ଲୁକ୍କାୟିତ ପ୍ରତିଭାଙ୍କୁ ଲୋକଲୋଚନକୁ ଆଣିବାର ପ୍ରୟାସ

କଳା, ସଂସ୍କୃତି ଓ ପରମ୍ପରାରେ ପରିପୂର୍ଣ୍ଣ ମୟୂରଭଞ୍ଜ ଜିଲା। ଏଠାରେ ରହିଛନ୍ତି ଅନେକ ଲୁକ୍କାୟିତ ପ୍ରତିଭା; ଯାହାକୁ ଲୋକଲୋଚନକୁ ଆଣିବାକୁ ଅଣ୍ଟା ଭିଡିଛି ୟଙ୍ଗ ମାସ୍‌ ଆସୋସିଏଶନ(ଓ୍ବାଇଏମ୍‌ଏ)। ଦୀର୍ଘ ୨୮ବର୍ଷ ଧରି ସ୍ଥାନୀୟ ଅଞ୍ଚଳର ଯୁବକମାନଙ୍କୁ ନେଇ ଗଢ଼ି ଉଠିଥିବା ଏହି ସଙ୍ଗଠନ କୁନି କୁନି ଶିଶୁ କଳାକାରଙ୍କଠାରୁ ଆରମ୍ଭ କରି ଯୁବ କଳାକାରମାନଙ୍କୁ ଆଗକୁ ବଢ଼ିବାର ସୁେଯୋଗ ଦେଇ ଚାଲିଛି। ଆଉ ଜିଲା ତଥା ରାଜ୍ୟରେ ପ୍ରଶଂସା ଲାଭ କରିଛି। ଦରିଦ୍ର ଓ ଅସହାୟ ଲୋକଙ୍କୁ ସହାୟତାର ହାତ ବଢ଼ାଇ ଚାଲିଥିବା ବେଳେ ରକ୍ତଦାନ ଭଳି ମହତ୍‌ ଦାନ କାର୍ଯ୍ୟକ୍ରମକୁ ବଜାୟ ରଖିଛି। ଜିଲାର ବେତନଟୀ ବ୍ଲକ ମୁଖ୍ୟାଳୟରେ ଥିବା ଓ୍ବାଇଏମ୍‌ଏ ସଙ୍ଗଠନ ୧୯୯୩ ଡିସେମ୍ବର ୩୧ରେ ୨୫ଜଣ ସଦସ୍ୟଙ୍କୁ ନେଇ ଆରମ୍ଭ କରାଯାଇଥିଲା, ଯାହାର ବର୍ତ୍ତମାନ ସଦସ୍ୟ ସଂଖ୍ୟା ୫୦୦। ସେବେଠୁ ସଂଗଠନ ପକ୍ଷରୁ ବୃକ୍ଷରୋପଣଠାରୁ ଆରମ୍ଭ କରି ସ୍ବଚ୍ଛତା, ମାଗଣା ସ୍ବାସ୍ଥ୍ୟ ପରୀକ୍ଷା, ଶିକ୍ଷା ବ୍ୟବସ୍ଥା ଓ ଜଳଦାନ ଭଳି ବିଭିନ୍ନ କାର୍ଯ୍ୟକ୍ରମ ଜରିଆରେ ଅଞ୍ଚଳବାସୀଙ୍କ ସହାୟତା ଭଳି କାର୍ଯ୍ୟକ୍ରମ କରାଯାଇଆସୁଛି। ବର୍ଷ ଶେଷରେ ଅର୍ଥାତ୍‌ ନୂଆବର୍ଷକୁ ସ୍ବାଗତ କରିବା ପାଇଁ ଦିନିକିଆ କାର୍ଯ୍ୟକ୍ରମରେ ୫ଟି ପ୍ରତିଯୋଗିତା ଅନୁଷ୍ଠିତ କରାଯାଇଥାଏ, ଯେଉଁଥିରେ ଆଖପାଖ ଅଞ୍ଚଳର ପ୍ରତିଯୋଗୀମାନେ ଅଂଶ ଗ୍ରହଣ କରିଥା’ନ୍ତି ଏବଂ କୃତୀ ପ୍ରତିଯୋଗୀଙ୍କୁ ପୁରସ୍କାର ଓ ଟ୍ରଫି ପ୍ରଦାନ କରାଯାଏ। ତେବେ ଗତବର୍ଷ ଡିସେମ୍ବର ୩୧ରୁ ଜାନୁୟାରୀ ୪ ପର୍ଯ୍ୟନ୍ତ ୫ଦିନିଆ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏଥିରେ ୪୫ଟି ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିବା ବେଳେ ୨ ହଜାରରୁ ଊର୍ଦ୍ଧ୍ୱ ପ୍ରତିଯୋଗୀ ଅଂଶ ଗ୍ରହଣ କରିଥିଲେ। ପ୍ରତିଦିନ ସନ୍ଧ୍ୟାରେ ଜିଲାର କଳା, ସଂସ୍କୃତି ଓ ପରମ୍ପରାକୁ ନେଇ ସାଂସ୍କୃତିକ କାର୍ଯ୍ୟକ୍ରମ ହୋଇଥିଲା। ସିନେ ପରଦାରେ ଆଗଧାଡ଼ିର କଳାକାରମାନେ ଏଥିରେ ଉପସ୍ଥିତ ରହି ଲୋକଙ୍କ ମନୋରଞ୍ଜନ କରିଥିଲେ। ସମସ୍ତ ସଦସ୍ୟ ଶୃଙ୍ଖଳିତ ରହି କାର୍ଯ୍ୟକ୍ରମକୁ ସଫଳ କରିଚାଲିଛନ୍ତି। ସଙ୍ଗଠନ ସଭାପତି ପ୍ରଦୀପ କୁମାର ସାମଲ ଓ ସମ୍ପାଦକ ସିପୁନ ସାମଲଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ବିଭିନ୍ନ କାର୍ଯ୍ୟକ୍ରମ ପରିଚାଳନା ହୋଇଥାଏ। ଆଗାମୀ ଦିନରେ ସଙ୍ଗଠନକୁ ଆହୁରି ମଜଭୁତ କରି ଅଞ୍ଚଳର ବିକାଶ କରିବା ସହ ଜିଲାର ଐତିହ୍ୟକୁ ବଜାୟ ରଖିବାକୁ ପ୍ରୟାସ ଜାରି ରହିବ ବୋଲି ସଦସ୍ୟମାନେ ମତପ୍ରକାଶ କରିଛନ୍ତି।
– ନୀଳାଦ୍ରି ବିହାରୀ ଦଣ୍ଡପାଟ


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

ଚଣ୍ଡିପଦର ରୁଟରେ ଚାଲୁଥିବା ବସକୁ ନେଇ ଚିନ୍ତାରେ ସଂଘ, ସମସ୍ୟା ଭୋଗୁଛନ୍ତି ଗ୍ରାମବାସୀ

ପୁରଷୋତ୍ତମପୁର,୧।୪(ସବିତା ମିଶ୍ର): ଗଞ୍ଜମ ଜିଲା ପୁରୁଷୋତ୍ତମପୁର ମା କନକେଶ୍ବରୀ ଘରୋଇ ବସମାଲିକ ସଂଘ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଛି । ସଭାପତି ସନ୍ତୋଷକୁମାର ପତିଙ୍କ ପୌରହିତ୍ଯରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri