Posted inଜାତୀୟ

ନିର୍ବାଚନରେ ଜବତ ଅର୍ଥ ପରିମାଣ ବଢୁଛି: ସିବିଡିଟି

ନୂଆଦିଲ୍ଲୀ,୫।୨: ପ୍ରତ୍ୟେକ ବିଧାନସଭା ନିର୍ବାଚନରେ ପୂର୍ବ ନିର୍ବାଚନ ତୁଳନାରେ ଜବତ ଅର୍ଥ ପରିମାଣ ବଢ଼ିଚାଲିଥିବା କେନ୍ଦ୍ରୀୟ ପ୍ରତ୍ୟକ୍ଷ ଟିକସ ବୋର୍ଡ (ସିବିଡିଟି) ଅଧ୍ୟକ୍ଷ ନୀତିନ ଗୁପ୍ତା କହିଛନ୍ତି। ଆୟକର ବିଭାଗ ଏଭଳି ୩ଟି ମାମଲାର ତଦନ୍ତ ଚଳାଇଛି, ଯେଉଁଥିରେ ବିପୁଳ ପରିମାଣର ହିସାବ ବହିର୍ଭୂତ ଅର୍ଥରାଶି ଓ ଅଳଙ୍କାର ଜବତ ହୋଇଥିଲା। ପ୍ରତି ବିଧାନସଭା ନିର୍ବାଚନରେ ପୂର୍ବାପେକ୍ଷା ଯଥେଷ୍ଟ ଅଧିକ ଅର୍ଥ ଜବତ ହେଉଛି। ମିଜୋରାମ, ମଧ୍ୟପ୍ରଦେଶ, ରାଜସ୍ଥାନ, ଛତିଶଗଡ଼ ଓ ତେଲଙ୍ଗାନା ବିଧାନସଭା ନିର୍ବାଚନ ବେଳେ ବିପୁଳ ଅର୍ଥ ଜବତ ହୋଇଥିବା ଗତବର୍ଷ ନଭେମ୍ବରରେ ନିର୍ବାଚନ କମିଶନ ମଧ୍ୟ ଘୋଷଣା କରିଥିଲେ।

ଏହି ୫ ରାଜ୍ୟରୁ ନଗଦ ଅର୍ଥ, ଅଳଙ୍କାର, ନିଶାଦ୍ରବ୍ୟ, ମଦ ଓ ଅନ୍ୟାନ୍ୟ ଉପହାର ସମେତ ୧,୭୬୦ କୋଟିରୁ ଊର୍ଦ୍ଧ୍ୱ ଜବତ ହୋଇଥିଲା। ୨୦୧୮ ନିର୍ବାଚନ ବେଳେ ଜବତ ଅର୍ଥର ଏହା ୭ ଗୁଣରୁ ଅଧିକ। ୨୦୧୮ରେ ଉପରୋକ୍ତ ୫ ରାଜ୍ୟ ବିଧାନସଭା ନିର୍ବାଚନରେ ୨୩୯.୧୫ କୋଟି ଟଙ୍କା ଜବତ ହୋଇଥିଲା। ସେହିପରି ୨୦୨୨ ବିଧାନସଭା ନିର୍ବାଚନ ବେଳେ ଜବତ ଅର୍ଥ ପରିମାଣ ୨୦୧୭ ତୁଳନାରେ ୬ ଗୁଣ ଅଧିକ ଥିଲା। ୨୦୨୨ରେ ଗୋଆ, ମଣିପୁର, ପଞ୍ଜାବ, ଉତ୍ତରାଖଣ୍ଡ, ଉତ୍ତରପ୍ରଦେଶ, ହିମାଚଳପ୍ରଦେଶ ଓ ଗୁଜରାଟରେ ବିଧାନସଭା ନିର୍ବାଚନ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

୧୮ ଘଣ୍ଟା ଧରି ଶୁଟିଂ କଲେ ପ୍ରୀତି ଜିଣ୍ଟା: ପଛରେ କାରଣ ଜାଣିଲେ…

ଦୀର୍ଘ ଦିନ ପରେ ଅଭିନେତ୍ରୀ ପ୍ରୀତି ଜିଣ୍ଟା ‘ପାର୍ଟିସନ ୧୯୪୭’ ସହିତ ବଡ଼ ପରଦାକୁ ଫେରିଛନ୍ତି। ଚଳିତ ବର୍ଷ ତାଙ୍କର ଦ୍ୱିତୀୟ ଫିଲ୍ମ ରିଲିଜ ଅପେକ୍ଷାରେ ଅଛନ୍ତି।…

ଆଜିଠୁ ଆରମ୍ଭ ହେଲା ମାଗଣା LPG ସିଲିଣ୍ଡର ଯୋଜନା; ବର୍ଷକୁ ମିଳିବ ୩ଟି ସିଲିଣ୍ଡର, ଖାତାକୁ ଆସିବ ୩ହଜାର ଟଙ୍କା

ନୂଆଦିଲ୍‌ଲୀ,୫।୯: ରନ୍ଧନ ଗ୍ୟାସ ସିଲିଣ୍ଡରର ବଢ଼ୁଥିବା ଦର ଯୋଗୁଁ ଚିନ୍ତିତ ଥିବା ପରିବାରଗୁଡ଼ିକ ପାଇଁ ଏକ ବଡ଼ ଖୁସି ଖବର ଆସିଛି! ଯଦି ଆପଣଙ୍କ ଘରେ ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri