ମୁଖ୍ୟ ପ୍ରସଙ୍ଗରୁ ନଜର ହଟାଇବାକୁ ରାଜ୍ୟ ସରକାରଙ୍କ ପ୍ରୟାସ

ଭୁବନେଶ୍ୱର,୧୯।୯(ସୁନିତ୍‌ ମିଶ୍ର):ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଓଡ଼ିଶା ଗସ୍ତ ଓ ୧୦୦ ଦିନ ଅବଧିର ମୋହନ ସରକାର ରାଜ୍ୟବାସୀଙ୍କ ପ୍ରତି କେବଳ ଧୋକା । ପ୍ରଧାନମନ୍ତ୍ରୀ ତାଙ୍କ ଜନ୍ମଦିନ ପାଳନ କରିବାକୁ ଓଡ଼ିଶା ଆସିବାରେ ରାଜ୍ୟ ରାଜକୋଷରୁ ବହୁ କୋଟି ଟଙ୍କା ବ୍ୟୟ କରାଯାଇଛି। ନିର୍ବାଚନ ପୂର୍ବରୁ ଦେଇଥିବା ପ୍ରତିଶ୍ରୁତିକୁ ପୂରା ନ କରି ମୁଖ୍ୟ ପ୍ରସଙ୍ଗରୁ ରାଜ୍ୟବାସୀଙ୍କ ନଜର ହଟାଇବା ଓ ସୁଭଦ୍ରା ଯୋଜନାରେ ୫୦ ଭାଗରୁ ଅଧିକ ମହିଳାଙ୍କୁ ବଞ୍ଚିତ କରିବା ଭଳି ଅନ୍ୟାୟକୁ ରାଜ୍ୟବାସୀ ଗ୍ରହଣ କରିବେ ନାହିଁ। ବର୍ଷକୁ ୧୦ ହଜାର, ମାସିକ ୮୩୩ ଟଙ୍କାରେ ମହିଳାମାନେ କି ଉଦ୍ୟୋଗୀ ହେବେ ବୋଲି ପ୍ରଦେଶ କଂଗ୍ରେସ କମିଟି(ପିସିସି) ଷ୍ଟିୟରିଂ କମିଟି ସଦସ୍ୟ ବିଶ୍ୱରଞ୍ଜନ ମହାନ୍ତି ପ୍ରଶ୍ନ କରିଛନ୍ତି।

ଭବନଠାରେ ବୁଧବାର ଆୟୋଜିତ ଖବରଦାତା ସମ୍ମିଳନୀରେ ବିଶ୍ୱରଞ୍ଜନ କହିଛନ୍ତି, ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ରାଜ୍ୟକୁ ୩୪ ଲକ୍ଷ ପକ୍କାଘରର ଆବଶ୍ୟକତା ଥିଲା। ହେଲେ ବର୍ତ୍ତମାନ ପର୍ଯ୍ୟନ୍ତ ୧୬ ଲକ୍ଷ ୭୫ ହଜାର ହିତାଧିକାରୀ ପକ୍କାଘର ପାଇଥିବା ବେଳେ ଅବଶିଷ୍ଟ ୫୦% ହିତାଧିକାରୀ ଏପର୍ଯ୍ୟନ୍ତ ଆବାସ ପାଇବାରୁ ବଞ୍ଚିତ ଅଛନ୍ତି। ଡବଲ ଇଞ୍ଜିନ ସରକାର ଆସିବା ପରେ ଆଳୁ, ପିଆଜ, ଖାଇବା ତେଲ ସମେତ ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀର ଦର ମାତ୍ରାଧିକ ବୃଦ୍ଧି ପାଇଛି। ରାଜ୍ୟରେ ୧୦ ଲକ୍ଷରୁ ଊର୍ଦ୍ଧ୍ୱ ଶିକ୍ଷିତ ବେକାର ଯୁବତୀଯୁବକ କର୍ମ ନିୟୋଜନ କାର୍ଯ୍ୟାଳୟରେ ପଞ୍ଜୀକୃତ ହୋଇ ଚାକିରି ଅନ୍ବେଷଣରେ ସରକାରଙ୍କ ପାଖରେ ଗୁହାରି କରୁଛନ୍ତି। ଅନ୍ୟପକ୍ଷେ ଅନେକ ଲକ୍ଷ ଯୁବକ ରାଜ୍ୟ ବାହାରକୁ ଦାଦନ ଖଟିବା ପାଇଁ ଯାଉଛନ୍ତି। ଏ ସମସ୍ତ ପ୍ରଶ୍ନର ଉତ୍ତର ଦେବା ବଦଳରେ ପ୍ରଧାନମନ୍ତ୍ରୀ ଚୁପ୍‌ ରହିବା ରାଜ୍ୟବାସୀଙ୍କୁ ନିରାଶ କରିଛି। ଏଭଳି ସ୍ଥିତିରେ ଲୋକ ସଭା ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ପ୍ରତି ଭାଜପା ଓ ତା’ର ସହଯୋଗୀ ଦଳର ନେତାମାନେ ଆପତ୍ତିଜନକ ମନ୍ତବ୍ୟ ଦେବା ଦୁର୍ଭାଗ୍ୟଜନକ। ଯେଉଁମାନେ ରାହୁଲ ଗାନ୍ଧୀଙ୍କ ବିଷୟରେ ଆପତ୍ତିଜନକ ମନ୍ତବ୍ୟ ରଖିଛନ୍ତି ସେମାନଙ୍କ ବିରୋଧରେ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ଦାବିରେ ଗୁରୁବାର କଂଗ୍ରେସ ପକ୍ଷରୁ ଭୁବନେଶ୍ୱରସ୍ଥିତ ଖାରବେଳନଗର ଥାନାରେ ଏତଲା ଦିଆଯିବା ସହ ବିକ୍ଷୋଭ ପ୍ରଦର୍ଶନ କରାଯିବ ବୋଲି ବିଶ୍ୱରଞ୍ଜନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri