ସୁରୁଖୁରୁରେ ଅଧିବେଶନ ଲାଗି ସର୍ବଦଳୀୟ ବୈଠକ

ଭୁବନେଶ୍ୱର, ୨୮।୮(ବ୍ୟୁରୋ): ବିଧାନସଭା ମୌସୁମୀ ଅଧିବେଶନ ଆସନ୍ତା ୧ରୁ ଆରମ୍ଭ ହୋଇ ୯ ତାରିଖ ପର୍ଯ୍ୟନ୍ତ ଚାଲିବ। ଏଥର ଅଧିବେଶନକୁ ସୁରୁଖୁରୁରେ ଚଳାଇବା ଲାଗି ଶୁକ୍ରବାର ବିଧାନସଭା ସମ୍ମିଳନୀ କକ୍ଷରେ ଏକ ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ବିଧାନସଭା ଅଧିବେଶନ ସଂକ୍ରାନ୍ତୀୟ କେତେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରାଯାଇଛି। ବୈଠକରେ ଉପସ୍ଥିତ ସମସ୍ତଙ୍କୁ ସ୍ବାଗତ କରି ବାଚସ୍ପତି ଅଧିବେଶନକୁ ସୁରୁଖୁରୁରେ ଚଳାଇବା ଲାଗି ସହଯୋଗ କାମନା କରିଥିଲେ। ଉକ୍ତ ସ୍ବଳ୍ପକାଳୀନ ଅଧିବେଶନ ପ୍ରତ୍ୟେକ ଦିନ ଦୁଇଟି ପର୍ଯ୍ୟାୟରେ ଅନୁଷ୍ଠିତ ହେବ। ପ୍ରଥମ ପର୍ଯ୍ୟାୟ ଅଧିବେଶନ ପୂର୍ବାହ୍ନ ୧୦.୩୦ ଠାରୁ ଅପରାହ୍ନ ୧.୩୦ ମିନିଟ୍‌ ଏବଂ ଦ୍ୱିତୀୟ ପର୍ଯ୍ୟାୟ ଅପରାହ୍ନ ୪ଟାରୁ ୬ଟା ପର୍ଯ୍ୟନ୍ତ ଚାଲିବ। ତେତେ ପ୍ରଥମ ଦିନ ପ୍ରଥମ ପର୍ଯ୍ୟାୟ ଅଧିବେଶନ ପୂର୍ବାହ୍ନ ୧୧ ଟାରୁ ହେବ। ମୁଲତବୀ ପ୍ରସ୍ତାବ ଉପରେ ଗୃହରେ ଆଲୋଚନା ପାଇଁ ୯୦ ମିନିଟ୍‌ ସମୟସୀମା ର୍ନିଦ୍ଧାରିତ କରାଯାଇଛି। ଭାଜପା ବିଧାୟକମାନେ ସପ୍ତାହର ୪ ଦିନ ଏବଂ କଂଗ୍ରେସ ବିଧାୟକମାନେ ମଙ୍ଗଳବାର ଓ ଶନିବାର ମୁଲତବୀ ପ୍ରସ୍ତାବ ଆଗତ କରିପାରିବେ। ଯଦି ର୍ନିଦ୍ଧାରିତ ଦିବସରେ କୌଣସି କାରଣ ଯୋଗୁ ବିରୋଧୀ ତାହା ଆଗତ କରି ନ ପାରିଲେ, ତେବେ ସମ୍ପୃକ୍ତ ଦଳ ଉକ୍ତ ସୁଯୋଗ ହରାଇବେ ବୋଲି ବାଚସ୍ପତି କହିଛନ୍ତି।
କରୋନାର ୩ୟ ଲହରକୁ ଦୃଷ୍ଟିରେ ରଖି ବିଧାୟକଙ୍କ ସୁରକ୍ଷା ପାଇଁ ସେମାନଙ୍କ ଆସନ ବ୍ୟବସ୍ଥା ଉପରେ ଗୁରୁତ୍ୱ ଦିଆଯାଇଛି। ନିରାପଦ ଦୂରତ୍ୱ ରକ୍ଷା କରି ବିଧାନସଭା ଭବନ, ଗ୍ୟାଲେରି, ବାଚସ୍ପତିଙ୍କ ଗ୍ୟାଲେରିରେ ସ୍ବତନ୍ତ୍ର ଆସନ ବ୍ୟବସ୍ଥା ଗ୍ରହଣ କରାଯିବ। ବିଧାୟକ, ମନ୍ତ୍ରୀ, ମୁଖ୍ୟମନ୍ତ୍ରୀ, ବିରୋଧୀ ଦଳ ନେତା ଚାହିଁଲେ ଭିଡିଓ କନଫରେନ୍ସିଂ(ଭିସି) ଜରିଆରେ ଆଲୋଚନାରେ ଅଂଶଗ୍ରହଣ କରିପାରିବେ। ନିହାତି ଆବଶ୍ୟକ ବ୍ୟତୀତ ଅନ୍ୟ ବିଧାୟକଙ୍କୁ ଗୃହରେ ରିପୋର୍ଟ, ବିବରଣୀ ପ୍ରଦାନ କରାଯିବ ନାହିଁ। ବିଧେୟକ ସଂଶୋଧନ ବିଲ୍‌ ମନ୍ତ୍ରୀମାନଙ୍କ ଉତ୍ତର ବିଧାୟକଙ୍କ ଅବଗତି ପାଇଁ ସେମାନଙ୍କ ବାସଭବନରେ ଯୋଗାଇ ଦିଆଯିବ। ବିଧାନସଭା ଅଧିବେଶନର ଠିକ ରିପୋର୍ଟଂ ପାଇଁ ଖବରଦାତାଙ୍କୁ ଆନୁଷଙ୍ଗିକ ସୁବିଧା ସୁଯୋଗ ଯୋଗାଇ ଦିଆଯିବ ବୋଲି ସୂଚନା ଦିଆଯାଇଛି। ପ୍ରତ୍ୟେକ ଦିନ ଭୁବନେଶ୍ୱର ମହାନଗର ନିଗମ ତରଫରୁ ବିଧାନସଭାକୁ ସାନିଟାଇଜ୍‌ କରାଯିବ ଏବଂ ସମସ୍ତ ବିଧାନସଭା ସଭ୍ୟ, ଅଧିକାରୀ, ବିଧାନସଭା ସଚିବାଳୟ କର୍ମଚାରୀ ଓ ଆଗନ୍ତୁକଙ୍କ ଆର୍‌.ଟିପି.ସି.ଆର୍‌. ପରୀକ୍ଷା କରାଯିବା। ବୈଠକରେ ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ସରକାରୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ, ଭାଜପା ବିଧାୟକ ଦଳ ଉପନେତା ବିଷ୍ଣୁଚରଣ ସେଠୀ, କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର, ବିଧାୟକ ଦେବୀ ପ୍ରସାଦ ମିଶ୍ର, ପ୍ରଣବ ପ୍ରକାଶ ଦାସ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

କାହିଁକି ଅମିତ ଶାହା ପଚାରିଲେ ‘୨୦ ଲୋକସଭା ସିଟ୍‌ ଜିତିବା କି ନାହିଁ’ ?

ସୋନପୁର,୨୫।୪: ଓଡ଼ିଶାରୁ ସର୍ବାଧିକ ଲୋକ ସଭା ଆସନ ବିଜୟ ଲକ୍ଷ୍ୟରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ସୋନପୁରରୁ ପ୍ରଚାର ଆରମ୍ଭ କରିଛନ୍ତି। ଜୟ ଜଗନ୍ନାଥ, ଜୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri