ଆସିଲା ପାର୍ବଣ, ମାତିଲେଣି ଲୁଟେରା ଗ୍ୟାଙ୍ଗ: ରୂପା ବ୍ୟବସାୟୀଙ୍କୁ ଖଣ୍ଡାରେ ହାଣି…

ପୁରୁଷୋତ୍ତମପୁର,୬।୧୦(ସିମାଞ୍ଚଳ ମିଶ୍ର): ପୋଲିସ ପାଟ୍ରୋଲିଂ ଠିକ୍‌ ଭାବେ ହେଉ ନ ଥିବାରୁ ଏହାର ସୁଯୋଗ ନେଇ ପୁରୁଷୋତ୍ତମପୁର ଅଞ୍ଚଳରେ ଲୁଟେରା ଗ୍ୟାଙ୍ଗ ପୁଣି ସକ୍ରିୟ ହୋଇଉଠିଛନ୍ତି। ଯାହାକି ରବିବାର ସ୍ବଷ୍ଟ ଦିବାଲୋକରେ ରାସ୍ତାରେ ଜଣେ ରୁପା ବସାୟୀଙ୍କୁ ଖଣ୍ଡାରେ ହାଣି ଲୁଟ୍‌ ଉଦ୍ୟମ କରାଯାଇଥିବା ଜଣାପଡିଛି।

ମିଳିଥିବା ସୂଚନା ମୁତାବକ, ପୁରୁଷୋତ୍ତମପୁର ଚାଙ୍ଗୁଡ଼ିଆପଦର ସାହିର ରବିନ୍ଦ୍ର ଓରଫ ଟୁଟୁ ସେନାପତି(୪୦) ଗାଁକୁ ଗାଁ ବୁଲି ରୂପା ବ୍ୟବସାୟ କରନ୍ତି। ସବୁଦିନ ଭଳି ସେ ରବିବାର ବ୍ୟବସାୟ କରି ପାଣ୍ଡିଆ-ପୁରୁଷୋତ୍ତମପୁର ହିରାଧାରବାଟି କେନାଲ ରାସ୍ତାରେ ଏକ ବାଇକ୍‌ ଯୋଗେ ଫେରୁଥିଳେ। ସେତିକି ବେଳେ ୩ଜଣ ମୁଖାପିନ୍ଧା ଯୁବକ ଏକ ବାଇକ୍‌ରେ ଆସି ଟୁଟୁଙ୍କୁ ଓଭର ଟେକ୍‌ କରି କିଛି ଦୂରରେ ଅଟକାଇ ଥିଲେ। ଏହାକୁ ସନ୍ଦେହ କରି ଟୁଟୁ ବାଇକ୍‌ ନ ରଖି ଦ୍ରୁତଗତିରେ ଚାଲିଯିବାକୁ ଚେଷ୍ଟା କରିଥିଲେ।

ହେଲେ ଲୁଟେରାମାନେ ଖଣ୍ଡାରେ ତାଙ୍କୁ ଆକ୍ରମଣ କରିଥିଲେ। ଫଳରେ ଖଣ୍ଡା ଚୋଟ ହାତରେ ବାଜିଥିଲା। ରକ୍ତଜୁଡୁବୁଡୁ ଅବସ୍ଥାରେ ସେ ଗାଁକୁ ଆସି ଲୋକଙ୍କୁ ଘଟଣା ସଂକ୍ରାନ୍ତରେ ଜଣାଇଥିଲେ। ଲୋକେ ତାଙ୍କୁ ଉଦ୍ଧାର କରି ଚିକିତ୍ସା ପାଇ ପୁରୁଷୋତ୍ତମପୁର ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇଥିଲେ। ଅବସ୍ଥା ଗୁରୁତର ଥିବାରୁ ଡାକ୍ତର ତାଙ୍କୁ ବ୍ରହ୍ମପୁର ବଡମେଡିକାଲକୁ ପଠାଇ ଥିଲେ।

ଏନେଇ ପୁରୁଷୋତ୍ତମପୁର ପୋଲିସକୁ ପଚାରିବାରୁ ଥାନାରେ କୌଣସି ଅଭିଯୋଗ ହୋଇ ନ ଥିବା କୁହାଯାଇଛି। ପୂର୍ବରୁ ଅଞ୍ଚଳରେ ଏହିପରି ଘଟଣା ଘଟିଥିବା ବେଳେ ଗତ କିଛିମାସ ହେଲା ବନ୍ଦ ରହିଥିଲା। ବର୍ତ୍ତମାନ ପାର୍ବଣ ଆସିବା ପରେ ପୁଣି ଲୁଟେରା ଗ୍ୟାଙ୍ଗ ସକ୍ରିୟ ହୋଇଉଠିଛନ୍ତି। ଏନେଇ ବ୍ୟବସାୟୀ ଏବଂ ଜନସାଧାରଣ ଆତଙ୍କିତ ଅବସ୍ଥାରେ ରହିଛନ୍ତି। ଏଥିପ୍ରତି ନୂତନ ଭାବେ ଯୋଗ ଦେଇଥିବା ଗଞ୍ଜାମ ଏସ୍‌ପି ଦୃଷ୍ଟି ଦେଇ ତୁରନ୍ତ ପାଟ୍ରୋଲିଂ ବ୍ୟବସ୍ଥାକୁ କଡ଼ାକଡ଼ି କରିବାକୁ ସ୍ଥାନୀୟ ଜନସାଧାରଣ ଅନୁରୋଧ କରିଛନ୍ତି


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ୯ ଜିଲା ଦେଇ ଯିବ ଖଡ଼ଗପୁର-ବିଜୟୱାଡା ଏକ୍ସପ୍ରେସୱେ

ଭୁବନେଶ୍ୱର,୧୬।୩: ଓଡ଼ିଶା ପାଇଁ ଏକ ବଡ଼ ଖବର। ରାଜ୍ୟରେ ଗଡ଼ିବ ବିକାଶର ଗାଡ଼ି। ପଶ୍ଚିମବଙ୍ଗର ଖଡ଼ଗପୁରରୁ ଆନ୍ଧ୍ରପ୍ରଦେଶର ବିଜୟୱାଡାକୁ ସଂଯୋଗ କରୁଥିବା ହାଇସ୍ପିଡ୍ କରିଡର ଏବେ ଓଡ଼ିଶାର…

ଦୀର୍ଘ ସାଢେ ୫ ଘଣ୍ଟା ପରେ ଜାତୀୟ ରାଜପଥରେ ସ୍ବାଭାବିକ ହେଲା ଗାଡ଼ି ଚଳାଚଳ

ପଟ୍ଟାଙ୍ଗି,୧୬।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଆନ୍ଧ୍ର ଓଡ଼ିଶା ସୀମାନ୍ତ ରାଜପଥ ଦୀର୍ଘ ସମୟ ଧରି ଅବରୋଧ ରହିଥିଲା । ତେବେ ଉକ୍ତ…

ଭଡା ଘରୁ ମିଳିଲା ଯୁବତୀଙ୍କ ଝୁଲନ୍ତା ମୃତଦେହ, ହତ୍ୟା ସନ୍ଦେହ କଲେ ପରିବାର

ଭବାନୀପାଟଣା,୧୬।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ସ୍ଥିତ ଇରିଗେସନ କଲୋନୀ ୭ ନଂ ଲେନର ଏକ ଭଡା ଘରୁ ସୋମବାର ସନ୍ଧ୍ୟାରେ ଜଣେ ଯୁବତୀଙ୍କ…

ବିଜେଡି-କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ଏହି ୧୧ ବିଧାୟକ, କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନରେ ବିଜେଡି ଓ କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ୧୧ ବିଧାୟକ। କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ। ଗୋଟେ ଚୁଟ୍‌କିରେ ବଦଳିଗଲା…

ହାଇସ୍କୁଲ ପରିଚାଳନା କମିଟି ଗଠନ ପାଇଁ ବସିଥିଲା ସଭା: ଆସିଲେନି ବିଧାୟକ, ସ୍ଥଗିତ ରହିଲା…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବି. ତୁରୁବୁଡ଼ି ପଞ୍ଚାୟତ ହାଇସ୍କୁଲ ପରିଚାଳନା କମିଟି ଗଠନ ନିମନ୍ତେ ସୋମବାର ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

ପଲିଥିନ ତଳେ ୫ ପ୍ରାଣୀଙ୍କ ବିତୁଛି ଜୀବନ: ବ୍ଲକ ଅଧ୍ୟକ୍ଷ, ଜିଲା ପରିଷଦଙ୍କ ନିଜ ପଞ୍ଚାୟତରେ ଏଭଳି ଚିତ୍ର

ଥୁଆମୂଳ ରାମପୁର,୧୬।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡ ଜିଲା ଥୁଆମୂଳ ରାମପୁର ବ୍ଲକ ଅଧୀନସ୍ଥ ଗୁଣୁପୁର ଗ୍ରାମପଞ୍ଚାୟତରୁ ଆସିଛି ଏକ ଲଜ୍ଜାଜନକ ତଥ୍ୟ। ଯେଉଁ ପଞ୍ଚାୟତ ବ୍ଲକ ଅଧ୍ୟକ୍ଷ…

‘ଏହି ୩ ବିଧାୟକ ଏଭଳି କାମ କରିବେ ବୋଲି କେବେ ଭାବିନଥିଲି, ଛେଳି,ମେଣ୍ଢା ଭଳି ବିକ୍ରି ହୋଇଗଲେ’…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ତେବେ କ୍ରସ୍‌ ଭୋଟିଂକୁ ନେଇ ପିସିସି ସଭାପତି ଭକ୍ତ ଚରଣ…

ଗୋଟେ ଚୁଟ୍‌କିରେ ବଦଳିଗଲା ରାଜ୍ୟ ସଭା ଗଣିତ: କ’ଣ ଭାବିଥିଲେ, କ’ଣ ହେଲା…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ଭାଜପାର ମନମୋହନ ସାମଲ ଓ ସୁଜିତ କୁମାର ବିଜୟୀ ହୋଇଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri