Posted inଖେଳ

ଅମୃତଜୟ, ମୈତ୍ରେୟ-ଶିବମ୍‌ ଚାମ୍ପିୟନ

ଭୁବନେଶ୍ୱର, ୨୭।୫ (କ୍ରୀଡ଼ା ପ୍ରତିନିଧି): ଅଲ୍‌ ଇଣ୍ଡିଆ ଟେନିସ ଆସୋସିଏଶନ (ଏଆଇଟିଏ) ଓ ଓଡ଼ିଶା ଟେନିସ ଆସୋସିଏଶନ (ଓଟିଏ)ର ମିଳିତ ଆନୁକୂଲ୍ୟରେ ଖୋର୍ଦ୍ଧା ବରୁଣେଇସ୍ଥିତ କେଟି ଗ୍ଲୋବାଲ ସ୍କୁଲ ପରିସରରେ ଟେନିସ ଟୁର୍ନାମେଣ୍ଟ ଶୁକ୍ରବାର ଶେଷ ହୋଇଛି। ଗତ ୧୯ ତାରିଖରେ ଆରମ୍ଭ ହୋଇଥିବା ଟୁର୍ନାମେଣ୍ଟରେ ଭାରତର ବିଭିନ୍ନ ସ୍ଥାନରୁ ୭୦ ପ୍ରତିଯୋଗୀ ଅଂଶଗ୍ରହଣ କରିଥିଲେ। ଏହାର ଫାଇନାଲରେ ଓଡ଼ିଶାର ଅମୃତଜୟ ମହାନ୍ତି ଚାମ୍ପିୟନ ହୋଇଛନ୍ତି। ଫାଇନାଲରେ ସେ ମଧ୍ୟପ୍ରଦେଶର ୟଶ୍‌ ଯାଦବଙ୍କୁ ୧-୬, ୬୩-, ୭-୬ ସେଟ୍‌ରେ ପରାସ୍ତ କରିଛନ୍ତି। ପ୍ରଥମ ସେଟ୍‌ରେ ହାରିଥିଲେ ମଧ୍ୟ ଅମୃତଜୟ ସଫଳ ପ୍ରତ୍ୟାବର୍ତ୍ତନ କରି କ୍ୟାରିୟରର ପ୍ରଥମ ଚାମ୍ପିୟନଶିପ୍‌ ଟାଇଟଲ ଜିତିଛନ୍ତି। ଡବଲ୍ସରେ ମହାରାଷ୍ଟ୍ରର ମୈତ୍ରେୟ ଭଗତ ଓ ଶିବମ୍‌ କଦମ ଚାମ୍ପିୟନ ହୋଇଛନ୍ତି। ଏହି ଯୋଡ଼ି ଫାଇନାଲରେ ପଶ୍ଚିମବଙ୍ଗର ମହମ୍ମଦ ଫରଦିନ ଓ ନାଗାଲାଣ୍ଡର ଖାତେ ଭିଲାସିରଙ୍କୁ ସିଧାସଳଖ ୬-୪, ୬-୨ ସେଟ୍‌ରେ ପରାସ୍ତ କରିଛନ୍ତି। ଜ୍ୟୋତି ଶଙ୍କର ନନ୍ଦ ଟୁର୍ନାମେଣ୍ଟରେ ମ୍ୟାଚ ରେଫରି ଦାୟିତ୍ୱ ନିର୍ବାହ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କ୍ରାଶ ହେଲା ନୌସେନାର MH-60 ହେଲିକପ୍ଟର, ଆରବ ସାଗରରେ ଜରୁରୀକାଳୀନ ଅବତରଣ ସମୟରେ ଘଟିଲା…

ଓ୍ବାଶିଂଟନ,୨।୭: ଆରବ ସାଗରରେ ଜରୁରୀକାଳୀନ ଅବତରଣ କରିବାକୁ ଚେଷ୍ଟା କରୁଥିବା ସମୟରେ ଏକ ଆମେରିକୀୟ ନୌସେନା MH-60S ସିହକ୍ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ତିନି ଜଣ କ୍ରୁ…

ପାଠପଢ଼ା ବୟସରେ ହାତରେ ବନିଶୀ କଣ୍ଟା, ମାଛ ମାରି ପେଟ ପୋଷୁଛନ୍ତି ଜନଜାତି ପିଲା

ମହାକାଳପଡ଼ା,୨ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳର ଶବରପଡ଼ା, ଜଙ୍ଗଲଘେରି, ବାଘୁଆମେଦି, ଜମ୍ବୁ , ସୁନିତି ଅଠର ବାଙ୍କି ଓ ପାଣିଖିଆ…

ମାତ୍ର ୧୦୦ ଦିନରେ ଶାହରୁଖଙ୍କ ସ୍ବପ୍ନ ହେଲା ପୂରଣ: ଏବେ…

ନୂଆଦିଲ୍ଲୀ,୨।୭: ଅଭିନେତା ଶାହରୁଖ ଖାନଙ୍କ ଦୀର୍ଘ ଦିନର ସ୍ବପ୍ନ ପୂରଣ ହୋଇଛି। ତାଙ୍କ ସ୍ବପ୍ନ ପୂରଣ କରିଛନ୍ତି ଆଇସିସି ଅଧ୍ୟକ୍ଷ ଜୟ ଶାହ। ଏଥିପାଇଁ ଶାହରୁଖ ତାଙ୍କୁ…

ଚାଷୀଙ୍କ ମୁଁହରେ ଫେରିଲା ହସ, ଖୁବ ଶୀଘ୍ର କାର୍ଯ୍ୟକ୍ଷମ ହେବ ଅଚଳ ଶୀତଳ ଭଣ୍ଡାର

ଗଞ୍ଜାମ,୨।୭(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ବୁରୁଡ଼ି ଠାରେ ୨୦୧୦ ମସିହାରେ ନିର୍ମିତ ଶୀତଳ ଭଣ୍ଡାର ଅଚଳ ଅବସ୍ଥାରେ ରହିଛି । ଉକ୍ତ ଶୀତଳ ଭଣ୍ଡାରଟି ଆରଏମସି…

ରେଳ ଷ୍ଟେସନରେ ଚାଞ୍ଚଲ୍ୟ! ମା’ କୋଳରେ ଶୋଇଥିବା ପୁଅକୁ ଅପହରଣ, ସିସିଟିଭିରେ…

ହାଇଦ୍ରାବାଦ,୨।୭: ଦେଶର ସବୁଠାରୁ ବ୍ୟସ୍ତବହୁଳ ରେଳ ଷ୍ଟେସନ ମଧ୍ୟରୁ ହାଇଦ୍ରାବାଦର ସିକନ୍ଦରାବାଦ ରେଳ ଷ୍ଟେସନ ଅନ୍ୟତମ । ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଅପହରଣ ଘଟଣା ସାମ୍ନାକୁ ଆସିଛି…

ବିକାଶ ବାଟବଣା: ବସଷ୍ଟାଣ୍ଡରେ ଲହଡ଼ି ମାରୁଛି ବର୍ଷାଜଳ

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ବିକାଶ ବାଟବଣା ହୋଇ ପଡ଼ିଛି। ଏଠାରେ ଡ୍ରେନେଜ ବ୍ୟବସ୍ଥା ଭୁଷୁଡି ପଡିଛି। ସାମାନ୍ୟ ବର୍ଷାରେ ବରଗଡ ସହର କେନ୍ଦ୍ରସ୍ଥଳୀରେ ରହିଥିବା ସରକାରୀ…

ଇନଷ୍ଟାଗ୍ରାମ ପ୍ରେମର ଭୟଙ୍କର ଅନ୍ତ; ପ୍ରେମିକାଙ୍କୁ ହତ୍ୟା ପରେ କବର ଦେଲେ ପ୍ରେମିକ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଲକ୍ଷ୍ନୌ,୨ା୭: ଉତ୍ତର ପ୍ରଦେଶର ପ୍ରୟାଗରାଜରୁ ଏକ ଅଜବ ଏବଂ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଇନଷ୍ଟାଗ୍ରାମରୁ ହୋଇଥିବା ପ୍ରେମ ମୃତ୍ୟୁର କାରଣ ସାଜିଛି । ଘଟଣାଟି ପ୍ରୟାଗରାଜର…

ଓଡ଼ିଶା ପାଇଁ ଗୌରବ ଆଣିଲେ ଓମପ୍ରକାଶ: ଅନ୍ତର୍ଜାତୀୟ ବାଳୁକା କଳା ପ୍ରଦର୍ଶନୀରେ…

କର୍ଲାମୁଣ୍ଡା,୨।୭(ପ୍ରଦୀପ କୁମାର ସାହୁ):ଆସନ୍ତା ୪ରୁ ୧୦ ଜୁଲାଇ ପର୍ଯ୍ୟନ୍ତ ତାଇୱାନରେ ଅନୁଷ୍ଠିତ ହେବାକୁ ଥିବା ଟଙ୍ଗସାଇଓ ବାଲୁକା ଭାସ୍କର୍ଯ୍ୟ କଳା ପ୍ରଦର୍ଶନରେ ଭାଗନେବା ପାଇଁ ପୁଣିଥରେ ନିମନ୍ତ୍ରିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri