ଭୁବନେଶ୍ୱର,୧୫।୬: ଆର୍ସଲରମିତ୍ତଲ ନିପ୍ପନ୍ ଷ୍ଟିଲ୍ ଇଣ୍ଡିଆ (ଏଏମ୍/ଏନ୍ଏସ୍ ଇଣ୍ଡିଆ) ର ଓଡ଼ିଶା ୟୁନିଟ୍ରେ ସ୍ଥିରତା ସପ୍ତାହ (ସଷ୍ଟେନାବିଲିଟି ଉଇକ୍) ପାଳିତ ହୋଇଯାଇଛି। ଏହି ଅବସରରେ ଜେନେରେଶନ ରେଷ୍ଟୋରେଶନ୍ ହ୍ୟାସ୍ଟ୍ୟାଗ୍ ସହିତ ଜମି ପୁନରୁଦ୍ଧାର, ମରୁଭୂମି ଏବଂ ମରୁଡ଼ି ସ୍ଥିରତାର ବିଷୟବସ୍ତୁ ନେଇ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜିତ କରିଥିଲା। ଏପରିକି କମ୍ପାନୀର ପାରାଦୀପ ୟୁନିଟ୍ଠାରେ ପରିବେଶ ସୁରକ୍ଷା, ଜମି ସମ୍ବନ୍ଧୀୟ ସମସ୍ୟା ଉପରେ ସଚେତନତା ସୃଷ୍ଟି କରିବାକୁ ଲକ୍ଷ୍ୟ ରଖାଯାଇଥିଲାବେଳେ କର୍ମଚାରୀ ଏବଂ ସେମାନଙ୍କ ପରିବାର ପାଇଁ ବିଭିନ୍ନ ପ୍ରତିଯୋଗିତା କୁଇଜ୍, ପୋଷ୍ଟର ତିଆରି ଏବଂ ଭିଡିଓ ବାର୍ତ୍ତା ରେକର୍ଡିଂ ଆଦିର ଆୟୋଜନ କରାଯାଇଥିଲା। ଏହି ଅବସରରେ ଏଏମ୍/ଏନ୍ଏସ୍ ଇଣ୍ଡିଆ ଓଡ଼ିଶା ଅପରେଶନ କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ସୁରେଶା ଜି କହିଛନ୍ତି, ପରିବେଶର ସୁରକ୍ଷା ଆମ ସମସ୍ତଙ୍କର ଦାୟିତ୍ୱ ହୋଇଥିଲାବେଳେ ଆମେ ପାରାଦୀପଠାରେ ପେଲେଟ୍ ଉତ୍ପାଦନ ପାଇଁ ପ୍ରାକୃତିକ ଗ୍ୟାସ୍ ପ୍ରୟୋଗ କରିଛୁ, ଯାହା ପ୍ରକୃତିର ପରିବେଶ ପ୍ରତି ଅନୁକୂଳ। ଗତ ୨ ବର୍ଷ ମଧ୍ୟରେ ଆମେ ପ୍ଲାଣ୍ଟ ପରିସରରେ ୩୦,୦୦୦ରୁ ଅଧିକ ଚାରାରୋପଣ କରିଛୁ, ଯାହା ଗ୍ରୀନ୍ବେଲ୍ଟର ବିକାଶକୁ ୩୩% ରୁ ୪୨% କୁ ନେଇଛି। କାର୍ବନ ଫୁଟ୍ ପ୍ରିଣ୍ଟକୁ ହ୍ରାସ କରି ସବୁଜ ପରିବେଶକୁ ବଜାୟ ରଖିବା ନିମନ୍ତେ ଏହି ବର୍ଷ ଆମେ ପ୍ଲାଣ୍ଟ ଭିତରେ ୧୦,୦୦୦ରୁ ଅଧିକ ବୃକ୍ଷ ରୋପଣ କରିବା ସହିତ ଆମ ପ୍ଲାଣ୍ଟ ବାହାରେ ୧୦୦୦ରୁ ଅଧିକ ବୃକ୍ଷ ବଣ୍ଟନ କରିବାର ଲକ୍ଷ୍ୟ ରଖିଛୁ। ସେହିଭଳି କମ୍ପାନୀର ଦାବୁନା, କେନ୍ଦୁଝର ବେନିଫିକେଶନ ପ୍ଲାଣ୍ଟରେ କର୍ମଚାରୀ ଏବଂ ଠିକା ଶ୍ରମିକମାନଙ୍କ ପାଇଁ କୁଇଜ୍ ଏବଂ ପୋଷ୍ଟର ପ୍ରତିଯୋଗିତା ଆୟୋଜିତ ହୋଇଥିଲା। ଏହି ଅଭିଯାନରେ ପ୍ଲାଣ୍ଟ ପରିସରରେ ସଫେଇ ଅଭିଯାନ ଏବଂ ବୃକ୍ଷରୋପଣ ଅଭିଯାନ ମଧ୍ୟ ଅନ୍ତର୍ଭୁକ୍ତ କରାଯାଇଥିଲା। ଏହି ଅବସରରେ ବରିଷ୍ଠ ନେତୃତ୍ୱ ମୁଖ୍ୟ ବକ୍ତୃତା ପ୍ରଦାନ କରିଥିଲେ ଏବଂ ବିଜେତାମାନଙ୍କୁ ପୁରସ୍କାର ବିତରଣ କରିଥିଲେ। କର୍ମଚାରୀ ଏବଂ ସ୍ଥାନୀୟ ଜନସାଧାରଣଙ୍କୁ ମଧ୍ୟ ଚାରା ବଣ୍ଟନ କରାଯାଇଥିଲା।
ଦିନିକିଆ ବିଶ୍ୱକପ୍ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍
ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…
ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ
ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍ରରେ ସର୍ଟସର୍କିଟ…
ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ
ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…
ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…
ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…
ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ
ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…
ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ
ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…
ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ
କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…
ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ
ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

