ସ୍ବାଭିମାନ ଅଞ୍ଚଳରେ ଲଗାଣ ବର୍ଷାରେ ଅମୃତ ସରୋବର ହିଡ଼ ଭାଙ୍ଗିବା ଘଟଣା: ଜମି ମରାମତି ପାଇଁ ବ୍ଳକ ପ୍ରଶାସନ ତରଫରୁ ଚାରି ଲକ୍ଷ ଦିଆଯିବ

ଚିତ୍ରକୋଣ୍ଡା,୨୫।୭(କ୍ଷିରୋଦ କୁମାର ବେହେରା): ଆଦିବାସୀ ଅଧୁଷିତ ଉପାନ୍ତ ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳ ପାପରମେଟେଲା ପଞ୍ଚାୟତ କଦଳୀବନ୍ଧା ଗାଁରେ ଚଳିତ ବର୍ଷ ଚିତ୍ରକୋଣ୍ଡା ବ୍ଳକ ମହାତ୍ମାଗାନ୍ଧୀ ଜାତୀୟ ନିଶ୍ଚିନ୍ତ କର୍ମ ନିଯୁକ୍ତି ଯୋଜନା କାର୍ଯ୍ୟକ୍ରମ ମାଧ୍ୟମରେ ଅମୃତ ସରୋବର ନିର୍ମାଣ କରାଯାଇଥିଲା। ଚଳିତ ଲଗାଣ ବର୍ଷାରେ ଉକ୍ତ ଅମୃତ ସରୋବରଟିର ହିଡ଼ ଭାଙ୍ଗିଯିବାରୁ ପାଖରେ ଥିବା ଜମି ମାନଙ୍କରେ ପାଣି, ମାଟି ଓ ପଥର ମାଡ଼ିଯାଇ ଫସଲ ନଷ୍ଟ ହେବା ସହ ଜମି ରେ ମଧ୍ୟ ବାଲି, ପଥର ଓ ମାଟି ଚରି ଯାଇଥିବାରୁ କଦଳୀବନ୍ଧା ଗ୍ରାମବାସୀ କ୍ଷୟକ୍ଷତି ପାଇଁ ବ୍ଳକ ପ୍ରଶାସନ ତଥା ତହସିଲଦାରଙ୍କୁ ଜଣାଇଥିଲେ ।
ମଙ୍ଗଳବାର ସକାଳୁ ଚିତ୍ରକୋଣ୍ଡା ବିଡ଼ିଓ ରଘୁନାଥ ମୁଣ୍ଡାରୀ ଏବଂ ଏପିଓ ଉଚ୍ଚବ ଗିରି ଉକ୍ତ କଦଳିବନ୍ଧା ଗ୍ରାମକୁ ଯାଇ ଅମୃତ ସରୋବର ବୁଲି ଦେଖିବା ସହ ନଷ୍ଟ ହୋଇଥିବା ଫସଲ ଓ ଜମି ବୁଲି ଦେଖି ଗ୍ରାମବାସୀଙ୍କ ସହ ଆଲୋଚନା କରିଥିଲେ। ଗ୍ରାମବାସୀଙ୍କ ଦାବି ମୁତାବକ ଅମୃତ ସରୋବରର ଭାଙ୍ଗିଥିବା ହିଡ଼କୁ ତିଆରି କରିବାକୁ ଯୋଜନା କରିବା ସହ ବ୍ୟକ୍ତିଗତ ଭାବରେ ୭ଜଣ ଚାଷୀଙ୍କର ଅଧିକ ନଷ୍ଟ ହୋଇଥିବା ଚାଷୀଙ୍କୁ ମିଶାଇ ୨୦ଜଣ ଚାଷୀଙ୍କୁ ଜମି ମରାମତି ପାଇଁ ଚାରି ଲକ୍ଷ ଟଙ୍କା ଦିଆଯିବ ବୋଲି ପ୍ରକାଶ କରିଛନ୍ତି। ଏଥି ସହିତ କଦଳିବନ୍ଧା ଗ୍ରାମ ଠାରୁ ର୍ସିଲିମେଟା ପର୍ଯ୍ୟନ୍ତ ପାହାଡ଼ବାଟରେ ରାସ୍ତା ର୍ନିମାଣ ପାଇଁ ପ୍ରତିଶ୍ରୁତି ଦେଇଛନ୍ତି l ସେଇଭଳି ନଷ୍ଟ ହୋଇଥିବା ଫସଲ ପାଇଁ ଚିତ୍ରକୋଣ୍ଡା ତହସିଲ କାର୍ଯ୍ୟାଳୟ ତରଫରୁ ଏକ ହେକ୍ଟର ଚାଷ ପିଛା ଆଠ ହଜାର ଟଙ୍କା କ୍ଷୟକ୍ଷତି ଦିଆଯିବ ବୋଲି ଚିତ୍ରକୋଣ୍ଡା ତହସିଲଦାର ଟି. ପଦ୍ମନାଭ ଦୋରା ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାଣିପାଗର ବିଚିତ୍ର ରୂପ: ସକାଳେ ଘନ କୁହୁଡ଼ି, ଅପରାହ୍ନରେ କୁଆପଥର ମାଡ଼ ସହ କାଳବୈଶାଖୀର ତାଣ୍ଡବ

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏବଂ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ଶୁକ୍ରବାର ପାଣିପାଗର ଏକ ବଡ଼ ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି।…

ରାମନବମୀରେ ଭକ୍ତିମୟ ଗଜପତି, ବିଭିନ୍ନ ମନ୍ଦିର ବୁଲି ପ୍ରଭୁଙ୍କ ଆଶୀର୍ବାଦ ନେଲେ ପାରଳା ବିଧାୟକ

ପାରଳାଖେମୁଣ୍ଡି,୨୭।୩(ଗିରିଧାରୀ ପରିଛା): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଜପତି ଜିଲ୍ଲାର ବିଭିନ୍ନ ପ୍ରାନ୍ତରେ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ପୂଜାର୍ଚ୍ଚନା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ପାରଳାଖେମୁଣ୍ଡି ବିଧାୟକ…

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

ଗଞ୍ଜାମରେ ହିନ୍ଦୁ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ ଭାଇ ତୋଗଡ଼ିଆଙ୍କୁ ଭବ୍ୟ ସମ୍ବର୍ଦ୍ଧନା

ଗଞ୍ଜାମ,୨୭।୩(ବିଦ୍ୟାଧର ସାହୁ): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଞ୍ଜାମ ସହରରେ ଅନ୍ତଃରାଷ୍ଟ୍ରୀୟ ହିନ୍ଦୁ ପରିଷଦ ସଂସ୍ଥାପନ ଅଧକ୍ଷ ତଥା ଅଗଣିତ ହିନ୍ଦୁମାନଙ୍କ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ…

ଡୋକରୀଚଞ୍ଚରାରେ ଭାଙ୍ଗିଲା ୫୦ ବର୍ଷର ପରମ୍ପରା: ମନ୍ଦିର ଦ୍ୱାର ବନ୍ଦ, ବାହାରେ ପୂଜା କଲା ପ୍ରଶାସନ

କୋକସରା, ୨୭।୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ତଥା ଧାର୍ମିକ ପୀଠ ଗୁଡହାଣ୍ଡି ଡୋକରୀଚଞ୍ଚରାଠାରେ ଚଳିତ ବର୍ଷ ଶ୍ରୀରାମ ନବମୀ…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ପ୍ରକାଶ ପାଇଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟର ବାର୍ଷିକ ପରୀକ୍ଷା ଫଳ; ଅଭିଭାବକ-ଶିକ୍ଷକ ସମନ୍ୱୟ ଉପରେ…

ଭଞ୍ଜନଗର,୨୭।୩(ବାବୁଲା ପ୍ରଧାନ)-ଶୁକ୍ରବାର ସମଗ୍ର ଦେଶରେ ଥିବା ବିଭିନ୍ନ କେନ୍ଦ୍ରୀୟ ବିଦ୍ୟାଳୟର ପ୍ରଥମରୁ ନବମ ଏବଂ ଏକାଦଶ ଶ୍ରେଣୀର ବାର୍ଷିକ ପରୀକ୍ଷା ଫଳ ପ୍ରକାଶିତ ହୋଇଛି। ମାଟ୍ରିକ ଏବଂ…

ବେଆଇନ ‘ସାହାରା ନର୍ସିଂହୋମ’କୁ ପୁଣି ସିଲ କଲା ପୋଲିସ: ବିନା ଲାଇସେନ୍ସରେ…

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ମୁଖ୍ୟ ରାସ୍ତାକଡ଼ରେ ଥିବା ‘ସାହାରା ନର୍ସିଂହୋମ’କୁ ଶୁକ୍ରବାର ଅପରାହ୍ନରେ ପୋଲିସ ଓ ପ୍ରଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri