ବୈତରଣୀ କୂଳରୁ ମିଳିଲା ୧୨୦୦ବର୍ଷ ତଳର ପ୍ରାଚୀନ ବୁଦ୍ଧ ମୂର୍ତ୍ତି

ଭଣ୍ଡାରିପୋଖରୀ, ୨୮।୯ (ଡି.ଏନ.ଏ.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ଷୋଳମପୁର ପଞ୍ଚାୟତ ମୁଢ଼ାପଦା ଗ୍ରାମସ୍ଥିତ ବୈତରଣୀ ନଦୀକୂଳରୁ ଦୁଇଟି ପ୍ରାଚୀନ ବୁଦ୍ଧ ମୂର୍ତ୍ତି ଉଦ୍ଧାର ହୋଇଛି। ଏହା ଅଷ୍ଟମ ଓ ନବମ ଶତାବ୍ଦୀର ଖଣ୍ଡୋଲାଇଟ ପ୍ରସ୍ତରରେ ନିର୍ମିତ ଷୋଳମପୁର ବୌଦ୍ଧ ବିହାରରେ ଭୌମକର ଶାସନ ସମୟର ବୋଲି ଗବେଷକ ଏକାଦଶୀ ପାଢ଼ୀ କହିଛନ୍ତି। । ଏବେ ଏହାକୁ ଷୋଳମପୁର ବୌଦ୍ଧ ବିହାର ସଂଗ୍ରହାଳୟକୁ ହସ୍ତାନ୍ତର କରାଯାଇଛି।

ପ୍ରକାଶ ଯେ, ମୁଢ଼ାପଦା ଗ୍ରାମର ନରେନ୍ଦ୍ର ମହାନ୍ତିଙ୍କ ପୁଅ ପ୍ରୀତମ ବୈତରଣୀ ନଦୀ ଶଯ୍ୟାରେ ବାଲି ଉତ୍ତୋଳନ କରୁଥିବା ବେଳେ ମୂର୍ତ୍ତି ଦୁଇଟି(ବୁଦ୍ଧଙ୍କ ମସ୍ତକ ଓ ବୌଦ୍ଧ ଦେବୀ ମୂର୍ତ୍ତି) ପାଇ ଘର ନିକଟରେ ରଖିଥିଲେ। ସ୍ଥାନୀୟ ଯୁବକ ସୁରଥ ଦାସଙ୍କଠାରୁ ଖବର ପାଇ ଗବେଷକ ବିଶ୍ବମ୍ବର ରାଉତ ସେଠାରେ ପହଞ୍ଚି ମୂର୍ତ୍ତି ଦୁଇଟିକୁ ଅନୁଧ୍ୟାନ କରିଥିଲେ। ମହାନ୍ତିଙ୍କ ପରିବାର ଲୋକଙ୍କ ଇଚ୍ଛାମତେ ଷୋଳମପୁର ବୌଦ୍ଧବିହାର ସଂଗ୍ରହାଳୟକୁ ଉକ୍ତ ମୂର୍ତ୍ତିକୁ ପ୍ରଦାନ କରାଯାଇଥିଲା। ଏହି ମୂର୍ତ୍ତି ପ୍ରଦାନ ବେଳେ ପୂଜକ ଉମାକାନ୍ତ ପଣ୍ଡା, ଚିତ୍ତରଞ୍ଜନ ପଣ୍ଡା, ଟ୍ରଷ୍ଟି କମଳାକାନ୍ତ ନାୟକ, ନରହରି ନାୟକ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନର୍ମାଲ ଡେଲିଭରୀ ଚାହୁଁଥିଲେ ଆପଣାନ୍ତୁ…. ସ୍ବାସ୍ଥ୍ୟମନ୍ତ୍ରୀ ଦେଲେ ଟିପ୍ସ

ଭୁବନେଶ୍ୱର,୯।୧୨: ଆଜିକାଲି ସିଜେରିଆନ ଡେଲିଭରି ସଂଖ୍ୟା ବଢିବାରେ ଲାଗିଛି। ଯଦି ନର୍ମାଲ ଡେଲିଭରୀ ଚାହୁଁଛନ୍ତି ତେବେ ସରକାରୀ ହସ୍ପିଟାଲ୍‌କୁ ଯାଆନ୍ତୁ ବୋଲି ବିଧାନସଭାରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ...

ଅଭିନବ ଉପାୟରେ ହୋମ ଯଜ୍ଞ କରି ଦାବି ଜଣାଇଲେ ଛାତ୍ରୀଛାତ୍ର, କହିଲେ ସରକାରଙ୍କୁ ଭଗବାନ ସଦବୁଦ୍ଧି ଦିଅନ୍ତୁ…

ବଲାଙ୍ଗୀର, ୯।୧୨ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସରକାରୀ ଆୟୁର୍ବେଦିକ କଲେଜ ଓ ହସ୍ପିଟାଲ ସମ୍ମୁଖରୁ ନିଖିଳ ଓଡ଼ିଶା ଆୟୁଷ ଛାତ୍ର ସଙ୍ଗଠନ ପକ୍ଷରୁ ଦାବି...

ବଢ଼ିବ ବିଧାୟକ, ମନ୍ତ୍ରୀଙ୍କ ଦରମା: ଜାଣନ୍ତୁ କେତେ…

ଭୁବନେଶ୍ୱର,୮।୧୨: ବଢ଼ିବ ବିଧାୟକ ଓ ମନ୍ତ୍ରୀଙ୍କ ଦରମା। ପୂର୍ବତନ ବିଧାୟକଙ୍କର ପେନସନ ମଧ୍ୟ ବୃଦ୍ଧି ହେବ। ବିଧାୟକ, ମନ୍ତ୍ରୀ, ଉପବାଚସ୍ପତି ଓ ପୂର୍ବ ବିଧାୟକଙ୍କ ଦରମା,...

ଜାପାନ ଭୂକମ୍ପରେ ୩୩ ଆହତ, ପ୍ରଧାନମନ୍ତ୍ରୀ ଗଠନ କଲେ ଏମରଜେନ୍ସି ଟାସ୍କ ଫୋର୍ସ

ଟୋକିଓ,୯।୧୨: ସୋମବାର ରାତିରେ ଜାପାନରେ ୭.୫ ତୀବ୍ରତାର ଭୂମିକମ୍ପ ହେବା ପରେ ଲୋକମାନେ ଏବେ ବି ଭୟଭୀତ ଅଛନ୍ତି। ଭୂମିକମ୍ପ ପରେ ଜାପାନର ଉପକୂଳବର୍ତ୍ତୀ ଅଞ୍ଚଳରେ...

ସବୁଜ ଆମୋନିଆ ପ୍ଲାଣ୍ଟ ନିର୍ମାଣ ସ୍ଥାନ ଦେଖିଲା ଜିଲା ପ୍ରଶାସନ

ମହାକାଳପଡ଼ା, ୯ା୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲାରେ ସ୍ବାଧୀନତା ପରେ ଛୁଞ୍ଚତ୍ କାରଖାନାଟିଏ ନାହିଁ। ୨୪ବର୍ଷ ଶାସନ ବିଜେଡି ଅମଳରେ ଷ୍ଟିଲ ପ୍ଲାଣ୍ଟ ନିର୍ମାଣ ହେବା ପୂର୍ବରୁ...

ବାରବାଟୀ ଲଢେଇ ପୂର୍ବରୁ ମହାପ୍ରଭୁଙ୍କ ଶରଣ ପଶିଲେ ଟିମ୍‌ ଇଣ୍ଡିଆର ଖେଳାଳି

ଭୁବନେଶ୍ୱର,୯।୧୨: ବାରବାଟୀ ଲଢେଇ ପୂର୍ବରୁ ମହାପ୍ରଭୁ ଶୀ ଜଗନ୍ନାଥଙ୍କ ଶରଣ ପଶିଛନ୍ତି ଟିମ ଇଣ୍ଡିଆର ଖେଳାଳି। ପୁରୀ ଅଭିମୁଖେ ଟିମ ଇଣ୍ଡିଆର ୪ ଖେଳାଳି ବାହାରିଛନ୍ତି।...

ଗୌତମ ଗମ୍ଭୀରଙ୍କୁ ଟାର୍ଗେଟ କଲେ ଶାହିଦ ଆଫ୍ରିଦି, ରୋହିତ ଏବଂ ବିରାଟଙ୍କ ବିଷୟରେ କହିଲେ ଏମିତି, କ୍ରିକେଟ ଜଗତରେ ଚର୍ଚ୍ଚା

ନୂଆଦିଲ୍ଲୀ,୯।୧୨: ପୂର୍ବତନ ପାକିସ୍ତାନୀ ଅଧିନାୟକ ଶାହିଦ ଆଫ୍ରିଦି ପୁଣି ଥରେ ଭାରତୀୟ କ୍ରିକେଟ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ଏଥର ସେ ଟିମ ଇଣ୍ଡିଆର...

ଭାରତ ବିରୋଧରେ ପୁଣି ବିଷ ଓଗାଳିଲେ ମୁନିର

ଇସଲାମାବାଦ,୯।୧୨: ପାକିସ୍ତାନ ପ୍ରତିରକ୍ଷା ବାହିନୀର ମୁଖ୍ୟ (CDF), ଫିଲ୍ଡ ମାର୍ଶାଲ ଅସୀମ ମୁନିର ସୋମବାର କହିଛନ୍ତି ଯେ ପାକିସ୍ତାନ ଏକ ଶାନ୍ତିପ୍ରିୟ ଦେଶ ଏବଂ କାହାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri