ହଠାତ୍‌ ଯୁବକଙ୍କ ଉପରେ ପଡ଼ିଲା ୧୧ କେଭି ବିଦ୍ୟୁତ ତାର: ଆଉ ତା’ପରେ ଘଟିଲା…

ଗଞ୍ଜାମ,୧୮।୮(ବିଦ୍ୟାଧର ସାହୁ):୧୬ ନମ୍ବର ଜାତୀୟ ରାଜପଥ ଶନି ମନ୍ଦିର ନିକଟରେ ଇଲେଭେନ କେଭି ବିଦ୍ୟୁତ ତାର ହଠାତ୍‌ ଛିଡି ପଡିଛି l ସେହି ରାସ୍ତାରେ ବାଇକରେ ଯାଉଥିବା ଜଣେ ଯୁବକଙ୍କ ଉପରେ ତାର ପଡି ଯାଇଥିଲା l ଫଳରେ ଯୁବକ ଜଣକ ଗାଡିରୁ ଛିଟିକି ପଡିଥିଲେ। ସେଠାରେ ଉପସ୍ଥିତ ଥିବା ପପି ମହାଙ୍ଗୁଡ଼ ଓ କାଳିଆ ତାଙ୍କୁ ସଙ୍ଗେ ସଙ୍ଗେ ଗଞ୍ଜାମ ଜିଲା ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ l ସେ ସାମାନ୍ୟ ଆହତ ହେବା ସହ ଅଳ୍ପକେ ବର୍ତ୍ତି ଯାଇଛନ୍ତି ବୋଲି ଆଲୋଚନା ହେଉଛି l ଆହତ ଯୁବକ ଯୁବକ ହେଲେ ପୁରୀ ଜିଲ୍ଲା କୃଷ୍ଣ ପ୍ରସାଦ ଗଡ଼ ଥାନା ଅନ୍ତର୍ଗତ ବଜ୍ରକୋଟ ମୁନା ସାଗର ନାୟକ (୨୪ବର୍ଷ )ବୋଲି ଜଣାପଡିଛି l ମୁନା ନିଜ ଆପାଚୀ (ନ ଓଡ଼ି୦୭ଏବି୪୨୫୫) ବାଇକରେ ବ୍ରହ୍ମପୁର ଯାଉଥିବାବେଳେ ଏହି ଦୁର୍ଘଟଣା ଘଟିଥିଲା l ଖବର ପାଇ ଗଞ୍ଜାମ ବିଦ୍ୟୁତ ସେକ୍ସନ କର୍ମଚାରୀ ବିଦ୍ୟୁତ ସରବରାହ ବନ୍ଦ କରି ଯୁଦ୍ଧକାଳୀନ ଭିତ୍ତିରେ ଛିଣ୍ଡି ଥିବା ତାର ସଜାଡ଼ିଥିଲେ। ଅନ୍ୟପଟେ ତାର ଛିଣ୍ଡିବା ପରେ ଦୁଇପାର୍ଶ୍ୱରେ ଗାଡି ବସ ଚଳାଚଳ ବାଧାପ୍ରାପ୍ତ ହୋଇଥିଲା l ଫଳରେ ବସ ଗୁଡିକ ସହର ଦେଇ ଯାତାୟାତ କରିଥିଲା l

 


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬ ଅଧିନାୟକ ତାଲିକା: ୨୪ ବର୍ଷୀୟ ଖେଳାଳିଙ୍କୁ ଅଧିନାୟକତ୍ୱ ଦେଲା ଏହି ଦଳ

ନୂଆଦିଲ୍ଲୀ,୧୬।୩: IPL ୨୦୨୬ ମାର୍ଚ୍ଚ ୨୮ ତାରିଖରୁ ଆରମ୍ଭ ହେବାକୁ ଯାଉଛି। ଏହି ସିଜିନ ଡିଫେଣ୍ଡିଂ ଚାମ୍ପିଅନ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ମଧ୍ୟରେ ଏକ ମ୍ୟାଚ ସହିତ…

ଯେତେ ଲଢିବା କଥା ଲଢନ୍ତୁ ଇରାନ, ଇସ୍ରାଏଲ, ଆମେରିକା: ଏଥିରୁ ରକ୍ଷା ପାଇବାର ରାସ୍ତା ପାଇଗଲା ଭାରତ

ନୂଆଦିଲ୍ଲୀ,୧୬।୩: ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନା ଏବଂ ଦେଶରେ ଗ୍ୟାସ ଅଭାବ ମଧ୍ୟରେ, ନୂଆଦିଲ୍ଲୀ ନିରନ୍ତର ପଦକ୍ଷେପ ନେଉଛି। ଆର୍ଥିକ ସଙ୍କଟର ଆଶଙ୍କା ମଧ୍ୟରେ ନରେନ୍ଦ୍ର ମୋଦି…

ମୁହଁ ଖୋଲିଲେ ନବୀନ; ଯେଉଁମାନେ କ୍ରସ୍‌ ଭୋଟିଂ କରିଛନ୍ତି, ସେମାନଙ୍କର କ୍ରିମିନାଲ…

ଭୁବନେଶ୍ବର,୧୬।୩: ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂ ହୋଇଥିବା ନେଇ ସୂଚନା ରହିଛି । ଏହାରି ଭିତରେ ମୁହଁ ଖୋଲିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ।…

ଟ୍ରମ୍ପଙ୍କୁ ଧୋକା ଦେଲେ ଏହି ଦେଶ, ଯୁଦ୍ଧ ମଝିରେ ଛାଡିଦେଲେ ହାତ, ଏବେ କରିବେ କ’ଣ?

ଓ୍ବାଶିଂଟନ୍‌,୧୬।୩: ଆମେରିକା ଏବଂ ଇରାନ ମଧ୍ୟରେ ବଢ଼ୁଥିବା ବିବାଦକୁ ଦୃଷ୍ଟିରେ ରଖି, ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ହର୍ମୁଜ ପ୍ରଣାଳୀକୁ ସୁରକ୍ଷା ଦେବା ପାଇଁ ସହଯୋଗୀ ରାଷ୍ଟ୍ରଗୁଡ଼ିକୁ ଯୁଦ୍ଧଜାହାଜ…

ଟ୍ରମ୍ପଙ୍କୁ ଧୋକା ଦେଲେ ଏହି ଦେଶ, ଯୁଦ୍ଧ ମଝିରେ ଛାଡିଦେଲେ ହାତ, ଏବେ କରିବେ କ’ଣ?

ଓ୍ବାଶିଂଟନ୍‌,୧୬।୩: ଆମେରିକା ଏବଂ ଇରାନ ମଧ୍ୟରେ ବଢ଼ୁଥିବା ବିବାଦକୁ ଦୃଷ୍ଟିରେ ରଖି, ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ହର୍ମୁଜ ପ୍ରଣାଳୀକୁ ସୁରକ୍ଷା ଦେବା ପାଇଁ ସହଯୋଗୀ ରାଷ୍ଟ୍ରଗୁଡ଼ିକୁ ଯୁଦ୍ଧଜାହାଜ…

କ୍ରସ୍‌ ଭୋଟିଂକୁ ମାନିନେଲେ ସୌଭିକ୍‌, କହିଲେ ବାପାଙ୍କୁ ବହିଷ୍କାର କରିଥିଲେ, ପ୍ରତିଶୋଧ ନେଲି

ଭୁବନେଶ୍ୱର,୧୬ା୩:  ରାଜ୍ୟ ସଭା ନିର୍ବାଚନରେ କ୍ରସ୍‌ ଭୋଟିଂ ହୋଇଥିବା ଜୋର୍‌ଦାର ଚର୍ଚ୍ଚା ହେଉଛି। ତେବେ ଏହି କ୍ରସ୍‌ ଭୋଟିଂକୁ ମାନି ନେଇଛନ୍ତି ବିଧାୟକ ସୌଭିକ ବିଶ୍ବାଳ। ବିଜୁ…

ଭାରତୀୟ ଜାହାଜକୁ ହର୍ମୁଜ ଷ୍ଟ୍ରେଟ ଦେଇ ଆସିବାକୁ କେମିତି ଅନୁମତି ଦେଲା ଇରାନ୍? ଜୟଶଙ୍କର କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୧୬।୩: ମଧ୍ୟପ୍ରାଚ୍ୟରେ ସଂଘର୍ଷ ଏବଂ ହର୍ମୁଜ୍ ଷ୍ଟ୍ରେଟ ସମ୍ପର୍କରେ ଇରାନର କଠୋର ଆଭିମୁଖ୍ୟ ମଧ୍ୟରେ, ଏଲପିଜି ବୋଝେଇ ଦୁଇଟି ଭାରତୀୟ ଜାହାଜ ଗୁଜୁରାଟ ଉପକୂଳରୁ ଆସିବାକୁ ଯାଉଛି…

ଆଉ ଅଭାବ ହେବନି ଗ୍ୟାସ! ଗୋଟିଏ ଘଣ୍ଟା ମଧ୍ୟରେ ଏଲପିଜି ନେଇ ଭାରତରେ ପହଞ୍ଚିବ ‘ଶିବାଲିକ’, ଜାଣନ୍ତୁ ଶିବାଲିକ କ’ଣ….

ନୂଆଦିଲ୍ଲୀ,୧୬।୩: ଉପସାଗରୀୟ ଅଞ୍ଚଳରେ ଇରାନ, ଇସ୍ରାଏଲ ଏବଂ ଆମେରିକା ମଧ୍ୟରେ ବଢ଼ୁଥିବା ଭୂରାଜନୈତିକ ଉତ୍ତେଜନା ଯୋଗୁ ବିଶ୍ୱ ସାମୁଦ୍ରିକ ବାଣିଜ୍ୟ ମାର୍ଗଗୁଡ଼ିକ ଚାପରେ ପଡ଼ିଛି। ହର୍ମୁଜ ପ୍ରଣାଳୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri