ଦିଲ୍ଲୀବାସୀ ଖାଇବେ ରାୟଗଡ଼ାର ‘ଆମ୍ରପଲ୍ଲୀ’ ଆମ୍ବ, ରପ୍ତାନି ହେଲା ୨.୫ ମେଟ୍ରିକ୍‌ ଟନ୍‌

ଗୁଣପୁର,୧୭ା୫(ସୁଜାତା ପାଢ଼ୀ): ରାୟଗଡ଼ା ଜିଲାରେ ସାମୂହିକ ବିପଣନକୁ ପ୍ରୋତ୍ସାହିତ କରିବା ଏବଂ ସ୍ଥାନୀୟ ଚାଷୀଙ୍କ ପାଇଁ ଉତ୍ତମ ବଜାର ସଂଯୋଗ ସୁଯୋଗ ସୁନିଶ୍ଚିତ କରିବା ଦିଗରେ ଓଡ଼ିଶା ଗ୍ରାମୀଣ ଉନ୍ନୟନ ଓ ବିପଣନ ସମିତି( ଓ ଆର୍‌ଏମ୍‌ଏ୍‌ଏସ) ଏବଂ କୃଷକ ଉତ୍ପାଦକ ସଂଗଠନ (ଏଫ୍‌ପିଓ)ର ନିରନ୍ତର ପ୍ରୟାସ ଏକ ବଡ଼ ସଫଳତା ଆଣିଦେଇଛି। ଶନିବାର ଓ ଆର୍‌ଏମଏ୍‌ଏସ୍‌ ରାୟଗଡ଼ା ଅଧୀନରେ ଥିବା ଏଫ୍‌ପିଓ ଦ୍ୱାରା କରାଯାଇଥିବା ଏକ ସାମୂହିକ ବିପଣନ ପଦକ୍ଷେପ ମାଧ୍ୟମରେ ୨.୫ ମେଟ୍ରିକ ଟନ ଉଚ୍ଚ ଗୁଣବତ୍ତା ସମ୍ପନ୍ନ ‘ଆମ୍ରପାଲି’ କିସମର ଆମ୍ବ ସଫଳତାର ସହ ଯୋଗାଇ ଦିଆଯାଇଛି। କେଏପିସିଏଲ୍‌ ମୁନିଗୁଡ଼ା ଦ୍ୱାରା ମୁନିଗୁଡ଼ା ବ୍ଲକର ସ୍ଥାନୀୟ ଚାଷୀମାନଙ୍କଠାରୁ ଏହି ଆମ୍ବ ସଂଗ୍ରହ ଓ ସଂଗୃହୀତ କରାଯାଇଥିଲା। ନୂଆଦିଲ୍ଲୀ ସ୍ଥିତ ପ୍ରସିଦ୍ଧ ‘ମଦର ଡାଏରୀ’କୁ ଯୋଗାଣ ପାଇଁ ଏହି ଆମ୍ବ ବହନ କରୁଥିବା ପରିବହନ ଗାଡ଼ିକୁ ରାୟଗଡ଼ ଜିଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ଅକ୍ଷୟ କୁମାର ଖେମୁଣ୍ଡୁ ଏବଂ ଓ ଆର୍‌ଏମ୍‌ଏ୍‌ଏସ୍‌ର ଉପ-ସିଇଓଙ୍କ ଉପସ୍ଥିତିରେ ଆନୁଷ୍ଠାନିକ ଭାବେ ସବୁଜ ପତାକା ଦେଖାଇ ଶୁଭାରମ୍ଭ କରାଯାଇଥିଲା। ଏହି ଅଭିନବ ପଦକ୍ଷେପ ଆଗାମୀ ଦିନରେ ଜିଲାର କୃଷକମାନଙ୍କୁ ସେମାନଙ୍କ ଉତ୍ପାଦର ଉଚିତ ମୂଲ୍ୟ ଦେବା ସହ ଆର୍ଥିକ ସ୍ଥିତିରେ ବ୍ୟାପକ ସୁଧାର ଆଣିବାରେ ସହାୟକ ହେବ ବୋଲି କୁହାଯାଇଥିଲା।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ତାତିଲେ ଚାଷୀ, ଜେସିବି ଲଗାଇ କାଟିଦେଲେ ଘାଇ, ପାଣିରେ ବୁଡ଼ିଲା ଶହଶହ ଏକର ଚାଷଜମି

ମହାକାଳପଡ଼ା,୧୬ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): ମହାନଦୀରେ ବନ୍ୟା ଓ ବର୍ଷା ଜଳ ଖରିଫ ଋତୁରେ ଧାନ ଫସଲ ପ୍ରଭାବିତ ହୋଇଛି। ଫଳରେ ୫ ହଜାରରୁ ଅଧିକ ହେକ୍ଟର ଜମିରେ…

କାଲି ଏହି ଜିଲାରେ ସ୍କୁଲ ଛୁଟି, ଜାଣନ୍ତୁ…

କେନ୍ଦୁଝର,୧୬।୮: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ସ୍ପଷ୍ଟଚିହ୍ନିତ ଲଘୁଚାପରେ ପରିଣତ ହୋଇଛି। ରବିବାର ଅପରାହ୍ନ ୨ଟା ୩୦ ସୁଦ୍ଧା ଏହା ଉତ୍ତରପଶ୍ଚିମ ବଙ୍ଗୋପସାଗର…

କାର-ବୁଲେଟ୍ ମୁହାଁମୁହିଁ ଧକ୍କା, ଚାଲିଗଲା ବିଏସଏଫ ଯବାନଙ୍କ ଜୀବନ

ରିଆମାଳ,୧୬।୮(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବ୍ଳକ କୁଣ୍ଢେଇଗୋଳା ଥାନା କଟାସର ଶିବ ମନ୍ଦିର‌ ଘାଟିରେ ଶନିବାର ଦିନ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ହୋଇଥିଲା ।…

ସ୍କୁଲ ଛୁଟି ପରେ ମଧ୍ୟାହ୍ନଭୋଜନ ଚାଉଳ ଅଟୋରେ ନେବା ଘଟଣା: ନିଲମ୍ବିତ ହେଲେ ପ୍ରଧାନଶିକ୍ଷୟିତ୍ରୀ

ଝରିଗାଁ,୧୬ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲାର ଝରିଗାଁ ବ୍ଲକ ଅନ୍ତର୍ଗତ ମାଝୀଗୁଡ଼ା ସ୍କୁଲର ଭାରପ୍ରାପ୍ତ ପ୍ରଧାନଶିକ୍ଷୟିତ୍ରୀ ଗତ ଶୁକ୍ରବାର ବିଦ୍ୟାଳୟ ଛୁଟି ହେବା ପରେ ଏକ ଅଟୋରେ…

ତାରିକ ରହମାନଙ୍କ ଭାରତ ଗସ୍ତ ପୂର୍ବରୁ ବାଂଲାଦେଶ ରଖିଛି ବଡ଼ ସର୍ତ୍ତ

ଢାକା,୧୬।୮: ବାଂଲାଦେଶ ରବିବାର କହିଛି ଯେ ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନା ଏବଂ ଢାକା ଦ୍ୱାରା ଚାହୁଁଥିବା ଅନ୍ୟ ପଳାତକଙ୍କୁ ଭାରତ ସରକାର ପ୍ରତ୍ୟାର୍ପଣ ପ୍ରକ୍ରିୟାକୁ ଆଗକୁ…

୨୦୨୯ ନିର୍ବାଚନ ପାଇଁ BJPର ମାଷ୍ଟରପ୍ଲାନ୍‌, କାଲି ଘୋଷଣା ହେବ ନୂଆ ଟିମ୍‌! ଏହି ନେତାଙ୍କୁ ମିଳିବ ବଡ଼ ଦାୟିତ୍ବ

ନୂଆଦିଲ୍ଲୀ,୧୬।୮: ଭାଜପାରେ ଖୁବ୍‌ଶୀଘ୍ର ଏକ ବଡ଼ ସାଂଗଠନିକ ପୁନର୍ଗଠନ ହେବାକୁ ଯାଉଛି । ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ନେତୃତ୍ୱରେ ଦଳର ନୂଆ ଟିମ୍‌ ଘୋଷଣା…

ବୁଲାବୁଲି କି ଦାମୀ ପୋଷାକ ନୁହେଁ, ଦରମାର ୭୦% ଏହି କାମରେ ଖର୍ଚ୍ଚ କରନ୍ତି Gen Z

ନୂଆଦିଲ୍ଲୀ,୧୬।୮: ସୋସିଆଲ ମିଡିଆରେ ବର୍ତ୍ତମାନ ସମୟରେ Gen Zଙ୍କ ଟ୍ରେଣ୍ଡ, ଲାଇଫଷ୍ଟାଇଲ୍‌ ଓ ଖର୍ଚ୍ଚକୁ ନେଇ ଚର୍ଚ୍ଚା ଲାଗିରହିଛି । ଅନେକଙ୍କ ଧାରଣା ଯେ, ଯୁବପିଢ଼ି ଅଧିକ…

ବ୍ୟବସାୟୀ ଅପହରଣ ମାମଲା: ହନୁମାନ ପଇସା ପାଇଁ ଅଭିଯୁକ୍ତ ଦେଇଛନ୍ତି ୨ କୋଟି ୭୦ ଲକ୍ଷ, ଏସ୍‌ପି କହିଲେ ଆହୁରି…

ବଲାଙ୍ଗୀର,୧୬ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ ଗୁଣ୍ଡା ଅପହରଣ ମାମଲାରେ ବୌଦ୍ଧ ଜିଲା କଣ୍ଟାମାଳ ଅଞ୍ଚଳର କ୍ଷୀତିଶ ସାହୁଙ୍କୁ ଭୁବନେଶ୍ବରରୁ ଗିରଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri