ଦେଶର ୫୦ ସ୍ବତନ୍ତ୍ର ଐତିହ୍ୟ ବୟନକଳା ସାମଗ୍ରୀ ମଧ୍ୟରେ ଓଡ଼ିଶାର ୫

ଭୁବନେଶ୍ୱର,୨।୧୦(ବ୍ୟୁରୋ): ଓଡ଼ିଶାର ହସ୍ତତନ୍ତ ଓ ବୟନ ସାମଗ୍ରୀ ନିଜର ସ୍ବତନ୍ତ୍ରତା ପାଇଁ ସବୁବେଳେ ଜାତୀୟ ତଥା ଅନ୍ତର୍ଜାତୀୟ ଚାହିଦା ବଜାୟ ରଖି ଆସିଛି। ଶନିବାର ୟୁନେସ୍କୋ ପକ୍ଷରୁ ପ୍ରକାଶିତ ରିପୋର୍ଟରେ ଦେଶର ୫୦ଟି ସ୍ବତନ୍ତ୍ର ତଥା ଆଇକନିକ୍‌ ଐତିହ୍ୟ ବୟନକଳା ସାମଗ୍ରୀ ମଧ୍ୟରେ ଓଡ଼ିଶାର ୫ ଉତ୍ପାଦ ସ୍ଥାନ ପାଇଛି। ‘ହ୍ୟାଣ୍ଡ୍‌ମେଡ୍‌ ଅଫ୍‌ ଦି ଟ୍ବେଣ୍ଟିଫାଷ୍ଟ ସେଞ୍ଚୁରୀ: ସେଫ୍‌ଗାର୍ଡିଂ ଟ୍ରାଡିଶନାଲ ଇଣ୍ଡିଆନ ଟେକ୍ସଟାଇଲ୍‌’ ନାମକ ଏହି ରିପୋର୍ଟରେ ଉତ୍ତର, ଦକ୍ଷିଣ ଓ ପଶ୍ଚିମ ଭାରତରୁ ୧୧ଟି ଲେଖାଏ, ପୂର୍ବ ଭାରତରୁ ୧୦ଟି ଓ ଉତ୍ତର ପୂର୍ବ ରାଜ୍ୟରୁ ୪ଟି ଉତ୍ପାଦ ତାଲିକାଭୁକ୍ତ ହୋଇଛି। ପୂର୍ବାଞ୍ଚଳ ବୟନକଳା ଉତ୍ପାଦ ମଧ୍ୟରେ ଓଡିଶାର ୫ଟି ପ୍ରସିଦ୍ଧ ହସ୍ତତନ୍ତ ବସ୍ତ୍ର ସ୍ଥାନ ପାଇଛି। ସେଗୁଡ଼ିକ ହେଉଛି ସମ୍ବଲପୁରର ‘ବାନ୍ଧ କଳା କାର୍ଯ୍ୟ’, ବ୍ରହ୍ମପୁରର ‘ପାଟ’ (ଫୋଡା କୁମ୍ଭ), ଖୋର୍ଦ୍ଧାର ‘ଧଳାପଥର ସ୍କ୍ରିନ୍‌’, କନ୍ଧମାଳର ଡଙ୍ଗରିଆ ହସ୍ତତନ୍ତ ବସ୍ତ୍ର ଏବଂ କେନ୍ଦୁଲିର କାଲିଗ୍ରାଫିକ୍‌ (ହସ୍ତଲିପି) ବୁଣା ପାଟ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲାର ବିଭିନ୍ନ ବିଦ୍ୟାଳୟର ଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ ରାଜ୍ୟସ୍ତରୀୟ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

ଆଇସିସି ମହିଳା ର଼୍ୟାଙ୍କିଙ୍ଗରେ ଦୀପ୍ତି ନମ୍ବର ଓ୍ବାନ୍‌

ଦୁବାଇ, ୩୦ା୧୨: ଆଇସିସି ଅନ୍ତର୍ଜାତୀୟ ଟି୨୦ ପ୍ଲେୟର୍ସ ର଼୍ୟାଙ୍କିଙ୍ଗ ତାଲିକାରେ ଭାରତର ବିସ୍ଫୋରକ ଓପନର ଶେଫାଳୀ ବର୍ମା ୬ଷ୍ଠ ସ୍ଥାନକୁ ଉନ୍ନୀତ ହୋଇଛନ୍ତି। ଏହି ୨୧...

ବରଗଡ଼ ଧନୁଯାତ୍ରାରେ ମୁଖ୍ୟମନ୍ତ୍ରୀ: ହାତୀ ପିଠିରେ ବସି ବୁଲିଲେ ମଥୁରା ନଗରୀ

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମଙ୍ଗଳବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀ ବିକାଶ ଗ୍ରାଉଣ୍ଡ ହେଲିପ୍ୟାଡରେ ପହଞ୍ଚିବା...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

ଗୋପାଳଙ୍କ ଉପରେ ଭରସା କଲେ ନବୀନ: ଦେଲେ ଗୁରୁଦାୟିତ୍ୱ, ବିଜେଡିର ନିଶ୍ଚୟ ବିଜୟ କହିଲେ…

କେସିଙ୍ଗା,୩୦।୧୨(ତୁମେଶ୍ୱର ସାହୁ): ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ସାରା ରାଜ୍ୟରେ ନୂତନ ବିଜେଡି ପଦାଧିକାରୀମାନଙ୍କ ନାମ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ  ଘୋଷଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri