ପୃଥିବୀରେ ମାଡ଼ ହେବ ଭୟଙ୍କର ଆଷ୍ଟ୍ରୋଏଡ, ବୈଜ୍ଞାନିକ କହିଦେଲେ ତାରିଖ; ୨୨ଟି ପରମାଣୁ ବୋମା ଭଳି ଘଟିବ ପ୍ରଳୟ !

ନୂଆଦିଲ୍ଲୀ,୪।୮: ପୃଥିବୀରେ ମାଡ଼ ହେବ ବିରାଟ ଆଷ୍ଟ୍ରୋଏଡ୍ । ଧ୍ୱଂସ ହୋଇଯିବ ସବୁ କିଛି । ଛାରଖାର ହୋଇଯିବ ପୃଥିବୀ। ଯାହାକୁ ନେଇ ବୈଜ୍ଞାନିକମାନେ ଛାନିଆ ହେଲେଣି । କାରଣ ଖୁବ୍ କମ୍ ବର୍ଷ ମଧ୍ୟରେ ପୃଥିବୀରେ ଏକ ବିରାଟ ଆଷ୍ଟ୍ରୋଏଡ୍ ମାଡ ହେବାକୁ ଯାଉଛି । ଯାହାର ନାଁ ବୈଜ୍ଞାନିକ ଦେଇଛନ୍ତି ‘ବେନୁ’ ।

ଷ୍ଟାର୍ ଇନସାଇଡରରେ ପ୍ରକାଶିତ ଏକ ରିପୋର୍ଟରେ ଦାବି କରାଯାଇଛି ଯେ, ଏହି ଆଷ୍ଟ୍ରୋଏଡ୍ କେବେ ମାଡ଼ ହେବ ତାହାର ତାରିଖ ସାମ୍ନାକୁ ଆସିଛି । ଏହାର ପ୍ରଭାବ ୨୨ଟି ପରମାଣୁ ବୋମା ସହ ସମାନ । ହିରୋସୀମା ନାଗାସାକି ଭଳି ପୃଥିବୀର ଅବସ୍ଥା ହୋଇଯିବ ।

ରିପୋର୍ଟରେ ଆହୁରି ଦର୍ଶାଯାଇଛି ଯେ, ପ୍ରତି ବର୍ଷରେ ‘ବେନୁ’ ପଥିବୀକୁ ପରିକ୍ରମା କରୁଛି । କିନ୍ତୁ ୨୧୮୨ମସିହା ସେପ୍ଟେମ୍ବର ୨୪ ତାରିଖରେ ଏହା ଭୂପୃଷ୍ଣରେ ମାଡ ହେବ । ସେତେବେଳେ ଏହା ଭୟଙ୍କର କ୍ଷତି କରିବ । ଦେଖିବାକୁ ଗଲେ ଏବେକାର ସମୟ ଏବଂ ୨୧୮୨ ମସିହା ମଧ୍ୟରେ ବହୁତ ବ୍ୟବଧାନ ରହିଛି । ଏହାସତ୍ତ୍ୱେ ନାସା ଏହାକୁ ଆକାଶରେ ଧ୍ୱଂସ କରିବାକୁ ଚାହୁଁଛି । ଏଥିପାଇଁ ମିଶନ ଆରମ୍ଭ ହୋଇଛି । ଏହି ମିଶନରେ ପୂର୍ବରୁ ଗ୍ରହାଣୁ ବେନୁର ନମୂନା ସଂଗ୍ରହ କରାଯାଇଛି । ଯାହା ଏହାକୁ ମହାକାଶରେ ହିଁ ନଷ୍ଟ କରିବାରେ ସାହାଯ୍ୟ କରିବ ବୋଲି ନାସାର ବୈଜ୍ଞାନିକମାନେ ଆଶା ରଖିଛନ୍ତି ।

ସୂଚନାଯୋଗ୍ୟ, ଆଷ୍ଟ୍ରୋଏଡ୍ ‘ବେନୁ’କୁ ପ୍ରତିହତ କରିବା ପାଇଁ ନାସା ବହୁ ପୂର୍ବରୁ ମିଶନ ଆରମ୍ଭ କରିଛି ।୨୦୨୩ରେ ଏହାର ନମୂନା ସଂଗ୍ରହ କରାଯାଇଥିଲା । ଯାହା ପରେ ସଂଗ୍ରହ କରାଯାଇଥିବା ନମୂନାର ପରୀକ୍ଷାନିରୀକ୍ଷା କରାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ଭୂସ୍ଖଳନ ଘଟି ଚାମେଲିଆ ନଦୀ ଗତିପଥ ଅବରୋଧ, କାଳୀ ନଦୀରେ ବଡ଼ ବନ୍ୟା ଆଶଙ୍କା

ଡେରାଡୁନ୍‌,୫ା୯: ଏକ ବଡ଼ ଧରଣର ଭୂସ୍ଖଳନ ଯୋଗୁ ନେପାଳର ଚାମେଲିଆ ନଦୀ ଆଂଶିକ ଅବରୋଧ ହୋଇ ଏକ କୃତ୍ରିମ ହ୍ରଦ ସୃଷ୍ଟି କରିଛି। ଫଳରେ ଭାରତ ପାର୍ଶ୍ୱରେ…

କେନ୍ଦୁଝରରେ ବ୍ୟାଡମିଣ୍ଟନ ଟୁର୍ନାମେଣ୍ଟ

କେନ୍ଦୁଝର,୬।୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲା ପ୍ରଶାସନର ଅଧିକାରୀ ଓ କର୍ମଚାରୀମାନଙ୍କ ମଧ୍ୟରେ କ୍ରୀଡ଼ା ମନୋଭାବ, ସହଯୋଗିତା ଏବଂ ସୁସ୍ଥ କାର୍ଯ୍ୟ ପରିବେଶ ସୃଷ୍ଟି କରିବା ଉଦ୍ଦେଶ୍ୟରେ କେନ୍ଦୁଝର…

ଅଧିକ ମାର୍କ ଚାହୁଁଥିଲେ…JNU ପ୍ରଫେସରଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ

ନୂଆଦିଲ୍ଲୀ,୬ା୯: ଦିଲ୍ଲୀର ଜବାହରଲାଲ ନେହେରୁ ୟୁନିଭର୍ସିଟି (JNU)ର ଜଣେ ପ୍ରଫେସରଙ୍କ ବିରୋଧରେ ୧୧ ଜଣ ଛାତ୍ରୀ ଯୌନ ନିର୍ଯାତନା ଅଭିଯୋଗ ଆଣିଛନ୍ତି। ଏହି ଅଭିଯୋଗ ମେ’ ମାସରେ…

ବ୍ଲକ ସଂଯୋଜକ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା ଅଭିଯୋଗ, ଆବେଦନକାରୀଙ୍କୁ ମିଳିନି ପରୀକ୍ଷା ସୂଚନା

ବରଗଡ଼/ଅତାବିରା,୬।୯(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର): ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ସେଣ୍ଟର ଫର୍‌ ରିସର୍ଚ୍ଚ ଇନ୍‌ ସ୍କିମ୍‌ ଏଣ୍ଡ୍‌ ପଲିସିଜ୍‌(ସିଆରଆଇଏସପି)ର ମିଳିତ ପ୍ରକଳ୍ପ ବ୍ଲେସ୍‌(ବିଲଡ଼ିଂ ଲାଇଭହୁଡସ୍‌…

ପାଟଣା କଲେଜରେ ୬କୋଟିରୁ ଉର୍ଦ୍ଧ୍ବ ଟଙ୍କା ହେରଫେର ଅଭିଯୋଗ, ଭିଜିଲାନ୍ସ ତଦନ୍ତ ଦାବି

ପାଟଣା,୬।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ମୁଖ୍ୟାଳୟସ୍ଥିତ ସର୍ବ ପ୍ରଥମ ୪୪ବର୍ଷ ଆଞ୍ଚଳିକ ମହାବିଦ୍ୟାଳୟ, ସ୍ବାମପାଟଣାରେ ୬ କୋଟି ୬୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ…

ପୋଲିସକୁ କାହିଁକି ଡାକିଲୁ…. ସ୍ତ୍ରୀଙ୍କୁ ହତ୍ୟା ଉଦ୍ୟମ, ବନ୍ଧାହେଲେ ସ୍ବାମୀ

ଦିଗପହଣ୍ଡି,୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଂସାମାରି ଗ୍ରାମ ଢେପ ସାହିର ଟି.ବିଜୟ ଦୋରା ତାଙ୍କ ସ୍ତ୍ରୀ ଟି.ଲିଲି ଦୋରାଙ୍କୁ ମରଣାନ୍ତକ ମାଡ଼ ମାରି…

ଜାମିନରେ ଆସିବା ପରେ କୁଲାଡ଼ ବ୍ୟାଘ୍ରଦେବୀଙ୍କ ଦର୍ଶନ କଲେ ବିକ୍ରମ ପଣ୍ଡା, ଭଞ୍ଜନଗର-ଆସିକାରେ ସ୍ବାଗତ

ଭଞ୍ଜନଗର,୬।୯(ବାବୁଲା ପ୍ରଧାନ): ଆଇନଜୀବୀ ପିତବାସ ପଣ୍ଡା ହତ୍ୟା ମାମଲାରେ ବ୍ରହ୍ମପୁରର ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ଜାମିନ ମିଳିଛି । ଏହାରି ଭିତରେ ସେ ନିଜର ମାନସିକ…

ଭାଇରାଲ୍ ହେଉଛି ଟ୍ରମ୍ପଙ୍କ ହାତର ଫଟୋ; ଗଭୀର ଚିହ୍ନଙ୍କୁ ନେଇ ବଢ଼ିଲା ଚର୍ଚ୍ଚା

ଓ୍ବାଶିଂଟନ,୬।୯: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଡାହାଣ ହାତରେ ଦେଖାଯାଉଥିବା ଚିହ୍ନର ନୂଆ ଫଟୋ ସାମ୍ନାକୁ ଆସିଛି । ଏହାପରେ ତାଙ୍କ ସ୍ୱାସ୍ଥ୍ୟକୁ ନେଇ ପୁଣିଥରେ ଚର୍ଚ୍ଚା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri