ସୁରୁଖୁରୁରେ ଅଧିବେଶନ ଲାଗି ସର୍ବଦଳୀୟ ବୈଠକ

ଭୁବନେଶ୍ୱର, ୨୮।୮(ବ୍ୟୁରୋ): ବିଧାନସଭା ମୌସୁମୀ ଅଧିବେଶନ ଆସନ୍ତା ୧ରୁ ଆରମ୍ଭ ହୋଇ ୯ ତାରିଖ ପର୍ଯ୍ୟନ୍ତ ଚାଲିବ। ଏଥର ଅଧିବେଶନକୁ ସୁରୁଖୁରୁରେ ଚଳାଇବା ଲାଗି ଶୁକ୍ରବାର ବିଧାନସଭା ସମ୍ମିଳନୀ କକ୍ଷରେ ଏକ ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ବିଧାନସଭା ଅଧିବେଶନ ସଂକ୍ରାନ୍ତୀୟ କେତେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରାଯାଇଛି। ବୈଠକରେ ଉପସ୍ଥିତ ସମସ୍ତଙ୍କୁ ସ୍ବାଗତ କରି ବାଚସ୍ପତି ଅଧିବେଶନକୁ ସୁରୁଖୁରୁରେ ଚଳାଇବା ଲାଗି ସହଯୋଗ କାମନା କରିଥିଲେ। ଉକ୍ତ ସ୍ବଳ୍ପକାଳୀନ ଅଧିବେଶନ ପ୍ରତ୍ୟେକ ଦିନ ଦୁଇଟି ପର୍ଯ୍ୟାୟରେ ଅନୁଷ୍ଠିତ ହେବ। ପ୍ରଥମ ପର୍ଯ୍ୟାୟ ଅଧିବେଶନ ପୂର୍ବାହ୍ନ ୧୦.୩୦ ଠାରୁ ଅପରାହ୍ନ ୧.୩୦ ମିନିଟ୍‌ ଏବଂ ଦ୍ୱିତୀୟ ପର୍ଯ୍ୟାୟ ଅପରାହ୍ନ ୪ଟାରୁ ୬ଟା ପର୍ଯ୍ୟନ୍ତ ଚାଲିବ। ତେତେ ପ୍ରଥମ ଦିନ ପ୍ରଥମ ପର୍ଯ୍ୟାୟ ଅଧିବେଶନ ପୂର୍ବାହ୍ନ ୧୧ ଟାରୁ ହେବ। ମୁଲତବୀ ପ୍ରସ୍ତାବ ଉପରେ ଗୃହରେ ଆଲୋଚନା ପାଇଁ ୯୦ ମିନିଟ୍‌ ସମୟସୀମା ର୍ନିଦ୍ଧାରିତ କରାଯାଇଛି। ଭାଜପା ବିଧାୟକମାନେ ସପ୍ତାହର ୪ ଦିନ ଏବଂ କଂଗ୍ରେସ ବିଧାୟକମାନେ ମଙ୍ଗଳବାର ଓ ଶନିବାର ମୁଲତବୀ ପ୍ରସ୍ତାବ ଆଗତ କରିପାରିବେ। ଯଦି ର୍ନିଦ୍ଧାରିତ ଦିବସରେ କୌଣସି କାରଣ ଯୋଗୁ ବିରୋଧୀ ତାହା ଆଗତ କରି ନ ପାରିଲେ, ତେବେ ସମ୍ପୃକ୍ତ ଦଳ ଉକ୍ତ ସୁଯୋଗ ହରାଇବେ ବୋଲି ବାଚସ୍ପତି କହିଛନ୍ତି।
କରୋନାର ୩ୟ ଲହରକୁ ଦୃଷ୍ଟିରେ ରଖି ବିଧାୟକଙ୍କ ସୁରକ୍ଷା ପାଇଁ ସେମାନଙ୍କ ଆସନ ବ୍ୟବସ୍ଥା ଉପରେ ଗୁରୁତ୍ୱ ଦିଆଯାଇଛି। ନିରାପଦ ଦୂରତ୍ୱ ରକ୍ଷା କରି ବିଧାନସଭା ଭବନ, ଗ୍ୟାଲେରି, ବାଚସ୍ପତିଙ୍କ ଗ୍ୟାଲେରିରେ ସ୍ବତନ୍ତ୍ର ଆସନ ବ୍ୟବସ୍ଥା ଗ୍ରହଣ କରାଯିବ। ବିଧାୟକ, ମନ୍ତ୍ରୀ, ମୁଖ୍ୟମନ୍ତ୍ରୀ, ବିରୋଧୀ ଦଳ ନେତା ଚାହିଁଲେ ଭିଡିଓ କନଫରେନ୍ସିଂ(ଭିସି) ଜରିଆରେ ଆଲୋଚନାରେ ଅଂଶଗ୍ରହଣ କରିପାରିବେ। ନିହାତି ଆବଶ୍ୟକ ବ୍ୟତୀତ ଅନ୍ୟ ବିଧାୟକଙ୍କୁ ଗୃହରେ ରିପୋର୍ଟ, ବିବରଣୀ ପ୍ରଦାନ କରାଯିବ ନାହିଁ। ବିଧେୟକ ସଂଶୋଧନ ବିଲ୍‌ ମନ୍ତ୍ରୀମାନଙ୍କ ଉତ୍ତର ବିଧାୟକଙ୍କ ଅବଗତି ପାଇଁ ସେମାନଙ୍କ ବାସଭବନରେ ଯୋଗାଇ ଦିଆଯିବ। ବିଧାନସଭା ଅଧିବେଶନର ଠିକ ରିପୋର୍ଟଂ ପାଇଁ ଖବରଦାତାଙ୍କୁ ଆନୁଷଙ୍ଗିକ ସୁବିଧା ସୁଯୋଗ ଯୋଗାଇ ଦିଆଯିବ ବୋଲି ସୂଚନା ଦିଆଯାଇଛି। ପ୍ରତ୍ୟେକ ଦିନ ଭୁବନେଶ୍ୱର ମହାନଗର ନିଗମ ତରଫରୁ ବିଧାନସଭାକୁ ସାନିଟାଇଜ୍‌ କରାଯିବ ଏବଂ ସମସ୍ତ ବିଧାନସଭା ସଭ୍ୟ, ଅଧିକାରୀ, ବିଧାନସଭା ସଚିବାଳୟ କର୍ମଚାରୀ ଓ ଆଗନ୍ତୁକଙ୍କ ଆର୍‌.ଟିପି.ସି.ଆର୍‌. ପରୀକ୍ଷା କରାଯିବା। ବୈଠକରେ ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ସରକାରୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ, ଭାଜପା ବିଧାୟକ ଦଳ ଉପନେତା ବିଷ୍ଣୁଚରଣ ସେଠୀ, କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର, ବିଧାୟକ ଦେବୀ ପ୍ରସାଦ ମିଶ୍ର, ପ୍ରଣବ ପ୍ରକାଶ ଦାସ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri