ସ୍କୁଲ୍‌ରେ ପଶି କଟୁରି ଚୋଟ

କେନ୍ଦୁଝର,୧୪ା୩(ସ୍ବ.ପ୍ର.):କେନ୍ଦୁଝର ସଦର ବ୍ଲକ୍‌ ଦନାର୍ଦ୍ଦନପୁର ପଞ୍ଚାୟତ ଭାଲିଆଡ଼ିହି ସରକାରୀ ପ୍ରାଥମିକ ବିଦ୍ୟାଳୟରେ ପଶି ଜଣେ ନିଶାସକ୍ତ ଯୁବକ ଉନ୍ମତ୍ତକାଣ୍ଡ ଭିଆଇଛନ୍ତି। ଛାତ୍ରୀଛାତ୍ର ଓ ଶିକ୍ଷୟିତ୍ରୀଙ୍କୁ ହାଣିବାକୁ ଗୋଡ଼ାଇଥିବା ବେଳେ କଟୁରି ଆକ୍ରମଣରେ ୨ଜଣ ଶିଶୁଙ୍କ ସମେତ ଜଣେ ଶିକ୍ଷୟିତ୍ରୀ ଆହତ ହୋଇଛନ୍ତି। ଏନେଇ ପ୍ରାଧାନ ଶିକ୍ଷୟିତ୍ରୀ ଥାନାରେ ଅଭିଯୋଗ କରିଛନ୍ତି। ପୋଲିସ ଯୁବକଙ୍କୁ ଅଟକ ରଖି ତଦନ୍ତ କରୁଛି।
ସୂଚନା ଅନୁଯାୟୀ, ସୋମବାର ମଧ୍ୟାହ୍ନ ୧୨ଟା ୪୫ରେ ସ୍କୁଲ ଚାଲିଥିବା ବେଳେ ଭାଲିଆଡ଼ିହି ଗ୍ରାମର ନାରଣ କାର୍ଜୀ ନାମକ ଯୁବକ ଏକ କଟୁରି ଧରି ସ୍କୁଲ ଭିତରେ ପ୍ରବେଶ କରିଥିଲେ। ଶିକ୍ଷୟିତ୍ରୀ ଝୁନୁ ବେହେରା ପଢ଼ାଉଥିବା ଶ୍ରେଣୀଗୃହରେ ପଶି ଶିକ୍ଷୟିତ୍ରୀଙ୍କୁ ଦୁର୍ବ୍ୟବହାର କରିଥିଲେ। ଛାତ୍ରୀଛାତ୍ର ଭୟରେ ଶ୍ରେଣୀ କକ୍ଷ ଛାଡ଼ି ଦୌଡ଼ି ପଳାଇଥିଲେ। ଯୁବକ ଛାତ୍ରୀଛାତ୍ରଙ୍କୁ ସ୍କୁଲ ହତାରେ ଗୋଡ଼ାଉଥିବା ବେଳେ ପ୍ରଥମ ଶ୍ରେଣୀର ଛାତ୍ରୀ ଶ୍ରୀମତୀ ଦେହୁରୀ ପଡ଼ିଯାଇଥିଲେ। ସେହି ସମୟରେ ନିଶାସକ୍ତ ଯୁବକ ତାଙ୍କ ପିଠିକୁ କଟୁରିରେ ଆକ୍ରମଣ କରିଥିଲେ। ଫଳରେ ଗଭୀର କ୍ଷତ ହୋଇ ରକ୍ତସ୍ରାବ ହୋଇଥିଲା। ତାଙ୍କୁ କାବୁ କରିବାକୁ ଉଦ୍ୟମ ବେଳେ ଶିକ୍ଷୟିତ୍ରୀ ବେହେରା ଆକ୍ରମଣର ଶିକାର ହୋଇଥିଲେ। ତୃତୀୟ ଶ୍ରେଣୀ ଛାତ୍ର ଅନିଲ ନାଏକଙ୍କୁ ମଧ୍ୟ ସେ ମାଡ଼ ମାରିବା ସହ କଟୁରିରେ ଆକ୍ରମଣ କରିଥିଲେ। ବିଦ୍ୟାଳୟର କେତେକ ସାମଗ୍ରୀ ଭାଙ୍ଗି ଦେଇଥିବା
ପ୍ରଧାନ ଶିକ୍ଷୟିତ୍ରୀ କହିଛନ୍ତି।
ନିଶାସକ୍ତ ଯୁବକଙ୍କ ଉନ୍ମତ୍ତକାଣ୍ଡ ଦେଖି ଅନ୍ୟ ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀମାନେ ସ୍କୁଲରୁ ଦୌଡ଼ି ପଳାଇଥିଲେ। ଚିତ୍କାର ଶୁଣି ଗ୍ରାମବାସୀ ଆସିବା ଦେଖି ଯୁବକ ଜଣଙ୍କ ପଳାଇଥିଲେ। ପ୍ରଧାନ ଶିକ୍ଷୟିତ୍ରୀ ରିତା ମୁର୍ମୁ ଏ ନେଇ ସଦର ପୋଲିସକୁ ସୂଚନା ଦେବା ସହ ଲିଖିତ ଏତଲା ଦେଇଛନ୍ତି। ସଦର ଥାନା ଅଧିକାରୀ ସୁଶାନ୍ତ ଦାଶ କହିଛନ୍ତି, ଅଭିଯୁକ୍ତଙ୍କୁ କାବୁ କରି ତଦନ୍ତ କରାଯାଉଛି। ବିଦ୍ୟାଳୟର ପାଚେରି ନ ଥିବାରୁ ସ୍କୁଲ ହତା ମଧ୍ୟକୁ ନିଶାସକ୍ତ ଯୁବକ ଅବାଧରେ ପ୍ରବେଶ କରୁଥିବା ଅଭିଭାବକ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଉଟ୍‌ ହେବା ପରେ ଶ୍ରୀଲଙ୍କା ବୋଲରଙ୍କ ସହ ଜୟସ୍ବାଲ ମୁହାଁମୁହିଁ, ମଇଦାନ ମଝିରେ ଧକ୍କାମୁକ୍କି, ଅଧିନାୟକ ମଝିରେ ପଶି-Video

କୋଲମ୍ବୋ,୨୩: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଖେଳାଯାଉଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ପ୍ରଥମ ଦିନରେ ମଇଦାନରେ ଉତ୍ତେଜନା ଦେଖିବାକୁ ମିଳିଛି। ଭାରତର ଯୁବ ଓପନିଂ ବ୍ୟାଟ୍ସମ୍ୟାନ ଯଶସ୍ବୀ…

ସଠିକ୍‌ ପରଚୟ ଯାଞ୍ଚ ନ କରି ଦିଆଯାଉଛି ଘରଭଡ଼ା, ବଢୁଛି ଆପରାଧିକ କାର୍ଯ୍ୟକଳାପ

ଅମରପାଲି,୨୩ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାର ବୀରମହାରାଜପୁର ଓ ଉଲୁଣ୍ଡା ଅଞ୍ଚଳରେ ବିନା ପୋଲିସ ଭେରିଫିକେଶନ ଏବଂ ସଠିକ୍‌ ପରିଚୟ ଯାଞ୍ଚ ନ କରି ଘରଭଡ଼ା ଦିଆଯାଉଥିବାରୁ ଆପରାଧିକ…

‘ମା କହିଥିଲେ ଭଲ ପୁଅ ବାଛିବାକୁ; ମୁଁ ରାହୁଲକୁ ବାଛିଲି’ – ରାହୁଲ ଗାନ୍ଧୀଙ୍କ ଜଣେ ‘ଫ୍ୟାନଗର୍ଲ’ଙ୍କ ପୋଷ୍ଟର ଭାଇରାଲ

ପୁଣେ,୨୩।୮: କଂଗ୍ରେସ ସାଂସଦ ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର (୨୨ ଅଗଷ୍ଟ, ୨୦୨୬) ପୁଣେରେ ଅନୁଷ୍ଠିତ ‘ଛାତ୍ରୋଁ କି ଗୁଞ୍ଜ’…

ରେଭନ୍ତ ରେଡ୍ଡୀଙ୍କୁ ଆମେରିକା ଯିବା ପାଇଁ ମିଳିଲା ନାହିଁ ଅନୁମତି, ଜାଣନ୍ତୁ ସରକାରୀ ଅନୁମତି କିପରି ମିଳିଥାଏ

ନୂଆଦିଲ୍ଲୀ,୨୩।୮: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ଏବେ ୟୁକେରୁ ସିଧାସଳଖ ଭାରତ ଫେରିବେ; ସରକାରୀ ଅନୁମୋଦନ ଅଭାବରୁ ତାଙ୍କର ଆମେରିକା ଗସ୍ତ ବାତିଲ କରାଯାଇଛି। ସେ ଇଂଲଣ୍ଡ…

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ପୋଲିସ କର୍ମଚାରୀଙ୍କୁ ଲାଠିରେ ମାଡ଼; ଆଖିରେ ପକାଇଲେ ଲଙ୍କା ଗୁଣ୍ଡ, ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୮: ଭାଲସ୍ବା ଡାଏରୀ ଅଞ୍ଚଳରୁ ଦିଲ୍ଲୀ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଥିବା ଏକ ଘଟଣା ସାମ୍ନାକୁ ଆସିଛି। ମୁକୁନ୍ଦପୁରର ଜନତା ବିହାର ଅଞ୍ଚଳରେ ବିନା କାଗଜପତ୍ରରେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri