ଗୋଳାବାରୁଦ କାରଖାନାରେ ବିସ୍ଫୋରଣ: ନିଆଁକୁ ଆୟତ୍ତ କଲେ ଅଗ୍ନିଶମ କର୍ମଚାରୀ

ସଇଁତଳା, ୨୫ା୨ (ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁତଳା ବ୍ଲକ ବଡ଼ମାଳସ୍ଥିତ ଗୋଳାବାରୁଦ କାରଖାନାରେ ରବିବାର ସନ୍ଧ୍ୟା ସମୟରେ ବିସ୍ଫୋରଣ ଘଟିଛି। କାରଖାନା ଜନସମ୍ପର୍କ ଅଧିକାରୀଙ୍କ ସୂତ୍ରରୁ ମିଳିଥିବା ସୂଚନା ମୁତାବକ ସନ୍ଧ୍ୟା ପ୍ରାୟ ୬ଟା୩୦ରେ କାରଖାନା ୧୨ନମ୍ବର ୟୁନିଟର ମାଗାଜିନ ବିଲ୍‌ଡିଂରେ କୌଣସି କାରଣରୁ ଅଗ୍ନିକାଣ୍ଡ ଘଟି ବିସ୍ଫୋରଣ ଘଟିଥିଲା। ବିସ୍ଫୋରଣର ମାତ୍ରା ଏତେ ଭୟଙ୍କର ଥିଲା ଯେ, ପ୍ରାୟ ୨୦ କିଲୋମିଟର ଦୂର ପର୍ଯ୍ୟନ୍ତ ନିଆଁହୁଳା ଦେଖାଯାଇଥିଲା। ଏହି ଘଟଣା ପରେ କାରଖାନା ପରିସରରେ ରହୁଥିବା କର୍ମଚାରୀ ଏବଂ ନିକଟସ୍ଥ ଗାଁ ଲୋକେ ଭୟଭୀତ ହୋଇ ଘରୁ ପଦାକୁ ବାହାରି ଆସିଥିଲେ।

ରବିବାର ହୋଇଥିବାରୁ କାରଖାନାର କୌଣସି କର୍ମଚାରୀ ଉକ୍ତ ଅଞ୍ଚଳରେ ନଥିବାରୁ ଏକ ବଡ଼ ଦୁର୍ଘଟଣାରୁ ବର୍ତ୍ତିଯାଇଥିବା କୁହାଯାଉଛି। ଉକ୍ତ ମାଗାଜିନ ବିଲ୍‌ଡିଂ ଆବଶ୍ୟକ ସମୟରେ ଖୋଲା ଯାଇଥାଏ। ତେବେ କେଉଁ କାରଣରୁ ଏଠାରେ ଅଗ୍ନିକାଣ୍ଡ ଘଟିଲା ତାହା ଏ ପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ। ଘଟଣାସ୍ଥଳରେ ଅଗ୍ନିଶମ ବିଭାଗ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି। ଏବେ ସେଇ ଅଞ୍ଚଳ ସମ୍ପୂର୍ଣ୍ଣ ଅନ୍ଧକାର ହୋଇଥିବାରୁ କ୍ଷୟକ୍ଷତିର ଆକଳନ କରାଯାଇ ପାରି ନ ଥିବା ଜନସମ୍ପର୍କ ଅଧିକାରୀ ସୂଚନା ଦେଇଛନ୍ତି। ପୂର୍ବରୁ ୨୦୦୭ ମସିହାରେ ଏଭଳି ଏକ ବିସ୍ଫୋରଣ କାରଖାନାରେ ଘଟିଥିଲା। ସେତେବେଳେ ନିଆଁକୁ ଆୟତ୍ତ କରିବା ପାଇଁ ଦମକଳ ବାହିନୀକୁ ଦୀର୍ଘ ୮ଘଣ୍ଟା ପରିଶ୍ରମ କରିବାକୁ ପଡ଼ିଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri