୩୦୦ ଯାତ୍ରୀଙ୍କୁ ନେଇ ଆମେରିକାରୁ ଭାରତକୁ ଆସୁଥିବା ଏୟାର ଇଣ୍ଡିଆର ବିମାନ ସ୍ବିଡେନରେ କଲା ଜରୁରୀ ଅବତରଣ…

ଓ୍ବାଶିଂଟନ,୨୨।୨ : ଏୟାର ଇଣ୍ଡିଆର ନ୍ୟୁୟର୍କ-ଦିଲ୍ଲୀ ବିମାନ ଏଆଇ -୧୦୬ ସ୍ବିଡେନର ଷ୍ଟକହୋମ ବିମାନବନ୍ଦରରେ ଜରୁରୀ ଅବତରଣ କରିଛି। ବିମାନରେ ଏକ ବୈଷୟିକ ତ୍ରୁଟି ଦେଖିବା ପରେ ଜରୁରୀକାଳୀନ ଅବତରଣ କରାଯାଇଥିବା କୁହାଯାଉଛି। ବିମାନରେ ଥିବା ସମସ୍ତ ୩୦୦ ଯାତ୍ରୀ ସୁରକ୍ଷିତ ଥିବା କୁହାଯାଉଛି। ସୂଚନା ପାଇବା ପରେ ବିମାନବନ୍ଦରରେ ବହୁ ସଂଖ୍ୟକ ଦମକଳ ଗାଡ଼ିକୁ ନିୟୋଜିତ କରାଯାଇଥିଲା।

ଏନେଇ ବେସାମରିକ ବିମାନ ଚଳାଚଳ ନିର୍ଦ୍ଦେଶାଳୟ (ଡିଜିସିଏ) ସୂଚନା ଦେଇଛି ଯେ ୩୦୦ ଯାତ୍ରୀଙ୍କୁ ନେଇ ଏକ ଏୟାର ଇଣ୍ଡିଆ ବିମାନ ବୁଧବାର ଆମେରିକାର ନ୍ୟୁୟର୍କରୁ ଦିଲ୍ଲୀ ଅଭିମୁଖେ ଯାତ୍ରା କରିଛି। ବିମାନଟି କିଛି ସମୟ ପାଇଁ ଆକାଶରେ ଉଡିବା ପରେ ହଠାତ ଏହାର ଗୋଟିଏ ଇଞ୍ଜିନରୁ ତେଲ ଲିକ ହେବାକୁ ଲାଗିଲା । ଏହା ପରେ ବିମାନଟି ସ୍ବିଡେନର ଷ୍ଟକହୋମ ବିମାନ ବନ୍ଦରରେ ଜରୁରୀ ଅବତରଣ କରିଥିଲା। ଅବତରଣ ପୂର୍ବରୁ ବିମାନବନ୍ଦରରେ ବହୁ ସଂଖ୍ୟକ ଦମକଳ ଗାଡି ନିୟୋଜିତ କରାଯାଇଥିଲା। କୁହାଯାଉଛି ଯେ ଜରୁରୀ ଅବତରଣ ନେଇ ଯାତ୍ରୀଙ୍କ ମଧ୍ୟରେ ଆତଙ୍କ ଖେଳିଯାଇଥିଲା।

ଏହାପୂର୍ବରୁ ଫେବୃଆରୀ ୨୦ ରେ ଦିଲ୍ଲୀରୁ ଦେଓଘରକୁ ଯାଉଥିବା ଇଣ୍ଡିଗୋ ବିମାନରେ ବୋମା ସମ୍ପର୍କରେ ସୂଚନା ପାଇବା ପରେ ଆଲୋଡ଼ନ ସୃଷ୍ଟି ହୋଇଥିଲା। ତରବରିଆ ଭାବେ ବିମାନଟି ଲକ୍ଷ୍ନୌର ଆମୌସି ବିମାନ ବନ୍ଦରରେ ଅବତରଣ କରିଥିଲା। ବିମାନକୁ ଆଇସୋଲେଶନ କରାଯାଇ ଘଟଣାର ତଦନ୍ତ କରାଯାଇଥିଲା। ଅନୁସନ୍ଧାନରେ କିଛି ନ ମିଳିବା ପରେ ବିମାନକୁ ଗନ୍ତବ୍ୟ ସ୍ଥଳକୁ ପଠାଯାଇଥିଲା।

ସେହିପରି ଫେବୃଆରୀ ୧୮ରେ, ସ୍ପାଇସଜେଟର ମୁମ୍ବାଇ-କାଣ୍ଡଲା ବିମାନକୁ ଯାନ୍ତ୍ରିକ ତ୍ରୁଟି କାରଣରୁ ବିମାନ ଉଡ଼ାଣ ପରେ ଜରୁରୀକାଳୀନ ଅବତରଣ କରିବାକୁ ପଡିଥିଲା। ଏକ କ୍ୟାବିନ ପ୍ରେସରାଇଜେଶନ ଆଲର୍ଟ ମିଳିବା ପରେ ସତର୍କତା ଅବଲମ୍ବନ କରି ବିମାନକୁ ମୁମ୍ବାଇକୁ ଫେରାଇବାକୁ ନିଷ୍ପତ୍ତି ଗ୍ରହଣ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆଉଟ୍‌ ହେବା ପରେ ଶ୍ରୀଲଙ୍କା ବୋଲରଙ୍କ ସହ ଜୟସ୍ବାଲ ମୁହାଁମୁହିଁ, ମଇଦାନ ମଝିରେ ଧକ୍କାମୁକ୍କି, ଅଧିନାୟକ ମଝିରେ ପଶି-Video

କୋଲମ୍ବୋ,୨୩: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଖେଳାଯାଉଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ପ୍ରଥମ ଦିନରେ ମଇଦାନରେ ଉତ୍ତେଜନା ଦେଖିବାକୁ ମିଳିଛି। ଭାରତର ଯୁବ ଓପନିଂ ବ୍ୟାଟ୍ସମ୍ୟାନ ଯଶସ୍ବୀ…

ସଠିକ୍‌ ପରଚୟ ଯାଞ୍ଚ ନ କରି ଦିଆଯାଉଛି ଘରଭଡ଼ା, ବଢୁଛି ଆପରାଧିକ କାର୍ଯ୍ୟକଳାପ

ଅମରପାଲି,୨୩ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାର ବୀରମହାରାଜପୁର ଓ ଉଲୁଣ୍ଡା ଅଞ୍ଚଳରେ ବିନା ପୋଲିସ ଭେରିଫିକେଶନ ଏବଂ ସଠିକ୍‌ ପରିଚୟ ଯାଞ୍ଚ ନ କରି ଘରଭଡ଼ା ଦିଆଯାଉଥିବାରୁ ଆପରାଧିକ…

‘ମା କହିଥିଲେ ଭଲ ପୁଅ ବାଛିବାକୁ; ମୁଁ ରାହୁଲକୁ ବାଛିଲି’ – ରାହୁଲ ଗାନ୍ଧୀଙ୍କ ଜଣେ ‘ଫ୍ୟାନଗର୍ଲ’ଙ୍କ ପୋଷ୍ଟର ଭାଇରାଲ

ପୁଣେ,୨୩।୮: କଂଗ୍ରେସ ସାଂସଦ ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର (୨୨ ଅଗଷ୍ଟ, ୨୦୨୬) ପୁଣେରେ ଅନୁଷ୍ଠିତ ‘ଛାତ୍ରୋଁ କି ଗୁଞ୍ଜ’…

ରେଭନ୍ତ ରେଡ୍ଡୀଙ୍କୁ ଆମେରିକା ଯିବା ପାଇଁ ମିଳିଲା ନାହିଁ ଅନୁମତି, ଜାଣନ୍ତୁ ସରକାରୀ ଅନୁମତି କିପରି ମିଳିଥାଏ

ନୂଆଦିଲ୍ଲୀ,୨୩।୮: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ଏବେ ୟୁକେରୁ ସିଧାସଳଖ ଭାରତ ଫେରିବେ; ସରକାରୀ ଅନୁମୋଦନ ଅଭାବରୁ ତାଙ୍କର ଆମେରିକା ଗସ୍ତ ବାତିଲ କରାଯାଇଛି। ସେ ଇଂଲଣ୍ଡ…

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ପୋଲିସ କର୍ମଚାରୀଙ୍କୁ ଲାଠିରେ ମାଡ଼; ଆଖିରେ ପକାଇଲେ ଲଙ୍କା ଗୁଣ୍ଡ, ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୮: ଭାଲସ୍ବା ଡାଏରୀ ଅଞ୍ଚଳରୁ ଦିଲ୍ଲୀ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଥିବା ଏକ ଘଟଣା ସାମ୍ନାକୁ ଆସିଛି। ମୁକୁନ୍ଦପୁରର ଜନତା ବିହାର ଅଞ୍ଚଳରେ ବିନା କାଗଜପତ୍ରରେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri