ଓଲଟିଲା୨୦ ଜଣକୁ ଧରିଯାଉଥିବା ଅଟୋ

ପାପଡାହାଣ୍ଡି,୩୧।୧(ଡିଏନଏ): ନବରଙ୍ଗପୁର ଜିଲା ପାପଡାହାଣ୍ଡି କୋଷାଗୁମୁଡ଼ା-ସୋରିଷ ପଦର ବୁଲାଣି ରାସ୍ତାରେ ଏକ ଦୁର୍ଘଟଣା ଘଟିଛି। ଏକ ଅଟୋ ଓଲୋଟି ପଡିବାରୁ ତିନି ନାବାଳିକାଙ୍କ ସହ ୧୨ରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି । ଆହତଙ୍କ ମଧ୍ୟରୁ ଜଣେ ନାବାଳିକା ସହ ୩ ଜଣଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।
ସୂଚନା ଅନୁଯାୟୀ, ତାରାଗାଁ ପଞ୍ଚାୟତ ବୋଦାମୁଣ୍ଡା ଗ୍ରାମର ଜଣେ ଯୁବକଙ୍କ ସହ ପାପଡାହାଣ୍ଡି ବ୍ଲକ ଚେରଚେଟା ପଞ୍ଚାୟତ କଣ୍ଟାସାରୁ ଗ୍ରାମର ଯୁବତୀଙ୍କ ବିବାହ ପାଇଁ ଦିନ ଧାର୍ଯ୍ୟ ହୋଇଥିଲା। ସୋମବାର ବିବାହ ସରିବା ପରେ ବର ପକ୍ଷର ୨୦ ଜଣକୁ ଧରି ଏକ ଓଟୋ ନଂ.(ଓଡି୧୧କେ ୩୦୫୫ )ଗାଁକୁ ଫେରରୁଥିଲା। ସୋରିଷପଦର ବୁଲାଣି ନିକଟରେ ଅଟୋଟି ଭାରସାମ୍ୟ ହରାଇ ଜମିକୁ ଓଲଟି ପଡିଥିଲା। ଉକ୍ତ ରାସ୍ତାଦେଇ ଫେରୁଥିବା ପଦଲାମ ବିଷୋୟୀ ଏହା ଦେଖି ତୁରନ୍ତ ପୋଲିସକୁ ଖବର ଦେଇଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ସ୍ଥାନୀୟ ଗ୍ରାମବାସୀ ସହାୟତାରେ ସମସ୍ତ ଆହତଙ୍କୁ ଉଦ୍ଧାର କରି ପାପଡାହାଣ୍ଡି ଗୋଷ୍ଠୀସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ। ଆହତ ହୋଇଥିବା ମଙ୍ଗଳ ଦେଇ ମୁଦୁଲି, ମକର ମୁଦୁଲି, ସଦନ ନାୟକ, ଜିତୁ ଯାନୀ, ସାତି ଯାନୀ, ମମତା ଯାନୀ, ଚମ୍ପା ମୁଦୁଲି, ଗୋମତୀ ଯାନୀ, ସ୍ବାଇଁ ମୁଦୁଲି, ବୁଦେଇ ଯାନୀ, ରୋପେଇ ମୁଦୁଲି, ଶ୍ୟାମ ସୁନ୍ଦର ଯାନୀଙ୍କ ପ୍ରାଥମିକ ଚିକିତ୍ସାପରେ ଘରକୁ ପଠାଇ ଦିଆ ଯାଇଛି। ନାବାଳିକା ମମତା ଯାନୀ, ଗୋମତୀ ଯାନୀ ଓ ମଙ୍ଗଳଦେଇ ମୁଦୁଲିଙ୍କ ସ୍ବାସ୍ଥ୍ୟଅବସ୍ଥା ଗୁରୁତର ଥିବା ଯୋଗୁ ସେମାନଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନା ଖୋଲିଲା ହର୍ମୁଜ, ନା ହେଲା କୌଣସି ଚୁକ୍ତି… ଏହାପରେ ବି କାହିଁକି ଯୁଦ୍ଧ ବନ୍ଦ କରିବାକୁ ଚାହୁଁଛନ୍ତି ଟ୍ରମ୍ପ୍‌? ଜାଣନ୍ତୁ କ’ଣ ରହିଛି ଏହାର ବଡ଼ କାରଣ

ଓ୍ବାଶିଂଟନ,୧।୪: ଇରାନ ଏବଂ ଆମେରିକା ମଧ୍ୟରେ ସଂଘର୍ଷ ଏକ ନୂତନ ମୋଡ଼ ନେଇଛି। ଇରାନ ସହିତ ଯୁଦ୍ଧ ଏବେ ଯେକୌଣସି ମୁହୂର୍ତ୍ତରେ ଶେଷ ହୋଇପାରେ। ଆମେରିକା ମଧ୍ୟ…

ଓଲଟିଲା ମାଛ ବୋଝେଇ ମିନି ଟ୍ରକ: ଆଉ ତା’ପରେ ଘଟିଲା…

ଗଞ୍ଜାମ,୧।୪(ଅନାଥ ତରାଇ): ଗଞ୍ଜାମ ଥାନା ଅନ୍ତର୍ଗତ ବିଞ୍ଚଣାପଲି ଛକ ୧୬ ନମ୍ବର ଜାତୀୟ ରାଜପଥଠାରେ ଗତକାଲି ବିଳମ୍ବିତ ରାତି ପ୍ରାୟ ୧୨ଟା ୩୦ ମିନିଟ ସମୟରେ ଏକ…

ଗଞ୍ଜାମ ଜିଲାକୁ ୩ ଜାତୀୟ ପୁରସ୍କାର: ଚାରିଆଡ଼ୁ ଛୁଟିଲା ଶୁଭେଚ୍ଛାର ସୁଅ

ଛତ୍ରପୁର, ୧/୪(ଦିଲ୍ଲୀପ ସାମଲ): ପୁଣି ରାଜ୍ୟରେ ଗଞ୍ଜାମ ଜିଲା ସୁନାମ ଆଣିଛି । ଜିଲାକୁ ୩ଟି ଜାତୀୟ ପୁରସ୍କାର ମିଳିଛି । ଦୀନଦୟାଲ ଉପାଧ୍ୟାୟ ପଞ୍ଚାୟତ ସତତ…

ବଡ଼ ଦୁର୍ଘଟଣା, ସେନା ବିମାନ ଦୁର୍ଘଟଣାଗ୍ରସ୍ତ, ୨୯ ମୃତ

ମସ୍କୋ,୧।୪: ରୁଷିଆରେ ଏକ ବଡ଼ ବିମାନ ଦୁର୍ଘଟଣାର ରିପୋର୍ଟ ସାମ୍ନାକୁ ଆସିଛି। ରୁଷିଆ ପ୍ରତିରକ୍ଷା ମନ୍ତ୍ରଣାଳୟକୁ ଉଦ୍ଧୃତ କରି, ସମ୍ବାଦ ସଂସ୍ଥା TASS ବୁଧବାର ରିପୋର୍ଟ କରିଛି…

ବଦଳିଛି ମାନଚିତ୍ର, ବାଟବଣା ବିକାଶ ପଥ: ଜିଲା ଗଠନକୁ ପୂରିଲା ୩୩ବର୍ଷ

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଗଠନକୁ ୩୩ବର୍ଷ ପୂରିଛି। ନୂତନ ଜିଲା ମନ୍ୟତା ପାଇବା ପରେ ୧୯୯୩ ଅପ୍ରେଲ ୧ ତାରିଖ ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରବାଦ ପୁରୁଷ ସ୍ବର୍ଗତ…

ଆଜି ସମଲେଶ୍ବରୀଙ୍କ ମହାସ୍ନାନ: ମନ୍ଦିରରେ ଶ୍ରଦ୍ଧାଳୁଙ୍କ ସମାଗମ

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ)- ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଶ୍ବରୀଙ୍କ ବୁଧବାର ମହାସ୍ନାନ ହୋଇଛି। ଏହି କ୍ରମରେ ଶୀତଳଧାରା ଅର୍ପଣ ପୂର୍ବକ ପ୍ରାତଃ ୪ଟା ୫୧ମିନିଟରୁ ଭକ୍ତମାନଙ୍କ ଦ୍ୱାରା…

ଜନଗଣନା ପାଇଁ ପ୍ରସ୍ତୁତି ଜୋରଦାର: ଗଣନାକାରୀ, ପର୍ଯ୍ୟବେକ୍ଷକଙ୍କୁ ତାଲିମ

ଦାରିଙ୍ଗବାଡି, ୧ା୪ (ଅରୁଣ ସାହୁ)କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଓଡିଶା ଆଦର୍ଶ ବିଦ୍ୟାଳୟ ପରିସରରେ ୩ ଦିନିଆ ଜନ ଗଣନା-୨୦୨୭ ପାଇଁ ଗଣନାକାରୀ ଓ ପର୍ଯ୍ୟବେକ୍ଷକଙ୍କୁ ନେଇ…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri