ଛଟେନପାଲିଠାରେ ଡିଏଭି ପକ୍ଷରୁ ବିଦ୍ୟାଳୟ ଖୋଲାଯିବା ନେଇ ଚୁକ୍ତି

ସୁନ୍ଦରଗଡ, ୪ା୯ (ଡି.ଏନ୍‌.ଏ.)
ଆଦିବାସୀ ଛାତ୍ରୀଛାତ୍ରଙ୍କୁ ଗୁଣାତ୍ମକ ଶିକ୍ଷା ପ୍ରଦାନ ପାଇଁ ସୁନ୍ଦରଗଡ ବିଧାନସଭା କ୍ଷେତ୍ରରେ ଏକ ଉନ୍ନତମାନର ଇଂରାଜୀ ମାଧ୍ୟମ ଶିକ୍ଷାନୁଷ୍ଠାନ ପ୍ରତିଷ୍ଠା ସକାଶେ ସ୍ଥାନୀୟ ବିଧାୟିକା କୁସୁମ ଟେଟେଙ୍କ ପକ୍ଷରୁ ହୋଇଥିବା ଦାବିକୁ ଏମସିଏଲ ପୂରଣ କରିବାକୁ ଯାଉଛି। ଛଟେନପାଲିଠାରେ ଏହି ବିଦ୍ୟାଳୟ ପ୍ରତିଷ୍ଠା ଲାଗି ଏମସିଏଲ କର୍ତ୍ତୃପକ୍ଷ ଡିଏଭି କର୍ତ୍ତୃପକ୍ଷଙ୍କୁ ପ୍ରସ୍ତାବ ଦେଇଥିଲେ। ଡିଏଭି କର୍ତ୍ତୃପକ୍ଷ ଏହି ପ୍ରସ୍ତାବରେ ରାଜି ହେବା ପରେ ବୁଧବାର ଡିଏଭି ପବ୍ଲିକ ସ୍କୁଲର ନିର୍ଦ୍ଦେଶକ (ଦିଲ୍ଲୀ) ଏବଂ ଏମସିଏଲ ଜେନେରାଲ ମ୍ୟାନେଜର ସଞ୍ଜୟ ଝା ଓ ଅନ୍ୟାନ୍ୟ ପଦାଧିକାରୀଙ୍କ ଉପସ୍ଥିତିରେ ବୁର୍ଲା ଜାଗୃତି ବିହାରଠାରେ ଅନୁଷ୍ଠିତ ଉତ୍ସବରେ ଛଟେନପାଲିଠାରେ ପ୍ରଥମ ପର୍ଯ୍ୟାୟରେ ୧୦ମ ଶ୍ରେଣୀ ପର୍ଯ୍ୟନ୍ତ ଏକ ବିଦ୍ୟାଳୟ ପ୍ରତିଷ୍ଠା ନେଇ ଚୁକ୍ତିନାମା ହୋଇଛି । ଏହି ବିଦ୍ୟାଳୟ ନିର୍ମାଣ କାର୍ଯ୍ୟ ଚଳିତ ଆର୍ଥିକ ବର୍ଷରେ ଆରମ୍ଭ ହେବ । ବିଶେଷ କରି ଏମସିଏଲ ବିସ୍ଥାପିତ ଓ ପ୍ରକଳ୍ପ ପ୍ରଭାବିତ ଅଞ୍ଚଳର ପିଲାଙ୍କୁ ଶିକ୍ଷା ପ୍ରଦାନ ପାଇଁ ଭୁବନେଶ୍ୱରର ଚନ୍ଦ୍ରଶେଖରପୁରଠାରେ ଥିବା ଡିଏଭି ସ୍କୁଲ ଢାଞ୍ଚାରେ ଶିକ୍ଷାନୁଷ୍ଠାନ ସ୍ଥାପନ କରାଯିବ ା ସୁନ୍ଦରଗଡ ଅଞ୍ଚଳର ଛାତ୍ରୀଛାତ୍ର ଭୁବନେଶ୍ୱର ସମେତ ବାହାର ରାଜ୍ୟକୁ ଯାଇ ଯେପରି ଖର୍ଚ୍ଚାନ୍ତ ନ ହୁଅନ୍ତୁ ସେଥିପାଇଁ ଅଞ୍ଚଳବାସୀଙ୍କ ମତାମତଙ୍କୁ ଗ୍ରହଣ କରି ବିଧାୟିକା ଟେଟେ କୋଲଇଣ୍ଡିଆକୁ ଅନୁରୋଧ କରିଥିଲେ । ଏଥିସହିତ କେନ୍ଦ୍ର କୋଇଲା ବିଭାଗ ମନ୍ତ୍ରୀ ଓ ମାନବସମ୍ବଳ ବିକାଶ ମନ୍ତ୍ରୀଙ୍କୁ ଚିଠି ଲେଖିଥିଲେ। ଏହି ବିଦ୍ୟାଳୟ ପ୍ରତିଷ୍ଠା ନେଇ କୋଲଇଣ୍ଡିଆ ରାଜି ହୋଇ ଡିଏଭି ସହିତ ଚୁକ୍ତିନାମା କରିବା ପରେ ବିଧାୟିକା ସୁନ୍ଦରଗଡବାସୀଙ୍କ ତରଫରୁ ସାଧୁବାଦ ଜଣାଇଛନ୍ତି ।
ମିଳିଥିବା ସୂଚନା ଅନୁଯାୟୀ, ଖୁବଶୀଘ୍ର କେନ୍ଦ୍ର ମାନବ ସମ୍ବଳ ମନ୍ତ୍ରୀ, ପେଟ୍ରୋଲିୟମ ମନ୍ତ୍ରୀ ସୁନ୍ଦରଗଡ ବିଧାୟିକା ଓ କୋଲ ଇଣ୍ଡିଆ ଅଧିକାରୀଙ୍କ ଉପସ୍ଥିତିରେ ଭିଡିଓ କନଫରେସିଂ ମାଧ୍ୟମରେ ଏହି ବିଦ୍ୟାଳୟର ଶିଳାନ୍ୟାସ କରାଯିବାର କାର୍ଯ୍ୟକ୍ରମ ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଲୁଗା ଶୁଖାଇବା ବେଳେ ଲାଗିଗଲା କରେଣ୍ଟ, ତାପରେ…

ଭଞ୍ଜନଗର,୨୪।୩(ବାବୁଲା ପ୍ରଧାନ) : ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ନବଗୋଛା ଗ୍ରାମରେ ଅଘଟଣ । ବିଦ୍ୟୁତ ଆଘାତରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି । ମୃତ…

ତାରାତାରିଣୀଙ୍କ ତୃତୀୟ ପାଳି ଚୈତ୍ର ମଙ୍ଗଳବାର ଯାତ୍ରା, ସରସ୍ବତୀ ବେଶରେ ଦୁଇ ଭଉଣୀ

ପୁରୁଷୋତ୍ତମପୁର,୨୪।୩(ସବିତା ମିଶ୍ର ): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ତୃତୀୟ ଚୈତ୍ର ମଙ୍ଗଳବାର ଯାତ୍ରାରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଛି । ଭକ୍ତଙ୍କ ଗହଳିରେ…

ବାଲେଶ୍ଵର ଅରଡ ବଜାରରେ ଗୁଳିକାଣ୍ଡ, ଦୁଇ ଯୁବକ…

ବାଲେଶ୍ଵର,୨୪।୩( ବାଞ୍ଛାନିଧି ଦେ): ଅଶାନ୍ତ ହୋଇପଡିଛି ବାଲେଶ୍ଵର ସହର । ସହଦେଵଖୁଣ୍ଟା ଥାନା ଅନ୍ତର୍ଗତ ଅରଡ ବଜାର ଅଞ୍ଚଳରେ ପୁଣିଥରେ ଗୁଳିକାଣ୍ଡ ହୋଇଛି। ସୋମବାର ମଧ୍ୟରାତିରେ ଫୁଟିଲା…

ଲିଙ୍କ୍ ରୋଡ୍ LIC ଅଫିସରେ ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳିଲା….

କଟକ,୨୪।୩: କଟକ ଲିଙ୍କ୍‌ରୋଡରେ ଥିବା LIC ଅଫିସ୍‌ରେ ଅଗ୍ନିକାଣ୍ଡ । ହୁତୁ ହୁତୁ ହୋଇ ଜଳୁଛି ବିଲ୍ଡିଂ । କେଉଁ ପରିସ୍ଥିତିରେ ନିଆଁ ଲାଗିଲା ତାହା ବର୍ତ୍ତମାନ…

ପାଡୁଆ ପୋଲିସକୁ ଚ୍ୟାଲେଞ୍ଜ, ବୋଲେରୋ-ବାଇକ ପରେ ଏବେ ସ୍କୁଟି ଚୋରି

ନନ୍ଦପୁର/ପାଡୁଆ,୨୪।୩(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ପୋଲିସ ଉପଖଣ୍ଡ ଅଧିନ ପାଡୁଆ ଥାନା ପୋଲିସକୁ ଗାଡ଼ି ଚୋର ଖୋଲା ଚ୍ୟାଲେଞ୍ଜ ଦେଇଛନ୍ତି । ରବିବାର…

କାତ୍ୟାୟନୀ ବେଶରେ ଦର୍ଶନ ଦେଉଛନ୍ତି ମା’ ସମଲେଶ୍ବରୀ, ଦର୍ଶନ ପାଇଁ ସକାଳୁ ସକାଳୁ ଭକ୍ତଙ୍କ ଭିଡ଼

ବରଗଡ଼,୨୪।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଜାରି ରହିଛି। ଷଷ୍ଠ ଦିବସ ମଙ୍ଗଳବାରରେ ଦେବୀ କାତ୍ୟାୟନୀ ବେଶରେ ଦର୍ଶନ ଦେଇଛନ୍ତି…

ଇସ୍ତଫା ଦେଲେ ପ୍ରଦେଶ କଂଗ୍ରେସ କମିଟି ସଦସ୍ୟ, କଲେ ବଡ଼ ଖୁଲାସା, ଏହି କାରଣରୁ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ପୂର୍ବତନ ଜିଲା ପରିଷଦ ସଦସ୍ୟ ତଥା ପ୍ରଦେଶ କଂଗ୍ରେସ କମିିଟି ସଦସ୍ୟ ଅରବିନ୍ଦ ନାହାକ ସୋମବାର ସନ୍ଧ୍ୟାରେ…

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri