ନାଲ୍‌କୋ ଘରୋଇକରଣକୁ ଏଏମ୍‌ଏସ୍‌ର ବିରୋଧ

ବଅଁରପାଳ,୩୦ା୭(ଡି.ଏନ୍‌.ଏ.): ନବରତ୍ନପ୍ରାପ୍ତ ରାଷ୍ଟ୍ରାୟତ ଉଦ୍ୟୋଗରୁ ଘରୋଇକରଣ ବନ୍ଦ କରାଯିବା ଏବଂ ଶ୍ରମ ଆଇନ ସଂଶୋଧନ ବିରୋଧରେ ଗୁରୁବାର ନାଲ୍‌କୋ ଆଲୁମିନିୟମ ମଜଦୂର ସଂଘ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। ସଂଘ ପକ୍ଷରୁ ସରକାର ଜାଗୋ କାର୍ଯ୍ୟକ୍ରମ ସହ ଏହି ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ନାଲ୍‌କୋ ଭଳି ନବରତ୍ନ କମ୍ପାନୀ ସର୍ବଦା ରାଜ୍ୟ ଓ କେନ୍ଦ୍ର ସରକାରଙ୍କୁ ଲାଭ ଦେଇ ଆସିଛି। ମାତ୍ର ନାଲ୍‌କୋକୁ ଘରୋଇକରଣ କରାଗଲେ ଶ୍ରମିକ ତଥା ଦେଶର ଲୋକମାନଙ୍କର ବହୁ କ୍ଷତି ହେବ ବୋଲି ସଂଘ ପକ୍ଷରୁ କୁହାଯାଇଛି। ସେହିପରି ନାଲ୍‌କୋ ହାତରେ ଆଉ ୫୩.୫ ପ୍ରତିଶତ ପୁଞ୍ଜି ରହିଛି। ଆଉ ୪ ପ୍ରତିଶତ ପୁଞ୍ଜି ଘରୋଇ କମ୍ପାନୀ ହାତକୁ ଚାଲିଗଲେ ଏହି ନାଲ୍‌କୋ ସମ୍ପୂର୍ଣ୍ଣ ଭାବେ ଘରୋଇକରଣ ହୋଇଯିବ ବୋଲି ସଂଘ ପକ୍ଷରୁ କୁହାଯାଇଛି। ତେଣୁ ଆଜି ସକାଳେ ସଂଘ ପକ୍ଷରୁ ଏହାକୁ ନେଇ ବିରୋଧ କରାଯାଇଥିଲା। ଏଥିରେ ସଂଘର ସଭାପତି ସୁବାସ ଚନ୍ଦ୍ର ସାହୁ, ସାଧାରଣ ସମ୍ପାଦକ ରମେଶ ଚନ୍ଦ୍ର ବେହେରା, କାର୍ଯ୍ୟକାରୀ ସଭାପତି ବିନୋଦ ସାମଲ, ପରମାନନ୍ଦ ବେହେରା, ନେହେରୁ ସାହୁଙ୍କ ସମେତ ବହୁ କର୍ମକର୍ତ୍ତା ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିରେ ବଡ଼ ହଲଚଲ: ୪୦ ପରେ ୩ ନେତାଙ୍କୁ ନେଇ ଚର୍ଚ୍ଚା

ଭୁବନେଶ୍ୱର,୨୧ା୧୨(ସୁନିତ୍‌ ମିଶ୍ର): ବିଜେଡିର ପ୍ରାୟ ୪୦ ଜଣ ପୂର୍ୱତନ ବିଧାୟକ ଏବଂ ୨୦୨୪ରେ ବିଧାୟକ ପ୍ରାର୍ଥୀ ହୋଇଥିବା ନେତା ଭୁବନେଶ୍ୱର ଉପକଣ୍ଠରେ ଶୁକ୍ରବାର ଏକ ଭୋଜି...

‘ଉସମାନ ହାଦି ଆମ ହୃଦୟରେ ରହିବେ’ ହାଦିଙ୍କ ଶେଷ ଯାତ୍ରାରେ ଯୋଗଦେଇ ୟୁନୁସ କହିଲେ…

ଢାକା,୨୧।୧୨: ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସ ଛାତ୍ର ନେତା ଏବଂ ଇନକିଲାବ ମଞ୍ଚର ମୁଖପାତ୍ର ସରିଫ ଓସମାନ ହାଦିଙ୍କ ଆଦର୍ଶକୁ ଆଗକୁ...

୧୮ ମାଓବାଦୀଙ୍କ ନଁାରେ ୮.୪ କୋଟି ପୁରସ୍କାର

ବୌଦ୍ଧ,୨୧ା୧୨(ଅଜିତ କୁମାର ବାରିକ): ୨୦୨୬ ମାର୍ଚ୍ଚ ୩୧ ସୁଦ୍ଧା ଦେଶରୁ ମାଓବାଦୀ ମୂଳୋତ୍ପାଟନ କରିବାକୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଛି। ଏହି କ୍ରମରେ ବୌଦ୍ଧ...

ବର୍ବରତା, ୭ ବର୍ଷର ଝିଅକୁ ଜୀଅନ୍ତା ଜାଳିଦେଲେ ଲୋକେ, ସରକାରଙ୍କୁ ୨୪ ଘଣ୍ଟାର ଅଲ୍ଟିମେଟମ

ଢାକା,୨୧।୧୨: ଛାତ୍ର ନେତା ସରିଫ ଓସମାନ ହାଦିଙ୍କ ମୃତ୍ୟୁ ପରେ ବାଂଲାଦେଶରେ ଘଟିଥିବା ବ୍ୟାପକ ହିଂସା ସମୟରେ ଜଣେ ନିର୍ଦ୍ଦୋଷ ଝିଅକୁ ଜୀବନ୍ତ ଜାଳି ଦିଆଯିବାର...

ଆହୁଜା ନା ନୂଆ: କିଏ ହେବେ ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ?

ଭୁବନେଶ୍ୱର,୨୧ା୧୨(ସୁନିତ୍‌ ମିଶ୍ର): ରାଜ୍ୟର ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ କିଏ ହେବେ ତାକୁ ନେଇ କିଛିଦିନ ହେଲା ଚର୍ଚ୍ଚା ଜୋର୍‌ ଧରିବାରେ ଲାଗିଛି। ଓଡ଼ିଶା ମୁଖ୍ୟ...

ସେବାଶ୍ରମର ପ୍ରଥମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ, ବାହୁନି ବାହୁନି କାନ୍ଦୁଛି…

ନୂଆପଡ଼ା/କୋମନା,୨୧ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ବ୍ଲକ ସୋସେଙ୍ଗ ସେବାଶ୍ରମରେ ଶନିବାର ଜଣେ ପ୍ରଥମଶ୍ରେଣୀ ଛାତ୍ରଙ୍କ ଅସ୍ବାଭାବିକ ମୃତ୍ୟୁ ଘଟିଛି। ସେ ହେଲେ ଅଡାର...

ଅଡୁଆରେ ବବି, ହେବ ବଡ଼ କାର୍ଯ୍ୟାନୁଷ୍ଠାନ!

କାଏମା,୨୧ା୧୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ମଧୁପୁରଗଡ଼ ପଞ୍ଚାୟତସ୍ଥିତ ପନ୍ତୁରୀଠାରେ ସରକାରୀ ଜମି ଜବରଦଖଲ କରାଯାଇ ପୂର୍ୱତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଫାର୍ମ...

୧୦ ଟଙ୍କାରେ ଧାନ ବିକିଲେ ଚାଷୀ

ବିନିକା, ୨୧ା୧୨(ରାମ ଗୋପାଳ ବାଘ ): ସୁବର୍ଣ୍ଣପୁର ଜିଲାରେ ଗତ ୯ ତାରିଖରୁ ମଣ୍ଡି ଖୋଲିଛି। ହେଲେ ଟୋକନ ମିଳି ନ ଥିବାରୁ ଚାଷୀମାନେ ଧାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri