୧୧ମାସର ଶିଶୁଙ୍କୁ କଚାଡ଼ିଦେଲେ ପଡ଼ୋଶୀ

ନିମାପଡ଼ା,୨0।୧(ଡି.ଏନ୍‌.ଏ.): ନିମାପଡ଼ା ଥାନା ଅନ୍ତର୍ଗତ ଭଗବାନସୁଳରା ଗ୍ରାମର ଏକ ବିଲରେ ଗାଈ ଚରାଇ ଫସଲ ନଷ୍ଟ କରିବା ଘଟଣାକୁ ନେଇ ଜଣେ ପଡ଼ୋଶୀ ଗ୍ରାମର ଜଣେ ଦିବ୍ୟାଙ୍ଗ ବ୍ୟକ୍ତିଙ୍କୁ ମାଡ଼ ମାରିବା ସହ ତାଙ୍କ ୧୧ମାସର ଶିଶୁପୁତ୍ରଙ୍କୁ କଚାଡ଼ି ଦେଇଥିବା ଅଭିଯୋଗ ହୋଇଛି। ଏ ନେଇ ପୋଲିସ ବୁଧବାର ଏକ ମାମଲା(ନଂ.୨୯/୨୨) ରୁଜୁ କରି ତଦନ୍ତ ଚଳାଇଛି। ସୂଚନାଯୋଗ୍ୟ, ଭଗବାନସୁଲରା ଗ୍ରାମର ଦିବ୍ୟାଙ୍ଗ ନାରାୟଣ ଭୋଳଙ୍କ ବିଲରେ ଉକ୍ତ ଗ୍ରାମର ଛବିନ୍ଦ୍ର ଭୋଳଙ୍କ ଗାଈ ପଶି ଫସଲ ନଷ୍ଟ କରିଥିଲା। ନାରାୟଣ ଏହି କଥାକୁ ନେଇ ଛବିନ୍ଦ୍ରଙ୍କୁ କହିବାରୁ କଥା କଟାକଟି ସହ ପାଟିତୁଣ୍ଡ ହୋଇଥିଲା। ଏଥିରେ ଛବିନ୍ଦ୍ର ଉତ୍ତ୍ୟକ୍ତ ହୋଇ ନାରାୟଣଙ୍କୁ ମାଡ଼ ମାରିବା ସହ ସେ ଧରିଥିବା ତାଙ୍କ ୧୧ମାସ ଶିଶୁପୁତ୍ରକୁ ତଳେ କଚାଡ଼ି ଦେଇଥିଲେ। ଶିଶୁପୁତ୍ରଟି ତଳେ ପଡ଼ି ଗୁରୁତର ହେବାରୁ ପରିବାର ଲୋକେ ନିମାପଡ଼ା ମେଡିକାଲ ନେଇଥିଲେ। ଅବସ୍ଥା ସଙ୍କଟାପନ୍ନ ହେବାରୁ ଶିଶୁପୁତ୍ରକୁ କ୍ୟାପିଟାଲ ହସ୍ପିଟାଲ ସ୍ଥାନାନ୍ତର କରାଯାଇଥିଲା। ପରେ ଏ ନେଇ ନାରାୟଣ ଆକ୍ରମଣକାରୀ ଛବିନ୍ଦ୍ରଙ୍କ ନାମରେ ଥାନାରେ ଅଭିଯୋଗ କରିଥିଲେ। ଅଭିଯୋଗକ୍ରମେ ପୋଲିସ ତଦନ୍ତ କରୁଥିବାବେଳେ ଛବିନ୍ଦ୍ର ଫେରାର ହୋଇଯାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସକୁ ବଡ଼ ସଫଳତା: ବିପୁଳ ପରିମାଣର ଗଞ୍ଜେଇ ସହ ବେଆଇନ ବନ୍ଧୁକ-ଗୁଳି ଜବତ

ସମ୍ବଲପୁର,୨୫।୫(ପ୍ରମୋଦ ବହିଦାର):ସମ୍ବଲପୁର ଜିଲା ଚାରମାଳ ଥାନା ପୋଲିସ ଏକ ଆନ୍ତଃରାଜ୍ୟ ଗଞ୍ଜେଇ ଓ ବେଆଇନ ଅସ୍ତ୍ରଶସ୍ତ୍ର ଚାଲାଣର ପର୍ଦ୍ଦାଫାଶ କରିିଛି । ବିଶ୍ୱସ୍ତ ସୂତ୍ରରୁ ମିଳିଥିବା ସୂଚନା…

ବାପାଙ୍କୁ ବ୍ରହ୍ମପୁର ଯିବି କହି ଭଡ଼ା ଘରେ ଝୁଲିପଡିଲେ ମହିଳା, ସନ୍ଦେହ ଘେରରେ…

ମୋହନା, ୨୫।୫( ମନ୍ମଥ ମିଶ୍ର ): ଜଣେ ବିବାହିତା ମହିଳା ବେକରେ ଶାଢ଼ି ବାନ୍ଧି ଭଡ଼ା ଘରେ ଆତ୍ମହତ୍ୟା କରିଥିବା ଜଣାପଡିଛି। ସୂଚନା ପ୍ରକାରେ ମୋହନା ନିବାସୀ…

ସୋସିଆଲ ଅଡିଟ ସମୟରେ ଯୁକ୍ତିତର୍କ, ୨ ମହିଳା ଭିଆରପିଙ୍କୁ ଠେଲିଦେଲେ…

ହାଟଡିହୀ,୨୫l୫(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ମରୈଗାଁ ଗ୍ରାମ ପଞ୍ଚାୟତ ସୋସିଆଲ ଅଡିଟ(ସାମାଜିକ ସମୀକ୍ଷା) କାର୍ଯ୍ୟରେ ନିୟୋଜିତ ଦୁଇ ମହିଳା ଭିଆରପି(ଭିଲେଜ ରିସୋର୍ସ ପର୍ସନ) ଏବଂ ସରପଞ୍ଚଙ୍କ…

ବିଦ୍ୟୁତ୍‌ ଆଘାତରେ ଚାଲିଗଲା ଯୁବକଙ୍କ ଜୀବନ, ପୁଅକୁ ହରାଇ ଝୁରୁଛି ବେସାହାରା ମା’

ମୋହନା,୨୫।୫( ମନ୍ମଥ ମିଶ୍ର ): ବିଦ୍ୟୁତ୍‌ ଆଘାତରେ ଯୁବକ ମୃତ । ମୃତକ ହେଲେ ପୂର୍ଣ୍ଣ ମଲ୍ଲିକ ( ୨୫ )। ଏଭଳି ହୃଦୟ ବିଦାରକ ଦୃଶ୍ୟ…

ଗଞ୍ଜାମରେ ଧାରା-୩୦ ଲାଗୁ: ପୋଲିସର ବିନାନୁମତିରେ ହୋଇପାରିବ ନାହିଁ ରାଜନୈତିକ ସଭା, ୯୦ ଦିନ ଯାଏ…

ଭଞ୍ଜନଗର,୨୫।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାରେ ରାଜନୈତିକ ମତଭେଦ ହେତୁ ବିଭିନ୍ନ ଦଳର ସଦସ୍ୟମାନଙ୍କ ମଧ୍ୟରେ ଦୀର୍ଘଦିନ ଧରି ମତାନ୍ତର/ମନାନ୍ତର ଲାଗି ରହିଛି। ଏଭଳି ପରିସ୍ଥିତିର ସୁଯୋଗ ନେଇ…

ମାଟ୍ରିକରେ ଫେଲ୍‌ ହୋଇଯିବା ପରେ ଭୟରେ ଆନ୍ଧ୍ର ପଳାଇଥିଲେ ନାବାଳକ, ଏବେ ଗାଁକୁ ଫେରିଲେ ଶବ ହୋଇ…

ପଟ୍ଟାଙ୍ଗି, ୨୫।୫(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଗାଙ୍ଗରାଜପୁର ପଞ୍ଚାୟତର ସେଟରାଇ ଗ୍ରାମର ନାବାଳକ କାମେଶ ମାରି ପଡୋଶୀ ଆନ୍ଧ୍ର ରାଜ୍ୟରେ ଦୁର୍ଘଟଣା…

ପଦାରେ ପଡିଲା ପ୍ରଧାନଶିକ୍ଷକଙ୍କ କଳା କାରନାମା: ଶାଳକାଠ ଚୋରାଚାଲାଣ ହେଉଥିବା ବେଳେ ଧରିଲେ ଗ୍ରାମବାସୀ

ଥୁଆମୂଳ ରାମପୁର, ୨୫।୫ (ଦୁର୍ଗା କୀର୍ତ୍ତି): ଜଣେ ଶିକ୍ଷିତ ବ୍ୟକ୍ତି ତଥା ସମାଜର ଗଠନକର୍ତ୍ତା କୁହାଯାଉଥିବା ଜଣେ ପ୍ରଧାନଶିକ୍ଷକଙ୍କ କଳା କାରନାମା ଏବେ ସ୍ଥାନୀୟ ଅଞ୍ଚଳରେ ତୀବ୍ର…

ମହାରାଜ ସାଗର ପରିସରରୁ ଯୁବକଙ୍କ ମୃତଦେହ ଉଦ୍ଧାର: କେମିତି ହେଲା ମୃତ୍ୟୁ ଛାନ୍‌ଭିନ ଚଳାଇଛି ପୋଲିସ

ବଲାଙ୍ଗୀର,୨୫।୫ (ସୁନୀଲ କୁମାର ମହାନ୍ତି ): ଟିଟିଲାଗଡ଼ ମହାରାଜ ସାଗର ପରିସର ମଧ୍ୟରୁ ସୋମବାର ଜଣେ ଯୁବକଙ୍କ ମୃତଦେହ ଟିଟିଲାଗଡ଼ ପୋଲିସ ଉଦ୍ଧାର କରିଛି । ମହାରାଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri