Posted inଜାତୀୟ

ଇଂଲଣ୍ଡ ଖସି ପଳାଉଥିଲେ ଅମ୍ରିତପାଲଙ୍କ ସ୍ତ୍ରୀ: ଧରିଲା ପୋଲିସ

ନୂଆଦିଲ୍ଲୀ,୨୦।୭: ଆସାମର ଦିବ୍ରୁଗଡ ଜେଲରେ ଦଣ୍ଡ ଭୋଗୁଥିବା ୱାରିସ ପଞ୍ଜାବ ଦେ ମୁଖ୍ୟ ଅମ୍ରିତପାଲ ସିଂଙ୍କ ସ୍ତ୍ରୀ କିରଣଦୀପ କୌରଙ୍କୁ ପୁଣି ଥରେ ଇଂଲଣ୍ଡ ଯିବାକୁ ଅଟକାଯାଇଛି। ଇଂଲଣ୍ଡ ପାଇଁ କିରଣଦୀପ ଦିଲ୍ଲୀ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଥିଲେ। ସେଠୁ ପୋଲିସ ତାଙ୍କୁ ଧରିଥିଲା। ଏହାପୂର୍ବରୁ ତାଙ୍କୁ ଦୁଇଥର ଇଂଲଣ୍ଡ ଯିବା ବନ୍ଦ କରି ଦିଆଯାଇଥିଲା। ୩ ଘଣ୍ଟା ଧରି ପଚରାଉଚରା ପରେ କିରଣଦୀପଙ୍କୁ ଘରକୁ ପଠାଯାଇଛି।
କିରଣଦୀପ କୌର ବ୍ରିଟେନର ନାଗରିକ। ଭାରତରେ ରହିବା ପାଇଁ ତାଙ୍କ ଭିସାର ବୈଧତା ଚଳିତମାସ ପର୍ଯ୍ୟନ୍ତ ରହିଛି। କିନ୍ତୁ ତା’ପୂର୍ବରୁ ସେ ଭାରତ ଛାଡି ଚାଲିଯିବାକୁ ଚାହୁଁଥିଲେ। କିରଣଦୀପଙ୍କ ଉପରେ ପଞ୍ଜାବ ପୁଲିସ ମଧ୍ୟ ନଜର ରଖିଥିଲା। ଯଦିଓ କିରଣଦୀପଙ୍କ ନାଁରେ ପଞ୍ଜାବରେ କିମ୍ବା ଦେଶର ଅନ୍ୟ କୌଣସି ସ୍ଥାନରେ ମାମଲା ନାହିଁ ବା ସ୍ବାମୀ ଅମ୍ରିତପାଲଙ୍କ କାର୍ଯ୍ୟରେ ତାଙ୍କର କିଛି ଭୂମିକା ଥିବାର ପ୍ରମାଣ ନାହିଁ, ତଥାପି ତାଙ୍କୁ ପୋଲିସ ନଜର ରଖିଛି।
ଖଲିସ୍ତାନ ସପକ୍ଷରେ ଯୁକ୍ତି ବାଢି ବେଶ କିଛି ସମୟ ଧରି ଘୃଣାର ମଞ୍ଜି ପୋତି ଚାଲିଥିବା ତଥା ଅନ୍ୟାନ୍ୟ ଆପରାଧିକ ମାମଲାରେ ଜଡିତ ଅମ୍ରିତପାଲ ସିଂହ ଗତ ଫେବୃଆରୀ ମାସରେ ଚର୍ଚ୍ଚାର ପରିସରକୁ ଆସିଥିଲା। ଫେବୃଆରୀ ୨୩ ତାରିଖରେ ସେ ଓ ତା’ର ଶତାଧିକ ସହଯୋଗୀ ଖଣ୍ଡା, ଠେଙ୍ଗା ଓ ବନ୍ଧୁକ ଧରି ପଞ୍ଜାବର ଅଜନାଲା ଥାନାକୁ ଜବରଦସ୍ତି ପଶିଥିଲେ। ଥାନାକୁ ଜବରଦସ୍ତି ପଶିବା ବେଳେ ସେମାନଙ୍କ ସହିତ ହୋଇଥିବା ସଂଘର୍ଷରେ ୬ ଜଣ ପୋଲିସ କର୍ମଚାରୀ ଆହତ ହୋଇଥିଲେ। ଏହି ଘଟଣା ସାରା ଦେଶରେ ଚହଳ ପକାଇ ଦେଇଥିଲା। ମାର୍ଚ୍ଚ ୧୮ ତାରିଖରେ ପଞ୍ଜାବ ପୋଲିସ ତାଙ୍କୁ ଧରିବା ପାଇଁ ପ୍ରୟାସ କଲା ବେଳେ ସେ ଖସି ଥିଲେ। ଶେଷରେ ସେ ଆତ୍ମସମର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

T20 World Cupରେ ଇତିହାସ ରଚିଲା ଜିମ୍ବାଓ୍ବେ, ଶ୍ରୀଲଙ୍କାକୁ ହରାଇ କଲା ମହାରେକର୍ଡ

ନୂଆଦିଲ୍ଲୀ,୧୯।୨: 2026 T20 World Cupର ୩୮ତମ ଲିଗ ମ୍ୟାଚ ଶ୍ରୀଲଙ୍କା ଏବଂ ଜିମ୍ବାୱେ ମଧ୍ୟରେ କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିଲା। ଜିମ୍ବାୱେ ଏହି ମ୍ୟାଚକୁ…

ନୂଆ ଡ୍ରାମା କଲାଣି ପାକିସ୍ତାନ, ହଠାତ ଏମିତି କରି ଚମକାଇଲେ ବୋର୍ଡ ଅଧ୍ୟକ୍ଷ

ଇସଲାମାବାଦ,୧୯।୨: ପାକିସ୍ତାନରେ ଏକ ନୂଆ ବିବାଦ ଦେଖାଦେଇଛି। ପାକିସ୍ତାନ ହକି ଦଳର ଅଧିନାୟକ ଶକିଲ ଅମ୍ମାଦ ବଟ ଅଷ୍ଟ୍ରେଲିଆ ଗସ୍ତରୁ ଫେରିବା ପରେ PHF (ପାକିସ୍ତାନ ହକି…

ସୁଧୀରଙ୍କୁ ମନୋନୀତ କଲେ ନବୀନ

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦର ବିଜୁ ଜନତା ଦଳ ନଗର ସଭାପତି ଭାବେ ସୁଧୀର କୁମାର ପାଢ଼ୀଙ୍କୁ ଦଳ ସୁପ୍ରିମୋ ନବୀନ ପଟ୍ଟନାୟକ ମନୋନୀତ…

ନିଆଁ ଲାଗି ପଦା ହେଉଛି ଜଙ୍ଗଲ, ବେଫିକର ବନବିଭାଗ; ଫୋନ ଉଠାଉନାହାନ୍ତି ରେଞ୍ଜର, ACF 

ଭବାନୀପାଟଣା, ୧୯।୨ (ଉତ୍ତମ କୁମାର ଦାଶ)- ପରିବେଶକୁ ସନ୍ତୁଳନ ତଥା ପ୍ରଦୁଷଣରୁ ରକ୍ଷା କରିବା ପାଇଁ ସରକାର ଗ୍ରାମାଞ୍ଚଳର ଜଙ୍ଗଲଗୁଡିକର ସୁରକ୍ଷା ସହ ନୂତନ ଜଙ୍ଗଲ ସୃଷ୍ଟି…

ଚୌଦ୍ଵାର ଜେଲର ବିବାଦୀୟ ଜେଲର ସନ୍ତୋଷିନୀ ଦାଶ ସସ୍‌ପେଣ୍ଡ୍‌

କଟକ,୧୯ା୨: କର୍ତ୍ତବ୍ୟରେ ଅବହେଳା ପାଇଁ ଶେଷରେ କାର୍ଯ୍ୟାନୁଷ୍ଠାନର ଶିକାର ହୋଇଛନ୍ତି ବିବାଦୀୟ ଜେଲର ସନ୍ତୋଷିନୀ ଦାଶ। କଣ୍ଟାବାଞ୍ଜି ଉପକାରାଗାରର ଜେଲର-କମ-ସୁପରିଣ୍ଟେଣ୍ଡେଣ୍ଟ ସନ୍ତୋଷିନୀ ଦାଶଙ୍କୁ ନିଲମ୍ବନ କରାଯାଇଛି। ଚୌଦ୍ୱାରରୁ…

ଜଙ୍ଗଲରୁ ମିଳିଲା ହାତୀ ଶାବକର ମୃତଦେହ

ମୋରଡା,୧୯।୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ରେଞ୍ଜ ଅଞ୍ଚଳରୁ ବନବିଭାଗ ଗୁରୁବାର ଏକ ଶାବକ ହାତୀର ଗଳିତ ମୃତଦେହ ଜବତ କରିଛି। ହେଲେ ଶାବକ ମୃତ୍ୟୁର କାରଣ…

ନିଜ ପୁଅକୁ ତାରିକ ରହମାନଙ୍କ ପାଖକୁ ପଠାଇ ଦେଲେ ଏହି ଦେଶର ରାଷ୍ଟ୍ରପତି, କାହିଁକି ବଢିଲା ଭାରତର ଟେନସନ? ଜାଣନ୍ତୁ…

ଢାକା,୧୯।୨: ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP)ର ଅଧ୍ୟକ୍ଷ ତାରିକ ରହମାନ ପ୍ରଧାନମନ୍ତ୍ରୀ ଭାବରେ ଦାୟିତ୍ୱ ଗ୍ରହଣ କରିବାର କିଛି ସମୟ ପରେ ତୁର୍କୀ ରାଷ୍ଟ୍ରପତି ରେସେପ ତାୟିପ…

ଉତ୍କଳ ବିଶ୍ୱବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ପାଇଁ ଆଇଡି କାର୍ଡ ବାଧ୍ୟତାମୂଳକ; ନ ହେଲେ ବାନ୍ଧିବ ପୋଲିସ

ଭୁବନେଶ୍ୱର,୧୯।୨: ଉତ୍କଳ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ କ୍ୟାମ୍ପସର ସୁରକ୍ଷା ଓ ଶୃଙ୍ଖଳା ରକ୍ଷା ପାଇଁ କଠୋର ନିର୍ଦ୍ଦେଶନାମା ଜାରି କରିଛନ୍ତି। ବର୍ତ୍ତମାନଠାରୁ ବିଶ୍ୱବିଦ୍ୟାଳୟ ପରିସରରେ ସମସ୍ତ ଛାତ୍ରଛାତ୍ରୀଙ୍କ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri