Posted inଖେଳ

ଅମୋଲ ମଜୁମ୍‌ଦାର ମୁମ୍ବାଇ କୋଚ୍‌ ନିଯୁକ୍ତ

ମୁମ୍ବାଇ, ୨ା୬(ପି.ଟି.)-ରଣଜୀ ଟ୍ରଫି କିମ୍ବଦନ୍ତୀ ତଥା ପୂର୍ବତନ ମୁମ୍ବାଇ ଅଧିନାୟକ ଅମୋଲ ମଜୁମ୍‌ଦାର ଆସନ୍ତା ଘରୋଇ ସିଜନ ପାଇଁ ମଙ୍ଗଳବାର ସିନିୟର ଦଳର କୋଚ୍‌ ଭାବେ ନିଯୁକ୍ତି ପାଇଛନ୍ତି। ରମେଶ ପାଓ୍ବାର ଭାରତୀୟ ମହିଳା ଦଳର ଦାୟିତ୍ୱ ନେବା ପରେ ଏହି ପଦବୀ ଖାଲିପଡ଼ିଥିଲା। ଯତୀନ ପରଞ୍ଜପେ (ଚେୟାରମ୍ୟାନ), ନୀଲେଶ କୁଲକର୍ନୀ ଓ ବିନୋଦ କୁମ୍ବାଲିଙ୍କୁ ନେଇ ଗଠିତ ମୁମ୍ବାଇ କ୍ରିକେଟ ଆସୋସିଏଶନ (ଏମ୍‌ସିଏ)ର କ୍ରିକେଟ ଇମ୍ପ୍ରୁଭମେଣ୍ଟ କମିଟି (ସିଆଇଏସ୍‌) ମଜୁମ୍‌ଦାରଙ୍କୁ ମନୋନୀତ କରିଥିଲା। ମୁମ୍ବାଇ ସିନିୟର ଦଳ ପାଇଁ ଅନ୍ୟ ୮ ଜଣ ପ୍ରାର୍ଥୀ ରହିଥିଲେ। ସେମାନେ ହେଲେ ବଲଓ୍ବିନ୍ଦର ସିଂ ସାନ୍ଧୁ, ଓ୍ବାସିମ୍‌ ଜାଫର, ସାଇରାଜ ବାହୁତୁଲେ, ସୁଲକ୍ଷଣା କୁଲକର୍ନୀ, ପ୍ରଦୀପ ସୁନ୍ଦରମ, ନନ୍ଦନ ଫାଡ୍‌ନିସ, ଉମେଶ ପାଟଓ୍ବାଲ ଓ ବିନୋଦ ରାଘବନ। ୪୬ ବର୍ଷୀୟ ମୁମ୍ବାଇ ଷ୍ଟଲଓ୍ବାର୍ଟ ମଜୁମ୍‌ଦାର ୧୯୯୩ରୁ ୨୦୧୩ ମଧ୍ୟରେ ୧୭୧ ପ୍ରଥମଶ୍ରେଣୀ ମ୍ୟାଚରେ ୧୧,୧୬୭ ରନ କରିଛନ୍ତି। ଅବସର ନେବା ପରେ ସେ ଜଣେ ଭଲ କମେଣ୍ଟେଟର ଭାବେ ପଚିଚିତି ଲାଭ କରିଥିଲେ। ସେ ଏନ୍‌ସିଏ, ଆଇପିଏଲ ଟିମ୍‌ ରାଜସ୍ଥାନ ରୟାଲ୍ସର ବ୍ୟାଟିଂ କୋଚ୍‌ ଭାବେ କାର୍ଯ୍ୟ କରିଛନ୍ତି। ଏହାଛଡ଼ା ୨୦୧୯-୨୦ ଭାରତ ବିପକ୍ଷ ସିରିଜ ପାଇଁ ଦକ୍ଷିଣ ଆଫ୍ରିକା କ୍ରିକେଟ ଦଳର କାମଚଳା କୋଚ୍‌ ଦାୟିତ୍ୱ ତୁଲାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

୨୦୨୬ ଆଇପିଏଲରେ ଖେଳିବା ପାଇଁ କୋର୍ଟଙ୍କ ଦ୍ୱାରସ୍ଥ ହେଲେ RCB ବୋଲର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୨।୪: IPL ୨୦୨୬ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB)ର ଶ୍ରୀଲଙ୍କାର ଦ୍ରୁତ ବୋଲର ନୁୱାନ ତୁଷାରା IPL ୨୦୨୬…

IPL ମଧ୍ୟରେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କଲେ ଏହି ଷ୍ଟାର ବ୍ୟାଟସ୍‌ମ୍ୟାନ, ୩୭ ବର୍ଷ ବୟସରେ…

ନୂଆଦିଲ୍ଲୀ,୨।୪: କ୍ରିକେଟ ଜଗତ ବର୍ତ୍ତମାନ IPL ୨୦୨୬ ଉପରେ ଧ୍ୟାନ ଦେଇଛି। ଇଣ୍ଡିଆନ ପ୍ରିମିୟର ଲିଗ ୨୮ ମାର୍ଚ୍ଚରୁ ଆରମ୍ଭ ହୋଇଛି ଏବଂ ପ୍ରତିଦିନ ପ୍ରମୁଖ ମ୍ୟାଚ…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ଜୁଲାଇରେ ଜିମ୍ବାୱେ ଗସ୍ତ କରିବ ଟିମ୍ ଇଣ୍ଡିଆ, ଟି-୨୦ ସିରିଜରେ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିବ କି ସୁଯୋଗ ?

ନୂଆଦିଲ୍ଲୀ,୧।୪: ଟିମ୍ ଇଣ୍ଡିଆର ଜିମ୍ବାୱେ ଗସ୍ତର କାର୍ଯ୍ୟସୂଚୀ ପ୍ରକାଶ ପାଇଛି । ଭାରତୀୟ ଦଳର ଏହି ଗସ୍ତ ଜୁଲାଇରେ ହେବାକୁ ଯାଉଛି। ଏହି ଗସ୍ତ ସମୟରେ ତିନି ମ୍ୟାଚ୍…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ପୁଣି ଭାଙ୍ଗିଗଲା ଇଟାଲୀର ଫିଫା ବିଶ୍ୱକପ ସ୍ବପ୍ନ: ଲଗାତାର ତୃତୀୟ ଥର ପାଇଁ ଯୋଗ୍ୟତା ଅର୍ଜନ କରିପାରିଲା ନାହିଁ

ରୋମ,୧।୪: ଚାରିଥର ଫିଫା ବିଶ୍ୱକପ ଚାମ୍ପିଅନ ଇଟାଲୀ ଆଉ ଏକ ବଡ଼ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ଦଳ ଲଗାତାର ତୃତୀୟ ଥର ପାଇଁ ଫିଫା ବିଶ୍ୱକପ ପାଇଁ…

ଅନ୍ତର୍ଜାତୀୟ ସ୍ତରର ଅପମାନ ପାଇଲା ପାକିସ୍ତାନ, ଭିଡିଓ ହେଉଛି ଭାଇରାଲ

ଇସଲାମାବାଦ,୧।୪: PSL 2026 ରେ, ପାକିସ୍ତାନ ପାଇଁ ଅନ୍ତର୍ଜାତୀୟ ଲଜ୍ଜାର କାରଣ ପାଲଟିଥିବା ଘଟଣାଗୁଡ଼ିକର ଏକ ଶୃଙ୍ଖଳା ସାମ୍ନାକୁ ଆସିଛି। ଟୁର୍ଣ୍ଣାମେଣ୍ଟର ପ୍ରଥମ ମ୍ୟାଚରେ, ଜର୍ସିରୁ ରଙ୍ଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri