Odisha Elections 2024
Posted inଜାତୀୟ

ଅମ୍ରିତପାଲଙ୍କ ଗିରଫ ପରେ ପ୍ରତିକ୍ରିୟା ରଖିଲେ କେଜ୍‌ରିଓ୍ବାଲ

ନୂଆଦିଲ୍ଲୀ,୨୩।୪: ଖାଲିସ୍ତାନୀ ନେତା ଅମ୍ରିତପାଲ ସିଂଙ୍କୁ ପଞ୍ଜାବରେ ପୋଲିସ ଗିରଫ କରିଛି। ଆମ ଆଦମୀ ପାର୍ଟି (ଏଏପି)ର ସଂଯୋଜକ ତଥା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ଏହା ଉପରେ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। କେଜ୍‌ରିଓ୍ବାଲ କହିଛନ୍ତି, ସେ ପଞ୍ଜାବରେ ଶାନ୍ତି ଏବଂ ନିରାପତ୍ତା ପାଇଁ ପ୍ରତିଶ୍ରୁତିବଦ୍ଧ ଏବଂ ଏଥିପାଇଁ କଠୋର ନିଷ୍ପତ୍ତି ନେବାକୁ ମଧ୍ୟ ପ୍ରସ୍ତୁତ ଅଛନ୍ତି। ଖଲିସ୍ତାନୀ ଅମ୍ରିତପାଲ ସିଂଙ୍କୁ ଗିରଫ କରି ଆଇନଶୃଙ୍ଖଳା ଭାଙ୍ଗିବାକୁ ଚେଷ୍ଟା କରୁଥିବା ଲୋକଙ୍କୁ ପଞ୍ଜାବ ସରକାର ଏକ ଦୃଢ ବାର୍ତ୍ତା ଦେଇଛନ୍ତି।

କେଜ୍‌ରିଓ୍ବାଲ ଆହୁରି ମଧ୍ୟ କହିଛନ୍ତି, ଗତ ଏକ ମାସ ଧରି ଅମ୍ରିତପାଲଙ୍କ ଘନିଷ୍ଠ ବନ୍ଧୁଙ୍କ ବିରୋଧରେ ନିରନ୍ତର କାର୍ଯ୍ୟାନୁଷ୍ଠାନ ହେଇଆସୁଥିଲା। ଅମ୍ରିତପାଲଙ୍କ ଆଡାରେ ମଧ୍ୟ ଚଢାଉ କରାଯାଇଥିଲା। ଏହା ପରେ ତାଙ୍କ ସାମ୍ନାରେ କୌଣସି ବିକଳ୍ପ ବାକି ନ ଥିଲା ତେଣୁ ସେ ପୋଲିସ ପାଖରେ ସରେଣ୍ଡର କରିଛନ୍ତି।

କେଜ୍‌ରିଓ୍ବାଲ କହିଛନ୍ତି, ପଞ୍ଜାବ ମୁଖ୍ୟମନ୍ତ୍ରୀ ଭଗବନ୍ତ ମାନ ବହୁତ ପରିପକ୍ୱତା ଏବଂ ସାହସ ସହିତ ଏହି ମିଶନକୁ ସଫଳ କରିଛନ୍ତ। ପୁରା ମିଶନରେ ବନା କୌଣସି ରକ୍ତପାତ ଏବଂ ଗୁଳି ବିନିମୟରେ ପଞ୍ଜାବ ପୋଲିସ ଏହି ସଫଳତା ହାସଲ କରିଛି। ଶାନ୍ତି ବଜାୟ ରଖିବା ଏବଂ ପୁରା ମିଶନ ସମୟରେ ପଞ୍ଜାବ ସରକାରଙ୍କୁ ସମର୍ଥନ କରିଥିବାରୁ ସେ ପଞ୍ଜାବବାସୀଙ୍କୁ ଧନ୍ୟବାଦ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୪୦୦ ଆସନ କେବଳ ଏକ ସ୍ଲୋଗାନ, ଏତିକି ଆସନ ଜିତିବା ଭାଜପା ପାଇଁ ଅସମ୍ଭବ; ପ୍ରଶାନ୍ତ କିଶୋରଙ୍କ ବଡ଼ ଆକଳନ…

ନୂଆଦିଲ୍ଲୀ,୨୧।୫: ଚଳିତ ନିର୍ବାଚନରେ ଭାଜପା ‘ଅବ୍‌କି ବାର୍‌ ୪୦୦ ପାର୍‌’ର ନାରା ଦେଉଛି। ଅର୍ଥାତ କହିବାକୁ ଗଲେ ଦଳ ୪୦୦ରୁ ଅଧିକ ଆସନରେ ବିଜେତା ହେବା...

ପୋଲିଂ ବୁଥକୁ ଯିବାବେଳେ ଢୋଲ ଓ ଥାଳି ବାଡେଇବାକୁ ମହିଳାଙ୍କୁ କହିଲେ ମୋଦି

ନୂଆଦିଲ୍ଲୀ,୨୧।୫: ନିଜର କଲ୍ୟାଣକାରୀ ସ୍କିମ ବିଷୟରେ କହି ମଙ୍ଗଳବାର ନିଜ ନିର୍ବାଚନ ମଣ୍ଡଳୀରେ ପ୍ରଚାର କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଉତ୍ତର ପ୍ରଦେଶର ବାରାଣସୀରେ ଭାଜପା...

ସିସୋଡିଆଙ୍କୁ ବଡ଼ ଝଟ୍‌କା; ଇଡି-ସିବିଆଇ ମାମଲାରେ ଜାମିନ ଆବେଦନ ଖାରଜ

ନୂଆଦିଲ୍ଲୀ,୨୧।୫: ଦିଲ୍ଲୀ ମଦ ଦୁର୍ନୀତି ସହ ଜଡ଼ିତ ଅର୍ଥ ହେରଫେର ମାମଲାରେ ଆମ୍‌ ଆଦମୀ ପାର୍ଟୀ ନେତା ମନୀଷ ସିସୋଡିଆଙ୍କୁ ବଡ଼ ଝଟ୍‌କା ଲାଗିଛି। ଉଭୟ...

କେନ୍ଦୁଝରରେ ଅମିତ ଶାହା ଦେଲେ ବଡ଼ ବୟାନ 

କେନ୍ଦୁଝର,୨୧।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ମଙ୍ଗଳବାର କେନ୍ଦୁଝର ଜିଲା ଗସ୍ତରେ ଆସି ଭାଜପା ଲୋକ ସଭା ପ୍ରାର୍ଥୀ ଅନନ୍ତ ନାୟକ...

ମତଦାନ କେନ୍ଦ୍ରରୁ ମିଳିଲା ପୋଲିଂ ବୁଥ ଏଜେଣ୍ଟଙ୍କ ମୃତଦେହ

ମୁମ୍ବାଇ,୨୧।୫: ମୁମ୍ବାଇ ୱର୍ଲି ଅଞ୍ଚଳରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଏକ ମତଦାନ ବୁଥ ଟଏଲେଟରୁ ଜଣେ ପୋଲିଂ ଏଜେଣ୍ଟଙ୍କ ମୃତଦେହ ପୋଲିସ ଜବତ...

ରାହୁଲଙ୍କୁ ଝଟ୍‌କା: ଅମିତ ଶାହାଙ୍କ ଉପରେ ଟିପ୍ପଣି ମାମଲାରେ ସମନ ଜାରି

ନୂଆଦିଲ୍ଲୀ,୨୧।୫: ଅମିତ ଶାହାଙ୍କ ଉପରେ ଦେଇଥିବା ମନ୍ତବ୍ୟ ପାଇଁ ଏମପି-ଏମଏଲଏ କୋର୍ଟ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ସମନ ଜାରି କରିଛନ୍ତି। ଏନେଇ ଭାଜପା କର୍ମୀ...

କେଜରିଓ୍ବାଲ ଏବେ କାହିଁକି ଆଳାପ କରୁଛନ୍ତି ପାକିସ୍ତାନୀ-ପାକିସ୍ତାନୀ?

ନୂଆଦିଲ୍ଲୀ,୨୧।୫: ଏକ ଖବରଦାତା ସମ୍ମିଳନୀରେ ଅରବିନ୍ଦ କେଜରିୱାଲ କହିଛନ୍ତି, ଆଜି ମୁଁ ଆପଣଙ୍କୁ ତିନୋଟି କଥା କହିବାକୁ ଚାହେଁ। ନିର୍ବାଚନର ପଞ୍ଚମ ପର୍ଯ୍ୟାୟ ଶେଷ ହୋଇଥିବାରୁ...

କାହିଁକି ଏଥର ୪୦୦ ପାର୍‌ କଥା କହୁଛି ଭାଜପା? ୨୪ ଘଣ୍ଟାରେ ମୋଦି କ’ଣ କ’ଣ କରିଛନ୍ତି ସେଥିରୁ ବୁଝାପଡିବ…

ନୂଆଦିଲ୍ଲୀ,୨୧।୫: ଲୋକ ସଭା ନିର୍ବାଚନ ବର୍ତ୍ତମାନ ଶେଷ ପର୍ଯ୍ୟାୟରେ। ଏହି କାରଣରୁ ସମସ୍ତ ରାଜନୈତିକ ଦଳ କଠିନ ପରିଶ୍ରମ କରୁଛନ୍ତି ଏବଂ ରାଲି କରୁଛନ୍ତି। କିନ୍ତୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri