Posted inଜାତୀୟ

‘ସପ୍ତ ମୋକ୍ଷ ପୁରୀ’ ମଧ୍ୟରେ ଓଡ଼ିଶାର ପୁରୀ

ନୂଆଦିଲ୍ଲୀ,୮ା୪: କେନ୍ଦ୍ର ପର୍ଯ୍ୟଟନ ମନ୍ତ୍ରଣାଳୟ ଦ୍ୱାରା ପ୍ରଚାର ପ୍ରସାର କରାଯାଉଥିବା ଦେଶର ୭ ମୋକ୍ଷ କ୍ଷେତ୍ର (ସପ୍ତ ମୋକ୍ଷ ପୁରୀ) ମଧ୍ୟରେ ଓଡ଼ିଶାର ପୁରୀ ସ୍ଥାନ ପାଇଛି। ଅନ୍ୟ କ୍ଷେତ୍ରଗୁଡ଼ିକ ହେଲା ଅଯୋଧ୍ୟା, ମଥୁରା, ହରିଦ୍ୱାର, ବାରାଣସୀ, ଉଜ୍ଜୟିନୀ ଏବଂ ଦ୍ୱାରକା। ପର୍ଯ୍ୟଟନ ଓ ତୀର୍ଥଯାତ୍ରାକୁ ପ୍ରୋତ୍ସାହିତ କରିବାରେ ଏହା ସହାୟକ ହେବ। ସପ୍ତ ମୋକ୍ଷ ପୁରୀର ପ୍ରଚାର ପ୍ରସାର କେବଳ ଦେଶ ଭିତରେ ନୁହେଁ ବିଦେଶ ବଜାରରେ ମଧ୍ୟ ଇଲେକ୍ଟ୍ରୋନିକ, ଛାପା ଓ ଡିଜିଟାଲ ଗଣମାଧ୍ୟମରେ କରାଯାଉଥିବା ମନ୍ତ୍ରଣାଳୟ କହିଛି। ପର୍ଯ୍ୟଟନ ମନ୍ତ୍ରଣାଳୟ ଓ୍ବେବ୍‌ସାଇଟ ଏବଂ ସୋସିଆଲ ମିଡିଆ ହ୍ୟାଣ୍ଡଲ ଜରିଆରେ ବିଭିନ୍ନ ପର୍ଯ୍ୟଟନ କ୍ଷେତ୍ର ଓ ଉତ୍ପାଦଗୁଡ଼ିକର ପ୍ରଚାର ପ୍ରସାର ହେଉଛି। ଚିହ୍ନଟ ତୀର୍ଥସ୍ଥଳ ଓ ଐତିହ୍ୟ ସ୍ଥାନଗୁଡ଼ିକର ସମନ୍ବିତ ବିକାଶ ଲକ୍ଷ୍ୟରେ କେନ୍ଦ୍ର ସରକାର ପର୍ଯ୍ୟଟନ କାୟାକଳ୍ପ ଏବଂ ଆଧ୍ୟାତ୍ମିକ, ଐତିହ୍ୟ ବୃଦ୍ଧି ଅଭିଯାନ ଜାତୀୟ ମିଶନ (ପ୍ରସାଦ) ଯୋଜନାରେ ଏଥିପାଇଁ ଆର୍ଥତ୍କ ସହାୟତା ଯୋଗାଇ ଦେଉଛନ୍ତି। ସେହିପରି ସ୍ବଦେଶ ଦର୍ଶନ ଯୋଜନାରେ ରାଜ୍ୟ ସରକାରଙ୍କ ଦ୍ୱାରା ଚିହ୍ନଟ ପର୍ଯ୍ୟଟନ ଭିତ୍ତିଭୂମିର ବିକାଶ ପାଇଁ କେନ୍ଦ୍ର ଆର୍ଥତ୍କ ସହାୟତା ଯୋଗାଇଦେଉଛି। ଯୋଜନା ଗାଇଡ୍‌ଲାଇନ ଅନୁଯାୟୀ ପୂର୍ବ ଅନୁଦାନର ବିନିଯୋଗ ପତ୍ର ଏବଂ ଉପଯୁକ୍ତ ପ୍ରୋଜେକ୍ଟ ରିପୋର୍ଟ ଦାଖଲ କରିବା ପରେ ପାଣ୍ଠି ମଞ୍ଜୁର ହୋଇଥାଏ ବୋଲି ମନ୍ତ୍ରଣାଳୟ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ମେଡ଼ିକାଲ ଯିବା ବାଟରେ ଖରାପ ହେଲା ଆମ୍ବୁଲାନ୍ସ: ୩ ଘଣ୍ଟା ଛଟପଟ ହୋଇ ଚାଲିଗଲା ନାବାଳିକାଙ୍କ ଜୀବନ

ଭବାନୀପାଟଣା,୯।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଗୁରୁବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଯାନ୍ତ୍ରିକ ତ୍ରୁଟି ଯୋଗୁ ଏକ ଆମ୍ବୁଲାନ୍ସ ଦୀର୍ଘ ୩ ଘଣ୍ଟା ଧରି…

ଟିଏମସିର ବ୍ୟାଙ୍କ ଆକାଉଣ୍ଟରୁ ଟଙ୍କା ଉଠାଇପାରିବେ ମମତା, ହାଇକୋର୍ଟରୁ ମିଳିଲା ବଡ଼ ଆଶ୍ବସ୍ତି

କୋଲକାତା,୯।୭: ମମତା ବାନାର୍ଜୀଙ୍କ ଦଳ, ତୃଣମୂଳ କଂଗ୍ରେସ (TMC)କୁ କୋଲକାତା ହାଇକୋର୍ଟରୁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ମିଳିଛି । ଦୈନନ୍ଦିନ ଖର୍ଚ୍ଚ ପୂରଣ କରିବା ପାଇଁ କୋର୍ଟ ଟିଏମସିକୁ…

ଅନ୍ଧକାର ଆଡକୁ ଯାଉଛି ଭାରତୀୟ କ୍ରିକେଟର୍‌ ଭବିଷ୍ୟତ: ବିସ୍ଫୋରକ ବୟାନ ଦେଲେ ପୂର୍ବତନ କ୍ରିକେଟ୍‌ର

ନୂଆଦିଲ୍ଲୀ,୯।୭: ପୂର୍ବତନ ଭାରତୀୟ କ୍ରିକେଟର ମହମ୍ମଦ କୈଫ ଭାରତୀୟ କ୍ରିକେଟ୍‌ ଦଳର ବର୍ତ୍ତମାନର ରଣନୀତି ଦେଖି ଆଶ୍ଚର୍ଯ୍ୟ ହୋଇଛନ୍ତି ଏବଂ ଦଳ ପରିଚାଳନା ଦ୍ୱାରା ନିଆଯାଇଥିବା ଅନେକ…

ବଙ୍ଗରେ ଆଦିବାସୀ ମହିଳାଙ୍କୁ ଗଣବଳାତ୍କାର, ରକ୍ତ ଜୁଡୁବୁଡୁ ଅବସ୍ଥାରେ ମିଳିଲା ମୃତଦେହ

କୋଲକାତା,୯।୭: ପଶ୍ଚିମବଙ୍ଗର ବାରୁଇପୁରରେ ଜଣେ ନିର୍ଦ୍ଦୋଷ ଶିଶୁ ଉପରେ ହୋଇଥିବା ନିର୍ମମ ଆକ୍ରମଣ ପରେ, ପୂର୍ବ ବର୍ଦ୍ଧମାନ ଜିଲାରୁ ଗଣବଳାତ୍କାରର ଏକ ଘଟଣା ସାମ୍ନାକୁ ଆସିଛି। ଦିୱାନ-ଦିଘି…

ସମୁଦ୍ର ଉପକୂଳ ଅଞ୍ଚଳ ବୁଲି ଦେଖିଲେ ବିଜେଡି ନେତା, ଅଞ୍ଚଳବାସୀଙ୍କ ସୁରକ୍ଷା ପାଇଁ ପୂର୍ବତନ ବିଧାୟକ କହିଲେ…

ଗଞ୍ଜାମ ,୯।୭(ବିଦ୍ୟାଧର ସାହୁ ): ଗଞ୍ଜାମ ଜିଲାର ଗଞ୍ଜାମ ବ୍ଲକ ଅନ୍ତର୍ଗତ ଋଷିକୁଲ୍ୟା ମୁହାଣ ପୁରୁଣାବନ୍ଧ ଠାରୁ ପ୍ରୟାଗି ପର୍ଯ୍ୟନ୍ତ ଗତ କିଛି ଦିନ ହେଲା ବେଳାଭୂମି…

ସରକାରୀ କାର୍ଯ୍ୟରେ ଅନ୍ୟ ସମ୍ପ୍ରଦାୟକୁ ଯାଇ ବାସନ୍ଦର ଶିକାର ହେଲେ ଆଶାକର୍ମୀ

ପାରଳାଖେମୁଣ୍ଡି,୯ା୭(ଗିରିଧାରୀ ପରିଚ୍ଛା):ସରକାରୀ ସ୍ବାସ୍ଥ୍ୟସେବା ଓ କଲ୍ୟାଣମୂଳକ ଯୋଜନା ସମସ୍ତଙ୍କ ପାଖରେ ପହଞ୍ଚାଇବାରେ ଆଶାକର୍ମୀଙ୍କ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ରହିଛି। ହେଲେ ସେହି ଦାୟିତ୍ୱ ପାଳନ କରିବାକୁ ଯାଇ ଜଣେ…

ବାଇକରେ ଯାଉଥିବାବେଳେ ଧକ୍କା ଦେଲା କାର୍‌, ଘଟଣାସ୍ଥଳରେ ଚାଲିଗଲା ତ୍ରିଲୋଚନଙ୍କ ଜୀବନ

ବଲାଙ୍ଗୀର, ୯।୭( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ବିଜାଖମନ ବ୍ରିଜ ନିକଟରେ ବୁଧବାର ଜଣେ ମୋଟର ସାଇକେଲ ଆରୋହୀଙ୍କୁ ଏକ କାର୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri