ପ୍ରତି ଲିଟର ପିଛା ୨ଟଙ୍କା ବଢ଼ିଲା ଅମୁଲ ଦୁଗ୍ଧର ଦାମ୍‌

ନୂଆଦିଲ୍ଲୀ,୩୦।୬: କରୋନା କାଳରେ ମହଙ୍ଗା ମାଡ଼ ଜନତାଙ୍କୁ ଚିନ୍ତାରେ ପକାଇଦେଇଛି। ଦେଶରେ ଖାଦ୍ୟ ସାମଗ୍ରୀଠାରୁ ଆରମ୍ଭ କରି ପେଟ୍ରୋଲ ଓ ଡିଜେଲ ଦର ବୃଦ୍ଧି ପାଇଛି। ଯାହାଫଳରେ ଏହା ସିଧାସଳଖ ଜନସାଧାରଣଙ୍କ ପକେଟ ଓ ରୋଷେଇ ଉପରେ ପ୍ରଭାବ ପକାଇଛି। ଇତିମଧ୍ୟରେ ଅମୁଲ ଗ୍ରାହକଙ୍କୁ ଏକ ଝଟ୍‌କା ମିଳିଛି। କାରଣ ଅମୁଲ ଦୁଗ୍ଧର ଦାମ୍‌ ବୃଦ୍ଧି କରାଯାଇଛି। ଜୁଲାଇ ୧ରୁ ଅମୁଲର ସମସ୍ତ ବ୍ରାଣ୍ଡର ଦୁଗ୍ଧର ମୂଲ୍ୟ ପ୍ରତି ଲିଟର ପିଛା ୨ଟଙ୍କା ବୃଦ୍ଧି କରାଯିବ। ଏନେଇ ଗୁଜରାଟ କୋ-ଅପେରେଟିଭ୍‌ ମିଲ୍କ ମାର୍କେଟିଂ ଫେଡେରେଶନ୍‌ (ଜିସିଏମ୍‌ଏମ୍‌ଏଫ୍‌)ର ପରିଚାଳନା ନିର୍ଦ୍ଦେଶକ ଆର.ଏସ୍‌ ସୋଢ଼ି ସୂଚନା ଦେଇଛନ୍ତି। ପ୍ରାୟ ୧ବର୍ଷ ୭ମାସ ପରେ ଏହି ମୂଲ୍ୟ ବୃଦ୍ଧି କରାଯାଇଛି, ଯାହା ଉତ୍ପାଦନ ବୃଦ୍ଧି ଯୋଗୁ ଜରୁରୀ ଥିଲା ବୋଲି ସେ କହିଛନ୍ତି। ଏଥିସହ ଏବେ ଅମୁଲ ଗୋଲ୍ଡ ମଧ୍ୟ ଲିଟର ପିଛା ୫୮ଟଙ୍କାରେ ଉପଲବ୍ଧ ହେବ। ଖାଦ୍ୟ ମହଙ୍ଗା ହେବା ଯୋଗୁ ଦୁଗ୍ଧର ମୂଲ୍ୟ ମଧ୍ୟ ବୃଦ୍ଧି ପାଇଛି। ଏତଦ୍‌ ବ୍ୟତୀତ ପ୍ୟାକେଜିଂର ମୂଲ୍ୟ ୩୦ରୁ ୪୦ପ୍ରତିଶତ, ପରିବହନ ମୂଲ୍ୟ ୩୦ପ୍ରତିଶତ ଓ ଶକ୍ତି ମୂଲ୍ୟ ୩୦ପ୍ରତିଶତ ବୃଦ୍ଧି ପାଇଥିବାରୁ ଉତ୍ପାଦନ ମୂଲ୍ୟ ମଧ୍ୟ ବୃଦ୍ଧି ପାଇଛି। ତେବେ ଦୁଗ୍ଧ ମୂଲ୍ୟ ବୃଦ୍ଧି ସହିତ ମିଠା, ଚକୋଲେଟ, ଘିଅ, ପନିର, ବଟର, ଲସି ଇତ୍ୟାଦିର ମୂଲ୍ୟ ମଧ୍ୟ ବଢ଼ିପାରେ ବୋଲି ସୋଢ଼ି କହିଛନ୍ତି। ଏହି ନୂଆ ଦର ଆସନ୍ତାକାଲିଠାରୁ ଲାଗୁ ହେବ।


Enter your email to get our daily news in your inbox.

All Right Reserved By Dharitri.Com

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ

ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…

ଅନ୍ତରବା ଛକରେ ଦୁର୍ଘଟଣା, ୩ ଗୁରୁତର, ୨ ଆହତ

ମୋହନା, ୨।୧୦ (ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତରବା ଛକରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ୩ ଜଣ ଗୁରୁତର ଓ ୨…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?