୩୦୦ ଯାତ୍ରୀଙ୍କୁ ନେଇ ଆମେରିକାରୁ ଭାରତକୁ ଆସୁଥିବା ଏୟାର ଇଣ୍ଡିଆର ବିମାନ ସ୍ବିଡେନରେ କଲା ଜରୁରୀ ଅବତରଣ…

ଓ୍ବାଶିଂଟନ,୨୨।୨ : ଏୟାର ଇଣ୍ଡିଆର ନ୍ୟୁୟର୍କ-ଦିଲ୍ଲୀ ବିମାନ ଏଆଇ -୧୦୬ ସ୍ବିଡେନର ଷ୍ଟକହୋମ ବିମାନବନ୍ଦରରେ ଜରୁରୀ ଅବତରଣ କରିଛି। ବିମାନରେ ଏକ ବୈଷୟିକ ତ୍ରୁଟି ଦେଖିବା ପରେ ଜରୁରୀକାଳୀନ ଅବତରଣ କରାଯାଇଥିବା କୁହାଯାଉଛି। ବିମାନରେ ଥିବା ସମସ୍ତ ୩୦୦ ଯାତ୍ରୀ ସୁରକ୍ଷିତ ଥିବା କୁହାଯାଉଛି। ସୂଚନା ପାଇବା ପରେ ବିମାନବନ୍ଦରରେ ବହୁ ସଂଖ୍ୟକ ଦମକଳ ଗାଡ଼ିକୁ ନିୟୋଜିତ କରାଯାଇଥିଲା।

ଏନେଇ ବେସାମରିକ ବିମାନ ଚଳାଚଳ ନିର୍ଦ୍ଦେଶାଳୟ (ଡିଜିସିଏ) ସୂଚନା ଦେଇଛି ଯେ ୩୦୦ ଯାତ୍ରୀଙ୍କୁ ନେଇ ଏକ ଏୟାର ଇଣ୍ଡିଆ ବିମାନ ବୁଧବାର ଆମେରିକାର ନ୍ୟୁୟର୍କରୁ ଦିଲ୍ଲୀ ଅଭିମୁଖେ ଯାତ୍ରା କରିଛି। ବିମାନଟି କିଛି ସମୟ ପାଇଁ ଆକାଶରେ ଉଡିବା ପରେ ହଠାତ ଏହାର ଗୋଟିଏ ଇଞ୍ଜିନରୁ ତେଲ ଲିକ ହେବାକୁ ଲାଗିଲା । ଏହା ପରେ ବିମାନଟି ସ୍ବିଡେନର ଷ୍ଟକହୋମ ବିମାନ ବନ୍ଦରରେ ଜରୁରୀ ଅବତରଣ କରିଥିଲା। ଅବତରଣ ପୂର୍ବରୁ ବିମାନବନ୍ଦରରେ ବହୁ ସଂଖ୍ୟକ ଦମକଳ ଗାଡି ନିୟୋଜିତ କରାଯାଇଥିଲା। କୁହାଯାଉଛି ଯେ ଜରୁରୀ ଅବତରଣ ନେଇ ଯାତ୍ରୀଙ୍କ ମଧ୍ୟରେ ଆତଙ୍କ ଖେଳିଯାଇଥିଲା।

ଏହାପୂର୍ବରୁ ଫେବୃଆରୀ ୨୦ ରେ ଦିଲ୍ଲୀରୁ ଦେଓଘରକୁ ଯାଉଥିବା ଇଣ୍ଡିଗୋ ବିମାନରେ ବୋମା ସମ୍ପର୍କରେ ସୂଚନା ପାଇବା ପରେ ଆଲୋଡ଼ନ ସୃଷ୍ଟି ହୋଇଥିଲା। ତରବରିଆ ଭାବେ ବିମାନଟି ଲକ୍ଷ୍ନୌର ଆମୌସି ବିମାନ ବନ୍ଦରରେ ଅବତରଣ କରିଥିଲା। ବିମାନକୁ ଆଇସୋଲେଶନ କରାଯାଇ ଘଟଣାର ତଦନ୍ତ କରାଯାଇଥିଲା। ଅନୁସନ୍ଧାନରେ କିଛି ନ ମିଳିବା ପରେ ବିମାନକୁ ଗନ୍ତବ୍ୟ ସ୍ଥଳକୁ ପଠାଯାଇଥିଲା।

ସେହିପରି ଫେବୃଆରୀ ୧୮ରେ, ସ୍ପାଇସଜେଟର ମୁମ୍ବାଇ-କାଣ୍ଡଲା ବିମାନକୁ ଯାନ୍ତ୍ରିକ ତ୍ରୁଟି କାରଣରୁ ବିମାନ ଉଡ଼ାଣ ପରେ ଜରୁରୀକାଳୀନ ଅବତରଣ କରିବାକୁ ପଡିଥିଲା। ଏକ କ୍ୟାବିନ ପ୍ରେସରାଇଜେଶନ ଆଲର୍ଟ ମିଳିବା ପରେ ସତର୍କତା ଅବଲମ୍ବନ କରି ବିମାନକୁ ମୁମ୍ବାଇକୁ ଫେରାଇବାକୁ ନିଷ୍ପତ୍ତି ଗ୍ରହଣ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?