭୟଙ୍କର ଥିଲା ଯେ, ପ୍ରାୟ ୨୦ କିଲୋମିଟର ଦୂର ପର୍ଯ୍ୟନ୍ତ ନିଆଁହୁଳା ଦେଖାଯାଇଥିଲା। ଏହି ଘଟଣା ପରେ କାରଖାନା ପରିସରରେ ରହୁଥିବା କର୍ମଚାରୀ ଏବଂ ନିକଟସ୍ଥ ଗାଁ ଲୋକେ ଭୟଭୀତ ହୋଇ ଘରୁ ପଦାକୁ ବାହାରି ଆସିଥିଲେ।

ରବିବାର ହୋଇଥିବାରୁ କାରଖାନାର କୌଣସି କର୍ମଚାରୀ ଉକ୍ତ ଅଞ୍ଚଳରେ ନଥିବାରୁ ଏକ ବଡ଼ ଦୁର୍ଘଟଣାରୁ ବର୍ତ୍ତିଯାଇଥିବା କୁହାଯାଉଛି। ଉକ୍ତ ମାଗାଜିନ ବିଲ୍‌ଡିଂ ଆବଶ୍ୟକ ସମୟରେ ଖୋଲା ଯାଇଥାଏ। ତେବେ କେଉଁ କାରଣରୁ ଏଠାରେ ଅଗ୍ନିକାଣ୍ଡ ଘଟିଲା ତାହା ଏ ପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ। ଘଟଣାସ୍ଥଳରେ ଅଗ୍ନିଶମ ବିଭାଗ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି। ଏବେ ସେଇ ଅଞ୍ଚଳ ସମ୍ପୂର୍ଣ୍ଣ ଅନ୍ଧକାର ହୋଇଥିବାରୁ କ୍ଷୟକ୍ଷତିର ଆକଳନ କରାଯାଇ ପାରି ନ ଥିବା ଜନସମ୍ପର୍କ ଅଧିକାରୀ ସୂଚନା ଦେଇଛନ୍ତି। ପୂର୍ବରୁ ୨୦୦୭ ମସିହାରେ ଏଭଳି ଏକ ବିସ୍ଫୋରଣ କାରଖାନାରେ ଘଟିଥିଲା। ସେତେବେଳେ ନିଆଁକୁ ଆୟତ୍ତ କରିବା ପାଇଁ ଦମକଳ ବାହିନୀକୁ ଦୀର୍ଘ ୮ଘଣ୍ଟା ପରିଶ୍ରମ କରିବାକୁ ପଡ଼ିଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

କୁଲଦୀପଙ୍କ ଦ୍ୱିତୀୟ ଇନିଂସ: ପିଲାଦିନର ବନ୍ଧୁ ବଂଶିକାଙ୍କ ସହ ବିବାହ ସମ୍ପନ୍ନ, ଧୁମ୍‌ ନାଚିଲେ…

ମସୁରୀ, ୧୪।୩: ଟିମ୍‌ ଇଣ୍ଡିଆର ଷ୍ଟାର୍‌ ସ୍ପିନର୍‌ କୁଲଦୀପ ଯାଦବଙ୍କ ପାଇଁ ମାର୍ଚ୍ଚ ୨୦୨୬ ସାରା ଜୀବନ ପାଇଁ ସ୍ମରଣୀୟ ହୋଇ ରହିବ। ଗତ ରବିବାର (୯…

୧୬ରେ କଂଗ୍ରେସର ସଂସଦ ଘେରାଉ ଆନ୍ଦୋଳନ

ନୂଆଦିଲ୍ଲୀ,୧୪ା୩: କେନ୍ଦ୍ର ସରକାର ନିକଟରେ କରିଥିବା ଆମେରିକା ସହ ବାଣିଜ୍ୟ ଚୁକ୍ତିନାମା ଦେଶ ପାଇଁ କ୍ଷତିକାରକ ହେବ ବୋଲି କଂଗ୍ରେସ ଅଭିଯୋଗ କରିଛି। ଏହାର ପ୍ରତିବାଦ ସ୍ବରୁପ…

ଦିଲ୍ଲୀ କ୍ୟାପିଟାଲ୍ସକୁ ବଡ଼ ଝଟ୍‌କା! ଲିଗ୍‌ ଆରମ୍ଭର ୧୪ ଦିନ ପୂର୍ବରୁ ଦଳ ଛାଡ଼ିଲେ…

ନୂଆଦିଲ୍ଲୀ, ୧୪।୩: ଆଇପିଏଲ ୨୦୨୬ ପାଇଁ ସମସ୍ତ ଦଳ ନିଜର ପ୍ରସ୍ତୁତି ଜୋରଦାର କରିଛନ୍ତି। କେଉଁଠି ନୂଆ ଜର୍ସି ଲଞ୍ଚ ହେଉଛି ତ କେଉଁଠି ଖେଳାଳିମାନେ ଅଭ୍ୟାସ…

ଚାଷୀଙ୍କ ଦୁଃଖ: ଅମଳ ବେଳେ କଲରା କିଆରୀ ଉଜାଡ଼ିଲେ ଦୁର୍ବୃତ୍ତ, ଜମୁର୍ଡା ଗ୍ରାମରେ ଉତ୍ତେଜନା!

ବରଗଡ଼, ୧୪/୦୩ (ପ୍ରେମାନନ୍ଦ ଖମାରୀ): ଜଣେ ଚାଷୀ ରକ୍ତକୁ ପାଣି କରି ଫସଲ ଉଜେଇଥିବା ବେଳେ, ଅମଳ ସମୟରେ ଦୁର୍ବୃତ୍ତଙ୍କ କଳା ପାହାର ଚାଷୀର ମେରୁଦଣ୍ଡ ଭାଙ୍ଗି…

ଛାତ୍ରୀଙ୍କ ଅସଦାଚରଣ ଭିଡିଓ ଭାଇରାଲ ମାମଲା: ନିଲମ୍ବିତ ହେଲେ ପ୍ରଧାନଶିକ୍ଷକ

କାକଟପୁର/ଅସ୍ତରଙ୍ଗ,୧୪ା୩(ଶୁଭଦର୍ଶନ ମିଶ୍ର/ପ୍ରଦୀପ୍ତ କୁମାର ଦୀକ୍ଷିତ/ମମତା ଜେନା): ପୁରୀ ଜିଲା କାକଟପୁର ଥାନା ଅଞ୍ଚଳର ଏକ ବିଦ୍ୟାଳୟରେ ଜଣେ ଛାତ୍ରୀଙ୍କୁ ସ୍କୁଲର ଅବସରପ୍ରାପ୍ତ କର୍ମଚାରୀ ଅସଦାଚରଣ କରିଥିବା ଭିଡିଓ…

ଗ୍ୟାସ, ପେଟ୍ରୋଲ କଳାବଜାର କରୁଥିଲେ ସାବଧାନ: ନିୟମିତ ଯାଞ୍ଚ କରିବ କମିଟି

ନନ୍ଦପୁର,୧୪ା୩(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲାପାଳଙ୍କ କାର୍ଯ୍ୟାଳୟ ପକ୍ଷରୁ ବ୍ଲକ ଅଞ୍ଚଳର ପେଟ୍ରୋଲ ଟାଙ୍କି, ଗ୍ୟାସ ବିତରଣ କେନ୍ଦ୍ରଗୁଡ଼ିକ ନିୟମିତ ଯାଞ୍ଚ କରିବାକୁ କମିଟି ଗଠନ ପାଇଁ…

ବଡ଼ ଧରଣର ପୋଲିସ ଚଢ଼ାଉ: ବିପୁଳ ପରିମାଣର ବିସ୍ଫୋରକ ସହ ୨ ଗିରଫ

ବେଲଗୁଣ୍ଠା,୧୪।୩(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଏକ ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ବେଲଗୁଣ୍ଠା ଥାନା ଅଧିକାରୀ…

ଭେଟିବାକୁ ଆସିଲେନି ପ୍ରେମିକ, ବୈତରଣୀ ପୋଲ ଉପରୁ ଯୁବତୀଙ୍କ ଆତ୍ମହତ୍ୟା ଉଦ୍ୟମ; ପୋଲିସ ପହଞ୍ଚି…

ପାଟଣା, ୧୪।୩ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟ ନିକଟସ୍ଥ ବୈତରଣୀ ନଦୀ ପୋଲ ଉପରେ ଶନିବାର ଏକ ଚକିତ କଲାଭଳି ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri