Posted inରାଜ୍ୟ

ବିଧାନସଭାରେ ଉପସ୍ଥାପିତ ହେଲା ୧୧,୨୦୦ କୋଟି ଟଙ୍କାର ଅତିରିକ୍ତ ବଜେଟ

ଭୁବନେଶ୍ୱର,୨୦ା୧୧(ବ୍ୟୁରୋ)-ରାଜ୍ୟ ସରକାର ୨୦୨୦-୨୧ ଆର୍ଥିକବର୍ଷ ପାଇଁ ୧୧,୨୦୦ କୋଟି ଟଙ୍କାର ଅତିରିକ୍ତ ବଜେଟ ପ୍ରସ୍ତୁତ କରିଛନ୍ତି। ଶୁକ୍ରବାର ଅପରାହ୍ନରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଏହି ବଜେଟକୁ ଇଲେକ୍‌ଟ୍ରୋନିକ ମାଧ୍ୟମରେ ଗୃହରେ ଉପସ୍ଥାପନ କରିଛନ୍ତି। କୋଭିଡ୍‌-୧୯ ମହାମାରୀକୁ ଦୃଷ୍ଟିରେ ରଖି ଅତିରିକ୍ତ ବଜେଟରେ ସ୍ବାସ୍ଥ୍ୟ ଓ ଜୀବନ ଜୀବିବାକୁ ସରକାର ଗୁରୁତ୍ୱ ଦେଇଛନ୍ତି।
ସ୍ବାସ୍ଥ୍ୟସେବା, ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ, ସୂକ୍ଷ୍ମ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ, ହସ୍ତତନ୍ତ, ବୟନ ଶିଳ୍ପ ଓ ହସ୍ତଶିଳ୍ପ, ଭିତ୍ତିଭୂମି ଇତ୍ୟାଦିକୁ ପ୍ରାଥମିକତା ଦିଆଯାଇଛି।
କୋଭିଡ୍‌ ମହାମାରୀ କେବଳ ସ୍ବାସ୍ଥ୍ୟ ନୁହେଁ, ଜୀବନ ଜୀବିକା ଓ ରାଜ୍ୟ ଅର୍ଥନୀତିକୁ ଗୁରୁତର ଭାବେ ପ୍ରଭାବିତ କରିଛି। ଏହାର ସ୍ପଷ୍ଟ ଝଲକ ଏହି ବଜେଟରେ ଦେଖିବାକୁ ମିଳିଛି। କେନ୍ଦ୍ରୀୟ ଅନୁଦାନ କମିବା ସହ କୋଭିଡ୍‌ ସମୟରେ ରାଜସ୍ବ ହ୍ରାସ ସରକାରଙ୍କ ଚିନ୍ତା ବଢ଼ାଇଦେଇଛି। ରାଜ୍ୟ ସରକାର ଋଣ ନ କରି କିମ୍ବା ଲୋକଙ୍କ ଉପରେ ଟିକସ ବୋଝ ନ ଦେଇ ବଜେଟ ପରିଚାଳନା କରିବାକୁ ଲକ୍ଷ୍ୟ ରଖିଛନ୍ତି। ପ୍ରଥମ ୬ ମାସ ଶେଷ ସୁଦ୍ଧା କେନ୍ଦ୍ରୀୟ ଅନୁଦାନ କମି ଯାଇଥିବାରୁ ମୋଟ ରାଜସ୍ବ ପ୍ରାପ୍ତି ପ୍ରାୟ ୬.୫ ପ୍ରତିଶତ ହ୍ରାସ ପାଇଛି ବୋଲି ଅର୍ଥମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆର୍‌ଏସ୍‌ଏସ୍‌ ମୁଖ୍ୟ ଭୁଆଁ ବୁଲାଉଛନ୍ତି: ବିରୋଧୀ

ନୂଆଦିଲ୍ଲୀ,୩୧ା୮(ପି.ଟି.): ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌) ମୁଖ୍ୟ ମୋହନ ଭାଗବତ ଆମେରିକାରେ ବିବିଧତା ଉପରେ ଦେଇଥିବା ମନ୍ତବ୍ୟ ଭୁଆଁ ବୁଲାଇବା ପାଇଁ ଉଦ୍ଦିଷ୍ଟ ବୋଲି ବିରୋଧୀ ନେତାମାନେ…

ବରଗଡ଼ରେ ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି ଘୋଷଣା

ବରଗଡ଼,୩୧ା୮(ପ୍ରେମାନନ୍ଦ ଖମାରୀ): ଭାରତୀୟ ପାଣିପାଗ ବିଭାଗ (IMD) ପକ୍ଷରୁ ବରଗଡ଼ ଜିଲା ପାଇଁ ପ୍ରବଳରୁ ଅତି ପ୍ରବଳ ବର୍ଷାର ପୂର୍ବାନୁମାନ ଏବଂ ରେଡ୍‌ ଓ୍ବାର୍ନିଂ ଜାରି କରାଯାଇଛି।…

ୟୁରୋପର ସର୍ବୋଚ୍ଚ ଶୃଙ୍ଗରେ ଭାରତୀୟ ମହିଳା

ଲକ୍ଷ୍ନୌ, ୩୧ା୮ (ପି.ଟି.) : ଲକ୍ଷ୍ନୌର ୪୩ ବର୍ଷୀୟା ଶିବାନୀ ମେହରୋତ୍ରା ସାଂସାରିକ ବନ୍ଧନରେ ଥାଇ ମଧ୍ୟ ବିଶ୍ୱର ଉଚ୍ଚତମ ଶୃଙ୍ଗଗୁଡ଼ିକୁ ଚଢ଼ି ନିଜର ଦୃଢ଼ ଇଚ୍ଛାଶକ୍ତିର…

ଲାଞ୍ଚ ନେଇ ଧରାପଡ଼ିଲେ ଜିଲା ଶ୍ରମ ଅଧିକାରୀ

କେନ୍ଦୁଝର,୩୦ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଶ୍ରମ ଅଧିକାରୀ ଆକାଶ ବିଶୋଇ ଜଣେ ବ୍ୟକ୍ତିଙ୍କଠାରୁ ଲାଞ୍ଚ ନେଇ ଭିଜିଲାନ୍ସ ବିଭାଗ ହାତରେ ଧରାପଡ଼ିଛନ୍ତି। ଜିଲା ଶ୍ରମ ଅଧିକାରୀ…

ସ୍ବୟଂ ସହାୟିକା ଗୋଷ୍ଠୀ ଟଙ୍କା ଆତ୍ମାସତ କରି ମହିଳା ଗିରଫ, ମୁଖ୍ୟ ଅଭିଯୁକ୍ତ ଫେରାର

ପାରଳାଖେମୁଣ୍ଡି,୩୦ା୮(ଗିରିଧାରୀ ପରିଚ୍ଛା): ସ୍ବୟଂ ସହାୟକ ଗୋଷ୍ଠୀ ଜଟଙ୍କା ଓ ସୁନା ସଂଗ୍ରହ କରି ଆତ୍ମସାତ୍‌ କରିବା ଅଭିଯୋଗରେ ପାରଳାଖେମୁଣ୍ଡି ପୋଲିସ ଜଣଙ୍କୁ ହାଇଦ୍ରାବାଦରୁ ଗିରଫ କରିଛି। ଗିରଫ…

ଛତ୍ରପୁରରେ ଚାଞ୍ଚଲ୍ୟ: ଚିକିତ୍ସାଳୟରୁ ମୂକ ଶିଶୁକନ୍ୟା ଚୋରି, ସିସିଟିଭି ଯାଞ୍ଚ କରୁଛି ପୋଲିସ

ଛତ୍ରପୁର,୩୦ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗୋଟିଏ ୫ ବର୍ଷର ମୂକ ଶିଶୁକନ୍ୟାକୁ ଜଣେ ବ୍ୟକ୍ତି ଚୋରି…

ଘରେ ପଶି ମୂକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ, ଜେଲ୍‌ ଗଲେ ଯୁବକ

ଦିଗପହଣ୍ଡି,୩୦ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଶନିବାର ମଧ୍ୟାହ୍ନରେ ଘରେ ପଶି ଜଣେ ମାନସିକ ଅନଗ୍ରସର ଓ ମୂକ ଯୁବତୀ(୨୧)ଙ୍କୁ…

ଶାଳକଙ୍କୁ ଏସିଡ୍‌ ଫିଙ୍ଗି ବନ୍ଧା ହେଲେ ଭିଣୋଇ

ବ୍ରହ୍ମପୁର,୩୦ା୮(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଟାଉନ ଥାନା ପୋଲିସ ଏସିଡ ମାଡ ଘଟଣାରେ ଅଭିଯୁକ୍ତଙ୍କୁ ଗିରଫ କରିଛି l ସେ ହେଲେ ପାଟପୁର ଥାନା ପୋଡାମାରି ବଜାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri