ଏଏମ୍‌ଏନ୍‌ଏସ୍‌ ଇଣ୍ଡିଆର ଡିଜିଟାଲ ସ୍କିଲ୍‌ ସେଣ୍ଟର

ଭୁବନେଶ୍ୱର,୨୪।୧: ଆର୍ସେଲର ମିତ୍ତଲ ନିପ୍ପନ ଷ୍ଟିଲ୍‌ (ଏଏମ୍‌ଏନ୍‌ଏସ୍‌) ଇଣ୍ଡିଆ ଲିମିଟେଡ୍‌ ପକ୍ଷରୁ କେନ୍ଦୁଝରଠାରେ ଏକ ଅତ୍ୟାଧୁନିକ ଡିଜିଟାଲ ସ୍କିଲ୍‌ ସେଣ୍ଟରର ଶୁଭାରମ୍ଭ (ଉଦ୍‌ଘାଟନ) କରାଯାଇଛି। ଏହି ପରିପ୍ରେକ୍ଷୀରେ ଏଏମ୍‌ଏନ୍‌ଏସ୍‌ ଇଣ୍ଡିଆର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ (ଏସ୍‌ପି) ଟି.ଏସ୍‌.ଶାନଭୋଗ୍‌ ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ଏହାର ଉଦ୍‌ଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ କେନ୍ଦୁଝର ଜିଲା ନିୟୋଜନ କାର୍ଯ୍ୟାଳୟର ପ୍ରତିନିଧି ଅରୁଣ କୁମାର ପଣ୍ଡା, ଡାବୁନା ପ୍ଲାଣ୍ଟ ହେଡ୍‌ ଜୟବଦ୍ଧନ ପାରୋହା, ଟେଲିଙ୍ଗ ଡ୍ୟାମ ପ୍ରୋଜେକ୍ଟ ହେଡ୍‌ ଶୈଳେନ୍ଦ୍ର ଶାହାଙ୍କ ସମେତ ଏଏମ୍‌ଏନ୍‌ଏସ୍‌ ଇଣ୍ଡିଆର ସିଏସ୍‌ଆର ହେଡ୍‌ ଡ.ବିକାଶ ଯାଦଭେନ୍ଦୁ ଏବଂ ଏଏମ୍‌ଏନ୍‌ଏସ୍‌ ଇଣ୍ଡିଆର ଏଚ୍‌ଆର୍‌ ହେଡ୍‌ ଓଡ଼ିଶା ସୁନୀଲ ଦାସ ପ୍ରମୁଖ ଉପସ୍ଥିତ ଥିଲେ।
ଏ ସମ୍ପର୍କରେ ଏଏମ୍‌ଏନ୍‌ଏସ୍‌ ଇଣ୍ଡିଆର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ (ଏସ୍‌ପି) ଟି.ଏସ୍‌ . ଶାନ୍‌ଭୋଗ୍‌ କହିଥିଲେ, ଛାତ୍ରୀଛାତ୍ରମାନେ ଏହା ଜରିଆରେ ଉନ୍ନତ କର୍ମସଂସ୍ଥାନର ସୁଯୋଗ ନେବା ସହ ସେମାନଙ୍କର ଭବିଷ୍ୟତ ଗଠନ କରିବା ଉଚିତ। ଅପରପକ୍ଷରେ ଛାତ୍ରୀଛାତ୍ରମାନେ ଆବଶ୍ୟକ କୌଶଳ ଓ ଜ୍ଞାନର ଅଭିବୃଦ୍ଧି ଘଟାଇବା ଉପରେ ପଣ୍ଡା ଗୁରୁତ୍ୱାରୋପ କରିଥିଲେ।
ସେହିଭଳି ପ୍ରଥମ ପର୍ଯ୍ୟାୟରେ କେନ୍ଦୁଝର ଜିଲାର ଆଖପାଖ ଗ୍ରାମଗୁଡ଼ିକରୁ ୨୦୦ ଯୁବତୀଯୁବକଙ୍କୁ ତାଲିମ ପ୍ରଦାନ କରାଯିବ। ଏପରିକି ଶିାନବିସମାନଙ୍କୁ ଆବଶ୍ୟକ ପରାମର୍ଶ ଦିଆଯିବ ସହିତ ୪୪୦ଘଣ୍ଟା ପାଇଁ ତାଲିମ କାର୍ଯ୍ୟରେ ସାମିଲ କରାଯିବ। ବିଶେଷକରି ଡୋମେଷ୍ଟିକ୍‌ ଡାଟା ଏଣ୍ଟ୍ରି ଅପରେଟର ଏବଂ ଡୋମେଷ୍ଟିକ୍‌ ଆଇଟି ହେଲ୍ସଡେସ୍କ ଆଟେଣ୍ଡାଣ୍ଟ କ୍ଷେତ୍ରରେ ଛାତ୍ରୀଛାତ୍ରମାନଙ୍କୁ ତାଲିମ ଦିଆଯିବ। ସେହିପରି ତାଲିମ ଶେଷ ପରେ ଶିକ୍ଷାନବିସମାନଙ୍କୁ ସେକ୍ଟର ସ୍କିଲ୍‌ କାଉନ୍‌ସିଲ ତାଲିକାଭୁକ୍ତ ସଂସ୍ଥା (ଏଜେନ୍ସି)ଗୁଡ଼ିକ ଆବଶ୍ୟକ ସହାୟତା ଯୋଗାଇଦେବେ ଏବଂ କର୍ମସଂସ୍ଥାନ ସୁଯୋଗ ପ୍ରଦାନ ସହ ତାଲିମ ସମାପ୍ତି ସାର୍ଟିଫିକେଟ୍‌ ପ୍ରଦାନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

‘ଆମ ଆଙ୍ଗୁଠି ଏବେବି ଟ୍ରିଗର ଉପରେ ଅଛି…’, ପାକିସ୍ତାନରେ ଆମେରିକା ସହିତ ବୈଠକ ପୂର୍ବରୁ ଇସ୍ରାଏଲକୁ ଖୋଲା ଧମକ ଦେଇଛି ଇରାନ

ତେହରାନ,୯।୪: ଶୁକ୍ରବାର (୧୦ ଏପ୍ରିଲ) ପାକିସ୍ତାନର ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ହେବାକୁ ଯାଉଛି। ଏହା ପୂର୍ବରୁ, ଇରାନ ଇସ୍ରାଏଲକୁ ଏକ ଧମକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri