ଘଟଣା ଚପାଇଦେବାକୁ ଉଦ୍ୟମ

କେନ୍ଦୁଝର,୩୦ା୫(ସ୍ବ.ପ୍ର.): କେନ୍ଦୁଝର ଜିଲା ମୁଖ୍ୟ ଡାକ୍ତରଖାନାରେ ବିନା ଅନୁମତିରେ ପରିବାର ନିୟୋଜନ ଅସ୍ତ୍ରୋପଚାର ମାମଲା ଚପାଇଦେବାକୁ ଉଦ୍ୟମ ହେଉଛି। ଉକ୍ତ ଘଟଣା ଓ ଅନ୍ୟାନ୍ୟ ସମସ୍ୟା ନେଇ ସୋମବାର କଂଗ୍ରେସର ଏକ ପ୍ରତିନିଧି ଦଳ୍‌ ଡାକ୍ତରଖାନାକୁ ଯାଇ ରୋଗୀ, ଡାକ୍ତର ତଥା କର୍ତ୍ତୃପକ୍ଷଙ୍କ ସହିତ ଆଲୋଚନା କରିଛନ୍ତି। ଏଥିସହ ଡାକ୍ତରଖାନ ବୁଲି ବିଭିନ୍ନ ସମସ୍ୟାକୁ ଦେଖିଥିଲେ।
ଅନୁଯାୟୀ, ନିକଟରେ ଡାକ୍ତରଖାନାର ମାତୃ ମଙ୍ଗଳ ପ୍ରସୂତି ବିଭାଗରେ ଜଣେ ମହିଳାଙ୍କ ପ୍ରସବ ପରେ ଡାକ୍ତର ଅନୁମତି ନ ନେଇ ଜନ୍ମ ନିୟନ୍ତ୍ରଣ ଅସ୍ତ୍ରୋପଚାର କରି ଦେଇଥିଲେ। ଏ ନେଇ ମହିଳାଙ୍କ ସ୍ବାମୀ କେନ୍ଦୁଝର ଟାଉନ ଥାନାରେ ଏତଲା ଦେଇଥିଲେ। ଉକ୍ତ ଘଟଣାକୁ ଚପାଇଦେବାକୁ ସମ୍ପୃକ୍ତ ମହିଳା ପବିତ୍ରାଣୀ ଓ ତାଙ୍କ ସ୍ବାମୀ ସୁଶାନ୍ତ ବାରିକଙ୍କ ଉପରେ ବିଭିନ୍ନ ଆଡୁ ଚାପପଡୁଛି ବୋଲି ଅଭିଯୋଗ ପରେ କଂଗ୍ରେସ ନେତାମାନେ ଏହାର ଜବାବ ମାଗିଥିଲେ। ଏଭଳି ସମ୍ବେଦନଶୀଳ ଘଟଣାର ତଦନ୍ତ ପାଇଁ ଏଯାବତ୍‌ ଡାକ୍ତରଖାନା ଓ ପୋଲିସ ପ୍ରଶାସନ ଅଭିଯୋଗକାରୀ ସ୍ବାମୀଙ୍କୁ ଡାକି ନ ଥିବାରୁ ସେମାନେ ସନ୍ଦେହ ବ୍ୟକ୍ତ କରିଛନ୍ତି। କଂଗ୍ରେସ ତରଫରୁ ରାଜ୍ୟ ଯୁବ କଂଗ୍ରେସ ସାଧାରଣ ସମ୍ପାଦକ ଐତିହ୍ୟ ଦିବ୍ୟ ସିଂହଙ୍କ ନେତୃତ୍ୱରେ ଦଳ ତଦନ୍ତ ସମ୍ପର୍କରେ ବୁଝିବାକୁ ସିଡିଏମଓଙ୍କ କାର୍ଯ୍ୟାଳୟକୁ ଯାଇଥିଲେ। ସେଠାରେ ତାଙ୍କୁ ପାଇ ଡାକ୍ତର ବିବି ମିଶ୍ରଙ୍କ ସହ ଆଲୋଚନା କରିଥିଲେ। ତଦନ୍ତରେ ଆଶା କର୍ମୀ ଓ ଉପସ୍ଥିତ ଲୋକଙ୍କୁ ସାମିଲ କରାଯାଇ ନ ଥିବାରୁ ସନ୍ଦେହ ସୃଷ୍ଟି ହୋଇଛି। ଯଦି ତଦନ୍ତ କରି ତୁରନ୍ତ କାର୍ଯ୍ୟାନୁଷ୍ଠାନ ନ ହେଲା କଂଗ୍ରେସ ସିଡିଏମଓ ଅଫିସ ଘେରାଉ କରିବ ବୋଲି ନେତୃମଣ୍ଡଳୀ ଚେତାବନୀ ଦେଇଥିଲେ। ପରେ ଦଳ ଓ୍ବାର୍ଡ ବୁଲି ରୋଗୀଙ୍କ ସହ ଆଲୋଚନା କରିଥିଲେ। ରୋଗୀ ପଞ୍ଜୀକରଣ କାଉଣ୍ଟର କକ୍ଷରେ ପଙ୍ଖା ଅଚଳ ଥିବାରୁ ରାଜ୍ୟ ପିସିସି ସାଧାରଣ ସମ୍ପାଦକ ଆଲୋକ ମିଶ୍ର ବିରକ୍ତି ପ୍ରକାଶ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚମକିଲେ ବୈଭବ ସୂର୍ଯ୍ୟବଂଶୀ; ଗୋଟିଏ ଓଭରରେ କଲେ ଏମିତି କାମ, ଚାହିଁକି ରହିଗଲେ…

ନୂଆଦିଲ୍ଲୀ,୨୫।୮: ବେଙ୍ଗାଲୁରୁସ୍ଥିତ BCCI ସେଣ୍ଟର ଅଫ୍ ଏକ୍ସିଲେନ୍ସରେ ଚାଲିଥିବା ଦୁଲୀପ ଟ୍ରଫିର କ୍ୱାର୍ଟରଫାଇନାଲ୍ ମ୍ୟାଚ୍‌ରେ ଇଷ୍ଟ ଜୋନ୍ ପକ୍ଷରୁ ଦମଦାର ବୋଲିଂ କରିଛନ୍ତି ୧୫ ବର୍ଷୀୟ ବୈଭବ…

ଚିନି ପରେ ଏବେ ଗୁଡ଼ ହେଲା ମହଙ୍ଗା, ଦୁଇଗୁଣା ବଢିଲା ଦର; ଜାଣନ୍ତୁ ଦାମ ବଢ଼ିବାର କାରଣ

ନୂଆଦିଲ୍ଲୀ,୨୫।୮: ଗତ କିଛି ଦିନ ଧରି ଚିନିର ବଢ଼ୁଥିବା ଦାମ ଲୋକଙ୍କ ଚିନ୍ତା ବଢ଼ାଇଥିବା ବେଳେ ଏବେ ଗୁଡ଼ ମଧ୍ୟ ମହଙ୍ଗା ହୋଇଛି। ଚିନି ପରେ ଗୁଡ଼ର…

ଡଙ୍ଗା ଚଢୁଥିଲେ ପରେଶ୍ୱର,ଟାଣିନେଲା କୁମ୍ଭୀର: ଆଉ ତା’ପରେ ଘଟିଲା…

ରାଜକନିକା,୨୫।୮(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକ ତ୍ରୈଲୋକ୍ୟପୁର ପଞ୍ଚାୟତ ଗଙ୍ଗାଧର ପ୍ରସାଦ ଡିଆ ଗାଁ ସନ୍ନିକଟ ଖରସ୍ରୋତା ନଦୀର ଭରାନଦୀରେ ମଙ୍ଗଳବାର ସକାଳେ ସମୟରେ…

ଧ୍ରୁବ ଜୁରେଲଙ୍କ ‘ଟାଟୁ’ ପଛରେ କ’ଣ ଅଛି ଅର୍ଥ? ଜାଣିବା ପରେ ଆପଣ ମଧ୍ୟ ତାଙ୍କୁ…

ନୂଆଦିଲ୍ଲୀ,୨୫।୮: ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଧ୍ରୁବ ଜୁରେଲ ଶତକ ପୂରଣ କରିବା ମାତ୍ରେ, ତାଙ୍କର ଉତ୍ସବ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲା। ସେ ପ୍ରଥମେ ଏକ…

ବିଧାୟକଙ୍କ ଉପସ୍ଥିତିରେ ଆପୋଷ ବୁଝାମଣାରେ ତୁଟିଲା ଉଠାଦୋକାନୀ ବିବାଦ

ଛତ୍ରପୁର,୨୫।୮(ଦିଲ୍ଲୀପ ସାମଲ): ଛତ୍ରପୁର ସହର ବାଳିକା ଉଚ୍ଚ ବିଦ୍ୟାଳୟ ନିକଟ ପରିବା ବଜାର ଉଠାଦୋକାନୀ ମଙ୍ଗଳବାର ବନ୍ଦ ଡାକରା ଦେଇଥିବା ବେଳେ ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକଙ୍କ…

ଇମ୍ରାନଙ୍କୁ ନେଇ ଏମିତି କହିଲେ କପିଲ ଦେବ, ହେଉଛି ବଡ଼ ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୮: ପୂର୍ବତନ ଭାରତୀୟ କ୍ରିକେଟ ଦଳର ଅଧିନାୟକ କପିଲ ଦେବ ପୁଣି ଥରେ ପୂର୍ବତନ ପାକିସ୍ତାନୀ କ୍ରିକେଟର ଇମ୍ରାନ ଖାନଙ୍କ ସମର୍ଥନରେ ବାହାରିଛନ୍ତି। ସମ୍ପ୍ରତି, 21 ଜଣ…

ରାହୁଲ ଗାନ୍ଧୀଙ୍କ ଉପରେ ରାଗିଗଲେ ଶଙ୍କରାଚାର୍ଯ୍ୟ, ଦେଲେ ସିଧା ଚେତାବନୀ

ନୂଆଦିଲ୍ଲୀ,୨୫।୮: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ମନୁସ୍ମୃତି ସମ୍ପର୍କିତ ବୟାନକୁ ନେଇ ଶଙ୍କରାଚାର୍ଯ୍ୟ ସ୍ବାମୀ ଅବିମୁକ୍ତେଶ୍ୱରାନନ୍ଦ ତୀବ୍ର ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି ଯେ, ମନୁସ୍ମୃତି ଏବଂ…

ଅସରପା ଶବ୍ଦକୁ ନେଇ ଏବେବି ରହିଛି ବିବାଦ, ପୁଣି ଉଠିଲାଣି CJIଙ୍କ କଥା? ଅଭିଜିତ ଦୀପକେଙ୍କ ଆଶ୍ଚର୍ଯ୍ୟଜନକ ଦାବି

ନୂଆଦିଲ୍ଲୀ,୨୫।୮: ‘କକ୍ରୋଚ’ ଶବ୍ଦର ବ୍ୟବହାରକୁ ନେଇ ରାଜନୈତିକ ବିବାଦ ଜାରି ରହିଛି। ଏହା ମଧ୍ୟରେ, କକ୍ରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଦାବି କରିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri