ଆସିଲା ପାର୍ବଣ, ମାତିଲେଣି ଲୁଟେରା ଗ୍ୟାଙ୍ଗ: ରୂପା ବ୍ୟବସାୟୀଙ୍କୁ ଖଣ୍ଡାରେ ହାଣି…

ପୁରୁଷୋତ୍ତମପୁର,୬।୧୦(ସିମାଞ୍ଚଳ ମିଶ୍ର): ପୋଲିସ ପାଟ୍ରୋଲିଂ ଠିକ୍‌ ଭାବେ ହେଉ ନ ଥିବାରୁ ଏହାର ସୁଯୋଗ ନେଇ ପୁରୁଷୋତ୍ତମପୁର ଅଞ୍ଚଳରେ ଲୁଟେରା ଗ୍ୟାଙ୍ଗ ପୁଣି ସକ୍ରିୟ ହୋଇଉଠିଛନ୍ତି। ଯାହାକି ରବିବାର ସ୍ବଷ୍ଟ ଦିବାଲୋକରେ ରାସ୍ତାରେ ଜଣେ ରୁପା ବସାୟୀଙ୍କୁ ଖଣ୍ଡାରେ ହାଣି ଲୁଟ୍‌ ଉଦ୍ୟମ କରାଯାଇଥିବା ଜଣାପଡିଛି।

ମିଳିଥିବା ସୂଚନା ମୁତାବକ, ପୁରୁଷୋତ୍ତମପୁର ଚାଙ୍ଗୁଡ଼ିଆପଦର ସାହିର ରବିନ୍ଦ୍ର ଓରଫ ଟୁଟୁ ସେନାପତି(୪୦) ଗାଁକୁ ଗାଁ ବୁଲି ରୂପା ବ୍ୟବସାୟ କରନ୍ତି। ସବୁଦିନ ଭଳି ସେ ରବିବାର ବ୍ୟବସାୟ କରି ପାଣ୍ଡିଆ-ପୁରୁଷୋତ୍ତମପୁର ହିରାଧାରବାଟି କେନାଲ ରାସ୍ତାରେ ଏକ ବାଇକ୍‌ ଯୋଗେ ଫେରୁଥିଳେ। ସେତିକି ବେଳେ ୩ଜଣ ମୁଖାପିନ୍ଧା ଯୁବକ ଏକ ବାଇକ୍‌ରେ ଆସି ଟୁଟୁଙ୍କୁ ଓଭର ଟେକ୍‌ କରି କିଛି ଦୂରରେ ଅଟକାଇ ଥିଲେ। ଏହାକୁ ସନ୍ଦେହ କରି ଟୁଟୁ ବାଇକ୍‌ ନ ରଖି ଦ୍ରୁତଗତିରେ ଚାଲିଯିବାକୁ ଚେଷ୍ଟା କରିଥିଲେ।

ହେଲେ ଲୁଟେରାମାନେ ଖଣ୍ଡାରେ ତାଙ୍କୁ ଆକ୍ରମଣ କରିଥିଲେ। ଫଳରେ ଖଣ୍ଡା ଚୋଟ ହାତରେ ବାଜିଥିଲା। ରକ୍ତଜୁଡୁବୁଡୁ ଅବସ୍ଥାରେ ସେ ଗାଁକୁ ଆସି ଲୋକଙ୍କୁ ଘଟଣା ସଂକ୍ରାନ୍ତରେ ଜଣାଇଥିଲେ। ଲୋକେ ତାଙ୍କୁ ଉଦ୍ଧାର କରି ଚିକିତ୍ସା ପାଇ ପୁରୁଷୋତ୍ତମପୁର ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇଥିଲେ। ଅବସ୍ଥା ଗୁରୁତର ଥିବାରୁ ଡାକ୍ତର ତାଙ୍କୁ ବ୍ରହ୍ମପୁର ବଡମେଡିକାଲକୁ ପଠାଇ ଥିଲେ।

ଏନେଇ ପୁରୁଷୋତ୍ତମପୁର ପୋଲିସକୁ ପଚାରିବାରୁ ଥାନାରେ କୌଣସି ଅଭିଯୋଗ ହୋଇ ନ ଥିବା କୁହାଯାଇଛି। ପୂର୍ବରୁ ଅଞ୍ଚଳରେ ଏହିପରି ଘଟଣା ଘଟିଥିବା ବେଳେ ଗତ କିଛିମାସ ହେଲା ବନ୍ଦ ରହିଥିଲା। ବର୍ତ୍ତମାନ ପାର୍ବଣ ଆସିବା ପରେ ପୁଣି ଲୁଟେରା ଗ୍ୟାଙ୍ଗ ସକ୍ରିୟ ହୋଇଉଠିଛନ୍ତି। ଏନେଇ ବ୍ୟବସାୟୀ ଏବଂ ଜନସାଧାରଣ ଆତଙ୍କିତ ଅବସ୍ଥାରେ ରହିଛନ୍ତି। ଏଥିପ୍ରତି ନୂତନ ଭାବେ ଯୋଗ ଦେଇଥିବା ଗଞ୍ଜାମ ଏସ୍‌ପି ଦୃଷ୍ଟି ଦେଇ ତୁରନ୍ତ ପାଟ୍ରୋଲିଂ ବ୍ୟବସ୍ଥାକୁ କଡ଼ାକଡ଼ି କରିବାକୁ ସ୍ଥାନୀୟ ଜନସାଧାରଣ ଅନୁରୋଧ କରିଛନ୍ତି


Enter your email to get our daily news in your inbox.

All Right Reserved By Dharitri.Com

New Labour Law: ସପ୍ତାହକୁ ମିଳିବ କି ୩ଦିନ ଛୁଟି? କଣ କହିଲା ଶ୍ରମ ମନ୍ତ୍ରଣାଳୟ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୧୨: ବର୍ତ୍ତମାନ ସମୟରେ ସୋସିଆଲ ମିଡିଆରୁ ଅଫିସ୍ ପର୍ଯ୍ୟନ୍ତ, ଲୋକଙ୍କ ମନରେ ସମାନ ପ୍ରଶ୍ନ ଘୂରି ବୁଲୁଛି ଯେ, ଭାରତରେ ଚାରି ଦିନିଆ କାର୍ଯ୍ୟ ସପ୍ତାହ...

ମେସିଙ୍କ କ୍ରିକେଟ୍‌ କ୍ରେଜ୍‌: ବଡ଼ ଉପହାର ଦେଲେ ଜୟ ଶାହା

ନୂଆଦିଲ୍ଲୀ, ୧୫।୧୨: ଆର୍ଜେଣ୍ଟିନାର ଷ୍ଟାର ଫୁଟବଲ ଖେଳାଳି ଲିଓନେଲ ମେସି ତାଙ୍କ ଗୋଟ ଇଣ୍ଡିଆ ଟୁର୍‌ର ତୃତୀୟ ଦିନରେ ଦିଲ୍ଲୀରେ ପହଞ୍ଚିଛନ୍ତି। ଏହି କାର୍ଯ୍ୟକ୍ରମ ଦିଲ୍ଲୀର...

ରାଜ୍ୟ ସରକାରଙ୍କ ବଡ଼ ଭେଟି: ପିଜି ଛାତ୍ରଛାତ୍ରୀଙ୍କ ଷ୍ଟାଇପେଣ୍ଡ ୬୭% ପର୍ଯ୍ୟନ୍ତ ବୃଦ୍ଧି

ଭୁବନେଶ୍ୱର,୧୫।୧୨: ଓଡ଼ିଶାର ଆୟୁଷ ଶିକ୍ଷା କ୍ଷେତ୍ରରେ ଏକ ବଡ଼ ପଦକ୍ଷେପ ସ୍ୱରୂପ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ସରକାରୀ ଆୟୁର୍ବେଦିକ ଓ ହୋମିଓପାଥିକ ମେଡିକାଲ...

୨୦ ରୁ ୧୨୮୯ରେ ପହଞ୍ଚିଲାଣି: କେନ୍ଦ୍ରୀୟ ବିଦ୍ୟାଳୟ ପ୍ରତିଷ୍ଠା ଦିବସ ପାଳିତ

ଭଞ୍ଜନଗର,୧୫।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟରେ କେନ୍ଦ୍ରୀୟ ବିଦ୍ୟାଳୟ ସଂଗଠନର ୬୩ ତମ ପ୍ରତିଷ୍ଠା ଦିବସ ସୋମବାର ପାଳିତ ହୋଇଯାଇଛି। ୧୯୬୩ ମସିହାରେ...

ବଏ ଫ୍ରେଣ୍ଡ ରୁମରୁ ମିଳିଲା ମହିଳାଙ୍କ ମୃତଦେହ! ପରିବାର ପକ୍ଷରୁ ହତ୍ୟା ଅଭିଯୋଗ

କେନ୍ଦ୍ରାପଡ଼ା,୧୫।୧୨: କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ ଗରାପୁରସ୍ଥିତ ଏକ ଭଡ଼ା ଘରୁ ଜଣେ ଯୁବତୀଙ୍କ ମୃତଦେହ ଉଦ୍ଧାର ହେବା ଘଟଣା ଏକ ନୂଆ ମୋଡ଼ ନେଇଛି।...

ନଳି ଖାଇଲେ ଅରୁଣ-ସଞ୍ଜୟ: କହିଲେ ଭୋକ ଉପାସରେ…

ଭୁବନେଶ୍ୱର,୧୫।୧୨: ଅତୀତ କଥା ମନେ ପକାଇଲେ ବରିଷ୍ଠ ବିଜେଡି ନେତା ଅରୁଣ ସାହୁ ଓ ସଞ୍ଜୟ ଦାସବର୍ମା। ଅତୀତରେ କେମିତି ଲୋକଙ୍କ ପାଇଁ ଲଢ଼ୁଥିଲେ ତାହା...

ଭଲିବଲ ପ୍ରତିଯୋଗିତା: ରିଷିଡ଼ା ଚାମ୍ପିୟନ

ରିଷିଡ଼ା, ୧୫ା୧୧(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡା ବାପୁଜୀ ମିନି ଷ୍ଟାଡିୟମରେ ରବିବାର ଦିନିକିଆ ରିଷିଡ଼ା କପ ଭଲିବଲ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି।...

ଟି-୨୦ରେ ବଡ଼ କାରନାମା କଲେ ତିଲକ ବର୍ମା: କୋହଲିଙ୍କ ପଛରେ ପକାଇଲେ

ନୂଆଦିଲ୍ଲୀ,୧୫।୧୨: ଟିମ ଇଣ୍ଡିଆର ଯୁବ ବ୍ୟାଟ୍ସମ୍ୟାନ ତିଲକ ବର୍ମା ଟି-୨୦ କ୍ରିକେଟରେ ଏକ ବଡ଼ ସଫଳତା ହାସଲ କରିଛନ୍ତି। ସେ ତାଙ୍କ ଟି-୨୦ କ୍ୟାରିୟରରେ ୪୦୦୦...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri